ଏଫ୍ଏ ଓ ଏଗ୍ରିକୋଲା ପଦକ ପାଇଁ ପ୍ରଧାନମନ୍ତ୍ରୀଙ୍କ ସ୍ବିକୃତି
May 20th, 11:00 pm
ମୋତେ ଏତେ ସୁନ୍ଦର ସ୍ୱାଗତ ଏବଂ ଏଗ୍ରିକୋଲା ପଦକ ପ୍ରଦାନ କରିବା ପାଇଁ ଏଫ୍ଏଓ ସଂଗଠନର ମହାନିର୍ଦ୍ଦେଶକଙ୍କୁ ଆନ୍ତରିକ ଭାବରେ ଧନ୍ୟବାଦ ଜଣାଉଛି। ଭାରତ ପ୍ରତି ତାଙ୍କର କୃତଜ୍ଞତାପୂର୍ଣ୍ଣ କଥା ଏବଂ ଏଫ୍ଏ ଓ ରେ ତାଙ୍କର ବର୍ଷ ବର୍ଷ ଧରି ରହିଥିବା ଅବଦାନ ପାଇଁ ମୁଁ ତାଙ୍କୁ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀଙ୍କୁ ରୋମରେ ମିଳିତ ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ପକ୍ଷରୁ ଏଗ୍ରିକୋଲା ପଦକରେ ସମ୍ମାନିତ
May 20th, 10:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ରୋମ ସ୍ଥିତ ( FAO) ମୁଖ୍ୟାଳୟରେ ମିଳିତ ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ଦ୍ୱାରା 2026 ପାଇଁ ପ୍ରତିଷ୍ଠିତ ଏଗ୍ରିକୋଲା ପଦକ ପ୍ରଦାନ କରାଯାଇଛି। ଭାରତରେ ଏବଂ ବିଶ୍ୱ ସ୍ତରରେ ଖାଦ୍ୟ ସୁରକ୍ଷା, ସ୍ଥାୟୀ କୃଷି ଏବଂ ଗ୍ରାମୀଣ ବିକାଶ କ୍ଷେତ୍ରରେ ଥିବା ତାଙ୍କର ଅସାଧାରଣ ନେତୃତ୍ୱକୁ ମାନ୍ୟତା ଦେବା ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି।ପ୍ରମୁଖ କାର୍ଯ୍ୟକ୍ରମ ପାଇଁ ଇଟାଲୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
May 20th, 12:30 am
ପ୍ରଧାନମନ୍ତ୍ରୀ କିଛି ସମୟ ପୂର୍ବରୁ ଇଟାଲୀର ରୋମରେ ପହଞ୍ଚିଛନ୍ତି । ସେ ଇଟାଲୀ ଗଣତନ୍ତ୍ରର ରାଷ୍ଟ୍ରପତି ମହାମହିମ ଶ୍ରୀ ସର୍ଜିଓ ମାଟାରେଲାଙ୍କୁ ଭେଟିବେ ଏବଂ ପ୍ରଧାନମନ୍ତ୍ରୀ ମେଲୋନିଙ୍କ ସହ ଆଲୋଚନା କରିବେ ଏବଂ ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଅର୍ଥନୈତିକ କରିଡର (ଆଇଏମଇସି) ଉପରେ ଧ୍ୟାନ କେନ୍ଦ୍ରିତ କରି ଆଲୋଚନା କରିବେ ।ନରୱେ-ଭାରତ ବ୍ୟବସାୟ ଏବଂ ଗବେଷଣା ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 18th, 11:49 pm
ଆଜି, ଆମେ ନରୱେ ଏବଂ ଭାରତର ବ୍ୟବସାୟ ଏବଂ ଗବେଷଣା ମୁଖ୍ୟ ମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ପାଇଛୁ। ଏତେ ବଡ଼ ସ୍ତରରେ ଏହି ଶିଖର ସମ୍ମିଳନୀର ଆୟୋଜନ କରିବା ପାଇଁ ମୁଁ ନରୱେର ପ୍ରଧାନମନ୍ତ୍ରୀଙ୍କୁ ଆନ୍ତରିକ ଭାବରେ ଧନ୍ୟବାଦ ଜଣାଉଛି।ଭାରତ-ନରଓ୍ବେ ବ୍ୟବସାୟ ଓ ଗବେଷଣା ଶିଖର ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
May 18th, 08:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓସ୍ଲୋଠାରେ ଭାରତ-ନରଓ୍ବେ ବ୍ୟବସାୟ ଓ ଗବେଷଣା ଶିଖର ସମ୍ମିଳନୀରେ ଯୋଗଦେଇଥିଲେ। ଏଥିରେ ନରୱେର ଯୁବରାଜ ହାକନ୍ ଏବଂ ପ୍ରଧାନମନ୍ତ୍ରୀ ଜୋନାସ୍ ଗାହର ଷ୍ଟୋର୍ ମଧ୍ୟ ଅଂଶଗ୍ରହଣ କରିଥିଲେ।ୟୁରୋପୀୟ ଶିଳ୍ପ ଗୋଲଟେବୁଲ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଅନୁବାଦ
May 18th, 05:00 am
ସର୍ବପ୍ରଥମେ, ଏହି ଗୋଲଟେବୁଲ ବୈଠକକୁ ମୋତେ ଆମନ୍ତ୍ରଣ କରିଥିବାରୁ ମୁଁ ପ୍ରଧାନମନ୍ତ୍ରୀ ଉଲ୍ଫ କ୍ରିଷ୍ଟରସନଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି। ଏହି ବୈଠକ ଗୋଥେନବର୍ଗରେ ଆୟୋଜିତ ହେଉଥିବାରୁ ମୁଁ ଖୁସି ଅନୁଭବ କରୁଛି। ଏହି ସହର ଯାହା କେବଳ ନବସୃଜନ ପାଇଁ ଜଣାଶୁଣା ନୁହେଁ ବରଂ ୟୁରୋପର ଉତ୍ପାଦନ ମନୋଭାବର ଏକ ସ୍ପନ୍ଦନଶୀଳ ପ୍ରତୀକ ଭାବରେ ମଧ୍ୟ ପରିଚିତ।ୟୁରୋପୀୟ ଶିଳ୍ପ ଗୋଲ ଟେବୁଲ ବୈଠକକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
May 17th, 12:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ମଇ, ୨୦୨୬ରେ ଗୋଥେନବର୍ଗଠାରେ ଆୟୋଜିତ ୟୁରୋପୀୟ ଶିଳ୍ପ ଗୋଲଟେବୁଲ (ଇଆରଟି) ବୈଠକକୁ ସମ୍ବୋଧିତ କରିଛନ୍ତି । ଭଲଭୋ ଗ୍ରୁପ୍ ଦ୍ୱାରା ଆୟୋଜିତ ଏହି ଆଲୋଚନାରେ ସ୍ୱିଡେନର ପ୍ରଧାନମନ୍ତ୍ରୀ ଶ୍ରୀ ଉଲଫ୍ କ୍ରିଷ୍ଟରସନ୍; ୟୁରୋପୀୟ କମିଶନର ଅଧ୍ୟକ୍ଷା ଶ୍ରୀମତୀ ଉର୍ସୁଲା ଭନ୍ ଡେର୍ ଲେଏନ୍, ୟୁରୋପୀୟ ଶିଳ୍ପପତି ଏବଂ ଅଗ୍ରଣୀ ୟୁରୋପୀୟ ଏବଂ ଭାରତୀୟ କମ୍ପାନୀଗୁଡ଼ିକର ପ୍ରତିନିଧିମାନେ ଯୋଗଦେଇଥିଲେ।From Panchayat to Parliament, PM Modi outlines roadmap for women’s leadership at Nari Shakti Vandan Sammelan
April 13th, 11:15 am
In his address at the Nari Shakti Vandan Sammelan, PM Modi said the Nari Shakti Vandan Act must be implemented on time. Highlighting the critical role of women in the Viksit Bharat journey, the Prime Minister expressed satisfaction that his government has created schemes for every stage of women's life cycle. He also urged women to take the discussions from the programme to every village in the country.‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 13th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଉଦବୋଧନ ଦେଇଛନ୍ତି। ବୈଶାଖୀର ପବିତ୍ର ଅବସର ଏବଂ ଦେଶର ବିଭିନ୍ନ ସ୍ଥାନରେ ନବବର୍ଷ ପାଳନର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ହତ୍ୟାକାଣ୍ଡର ସହିଦମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ ଦୃଢ଼ତାର ସହ କହିଛନ୍ତି, ‘‘ଭାରତ ଏକବିଂଶ ଶତାବ୍ଦୀର ସବୁଠାରୁ ବଡ଼ ନିଷ୍ପତ୍ତି ମଧ୍ୟରୁ ଗୋଟିଏ ନେବାକୁ ଯାଉଛି, ଏହା ନାରୀ ଶକ୍ତି ପାଇଁ ଉତ୍ସର୍ଗୀକୃତ ।’’ଭାରତ-କାନାଡ଼ା ନେତାମାନଙ୍କର ମିଳିତ ବିବୃତି
March 02nd, 05:05 pm
ଭାରତର ପ୍ରଧାନମନ୍ତ୍ରୀ ମହାମହିମ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ଫେବୃଆରୀ ୨୭ରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ସରକାରୀ ଗସ୍ତ କରିଥିଲେ। କାନାଡା ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ଭାରତ ଗସ୍ତ ଥିଲା। ଏହା ୨୦୧୮ ପରେ କାନାଡା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଦ୍ୱିପାକ୍ଷିକ ଭାରତ ଗସ୍ତ। ପ୍ରଧାନମନ୍ତ୍ରୀ କାର୍ନିଙ୍କ ସହିତ କାନାଡାର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଆସିଥିଲେ ଯେଉଁଥିରେ ବରିଷ୍ଠ ମନ୍ତ୍ରୀ, ପ୍ରାଦେଶିକ ନେତା ଏବଂ ପ୍ରମୁଖ ସିଇଓମାନେ ସାମିଲ ଥିଲେ।The HPV vaccination campaign, launched from Ajmer, marks a significant step towards empowering the nation’s Nari Shakti: PM Modi in Rajasthan
February 28th, 12:00 pm
At a public gathering in Ajmer, PM Modi expressed satisfaction that the “double-engine government” in Rajasthan has completed two years of rapid progress. He launched projects worth approximately ₹17,000 crore and handed over appointment letters to youth. The PM also launched the nationwide HPV vaccination campaign, describing it as a pivotal step toward empowering India’s ‘Nari Shakti’ (women power) and ensuring the health of mothers and daughters.ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
February 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଜମେରଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ । ଏହା ରାଜସ୍ଥାନର ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା। ପ୍ରଧାନମନ୍ତ୍ରୀ ଏହି ଅଞ୍ଚଳର ସାଂସ୍କୃତିକ ଏବଂ ବୀରତ୍ୱପୂର୍ଣ୍ଣ ଐତିହ୍ୟ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ସୁରସୁରାର ତେଜାଜୀ ଧାମ ଏବଂ ହାଇଫାକୁ ମୁକ୍ତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରି ଏବେ ବି ଇସ୍ରାଏଲରେ ସମ୍ମାନିତ ମେଜର ଦଲପତ ସିଂହଙ୍କ ସାହସିକତା ପ୍ରତି ସମ୍ମାନ ପ୍ରଦର୍ଶନ କରିଥିଲେ।ଭାରତ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ 2026 ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 19th, 10:00 am
ମହାମହିମ , ମାନ୍ୟବର ମନ୍ତ୍ରୀଗଣ , ଶିଳ୍ପ ନେତା, ଉଦ୍ଭାବକ, ଉଦ୍ୟୋଗୀ, ଗବେଷକ, ପ୍ରତିନିଧିଗଣ , ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି , ମହିଳା ଏବଂ ଭଦ୍ର ବ୍ୟକ୍ତିମାନେ ! ନମସ୍କାର !ଇଣ୍ଡିଆ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 19th, 09:40 am
ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ବିଶ୍ୱର ସର୍ବବୃହତ ଏବଂ ଐତିହାସିକ ଏଆଇ ଇମ୍ପାକ୍ଟ ସମିଟ୍ ଭାରତରେ ଅନୁଷ୍ଠିତ ହେଉଛି, ଯାହା ମାନବତାର ଏକ ଷଷ୍ଠାଂଶ ପ୍ରତିନିଧିତ୍ୱ କରୁଥିବା ଦେଶ। ଭାରତ ବିଶ୍ୱର ସବୁଠୁ ବଡ଼ ଯୁବ ଜନସଂଖ୍ୟା, ସର୍ବାଧିକ ପ୍ରଯୁକ୍ତିଗତ ପ୍ରତିଭା ଭଣ୍ଡାର ଏବଂ ଏକ ସକ୍ରିୟ ପ୍ରଯୁକ୍ତି-ସମର୍ଥିତ ପରିବେଶର ଗୃହ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ଭାରତ କେବଳ ନୂତନ ପ୍ରଯୁକ୍ତି ସୃଷ୍ଟି କରୁ ନାହିଁ ବରଂ ସେଗୁଡ଼ିକୁ ଅଭୂତପୂର୍ବ ଗତିରେ ଗ୍ରହଣ ମଧ୍ୟ କରୁଛି। ୧୪୦ କୋଟି ଭାରତୀୟ ନୂତନ ପ୍ରଯୁକ୍ତିବିଦ୍ୟାକୁ ଗ୍ରହଣ କରିବାକୁ ଆଗ୍ରହୀ ଏବଂ ସେମାନଙ୍କ ପକ୍ଷରୁ ସେ ସମ୍ମିଳନୀରେ ଅଂଶଗ୍ରହଣ କରୁଥିବା ସରକାରୀ ମୁଖ୍ୟ, ବିଶ୍ୱ ଏଆଇ ଇକୋସିଷ୍ଟମର ନେତା ଏବଂ ନବସୃଜନକାରୀଙ୍କୁ ସ୍ୱାଗତ କରିଛନ୍ତି। ସେ ସେମାନଙ୍କ ଉପସ୍ଥିତି ପାଇଁ କୃତଜ୍ଞତା ପ୍ରକାଶ କରିଛନ୍ତି ଏବଂ ଉଲ୍ଲେଖ କରିଛନ୍ତି ଯେ, ଭାରତରେ ଏହି ଶିଖର ସମ୍ମିଳନୀ ଆୟୋଜନ କରିବା କେବଳ ଦେଶ ପାଇଁ ନୁହେଁ ବରଂ ସମଗ୍ର ଦକ୍ଷିଣ ବିଶ୍ୱ ପାଇଁ ଗର୍ବର ବିଷୟ।“ପରୀକ୍ଷା ପେ ଚର୍ଚ୍ଚା ୨୦୨୬” କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
February 06th, 10:21 am
ମୁଁ, ସାନଭୀ ଆଚାର୍ଯ୍ୟ। ମୁଁ ଆପଣଙ୍କ ରାଜ୍ୟ, ଅର୍ଥାତ୍ ଗୁଜରାଟରୁ ଆସିଛି। ମୋର ପ୍ରଥମ ପ୍ରଶ୍ନ ହେଉଛି ଯେ, ଆମର ପିତାମାତା ଆମ ବିଷୟରେ ଚିନ୍ତା କରନ୍ତି, ଆମର ଶିକ୍ଷକମାନେ ମଧ୍ୟ ଆମକୁ ସହଯୋଗ କରନ୍ତି। କିନ୍ତୁ ମୁଖ୍ୟ ସମସ୍ୟା ସେତେବେଳେ ଉପୁଜେ, ଯେତେବେଳେ ଆମର ଶିକ୍ଷକମାନେ ପାଠପଢ଼ାର ଏକ ଭିନ୍ନ ଢାଞ୍ଚା ଗ୍ରହଣ କରିବାକୁ ପରାମର୍ଶ ଦିଅନ୍ତି। ପିତାମାତା ଆଉ ଗୋଟିଏ ଅଲଗା ପ୍ରକାର ଢାଞ୍ଚା ଅନୁସରଣ କରିବାକୁ କହନ୍ତି ଏବଂ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ତ ଆଉ ଗୋଟିଏ ଅଲଗା ଟ୍ରେଣ୍ଡ ଚାଲୁଥାଏ। ଏମିତି ସମୟରେ ଆମେ ଭ୍ରମିତ ହୋଇଯାଉଛୁ ଯେ, ପ୍ରକୃତରେ କେଉଁ ଢାଞ୍ଚା ଗ୍ରହଣ କରିବୁପରୀକ୍ଷା ପେ ଚର୍ଚ୍ଚା 2026ରେ ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 06th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପରୀକ୍ଷା ପେ ଚର୍ଚ୍ଚା (ପିପିସି)ର ନବମ ସଂସ୍କରଣରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ଏକଜାମ୍ ୱାରିୟର୍ସମାନଙ୍କ ସହ ଏକ ଅନୌପଚାରିକ ଆଲୋଚନା କରିଥିଲେ।ବାରାଣସୀରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 04th, 01:00 pm
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ, ୟୁପି ସରକାରଙ୍କ ମନ୍ତ୍ରୀ- ଭାଇ ରବିନ୍ଦ୍ର ଜୟସୱାଲ, ଦୟାଶଙ୍କର, ଗିରିଶ ଯାଦବ, ବାରାଣସୀର ମେୟର ଅଶୋକ ତିୱାରୀ, ଅନ୍ୟାନ୍ୟ ଜନପ୍ରତିନିଧି, ଭଲିବଲ୍ ଆସୋସିଏସନର ସମସ୍ତ ପଦାଧିକାରୀ, ସାରା ଦେଶର ସମସ୍ତ ଖେଳାଳି ଏବଂ ମୋର କାଶୀ ପରିବାର ସଦସ୍ୟଙ୍କୁ ନମସ୍କାର।ବାରାଣାସୀରେ ଆୟୋଜିତ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 04th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ବାରାଣାସୀର ସାଂସଦ ଭାବରେ ସେ ସମସ୍ତ ଖେଳାଳିଙ୍କୁ ସ୍ୱାଗତ ଏବଂ ଅଭିନନ୍ଦନ ଜଣାଇ ଖୁସି ଅନୁଭବ କରୁଛନ୍ତି। ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ଆଜି ବାରାଣସୀରେ ଆରମ୍ଭ ହେଉଛି। ଖେଳାଳିମାନେ ଅକ୍ଲାନ୍ତ ପରିଶ୍ରମ ପରେ ଏହି ଜାତୀୟ ଟୁର୍ଣ୍ଣାମେଣ୍ଟରେ ପହଞ୍ଚିଛନ୍ତି ଏବଂ ଆଗାମୀ ଦିନରେ ବାରାଣାସୀର ଭୂମିରେ ସେମାନଙ୍କର କଠିନ ପରିଶ୍ରମର ପରୀକ୍ଷଣ କରାଯିବ। ସେ କହିଛନ୍ତି ଯେ ଦେଶର ୨୮ଟି ରାଜ୍ୟର ଦଳ ଏକାଠି ହୋଇଛନ୍ତି, ଯାହାକି ଏକ ଭାରତ, ଶ୍ରେଷ୍ଠ ଭାରତର ଏକ ସୁନ୍ଦର ଚିତ୍ର ଉପସ୍ଥାପନ କରୁଛି। ପ୍ରଧାନମନ୍ତ୍ରୀ ଏହି ଚାମ୍ପିଅନସିପରେ ଅଂଶଗ୍ରହଣ କରୁଥିବା ସମସ୍ତ ଦଳଙ୍କୁ ତାଙ୍କର ଶୁଭକାମନା ଜଣାଇଥିଲେ।ଜି-୨୦ ଶିଖର ସମ୍ମିଳନୀର ଦ୍ୱିତୀୟ ଅଧିବେଶନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
November 22nd, 09:57 pm
ଏହି ଚିନ୍ତାଧାରାର ସହିତ ଭାରତ ନିଜର ଜି-୨୦ ଅଧ୍ୟକ୍ଷତା ଅବଧିରେ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟକାରୀ ଗୋଷ୍ଠୀ ସ୍ଥାପନା କରିଥିଲା। ଏହି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟସୂଚୀକୁ ପ୍ରାଥମିକତା ପ୍ରଦାନ ପୂର୍ବକ ଆଗକୁ ବଢ଼ାଇ ଥିବାରୁ ମୁଁ ଦକ୍ଷିଣ ଆଫ୍ରିକାକୁ ଅଭିନନ୍ଦନ ଜଣାଉଛି।ଜୋହାନ୍ସବର୍ଗ ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
November 22nd, 09:35 pm
ଉନ୍ମୋଚନ ଅଧିବେଶନରେ ସମାବେଶୀ ଏବଂ ପୋଷଣୀୟ ଆର୍ଥିକ ବିକାଶରେ କାହାକୁ ପଛରେ ନ ଛାଡ଼ିବା' ଶୀର୍ଷକ ପ୍ରସଙ୍ଗରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ କୁଶଳୀ ସ୍ଥାନରନ୍ତଣ, ପର୍ଯ୍ୟଟନ, ଖାଦ୍ୟ ନିରାପତ୍ତା, କୃତ୍ରିମ ପ୍ରଜ୍ଞା, ଡିଜିଟାଲ ଅର୍ଥନୀତି, ନବାସାର ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏହି ଗୋଷ୍ଠୀ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ପ୍ରସଙ୍ଗରେ, ସେ ଉଲ୍ଲେଖ କରିଥିଲେ ଯେ ନୂଆଦିଲ୍ଲୀ ଶିଖର ସମ୍ମିଳନୀ ଅବସରରେ ଗ୍ରହଣ କରାଯାଇଥିବା କେତେକ ଐତିହାସିକ ନିଷ୍ପତ୍ତିକୁ ଆଗକୁ ଆଗେଇ ନିଆଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଆରୋପ ପୂର୍ବକ ସୂଚାଇଥିେ ଯେ ବର୍ତ୍ତମାନ ସମୟ ଆସିଛି ଯେତେବେଳେ ଆମକୁ ବିକାଶର ନୂଆ ନୂଆ ମାପଦଣ୍ଡ ଦୃଷ୍ଟିରୁ ଦେଖିବା ଉଚିତ, ଯାହା ଫଳରେ ବିକାଶ କ୍ଷେତ୍ରରେ ଥିବା ଅସନ୍ତୁଳନକୁ ମେଣ୍ଟାଯାଇ ପାରିବ ଏବଂ ପ୍ରାକୃତିକ ସମ୍ପଦର ମାତ୍ରାତିରିକ୍ତ ଉତ୍ତୋଳନକୁ ମଧ୍ୟ ରୋକାଯାଇ ହେବ। ବିଶେଷ କରି ଯେତେବେଳେ ଜି- ୨୦ ଶିଖର ସମ୍ମିଳନୀ ପ୍ରଥମ ଥର ପାଇଁ ଆଫ୍ରିକା ଭୂଇଁରେ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ, ସେ ଦର୍ଶାଇଥିଲେ ଯେ ସାମଗ୍ରିକ ମାନବିକତା'ର ଚିନ୍ତାଧାରା ଯାହା କି ଭାରତର ସଭ୍ୟତାଗତ ପ୍ରଜ୍ଞା ଉପରେ ଆଧାରିତ ତାହା ଅଧିକ ମାତ୍ରାରେ ଉପଯୋଗ କରାଯିବା ଉଚିତ। ସାମଗ୍ରିକ ମାନବବାଦକୁ ବ୍ୟାଖ୍ୟା କରିବାକୁ ଯାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ମାନବ, ସମାଜ ଏବଂ ପ୍ରକୃତିର ସାମଗ୍ରିକ ଚିନ୍ତାଧାରାକୁ ହିଁ ଆଧାର କରି ଆଗକୁ ଅଗ୍ରସର ହୋଇଥାଏ ଏବଂ ସେଥି ନିମନ୍ତେ ପ୍ରଗତି ପଥରେ ସକଳ ପ୍ରକାର ସମନ୍ୱୟ ରକ୍ଷା କରାଯାଇଥାଏ ଏବଂ ଏହା ଧରିତ୍ରୀ ଅବଶ୍ୟ ହାସଲ କରିପାରିବ।