ନୂଆଦିଲ୍ଲୀରେ ଏମ୍.ଏସ୍. ସ୍ୱାମୀନାଥନ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 07th, 09:20 am
ମୋର କ୍ୟାବିନେଟ ସହଯୋଗୀ ଶିବରାଜ ସିଂହ ଚୌହାନ , ଏମ.ଏସ. ସ୍ୱାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନର ଅଧ୍ୟକ୍ଷ ଡକ୍ଟର ସୌମ୍ୟ ସ୍ୱାମୀନାଥନ , ନୀତି ଆୟୋଗର ସଦସ୍ୟ ଡକ୍ଟର ରମେଶ ଚାନ୍ଦ , ମୁଁ ଦେଖୁଛି ଯେ ସ୍ୱାମୀନାଥନଙ୍କ ପରିବାରର ସମସ୍ତ ସଦସ୍ୟ ଏଠାରେ ଉପସ୍ଥିତ ଅଛନ୍ତି, ମୁଁ ସେମାନଙ୍କୁ ମଧ୍ୟ ପ୍ରଣାମ ଜଣାଉଛି । ସମସ୍ତ ବୈଜ୍ଞାନିକ, ଅନ୍ୟାନ୍ୟ ମହାନ ବ୍ୟକ୍ତି, ମହିଳା ଏବଂ ସଜ୍ଜନଙ୍କୁ ମୋର ଶୁଭେଚ୍ଛା ଜଣାଉଛି !ଏମ୍.ଏସ୍. ସ୍ୱାମୀନାଥନ୍ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 07th, 09:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଆଇସିଏଆର୍ ପୁସାରେ ଆୟୋଜିତ ଏମ୍. ଏସ୍. ସ୍ୱାମୀନାଥନ୍ ଜନ୍ମ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମେଳନର ଉଦ୍ଘାଟନ କରି ଏହି ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ପ୍ରଫେସର ଏମ୍.ଏସ୍. ସ୍ୱାମୀନାଥନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ତାଙ୍କୁ ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଥିଲେ, ଯାହାଙ୍କ ଅବଦାନ ଯୁଗାନ୍ତକାରୀ । ସେ ଆହୁରି ମଧ୍ୟ କହିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଜଣେ ମହାନ ବୈଜ୍ଞାନିକ ଥିଲେ ଯିଏ ବିଜ୍ଞାନକୁ ଜନସେବାର ମାଧ୍ୟମରେ ପରିଣତ କରିଥିଲେ । ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଦେଶରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ । ପ୍ରଫେସର ସ୍ୱାମୀନାଥନ ଏକ ଜ୍ଞାନଚେତନା ଜାଗ୍ରତ କରିଥିଲେ ଯାହା ଆଗାମୀ ଶତାବ୍ଦୀ ପାଇଁ ଭାରତର ନୀତି ଏବଂ ପ୍ରାଥମିକତାକୁ ମାର୍ଗଦର୍ଶନ କରିବ । ପ୍ରଧାନମନ୍ତ୍ରୀ ସ୍ୱାମୀନାଥନ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ ।Cabinet clears Rs. 6520 crore outlay for Pradhan Mantri Kisan Sampada Yojana till 2025-26
July 31st, 03:04 pm
The Union Cabinet chaired PM Modi has approved a total outlay of Rs.6520 crore for Pradhan Mantri Kisan Sampada Yojana (PMKSY) till 2025-26. Approval includes (i) Rs.1000 crore to support setting up of 50 Multi Product Food Irradiation Units and 100 Food Testing Labs and (ii) Rs.920 crore, for sanctioning projects under various component schemes of PMKSY.ମହାରାଷ୍ଟ୍ରର ୱାର୍ଦ୍ଧାରେ ଜାତୀୟ 'ପିଏମ୍ ବିଶ୍ୱକର୍ମା' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 20th, 11:45 am
ଦୁଇ ଦିନ ତଳେ ଆମେ ସମସ୍ତେ ବିଶ୍ୱକର୍ମା ପୂଜା ପାଳନ କରିଥିଲୁ। ଆଉ ଆଜି ୱାର୍ଦ୍ଧାର ପବିତ୍ର ଭୂମିରେ ଆମେ ପିଏମ ବିଶ୍ୱକର୍ମା ଯୋଜନାର ସଫଳତାର ଉତ୍ସବ ପାଳନ କରୁଛୁ । ଆଜିର ଦିନଟି ମଧ୍ୟ ବିଶେଷ, କାରଣ ୧୯୩୨ ମସିହା ଆଜିର ଦିନରେ ମହାତ୍ମା ଗାନ୍ଧୀ ଅସ୍ପୃଶ୍ୟତା ବିରୋଧରେ ଅଭିଯାନ ଆରମ୍ଭ କରିଥିଲେ। ଏଭଳି ପରିସ୍ଥିତିରେ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତିର ଏହି ଉତ୍ସବ, ବିନୋବା ଭାବେ ଜୀ ଙ୍କର ଏହି ସାଧନାସ୍ଥଳୀ, ମହାତ୍ମା ଗାନ୍ଧୀଙ୍କର କର୍ମଭୂମି,ୱାର୍ଧାର ଏହି ଭୂମି, ସଫଳତା ଓ ପ୍ରେରଣାର ଏମିତି ସଂଗମ, ଯାହାକି ଭାରତର ବିକଶିତ ଭାରତ ପାଇଁ ଆମର ସଂକଳ୍ପକୁ ନୂତନ ଶକ୍ତି ପ୍ରଦାନ କରିବ। ବିଶ୍ୱକର୍ମା ଯୋଜନା ମାଧ୍ୟମରେ ଆମେ କଠିନ ପରିଶ୍ରମ ମାଧ୍ୟମରେ ସମୃଦ୍ଧି, ଏହାର ଦକ୍ଷତାକୁ ଏକ ଉନ୍ନତ ଭବିଷ୍ୟତର ଯେଉଁ ସଙ୍କଳ୍ପ ନେଇଛୁ, ୱାର୍ଦ୍ଧାରେ ବାପୁଙ୍କ ପ୍ରେରଣା ସେହି ସଂକଳ୍ପଗୁଡ଼ିକୁ ସଫଳତାର ସହ ନେବାରେ ମାଧ୍ୟମ ହେବ । ଏହି ଅବସରରେ ମୁଁ ଏହି ଯୋଜନା ସହ ଜଡ଼ିତ ସମସ୍ତ ଜନସାଧାରଣ, ଦେଶର ସମସ୍ତ ହିତାଧିକାରୀଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଉଛି ।ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପିଏମ୍ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 20th, 11:30 am
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ 'ଆଚାର୍ଯ୍ୟ ଚାଣକ୍ୟ ଦକ୍ଷତା ବିକାଶ' ଯୋଜନା ଏବଂ 'ପୁଣ୍ୟଶ୍ଲୋକ ଅହଲ୍ୟାଦେବୀ ହୋଲକର ମହିଳା ଷ୍ଟାର୍ଟଅପ୍ ଯୋଜନା'ର ଶୁଭାରମ୍ଭ କରିଥିଲେ। ସେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ହିତାଧିକାରୀଙ୍କୁ ସାର୍ଟିଫିକେଟ୍ ଏବଂ ଋଣ ପ୍ରଦାନ କରିବା ସହ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଅଧୀନରେ ପ୍ରଗତିର ଏକ ବର୍ଷ ପୂର୍ତ୍ତି ଅବସରରେ ସମର୍ପିତ ଏକ ସ୍ମାରକୀ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ ମୋଦୀ ମହାରାଷ୍ଟ୍ରର ଅମରାବତୀଠାରେ ପ୍ରଧାନମନ୍ତ୍ରୀ ମେଗା ସମନ୍ୱିତ ଟେକ୍ସଟାଇଲ୍ ରିଜିୟନ୍ସ ଆଣ୍ଡ୍ ଆପାରେଲ୍ (ପିଏମ୍ ମିତ୍ର) ପାର୍କର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ପଦଯାତ୍ରା କରିଥିଲେ।ୱାର୍ଲ୍ଡ ଫୁଡ୍ ଇଣ୍ଡିଆ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତା
September 19th, 12:30 pm
ୱାର୍ଲ୍ଡ ଫୁଡ ଇଣ୍ଡିଆ-୨୦୨୪ର ଆୟୋଜନ ବିଷୟରେ ଜାଣି ଖୁସି ହେଲି । ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ପ୍ରତିନିଧିମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ।