ନେକ୍ସଟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 10:47 pm
ଆଜି, ମାର୍ଚ୍ଚ ୧୨ ତାରିଖ, ଏକ ଐତିହାସିକ ଦିନ । ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ମହାତ୍ମା ଗାନ୍ଧୀ ସାବରମତୀ ଆଶ୍ରମରୁ ଦାଣ୍ଡି ଯାତ୍ରା ଆରମ୍ଭ କରିଥିଲେ । ଏହା ଭାରତର ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ମୋଡ଼ ଥିଲା, କାରଣ ଏହି ଯାତ୍ରା ଦେଶର ପ୍ରତିଟି କୋଣକୁ ଏକମାତ୍ର ଲକ୍ଷ୍ୟ ‘ଭାରତର ସ୍ୱାଧୀନତା’ ସହିତ ଯୋଡ଼ିଥିଲା। ଆଜି ଏହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ଆଉ ଏକ ଯାତ୍ରାରେ ବାହାରିଛୁ । ଏହି ଯାତ୍ରା ହେଉଛି ବିକଶିତ ଭାରତର ଯାତ୍ରା । ଆମର ଲକ୍ଷ୍ୟ ଗୋଟିଏ, ଆମର ଗନ୍ତବ୍ୟ ସ୍ଥଳ ମଧ୍ୟ ଗୋଟିଏ, ତାହା ହେଲା- ବିକଶିତ ଭାରତ। ଏହି ଲକ୍ଷ୍ୟ ପ୍ରାପ୍ତି ଦିଗରେ, ଏହିଭଳି ସମ୍ମିଳନୀରେ ହେଉଥିବା ମନ୍ଥନ ଏବଂ ସେଥିରୁ ବାହାରୁଥିବା ଅମୃତ ଏକ ବଡ଼ ଭୂମିକା ଗ୍ରହଣ କରେ । ମୋତେ ନେକ୍ସଟ ସମ୍ମିଳନୀକୁ (Nxt Summit) ନିମନ୍ତ୍ରଣ କରିଥିବାରୁ ମୁଁ ଆପଣ ସମସ୍ତଙ୍କ ନିକଟରେ କୃତଜ୍ଞ । ଏଠାକୁ ଦେଶ ଓ ବିଦେଶରୁ ଅନେକ ସହକର୍ମୀ ଆସିଛନ୍ତି; କିଛି ପୁରୁଣା ପରିଚିତ ମଧ୍ୟ ଅଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି । ବନ୍ଧୁଗଣ, ୨୧ତମ ଶତାବ୍ଦୀର ଏହି ସମୟ ‘ନ ଭୂତୋ ନ ଭବିଷ୍ୟତି’ (ଯାହା ପୂର୍ବରୁ କେବେ ଘଟିନି କି ଭବିଷ୍ୟତରେ ଘଟିବ ନାହିଁ) ଭଳି । ଗୋଟିଏ ପଟେ ଯୁଦ୍ଧର ଭୟାବହତା ରହିଛି, ଯୋଗାଣ ଶୃଙ୍ଖଳା ପୁଣି ଥରେ ନଷ୍ଟ ହେଉଛି ଏବଂ ଜାତିସଂଘ ଭଳି ବିଶ୍ୱସ୍ତରୀୟ ସଂସ୍ଥାଗୁଡ଼ିକର ପ୍ରାସଙ୍ଗିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଏଭଳି ସମୟରେ, ଏହି ପ୍ରତିକୂଳ ପରିସ୍ଥିତି ମଧ୍ୟରେ ବି ଆମ ଭାରତ ଅଗ୍ରସର ହେଉଛି । ଆଜି ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ, ଯେଉଁ ଦେଶର ନାମ ସବୁଠାରୁ ଅଧିକ ଆଲୋଚନା ହେଉଛି, ତାହା ହେଉଛି ଭାରତ । ସାମ୍ପ୍ରତିକ ଅନେକ ସଙ୍କଟ ମଧ୍ୟରେ, ବିଶ୍ୱର ପ୍ରତ୍ୟେକ ଗମ୍ଭୀର ନେତା ଏବଂ ପ୍ରତ୍ୟେକ ଜ୍ଞାନୀ ବ୍ୟକ୍ତିଙ୍କର ଭାରତ ପ୍ରତି ବହୁତ ବଡ଼ ଆଶା ରହିଛି । ନିକଟରେ ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର ଷ୍ଟବ ଭାରତ ଆସିଥିଲେ । ସେ କହିଥିଲେ ଯେ ‘ଦକ୍ଷିଣ ବିଶ୍ୱ (ଗ୍ଲୋବାଲ ସାଉଥ’) ଏବେ ବିଶ୍ୱର ଦିଗ ନିର୍ଣ୍ଣୟ କରିବ ଏବଂ ସେହି ଦିଗ ନିର୍ଦ୍ଧାରଣ କରିବାରେ ଭାରତ ସବୁଠାରୁ ଶକ୍ତିଶାଳୀ ଦେଶ ହେବ । ଏହା ପୂର୍ବରୁ କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ କାର୍ଣ୍ଣି ମଧ୍ୟ କହିଥିଲେ ଯେ ଆଗାମୀ ତିନି ଦଶନ୍ଧି ମଧ୍ୟରେ ବିଶ୍ୱର ଅର୍ଥନୈତିକ ମାଧ୍ୟାକର୍ଷଣ ଯେଉଁ କେନ୍ଦ୍ରକୁ ସ୍ଥାନାନ୍ତରିତ ହେଉଛି, ତାହା ହେଉଛି ଭାରତ । ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋଁ ମଧ୍ୟ ବିଶ୍ୱାସ କରନ୍ତି ଯେ ବିଶ୍ୱର ବଡ଼ ବଡ଼ ସମସ୍ୟାର ସମାଧାନ ପାଇଁ ଭାରତ ଏକ ଅପରିହାର୍ଯ୍ୟ ଅଂଶୀଦାର ପାଲଟିଛି । ଆଜି ଯଦି ଆମେ ବୈଷୟିକ ଏବଂ ଅର୍ଥନୈତିକ ଜଗତର ବିଶ୍ୱସ୍ତରୀୟ ନେତାମାନଙ୍କ ବକ୍ତବ୍ୟର ସାରାଂଶ କାଢ଼ିବା, ତେବେ କେବଳ ଗୋଟିଏ ଭାବନା ଉକୁଟି ଆସେ - ଯଦି ଆପଣ ଭବିଷ୍ୟତର ଅଂଶ ହେବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ଭାରତ ସହିତ ଯୋଡ଼ି ହେବାକୁ ପଡ଼ିବ; ଆପଣଙ୍କୁ ଭାରତରେ ରହିବାକୁ ହେବ ।ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 12th, 08:30 pm
