ରୋଜଗାର ମେଳା ଅନ୍ତର୍ଗତ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:15 am
ଆଜି ଦେଶବ୍ୟାପୀ ହଜାର ହଜାର ଯୁବକ ଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ।ଆଜି ୫୧ ହଜାରରୁ ଅଧିକ ଯୁବକ-ଯୁବତୀ ସରକାରୀ ଚାକିରିର ନିଯୁକ୍ତିପତ୍ର ପାଇଛନ୍ତି। ଆଜି, ଆପଣମାନେ ସମସ୍ତେ ଦେଶର ବିକାଶ ଯାତ୍ରାରେ ଗୁରୁତ୍ୱପୂର୍ଣ୍ଣ ଏବଂ ଦାୟିତ୍ବପୂର୍ଣ୍ଣ ଅଂଶୀଦାର ହେବାକୁ ଯାଉଛନ୍ତି। ଆପଣମାନେ ରେଳବାଇ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ଆହୁରି ଅନେକ କ୍ଷେତ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଆଗାମୀ ବର୍ଷଗୁଡ଼ିକରେ ଏକ ବିକଶିତ ଭାରତ ପାଇଁ ସଂକଳ୍ପ ପୂରଣ କରିବାରେ ଆପଣମାନେ ସମସ୍ତେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ।ରୋଜଗାର ମେଳା ଅବସରରେ ନବନିଯୁକ୍ତ ୫୧,୦୦୦ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 11:00 am
୧୯ତମ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଏବଂ ପ୍ରତିଷ୍ଠାନରେ ନୂଆକରି ନିଯୁକ୍ତି ପାଇଥିବା ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧିତ କରି ସେ ଏହି ଅବସରକୁ ସାରା ଦେଶର ହଜାର ହଜାର ଯୁବକଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି କହିଥିଲେ। ସରକାରୀ ସେବାରେ ନୂତନ ପ୍ରବେଶକାରୀଙ୍କୁ ସ୍ୱାଗତ କରି, ସେ ରେଳ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ ଏବଂ ଶିକ୍ଷା ସମେତ ଭାରତର ବିକାଶରେ ସେମାନଙ୍କର ଆଗାମୀ ଅବଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ବର୍ଷଗୁଡ଼ିକରେ, ଆପଣମାନେ ସମସ୍ତେ ଏକ ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ, ଶ୍ରୀ ମୋଦୀ ଆଶା ପ୍ରକାଶ କରିଥିଲେ।ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 10:45 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ
October 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।ପ୍ରଧାନମନ୍ତ୍ରୀ ୪ ଅକ୍ଟୋବରରେ ୬୨,୦୦୦ କୋଟିରୁ ଅଧିକ ମୂଲ୍ୟର ଯୁବ-କେନ୍ଦ୍ରିକ ପଦକ୍ଷେପ ଶୁଭାରମ୍ଭ କରିବେ
October 03rd, 03:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସକାଳ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଏକ ଐତିହାସିକ ଯୁବ ବିକାଶ ପଦକ୍ଷେପର ଅଂଶ ସ୍ୱରୂପ ୬୨,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଶୁଭାରମ୍ଭ କରିବେ। ଏହି ପଦକ୍ଷେପଗୁଡ଼ିକ ଦେଶବ୍ୟାପୀ ଶିକ୍ଷା, ଦକ୍ଷତା ଏବଂ ଉଦ୍ୟୋଗୀତାକୁ ଏକ ନିର୍ଣ୍ଣାୟକ ପ୍ରୋତ୍ସାହନ ପ୍ରଦାନ କରିବ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ସହିତ ଆୟୋଜିତ ଜାତୀୟ ଦକ୍ଷତା ସମାବର୍ତ୍ତନର ଚତୁର୍ଥ ସଂସ୍କରଣ କୌଶଳ ସମାବର୍ତ୍ତନ ମଧ୍ୟ ଅନୁଷ୍ଠିତ ହେବ। ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀତା ମନ୍ତ୍ରଣାଳୟ ଅଧୀନରେ ଥିବା ୪୬ଟି ଅଖିଳ ଭାରତୀୟ ଶିଳ୍ପ ତାଲିମ ପ୍ରତିଷ୍ଠାନକୁ ସମ୍ମାନିତ କରାଯିବ।