Prime Minister attends the Civil Investiture Ceremony-II

May 28th, 09:27 am

Prime Minister, Shri Narendra Modi, today, attended the Civil Investiture Ceremony-II, where the Padma Awards were presented. The Padma awardees have made notable contributions to our society. The life journeys of those who were conferred the Padma are deeply motivating, Shri Modi added.

ଶ୍ରୀ ଶିବାନନ୍ଦ ବାବାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ

May 04th, 10:58 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାଶୀର ବାସିନ୍ଦା ତଥା ଯୋଗ ସାଧକ ଶ୍ରୀ ଶିବାନନ୍ଦ ବାବାଙ୍କ ପରଲୋକରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ମୁମ୍ୱାଇରେ ୱେଭସ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 01st, 03:35 pm

ୱେଭସ ଶିଖର ସମ୍ମିଳନୀରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଜୀ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଲ. ମୁରୁଗନ ଜୀ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ବିଶ୍ୱର କୋଣ ଅନୁକୋଣରୁ ଯୋଡି ହୋଇଥିବା ସୃଜନଶୀଳ ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ଦେଶରୁ ଆସି ଯୋଗଦେଇଥିବା ସୂଚନା, ଯୋଗାଯୋଗ, କଳା ଏବଂ ସଂସ୍କୃତି ବିଭାଗର ମନ୍ତ୍ରୀଗଣ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ବିଶ୍ୱର କୋଣ ଅନୁକୋଣରୁ ଆସି ଏଠାରେ ଯୋଗଦେଇଥିବା ସୃଜନଶୀଳ ବିଶ୍ୱର ବ୍ୟକ୍ତିବିଶେଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!

ୱେଭ୍ସ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 01st, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଭାରତର ପ୍ରଥମ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ-ୱେଭ୍ସ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ସେ ଆଜି ପାଳିତ ହେଉଥିବା ମହାରାଷ୍ଟ୍ର ଦିବସ ଏବଂ ଗୁଜରାଟ ରାଜ୍ୟ ପ୍ରତିଷ୍ଠା ଦିବସ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସମସ୍ତ ଅନ୍ତର୍ଜାତୀୟ ସ୍ତରର ବିଶିଷ୍ଟ ବ୍ୟକ୍ତି, ରାଷ୍ଟ୍ରଦୂତ ଏବଂ ସୃଜନଶୀଳ ଶିଳ୍ପପତିଙ୍କ ଉପସ୍ଥିତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏହି ସମାବେଶର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୧୦୦ ରୁ ଅଧିକ ଦେଶର କଳାକାର, ନବସୃଜନକାରୀ, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନେ ପ୍ରତିଭା ଏବଂ ସୃଜନଶୀଳତାର ଏକ ବିଶ୍ୱ ପରିବେଶ ପାଇଁ ମୂଳଦୁଆ ସ୍ଥାପନ କରିବା ଲାଗି ଏକାଠି ହୋଇଛନ୍ତି। ‘‘ୱେଭ୍ସ କେବଳ ଏକ ସଂକ୍ଷିପ୍ତ ଶବ୍ଦ ନୁହେଁ ବରଂ ସଂସ୍କୃତି, ସୃଜନଶୀଳତା ଏବଂ ସାର୍ବଜନୀନ ସଂଯୋଗକୁ ପ୍ରତିନିଧିତ୍ୱ କରୁଥିବା ଏକ ତରଙ୍ଗ’’ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହି ସମ୍ମିଳନୀ ଚଳଚ୍ଚିତ୍ର, ସଙ୍ଗୀତ, ଗେମିଂ, ଆନିମେସନ୍ ଏବଂ କାହାଣୀ କହିବାର ବ୍ୟାପକ ବିଶ୍ୱକୁ ପ୍ରଦର୍ଶନ କରେ, ଯାହା କଳାକାର ଏବଂ ସ୍ରଷ୍ଟାମାନଙ୍କୁ ସଂଯୋଗ ଏବଂ ସହଯୋଗ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ପ୍ରଦାନ କରେ। ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭାରତ ଏବଂ ବିଦେଶର ବିଶିଷ୍ଟ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ।

ନାଗରିକ ଅଳଙ୍କରଣ ସମାରୋହ-୧ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

April 28th, 09:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଦ୍ମ ସମ୍ମାନ ପ୍ରଦାନ କରାଯାଉଥିବା ନାଗରିକ ଅଳଙ୍କରଣ ସମାରୋହ-୧ରେ ଯୋଗ ଦେଇଛନ୍ତି । “ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ଓ କୃତିତ୍ୱ ପାଇଁ ବ୍ୟକ୍ତିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି” କହିଛନ୍ତି ଶ୍ରୀ ମୋଦୀ ।

ପଦ୍ମ ପୁରସ୍କାର-୨୦୨୫ ବିଜେତାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

January 25th, 09:27 pm

ସମସ୍ତ ପଦ୍ମ ପୁରସ୍କାର-୨୦୨୫ ବିଜେତାଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି କି ସମସ୍ତ ବିଜେତା କଠିନ ପରିଶ୍ରମ, ଦୃଢ଼ ଇଚ୍ଛାଶକ୍ତି ଏବଂ ନବାଚାରର ପ୍ରତୀକ, ଯାହାକି ସକାରାତ୍ମକ ଭାବେ ଅଗଣିତ ଲୋକଙ୍କୁ ପ୍ରଭାବିତ କରିଛି ।

Prime Minister condoles the demise of Padma Awardee and eminent botanist, Dr. KS Manilal

January 01st, 10:29 pm

The Prime Minister, Shri Narendra Modi today condoled the demise of Padma Awardee and eminent botanist, Dr. KS Manilal.