ପ୍ରଧାନମନ୍ତ୍ରୀ ଆଜି ଆଇଟିଭି ନେଟୱାର୍କର ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଐତିହାସିକ ଦାଣ୍ଡିଯାତ୍ରାର ବାର୍ଷିକୀ ସଂପର୍କରେ ଉଲ୍ଲେଖ କରି ସେ ଭାରତର ସ୍ବାଧୀନତା ସଂଗ୍ରାମ ସହ ଏକ ବିକଶିତ ଦେଶ ହେବାକୁ ଭାରତ ଚଳାଇଥିବା ଅଭିଯାନର ସମାନତା ଆଙ୍କିଥିଲେ। ଶ୍ରୀ ମୋଦି ଗୁରୁତ୍ୱାରୋପ କରି କହିଥିଲେ ଯେ ଯେପରି ୧୯୩୦ ମାର୍ଚ୍ଚ ଦେଶକୁ ସ୍ୱାଧୀନତା ଆଡକୁ ନେଇଥିଲା, ସେହିପରି ବର୍ତ୍ତମାନର ବିକଶିତ ଭାରତ ମିଶନ ହେଉଛି ୧୪୦ କୋଟି ଭାରତୀୟଙ୍କ ସାମୂହିକ ଲକ୍ଷ୍ୟ। ସେ କହିଥିଲେ, ଆଜି, ସେହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ପୁଣି ଥରେ 'ବିକଶିତ ଭାରତ' ପାଇଁ ଏକ ନୂତନ ଯାତ୍ରା ଆରମ୍ଭ କରିଛୁ।ଏନଏକ୍ସଟି କନକ୍ଲେଭରେ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟି ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
March 01st, 04:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ଏନଏକ୍ସଟି କନକ୍ଲେଭରେ ବିଭିନ୍ନ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟି ଆଲୋଚନା କରିଥିଲେ । କାର୍ଲୋସ୍ ମଣ୍ଟେସ୍, ପ୍ରଫେସର ଜୋନାଥନ ଫ୍ଲେମିଂ, ଡ. ଆନ୍ ଲିବର୍ଟ, ପ୍ରଫେସର ଭେଜାଲିନ୍ ପୋପୋଭସ୍କି, ଡ. ବ୍ରାଏନ୍ ଗ୍ରୀନ୍, ଆଲେକ୍ ରସ୍, ଓଲେଗ୍ ଆର୍ଟେମିଭ୍ ଏବଂ ମାଇକ୍ ମାସିମିନୋଙ୍କ ନାମ ଏହି ତାଲିକାରେ ରହିଛି।PM Modi meets former President of Sri Lanka
March 01st, 02:35 pm
PM Modi met former Sri Lankan President Ranil Wickremesinghe at the NXT Conclave in New Delhi. Sharing the moment on X, he wrote, At the NXT Conclave, met my friend Mr. Ranil Wickremesinghe. I have always looked forward to our interactions and have admired his perspective on various issues.Prime Minister meets former PM of Australia
March 01st, 02:33 pm
PM Modi met former Australian PM Tony Abbott at the NXT Conclave in New Delhi. Sharing the moment on X, he wrote, Delighted to meet my good friend and former Australian PM, Mr. Tony Abbott. He has always been a friend of India’s. We have all seen him enjoy millets during his current visitIndia is not just a workforce, we are a world force driving global change: PM Modi
March 01st, 11:00 am
The Prime Minister Shri Narendra Modi participated in the NXT Conclave in the Bharat Mandapam, New Delhi today. Addressing the gathering, he extended his heartfelt congratulations on the auspicious launch of NewsX World. He highlighted that the network includes channels in Hindi, English, and various regional languages, and today, it is going global. He also remarked on the initiation of several fellowships and scholarships, extending his best wishes for these programs.ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
March 01st, 10:34 am
ଶନିବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିବା ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି । ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲ ଶୁଭ ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସମବେତ ଜନତାକୁ ଉଦବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜ ହୃଦୟରୁ ସଭିଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ହିନ୍ଦୀ, ଇଂରାଜୀ ଓ ଅନ୍ୟାନ୍ୟ ଆଂଚଳିକ ଭାଷାରେ ନିଜ ନେଟବାର୍କ ଖୋଲିଥିବା ଏହି ସଂସ୍ଥା ଏବେ ଏକ ବୈଶ୍ୱିକ ଚ୍ୟାନେଲରେ ପରିଣତ ହୋଇପାରିଛି । ବିଭିନ୍ନପ୍ରକାର ସ୍କଲାରସିପ ଓ ଫେଲୋସିପ ଆରମ୍ଭ କରାଯାଇଥିବାରୁ ସେ ଏଥିପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ ।