ନୟା ରାୟପୁରରେ ଶାନ୍ତି ଶିଖର - ବ୍ରହ୍ମକୁମାରୀ ଧ୍ୟାନ କେନ୍ଦ୍ରର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ଅନୁବାଦ

November 01st, 11:15 am

ଓମ୍ ଶାନ୍ତି! ଛତିଶଗଡର ରାଜ୍ୟପାଳ ରମଣ ଡେକା ଜୀ, ରାଜ୍ୟର ଲୋକପ୍ରିୟ ତଥା ସକ୍ରିୟ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ଜୀ, ରାଜଯୋଗିନୀ ଭଉଣୀ ଜୟନ୍ତୀ ଜୀ, ରାଜଯୋଗୀ ମୃତୁଞ୍ଜୟ ଜୀ, ସମସ୍ତ ବ୍ରହ୍ମକୁମାରୀ ଭଉଣୀ, ଏଠାରେ ଉପସ୍ଥିତ ଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!

ନୟା ରାୟପୁରରେ ‘ଶାନ୍ତି ଶିଖର’ ଉଦଘାଟନୀ ଉତ୍ସବରେ ବ୍ରହ୍ମକୁମାରୀମାନଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

November 01st, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ନୟା ରାୟପୁରରେ ଆଧ୍ୟାତ୍ମିକ ଶିକ୍ଷା, ଶାନ୍ତି ଏବଂ ଧ୍ୟାନ ପାଇଁ ଏକ ଆଧୁନିକ କେନ୍ଦ୍ର ଶାନ୍ତି ଶିଖରର ଉଦଘାଟନ ଅବସରରେ ବ୍ରହ୍ମାକୁମାରୀମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ କାରଣ ଛତିଶଗଡ଼ ଏହାର ପ୍ରତିଷ୍ଠାର ୨୫ ବର୍ଷ ପୂରଣ କରୁଛି। ସେ ଉଲ୍ଲେଖ କରିଥିଲେ ଯେ, ଛତିଶଗଡ଼ ସହିତ, ଝାଡ଼ଖଣ୍ଡ ଓ ଉତ୍ତରାଖଣ୍ଡ ମଧ୍ୟ ସେମାନଙ୍କର ପ୍ରତିଷ୍ଠାର ୨୫ ବର୍ଷ ପୂରଣ କରିଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ, ଦେଶର ଅନ୍ୟାନ୍ୟ ଅନେକ ରାଜ୍ୟ ଆଜି ସେମାନଙ୍କର ରାଜ୍ୟ ପ୍ରତିଷ୍ଠା ଦିବସ ପାଳନ କରୁଛନ୍ତି। ଶ୍ରୀ ମୋଦୀ ଏହି ସମସ୍ତ ରାଜ୍ୟର ବାସିନ୍ଦାଙ୍କୁ ସେମାନଙ୍କର ରାଜ୍ୟ ପ୍ରତିଷ୍ଠା ଦିବସରେ ଶୁଭକାମନା ଜଣାଇଥିଲେ। ରାଜ୍ୟଗୁଡ଼ିକର ବିକାଶ ଦେଶର ପ୍ରଗତିକୁ ଇନ୍ଧନ ଯୋଗାଇଥାଏ, ଏହି ମାର୍ଗଦର୍ଶକ ନୀତି ଦ୍ୱାରା ପରିଚାଳିତ ହୋଇ, ଆମେ ଏକ ବିକଶିତ ଭାରତ ନିର୍ମାଣ ମିଶନରେ ସକ୍ରିୟ ଭାବରେ ନିୟୋଜିତ ଅଛୁ ବୋଲି ପ୍ରଧାନମନ୍ତ୍ରୀ ଦୃଢତାର ସହିତ କହିଥିଲେ।

The history and legacy of the Chola Empire reflect the strength and true potential of our great nation: PM Modi

July 27th, 12:30 pm

In his address during the Aadi Thiruvathirai Festival at the Gangaikonda Cholapuram temple in Tamil Nadu, PM Modi said that the legacy of Rajaraja Chola and Rajendra Chola is synonymous with India's identity and pride. He remarked that the economic and strategic advancements achieved during the Chola era continue to inspire modern India. The PM affirmed his resolve to further strengthen the spirit of pride in India’s rich heritage.

ତାମିଲନାଡୁର ଗଙ୍ଗଇକୋଣ୍ଡା ଚୋଳପୁରମରେ ଆଦି ତିରୁବଥିରାଇ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

July 27th, 12:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଗଙ୍ଗଇକୋଣ୍ଡା ଚୋଳପୁରମ ମନ୍ଦିରରେ ଆଦି ତିରୁବଥିରାଇ ମହୋତ୍ସବକୁ ସମ୍ବୋଧିତ କରିଥିଲେ । ସର୍ବଶକ୍ତିମାନ ଭଗବାନ ଶିବଙ୍କୁ ପ୍ରଣାମ କରି, ରାଜରାଜା ଚୋଳଙ୍କ ପବିତ୍ର ଭୂମିରେ ଦିବ୍ୟ ଶିବ ଦର୍ଶନ ମାଧ୍ୟମରେ ଅନୁଭୂତ ଗଭୀର ଆଧ୍ୟାତ୍ମିକ ଶକ୍ତିକୁ ପ୍ରତିଫଳିତ କରି, ଶ୍ରୀ ଇଲୈୟାରାଜଙ୍କ ସଙ୍ଗୀତ ଏବଂ ଓଧୂବରମାନଙ୍କ ପବିତ୍ର ମନ୍ତ୍ର ସହିତ, ଶ୍ରୀ ମୋଦୀ ମନ୍ତବ୍ୟ ଦେଇଥିଲେ ଯେ, ଏହି ଆଧ୍ୟାତ୍ମିକ ପରିବେଶ ଆତ୍ମାକୁ ଗଭୀର ଭାବରେ ଆକର୍ଷିତ କରିଛି ।

ଘାନା ଗଣରାଜ୍ୟର ସଂସଦକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ଓଡ଼ିଆ ଅନୁବାଦ

July 03rd, 03:45 pm

ଘାନାରେ ରହିବା ଏକ ସୌଭାଗ୍ୟର ବିଷୟ - ଏକ ଭୂମି ଯାହା ଗଣତନ୍ତ୍ର, ମର୍ଯ୍ୟାଦା ଏବଂ ସ୍ଥିରତାର ଆତ୍ମାକୁ ପରିପ୍ରକାଶ କରେ। ବିଶ୍ୱର ସର୍ବବୃହତ ଗଣତନ୍ତ୍ରର ପ୍ରତିନିଧି ଭାବରେ, ମୁଁ ମୋ ସହିତ 140 କୋଟି ଭାରତୀୟଙ୍କ ସଦିଚ୍ଛା ଏବଂ ଶୁଭେଚ୍ଛା ଆଣିଛି।

ଘାନା ସଂସଦରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

July 03rd, 03:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘାନାର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଏଭଳି କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ । ସଂସଦର ବାଚସ୍ପତି ମାନନୀୟ ଆଲବାନ କିଙ୍ଗସଫୋର୍ଡ ସୁମନ ବାଗବିନଙ୍କ ଦ୍ୱାରା ଆହୂତ ଏହି ଅଧିବେଶନରେ ସଂସଦର ସଦସ୍ୟ, ସରକାରୀ ଅଧିକାରୀ ଏବଂ ଉଭୟ ଦେଶର ବିଶିଷ୍ଟ ଅତିଥିମାନେ ଯୋଗ ଦେଇଥିଲେ। ଏହି ଅଭିଭାଷଣ ଭାରତ - ଘାନାର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ଥିଲା, ଯାହା ଦୁଇ ଦେଶକୁ ଏକଜୁଟ କରୁଥିବା ପାରସ୍ପରିକ ସମ୍ମାନ ଏବଂ ସହଭାଗୀ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ପ୍ରତିଫଳିତ କରେ।

ଶ୍ରୀ ନାରାୟଣ ଗୁରୁ ଏବଂ ଗାନ୍ଧୀଜୀଙ୍କ ମଧ୍ୟରେ ବାର୍ତ୍ତାଳାପର ଶତବାର୍ଷିକୀ ସମାରୋହ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 24th, 11:30 am

ଆଜି ଏହି ପରିସରରେ ଦେଶର ଇତିହାସରେ ଏକ ଅଭୂତପୂର୍ବ ଘଟଣାର ସ୍ମରଣ କରିବାର ସାକ୍ଷୀ ହେଉଛି। ଏକ ଏମିତି ଐତିହାସିକ ଘଟଣା, ଯାହା କେବଳ ଆମର ସ୍ୱାଧୀନତା ଆନ୍ଦୋଳନକୁ ଏକ ନୂତନ ଦିଗ ପ୍ରଦାନ କରି ନ ଥିଲା ବରଂ ସ୍ୱାଧୀନତାର ଲକ୍ଷ୍ୟ ଏବଂ ଏକ ସ୍ୱାଧୀନ ଭାରତର ସ୍ୱପ୍ନକୁ ଦୃଢ଼ ଅର୍ଥ ମଧ୍ୟ ଦେଇଥିଲା। 100 ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ସେହି ସାକ୍ଷାତ ଆଜି ମଧ୍ୟ ସେତିକି ପ୍ରେରଣାଦାୟୀ ଏବଂ ପ୍ରାସଙ୍ଗିକ। 100 ବର୍ଷ ପୂର୍ବେ ଯେଉଁ ବୈଠକ ହୋଇଥିଲା, ତାହା ଆଜି ମଧ୍ୟ ସାମାଜିକ ସୌହାର୍ଦ୍ଦ୍ୟ ଏବଂ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ବଡ଼ ଉତ୍ସ ହୋଇ ରହିଛି। ଏହି ଐତିହାସିକ ଅବସରରେ ମୁଁ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରୁଛି। ମୁଁ ଗାନ୍ଧୀଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ଐତିହାସିକ ଆଲୋଚନାର ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ

June 24th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଭାରତର ଦୁଇ ମହାନ ଆଧ୍ୟାତ୍ମିକ ଏବଂ ନୈତିକ ନେତା ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ଐତିହାସିକ ଆଲୋଚନାର ଶତବାର୍ଷିକୀ ପାଳନ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମ୍ମାନପୂର୍ବକ ଶୁଭେଚ୍ଛା ଜଣାଇଥିଲେ, କହିଥିଲେ ଯେ ଆଜି ଏହି ସ୍ଥାନ ଦେଶର ଇତିହାସରେ ଏକ ଅଭୂତପୂର୍ବ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ , ଏହା ଏକ ଐତିହାସିକ ଘଟଣା ଯାହା ଆମର ସ୍ୱାଧୀନତା ଆନ୍ଦୋଳନକୁ ନୂତନ ଦିଗଦର୍ଶନ ଦେଇଥିଲା, ସ୍ୱାଧୀନତାର ଉଦ୍ଦେଶ୍ୟ ଏବଂ ସ୍ୱାଧୀନ ଭାରତର ସ୍ୱପ୍ନକୁ ପ୍ରକୃତ ଅର୍ଥ ଦେଇଥିଲା। ୧୦୦ ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ଆଜି ମଧ୍ୟ ପ୍ରେରଣାଦାୟକ ଏବଂ ପ୍ରାସଙ୍ଗିକ ଅଟେ, ଏବଂ ସାମାଜିକ ସଦ୍ଭାବ ଏବଂ ଏକ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ଶକ୍ତିଶାଳୀ ଉତ୍ସ ଭାବରେ କାର୍ଯ୍ୟ କରେ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଐତିହାସିକ ଅବସରରେ, ସେ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରିଥିଲେ ଏବଂ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ମହାକାଶ ଅନୁସନ୍ଧାନ ସମ୍ପର୍କିତ ବିଶ୍ୱ ସମ୍ମିଳନୀରେ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 07th, 12:00 pm

ଗ୍ଲୋବାଲ ସ୍ପେସ୍ ଏକ୍ସପ୍ଲୋରେସନ୍ କନଫରେନ୍ସ ୨୦୨୫ରେ ଆପଣମାନଙ୍କ ସହ ସାମିଲ ହୋଇ ବହୁତ ଖୁସି ଲାଗୁଛି । ମହାକାଶ କେବଳ ଏକ ଗନ୍ତବ୍ୟ ସ୍ଥଳ ନୁହେଁ । ଏହା କୌତୂହଳ, ସାହସ ଓ ସାମୂହିକ ପ୍ରଗତିର ଏକ ପେଣ୍ଠସ୍ଥଳ। ଭାରତର ମହାକାଶ ଯାତ୍ରା ଏହି ଭାବନାକୁ ପ୍ରତିଫଳିତ କରେ। ୧୯୬୩ ମସିହାରେ ଏକ କ୍ଷୁଦ୍ର ରକେଟ୍ ଉତକ୍ଷେପଣ ଠାରୁ ଆରମ୍ଭ କରି ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ଅବତରଣ କରିଥିବା ପ୍ରଥମ ରାଷ୍ଟ୍ର ହେବା ପର୍ଯ୍ୟନ୍ତ ଆମର ଯାତ୍ରା ଉଲ୍ଲେଖନୀୟ ଗୁରୁତ୍ୱ ବହନ କରୁଛି। ଆମର ରକେଟ୍ ପେଲୋଡ ଠାରୁ ଅଧିକ ଓଜନ ବହନ କରିଥାଏ। ସେମାନେ ୧.୪ ବିଲିୟନ ଭାରତୀୟଙ୍କ ସ୍ୱପ୍ନକୁ ଧାରଣ କରି ଚାଲିଥାନ୍ତି। ଭାରତର ସଫଳତା ଏକ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ମାଇଲଖୁଣ୍ଟ । ଏହା ବ୍ୟତୀତ, ସେମାନେ ପ୍ରମାଣ କରନ୍ତି ଯେ ମାନବ ଆତ୍ମା ମାଧ୍ୟାକର୍ଷଣକୁ ଚାଲେଞ୍ଜ କରିପାରେ । ଭାରତ ୨୦୧୪ରେ ପ୍ରଥମ ଉଦ୍ୟମରେ ମଙ୍ଗଳ ଗ୍ରହରେ ପହଞ୍ଚି ଇତିହାସ ରଚିଥିଲା। ଚନ୍ଦ୍ରଯାନ-୧ ଚନ୍ଦ୍ରରେ ଜଳ ଆବିଷ୍କାର କରିବାରେ ସାହାଯ୍ୟ କରିଥିଲା। ଚନ୍ଦ୍ରଯାନ-୨ ଆମକୁ ଚନ୍ଦ୍ରର ସର୍ବାଧିକ-ରିଜୋଲ୍ୟୁସନ୍ ଛବିଗୁଡ଼ିକ ଦେଇଛି। ଚନ୍ଦ୍ରଯାନ-୩ ଚନ୍ଦ୍ରର ଦକ୍ଷିଣ ମେରୁ ବିଷୟରେ ଆମର ବୁଝାମଣା ବୃଦ୍ଧିରେ ସହାୟକ ହୋଇଥିଲା। ଆମେ ରେକର୍ଡ ସମୟ ମଧ୍ୟରେ କ୍ରାୟୋଜେନିକ ଇଞ୍ଜିନ ନିର୍ମାଣ କରିଥିଲୁ। ଆମେ ଆମର ଉତକ୍ଷେପଣ ଯାନରେ ୩୪ଟି ଦେଶ ପାଇଁ ୪୦୦ରୁ ଅଧିକ ଉପଗ୍ରହ ଉତ୍‌କ୍ଷେପଣ କରିଛୁ। ଚଳିତ ବର୍ଷ ଆମେ ମହାକାଶରେ ଦୁଇଟି ଉପଗ୍ରହ ଡକ୍ କରିଛୁ, ଯାହା ଏକ ବଡ଼ ପଦକ୍ଷେପ।

