ନରୱେର ମହାମହିମ ରାଜା ପଞ୍ଚମ ହାରାଲ୍ଡଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
August 28th, 04:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନରୱେ ରାଜ୍ୟର ମହାମହିମ ରାଜା ପଞ୍ଚମ ହାରାଲ୍ଡଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ନରୱେ ଗସ୍ତ ସମୟରେ ମହାମହିମଙ୍କ ସହ ସାକ୍ଷାତକୁ ସ୍ମରଣ କରି ଶ୍ରୀ ମୋଦୀ ନରୱେର ଜନସାଧାରଣ ଏବଂ ରାଷ୍ଟ୍ର ପ୍ରତି ତାଙ୍କର ଭବ୍ୟତା ଏବଂ ଗଭୀର ସେବା ଭାବନାକୁ ସ୍ମରଣ କରିଥିଲେ।Prime Minister congratulates Praggnanandhaa on his remarkable feat
June 06th, 02:16 pm
Prime Minister Shri Narendra Modi today congratulated Praggnanandhaa for his remarkable feat. The Prime Minister noted that this is indeed an incredible milestone that highlights his continued excellence. Shri Modi also extended his best wishes to him for his future endeavours.ରୋଜଗାର ମେଳା ଅନ୍ତର୍ଗତ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:15 am
ଆଜି ଦେଶବ୍ୟାପୀ ହଜାର ହଜାର ଯୁବକ ଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ।ଆଜି ୫୧ ହଜାରରୁ ଅଧିକ ଯୁବକ-ଯୁବତୀ ସରକାରୀ ଚାକିରିର ନିଯୁକ୍ତିପତ୍ର ପାଇଛନ୍ତି। ଆଜି, ଆପଣମାନେ ସମସ୍ତେ ଦେଶର ବିକାଶ ଯାତ୍ରାରେ ଗୁରୁତ୍ୱପୂର୍ଣ୍ଣ ଏବଂ ଦାୟିତ୍ବପୂର୍ଣ୍ଣ ଅଂଶୀଦାର ହେବାକୁ ଯାଉଛନ୍ତି। ଆପଣମାନେ ରେଳବାଇ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ଆହୁରି ଅନେକ କ୍ଷେତ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଆଗାମୀ ବର୍ଷଗୁଡ଼ିକରେ ଏକ ବିକଶିତ ଭାରତ ପାଇଁ ସଂକଳ୍ପ ପୂରଣ କରିବାରେ ଆପଣମାନେ ସମସ୍ତେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ।ରୋଜଗାର ମେଳା ଅବସରରେ ନବନିଯୁକ୍ତ ୫୧,୦୦୦ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 11:00 am
୧୯ତମ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଏବଂ ପ୍ରତିଷ୍ଠାନରେ ନୂଆକରି ନିଯୁକ୍ତି ପାଇଥିବା ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧିତ କରି ସେ ଏହି ଅବସରକୁ ସାରା ଦେଶର ହଜାର ହଜାର ଯୁବକଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି କହିଥିଲେ। ସରକାରୀ ସେବାରେ ନୂତନ ପ୍ରବେଶକାରୀଙ୍କୁ ସ୍ୱାଗତ କରି, ସେ ରେଳ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ ଏବଂ ଶିକ୍ଷା ସମେତ ଭାରତର ବିକାଶରେ ସେମାନଙ୍କର ଆଗାମୀ ଅବଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ବର୍ଷଗୁଡ଼ିକରେ, ଆପଣମାନେ ସମସ୍ତେ ଏକ ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ, ଶ୍ରୀ ମୋଦୀ ଆଶା ପ୍ରକାଶ କରିଥିଲେ।ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଫିନଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
May 19th, 06:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୯ ମଇ ୨୦୨୬ରେ ଓସଲୋରେ ଅନୁଷ୍ଠିତ ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଫିନଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଟେରି ଓର୍ପୋଙ୍କ ସହ ସାକ୍ଷାତ୍ କରିଥିଲେ।ନରୱେ-ଭାରତ ବ୍ୟବସାୟ ଏବଂ ଗବେଷଣା ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 18th, 11:49 pm
ଆଜି, ଆମେ ନରୱେ ଏବଂ ଭାରତର ବ୍ୟବସାୟ ଏବଂ ଗବେଷଣା ମୁଖ୍ୟ ମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ପାଇଛୁ। ଏତେ ବଡ଼ ସ୍ତରରେ ଏହି ଶିଖର ସମ୍ମିଳନୀର ଆୟୋଜନ କରିବା ପାଇଁ ମୁଁ ନରୱେର ପ୍ରଧାନମନ୍ତ୍ରୀଙ୍କୁ ଆନ୍ତରିକ ଭାବରେ ଧନ୍ୟବାଦ ଜଣାଉଛି।ଭାରତ-ନରଓ୍ବେ ବ୍ୟବସାୟ ଓ ଗବେଷଣା ଶିଖର ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
May 18th, 08:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓସ୍ଲୋଠାରେ ଭାରତ-ନରଓ୍ବେ ବ୍ୟବସାୟ ଓ ଗବେଷଣା ଶିଖର ସମ୍ମିଳନୀରେ ଯୋଗଦେଇଥିଲେ। ଏଥିରେ ନରୱେର ଯୁବରାଜ ହାକନ୍ ଏବଂ ପ୍ରଧାନମନ୍ତ୍ରୀ ଜୋନାସ୍ ଗାହର ଷ୍ଟୋର୍ ମଧ୍ୟ ଅଂଶଗ୍ରହଣ କରିଥିଲେ।ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
May 18th, 08:21 pm
ଉଭୟ ନେତା ସହମତ ହୋଇଥିଲେ ଯେ, ଅର୍ଥନୈତିକ ଏବଂ ବାଣିଜ୍ୟିକ ସହଭାଗୀତାକୁ ବୃଦ୍ଧି କରିବା ପାଇଁ ବିପୁଳ ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ମୋଦୀ ଭାରତରେ ନରୱେର ଉଦ୍ୟୋଗଗୁଡ଼ିକ ଦ୍ୱାରା ଅଧିକ ନିବେଶକୁ ସ୍ୱାଗତ କରିଥିଲେ। ଦୁଇ ନେତା ୨୦୩୦ ମସିହା ସୁଦ୍ଧା ଭାରତ ଓ ନରୱେ ମଧ୍ୟରେ ବର୍ତ୍ତମାନର ବାଣିଜ୍ୟ ମୂଲ୍ୟକୁ ଦ୍ୱିଗୁଣିତ କରିବାର ଲକ୍ଷ୍ୟ ଉପରେ ଜୋର ଦେଇଥିଲେ ଏବଂ TEPA ଅନ୍ତର୍ଗତ ୧୦୦ ବିଲିୟନ ଆମେରିକୀୟ ଡଲାର ନିବେଶ ପ୍ରତିଶ୍ରୁତି ଓ ଭାରତରେ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନିମନ୍ତେ ବିଭିନ୍ନ କ୍ଷେତ୍ରରେ ଗତିଶୀଳ ସମ୍ପର୍କ ସ୍ଥାପନ ପାଇଁ ବ୍ୟବସାୟିକ ପ୍ରତିନିଧିମାନଙ୍କୁ ଉତ୍ସାହିତ କରିଥିଲେ।ନରୱେର ମହାମହିମ ରାଜା ହେରାଲ୍ଡ ପଞ୍ଚମଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
May 18th, 07:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓସଲୋ ସ୍ଥିତ ରୟାଲ ପ୍ୟାଲେସରେ ନରୱେର ମହାମହିମ ରାଜା ପଞ୍ଚମ ହେରାଲ୍ଡଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ରୟାଲ୍ ନରୱେଜିଆନ୍ ଅର୍ଡର ଅଫ୍ ମେରିଟ୍ ପ୍ରଦାନ
May 18th, 07:35 pm
ଓସ୍ଲୋରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ, ନରୱେର ମହାମହିମ ରାଜା ହେରାଲ୍ଡ ପଞ୍ଚମ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ 'ଗ୍ରାଣ୍ଡ କ୍ରସ୍ ଅଫ୍ ଦି ରୟାଲ୍ ନରୱେଜିଆନ୍ ଅର୍ଡର ଅଫ୍ ମେରିଟ୍' ପ୍ରଦାନ କରିଛନ୍ତି। ଏହି ପୁରସ୍କାର ହେଉଛି ବିଦେଶୀ ସରକାର ମୁଖ୍ୟଙ୍କୁ ପ୍ରଦାନ କରାଯାଉଥିବା ନରୱେର ସର୍ବୋଚ୍ଚ ସମ୍ମାନ, ଏବଂ ନରୱେ ଏବଂ ମାନବଜାତିର ହିତରେ ଉଲ୍ଲେଖନୀୟ ସେବାର ସ୍ୱୀକୃତି ସ୍ୱରୂପ ପ୍ରଦାନ କରାଯାଏ।ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତ୍ତି
May 18th, 04:44 pm
ଗତବର୍ଷ ମୋର ନରୱେ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଯୋଗୁଁ ଏହି ଯାତ୍ରା ସ୍ଥଗିତ ରଖିବାକୁ ପଡିଥିଲା। ସେହି କଠିନ ସମୟରେ, ନରୱେ ଆତଙ୍କବାଦ ବିରୁଦ୍ଧରେ ଲଢ଼େଇରେ ଭାରତ ସହିତ ଦୃଢ଼ ଭାବରେ ଠିଆ ହୋଇ ପ୍ରକୃତ ବନ୍ଧୁତା ପ୍ରଦର୍ଶନ କରିଥିଲା। ଆଜି, ମୁଁ ନରୱେ ଗସ୍ତ କରୁଥିବା ସମୟରେ, ସେହି ସମର୍ଥନ ପାଇଁ ମୁଁ ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି।ନରୱେରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
May 18th, 01:00 pm
ପ୍ରଧାନମନ୍ତ୍ରୀ ମୋଦୀ ଏକ ଐତିହାସିକ ଗସ୍ତରେ ନରୱେର ଓସଲୋରେ ପହଞ୍ଚିଛନ୍ତି, ଯାହା ଚାରି ଦଶନ୍ଧିରୁ ଅଧିକ ସମୟ ମଧ୍ୟରେ ଭାରତରୁ ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ନରୱେ ଗସ୍ତକୁ ଚିହ୍ନିତ କରିଛି। ସେଠାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଜୋନାସ୍ ଗହର ଷ୍ଟୋର ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ।Prime Minister’s Departure Statement ahead of his visit to the UAE, Netherlands, Sweden, Norway, and Italy
May 15th, 07:56 am
PM Modi is embarking on a five-nation visit to the UAE, the Netherlands, Sweden, Norway and Italy from 15-20 May 2026. During the visit, he will meet various Heads of State and hold discussions to further strengthen partnerships across key sectors. Highlights of the visit include his participation in the European Round Table for Industry in Sweden and the 3rd India-Nordic Summit in Oslo.ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)
May 11th, 09:00 pm
ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।ପୁନଃନିର୍ବାଚିତ ନରୱେ ପ୍ରଧାନମନ୍ତ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
September 10th, 06:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ନରୱେ ପ୍ରଧାନମନ୍ତ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ପୁନଃନିର୍ବାଚିତ ହୋଇଥିବାରୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ ବିଭିନ୍ନ କ୍ଷେତ୍ରରେ ନରୱେ ସହିତ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ଗଭୀର କରିବା ପାଇଁ ଭାରତର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି ।ଡେନ୍ମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
April 15th, 06:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫ୍ରେଡରିକ୍ସନ ଆଜି ଟେଲିଫୋନରେ କଥା ହୋଇଛନ୍ତି । ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ସମେତ ବିଶ୍ୱସ୍ତରୀୟ ବିକାଶର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି ।ନରୱେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 19th, 05:44 am
ବ୍ରାଜିଲର ରିଓ ଡି ଜେନେରିଓରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ୍ ଗହର୍ ଷ୍ଟୋର୍ଙ୍କୁ ଭେଟିଛନ୍ତି ।ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ୍ ଗହର୍ ଷ୍ଟୋରଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ଆଲୋଚନା
September 09th, 07:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ୍ ଗହର୍ ଷ୍ଟୋରଙ୍କ ସହିତ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି ।ଦ୍ବିତୀୟ ଭାରତ ନୋର୍ଡିକ୍ ଶିଖର ସମ୍ମିଳନୀ
May 04th, 07:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ବିତୀୟ ଭାରତ-ନୋର୍ଡିକ ଶିଖର ସମ୍ମିଳନୀରେ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫେଡିରିକ୍ସେନ, ଆଇସଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ସୁଶ୍ରୀ କାଟରିନା ଜାକୋବ୍ସଡୋଟିର, ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ ଗହର ଷ୍ଟୋର, ସ୍ବିଡେନର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଣ୍ଡେଲିନା ଏଣ୍ଡରସନ ଏବଂ ଫିନଲାଣ୍ଡର ପ୍ରଧାନମନ୍ତ୍ରୀ ସୁଶ୍ରୀ ସନା ମାରିନଙ୍କ ସହିତ ଭାଗ ନେଇଛନ୍ତି।ନରୱେର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
May 04th, 02:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋପେନହେଗେନ ଠାରେ ନରୱେର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ଦ୍ୱିତୀୟ ଭାରତ ନର୍ଡିକ୍ ଶିଖର ସମ୍ମିଳନୀରେ ସାକ୍ଷାତ କରିଛନ୍ତି । ଅକ୍ଟୋବର ୨୦୨୧ ରେ ପ୍ରଧାନମନ୍ତ୍ରୀ ଷ୍ଟୋରଙ୍କ ଦ୍ୱାରା ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା ।