ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

October 31st, 06:08 pm

ଶ୍ରୀ ମୋଦୀ ମନେ ପକାଇଛନ୍ତି ଯେ ଗତ ବର୍ଷ, ଗୁଜରାଟରେ ମହର୍ଷି ଦୟାନନ୍ଦ ସରସ୍ୱତୀ ଜୀଙ୍କ ଜନ୍ମସ୍ଥାନରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ସେ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଂଶଗ୍ରହଣ କରିଥିଲେ। ପୂର୍ବରୁ, ତାଙ୍କୁ ଦିଲ୍ଲୀରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜନ୍ମବାର୍ଷିକୀ ସମାରୋହ ଉଦଘାଟନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାରେ ଉଚ୍ଚାରିତ ବୈଦିକ ମନ୍ତ୍ର ଓ ଯଜ୍ଞାନୁଷ୍ଠାନର ଉର୍ଜ୍ଜାକୁ ସେ ଏବେ ବି ଅନୁଭବ କରିପାରୁଛନ୍ତି, ଯେପରିକି ତାହା ଗତକାଲି ଅନୁଷ୍ଠିତ ହୋଇଥିଲା ।

ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ କର୍ତ୍ତବ୍ୟ ଭବନର ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 06th, 07:00 pm

କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସହଯୋଗୀଗଣ, ଉପସ୍ଥିତ ମାନ୍ୟବର ସାଂସଦଗଣ, ସରକାରଙ୍କ ସମସ୍ତ କର୍ମଚାରୀଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ଭଦ୍ରବ୍ୟକ୍ତିଗଣ!

ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ ଉଦଘାଟନ କାର୍ଯ୍ୟକ୍ରମରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

August 06th, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ-୩ର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ କହିଛନ୍ତି, ଅଗଷ୍ଟ ମାସ ହେଉଛି ବିପ୍ଳବର ମାସ। ଅଗଷ୍ଟ ୧୫ ତାରିଖ ପୂର୍ବରୁ ଆଉ ଏକ ଐତିହାସିକ ମାଇଲଖୁଣ୍ଟ ଆସିଛି। ଭାରତ ଏକ ଆଧୁନିକ ଭାରତ ଗଠନ ସହିତ ଜଡିତ ଅନେକ ପ୍ରମୁଖ ସଫଳତାକୁ ଦେଖୁଛି। ନୂଆଦିଲ୍ଲୀ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ ନିକଟରେ ହୋଇଥିବା ଭିତ୍ତିଭୂମି ସମ୍ବନ୍ଧୀୟ ସ୍ଥାନଗୁଡ଼ିକର ତାଲିକା ଦେଇଥିଲେ। କର୍ତ୍ତବ୍ୟ ପଥ, ନୂତନ ସଂସଦ ଭବନ, ନୂତନ ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସ, ଭାରତ ମଣ୍ଡପମ୍, ଯଶୋଭୂମି, ସହିଦମାନଙ୍କ ପାଇଁ ଉତ୍ସର୍ଗୀକୃତ ଜାତୀୟ ଯୁଦ୍ଧ ସ୍ମାରକୀ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଏବଂ ବର୍ତ୍ତମାନର କର୍ତ୍ତବ୍ୟ ଭବନ ବିଷୟରେ ସେ କହିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଏଗୁଡ଼ିକ କେବଳ ନୂତନ କୋଠା କିମ୍ବା ନିୟମିତ ଭିତ୍ତିଭୂମି ନୁହେଁ । ଅମୃତ କାଳରେ, ଏକ ବିକଶିତ ଭାରତକୁ ଗଢ଼ି ତୋଳିବା ପାଇଁ ନୀତିଗୁଡ଼ିକ ଏହି ଢାଞ୍ଚାଗୁଡ଼ିକରେ ପ୍ରସ୍ତୁତ କରାଯିବ ଏବଂ ଆଗାମୀ ଦଶନ୍ଧିରେ ଦେଶର ଗତିପଥ ଏହି ଅନୁଷ୍ଠାନଗୁଡ଼ିକରୁ ସ୍ଥିର କରାଯିବ। ସେ କର୍ତ୍ତବ୍ୟ ଭବନର ଉଦ୍‌ଘାଟନରେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏହାର ନିର୍ମାଣରେ ସମ୍ପୃକ୍ତ ଥିବା ଇଞ୍ଜିନିୟର ଏବଂ ଶ୍ରମଜୀବୀମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।