ବିଶ୍ୱ ମହାକାଶ ଅନୁସନ୍ଧାନ ସମ୍ମିଳନୀ (ଜିଏଲଇଏକ୍ସ) ୨୦୨୫କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 07th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଶ୍ୱ ମହାକାଶ ଅନୁସନ୍ଧାନ ସମ୍ମିଳନୀ (ଜିଏଲଇଏକ୍ସ) ୨୦୨୫ କୁ ସମ୍ବୋଧିତ କରିଛନ୍ତି । ସାରା ବିଶ୍ୱରୁ ଆସିଥିବା ବିଶିଷ୍ଟ ପ୍ରତିନିଧି, ବୈଜ୍ଞାନିକ ଏବଂ ମହାକାଶଚାରୀମାନଙ୍କୁ ସ୍ୱାଗତ କରି, ସେ (ଜିଏଲଇଏକ୍ସ) ୨୦୨୫ ରେ ଭାରତର ଉଲ୍ଲେଖନୀୟ ମହାକାଶ ଯାତ୍ରା ଉପରେ ଆଲୋକପାତ କରି କହିଥିଲେ ଯେ, ମହାକାଶ କେବଳ ଏକ ଗନ୍ତବ୍ୟସ୍ଥଳ ନୁହେଁ , ବରଂ କୌତୁହଳ, ସାହସ ଏବଂ ସାମୂହିକ ପ୍ରଗତିର ଉଦଘୋଷ । ୧୯୬୩ରେ ଏକ ଛୋଟ ରକେଟ୍ ଉତକ୍ଷେପଣ କରିବା ଠାରୁ ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ଅବତରଣ କରିଥିବା ପ୍ରଥମ ରାଷ୍ଟ୍ର ହେବା ପର୍ଯ୍ୟନ୍ତ ଭାରତର ମହାକାଶ ଯାତ୍ରାର ସଫଳତାର ଭାବନାକୁ ପ୍ରତିଫଳିତ କରେ ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ଭାରତୀୟ ରକେଟ୍ ପେଲୋଡ୍ ଅପେକ୍ଷା ଅଧିକ ବହନ କରେ - ଏଗୁଡିକ ୧.୪ ବିଲିୟନ ଭାରତୀୟଙ୍କ ସ୍ୱପ୍ନ ବହନ କରନ୍ତି ବୋଲି ସେ କହିବା ସହିତ ଏହା କହିଛନ୍ତି ଯେ , ଭାରତର ମହାକାଶ କ୍ଷେତ୍ରର ପ୍ରଗତି ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ମାଇଲଖୁଣ୍ଟ ଏବଂ ଏହା ପ୍ରମାଣିତ ଯେ ମାନବ ଭାବନା ଗୁରୁତ୍ୱାକର୍ଷଣକୁ ଚ୍ୟାଲେଞ୍ଜ କରିପାରିବ। ସେ ୨୦୧୪ ମସିହାରେ ପ୍ରଥମ ପ୍ରୟାସରେ ମଙ୍ଗଳ ଗ୍ରହରେ ପହଞ୍ଚିବାର ଭାରତର ଐତିହାସିକ ସଫଳତାକୁ ମନେ ପକାଇଥିଲେ। ସେ ଆଲୋକପାତ କରିଥିଲେ ଯେ ଚନ୍ଦ୍ରାୟଣ - ୧ ଚନ୍ଦ୍ରରେ ଜଳ ଆବିଷ୍କାର କରିବାରେ ସାହାଯ୍ୟ କରିଥିଲା, ଚନ୍ଦ୍ରାୟଣ - ୨ ଚନ୍ଦ୍ର ପୃଷ୍ଠର ସର୍ବୋଚ୍ଚ-ରିଜୋଲ୍ୟୁସନ୍ ଚିତ୍ର ପ୍ରଦାନ କରିଥିଲା ଏବଂ ଚନ୍ଦ୍ରାୟଣ -୩ ଚନ୍ଦ୍ରର ଦକ୍ଷିଣ ମେରୁ ସମ୍ପର୍କରେ ସୂଚନାକୁ ଆହୁରି ଆଗକୁ ବଢାଇଥିଲା। ଭାରତ ରେକର୍ଡ ସମୟରେ କ୍ରାୟୋଜେନିକ୍ ଇଞ୍ଜିନ୍ ବିକଶିତ କରିଥିଲା, ଗୋଟିଏ ମିଶନରେ ୧୦୦ ଉପଗ୍ରହ ପ୍ରକ୍ଷେପଣ କରିଥିଲା ଏବଂ ଭାରତୀୟ ପ୍ରକ୍ଷେପଣ ଯାନ ବ୍ୟବହାର କରି ୩୪ଟି ରାଷ୍ଟ୍ର ପାଇଁ ୪୦୦ ରୁ ଅଧିକ ଉପଗ୍ରହ ସଫଳତାର ସହିତ ସ୍ଥାପିତ କରିଥିଲା ବୋଲି ସେ ଉଲ୍ଲେଖ କରିଥିଲେ। ଭାରତର ସଦ୍ୟତମ ସଫଳତାରେ , ଚଳିତ ବର୍ଷ ମହାକାଶରେ ଦୁଇଟି ଉପଗ୍ରହ ଡକିଂ କୁ ଗୁରୁତ୍ୱାରୋପ କରି ଏହାକୁ ମହାକାଶ ଅନୁସନ୍ଧାନରେ ଏକ ପ୍ରମୁଖ ପଦକ୍ଷେପ ବୋଲି ସେ କହିଥିଲେ।

ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ

March 16th, 11:47 pm

ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।

ଏକ ପଡ୍‌କାଷ୍ଟରେ ଲେକ୍ସ ଫ୍ରିଡ୍‌ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର

March 16th, 05:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍‌କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।

ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 15th, 11:08 am

ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।

ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ

January 15th, 10:30 am

ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।

ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଓ ଦାରିଦ୍ର୍ୟ ମୁକାବିଲା ଉପରେ ଜି୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବିବୃତି

November 18th, 08:00 pm

ପ୍ରାରମ୍ଭରେ, ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ଏବଂ ତାଙ୍କର ସଫଳ ଜି-୨୦ ଅଧ୍ୟକ୍ଷତା ପାଇଁ କରାଯାଇଥିବା ଭବ୍ୟ ବ୍ୟବସ୍ଥା ପାଇଁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି ।

ପ୍ରଧାନମନ୍ତ୍ରୀ ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ ଉପରେ ଜି-୨୦ ଅଧିବେଶନକୁ ସମ୍ବୋଧିତ କରିଛନ୍ତି

November 18th, 07:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ' ଶୀର୍ଷକ ଜି-୨୦ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇସ ଇନାସିଓ ଲୁଲା ଡା ସିଲଭାଙ୍କୁ ଶିଖର ସମ୍ମିଳନୀ ଆୟୋଜନ କରିଥିବାରୁ ଏବଂ ତାଙ୍କର ଉଦାର ଆତିଥ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ନିରନ୍ତର ବିକାଶ ଲକ୍ଷ୍ୟ ଉପରେ ଗୁରୁତ୍ୱ ଦେଇ ବ୍ରାଜିଲର ଜି-୨୦ ଏଜେଣ୍ଡାକୁ ସେ ପ୍ରଶଂସା କରି କହିଥିଲେ ଯେ ଏହି ଆଭିମୁଖ୍ୟ ଦକ୍ଷିଣ ବିଶ୍ୱର ସମସ୍ୟାଗୁଡିକ ଉପରେ ଆଲୋକପାତ କରିଛି ଏବଂ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ଲୋକାଭିମୁଖୀ ନିଷ୍ପତ୍ତିକୁ ଆଗେଇ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ଜି-୨୦ ଅଧ୍ୟକ୍ଷତାରେ 'ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ' ଆହ୍ୱାନ ରିଓ ଆଲୋଚନାରେ ପ୍ରତିଫଳିତ ହେଉଛି।

ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତ ପାଇଁ ପ୍ରସ୍ଥାନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି

November 16th, 12:45 pm

ରାଷ୍ଟ୍ରପତି ବୋଲା ଅହମ୍ମଦ ତିନୁବୁଙ୍କ ଆମନ୍ତ୍ରଣ କ୍ରମେ ଏହା ମୋର ପ୍ରଥମ ନାଇଜେରିଆ ଗସ୍ତ, ଯିଏକି ପଶ୍ଚିମ ଆଫ୍ରିକା ଅଞ୍ଚଳରେ ଘନିଷ୍ଠ ସହଯୋଗୀ । ଆମର ରଣନୀତିକ ସହଭାଗିତା ଯାହାକି ଗଣତନ୍ତ୍ର ଓ ବହୁଳବାଦର ପାରସ୍ପରିକ ବିଶ୍ୱାସ ଆଧାରିତ ତାକୁ ସୁଦୃଢ଼ କରିବା ପାଇଁ ମୋର ଗସ୍ତ ଏକ ସୁଯୋଗ । ନାଇଜେରିଆରୁ ହିନ୍ଦୀରେ ମୋତେ ସ୍ୱାଗତମ ବାର୍ତ୍ତା ପଠାଇଥିବା ଭାରତୀୟ ସମୁଦାୟ ଓ ବନ୍ଧୁମାନଙ୍କୁ ଭେଟିବାକୁ ମଧ୍ୟ ମୁଁ ବ୍ୟଗ୍ରତାର ସହ ଅପେକ୍ଷା କରି ରହିଛି ।

ଆଇଟିୟୁ-ବିଶ୍ୱ ଦୂରସଂଚାର ମାନକୀକରଣ ସଭା ୨୦୨୪ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 15th, 10:05 am

ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଚନ୍ଦ୍ରଶେଖର, ଆଇଟିୟୁର ମହାସଚିବ, ବିଭିନ୍ନ ଦେଶର ମନ୍ତ୍ରୀଗଣ, ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ସମସ୍ତ ମନ୍ତ୍ରୀଗଣ, ଶିଳ୍ପନେତାଗଣ, ଟେଲିକମ୍ ବିଶେଷଜ୍ଞ, ଷ୍ଟାର୍ଟଅପ୍ ଦୁନିଆର ମୋର ପ୍ରିୟ ଯୁବକଗଣ, ଦେଶ ଓ ବିଶ୍ୱରୁ ଆସିଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ମାନେ ।

ନୂଆଦିଲ୍ଲୀରେ ଆଇଟିୟୁ ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 15th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ମଧ୍ୟ ଉଦଘାଟନ କରିଥିଲେ। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ।

Success of Humanity lies in our collective strength, not in the battlefield: PM Modi at UN Summit

September 23rd, 09:32 pm

Prime Minister Narendra Modi addressed the 'Summit of the Future' at the United Nations in New York, advocating for a human-centric approach to global peace, development, and prosperity. He highlighted India's success in lifting 250 million people out of poverty, expressed solidarity with the Global South, and called for balanced tech regulations. He also emphasized the need for UN Security Council reforms to meet global ambitions.