The teacher recruitment scam has destroyed thousands of families’ dreams: PM Modi in Birbhum, West Bengal

April 09th, 11:45 am

PM Modi launched a sharp attack on the TMC in his address at a massive public meeting in Birbhum, West Bengal. He alleged large-scale irregularities in welfare schemes and called for a decisive mandate for change in the upcoming Assembly elections. He urged people to press the lotus button at every booth and ensure a government that delivers development, dignity and security.

PM Modi’s Haldia, Asansol & Birbhum rallies build massive momentum ahead of West Bengal polls

April 09th, 11:30 am

Prime Minister Narendra Modi delivered a high-energy address in Haldia, galvanising BJP supporters and setting the tone for the upcoming West Bengal Assembly elections. Addressing a massive gathering, PM Modi invoked the spirit of past political transformation and projected a similar wave sweeping across the state.

ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 25th, 06:16 pm

ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,

ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 25th, 05:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।

ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

December 11th, 10:34 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ପ୍ରଣବ ମୁଖାର୍ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ମୁଖାର୍ଜୀଙ୍କୁ ଜଣେ ଉଚ୍ଚକୋଟୀର ରାଜନେତା ଏବଂ ଅସାଧାରଣ ବିଦ୍ୱାନ ଭାବେ ପ୍ରଶଂସା କରିଥିଲେ, ଯିଏକି ଦଶନ୍ଧି ଦଶନ୍ଧି ଧରି ସାର୍ବଜନୀନ ଜୀବନରେ ଅତୁଟ ଉତ୍ସର୍ଗୀକୃତ ଭାବେ ଭାରତର ସେବା କରିଥିଲେ।

An RSS shakha is a ground of inspiration, where the journey from 'me' to 'we' begins: PM Modi

October 01st, 10:45 am

In his address at the centenary celebrations of the Rashtriya Swayamsevak Sangh (RSS), PM Modi extended his best wishes to the countless swayamsevaks dedicated to the resolve of national service. He announced that, to commemorate the occasion, the GoI has released a special postage stamp and a coin. Highlighting the RSS’ five transformative resolutions, the PM remarked that in times of calamity, swayamsevaks are among the first responders.

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 01st, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଡକ୍ଟର ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଶତବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମ୍ବୋଧିତ କରିଛନ୍ତି। ଏହି ଅବସରରେ, ଶ୍ରୀ ମୋଦୀ ସମସ୍ତ ନାଗରିକଙ୍କୁ ନବରାତ୍ରିର ଶୁଭେଚ୍ଛା ଜଣାଇ କହିଥିଲେ ଯେ ଆଜି ମହାନବମୀ ଏବଂ ଦେବୀ ସିଦ୍ଧିଦାତ୍ରୀଙ୍କ ଦିବସ। ସେ ଉଲ୍ଲେଖ କରିଥିଲେ ଯେ ଆସନ୍ତାକାଲି ବିଜୟାଦଶମୀର ମହାନ ପର୍ବ, ଯାହା ଭାରତୀୟ ସଂସ୍କୃତିର ଚିରନ୍ତନ ଘୋଷଣାର ପ୍ରତୀକ: ଅନ୍ୟାୟ ଉପରେ ନ୍ୟାୟ, ମିଥ୍ୟା ଉପରେ ସତ୍ୟ ଏବଂ ଅନ୍ଧାର ଉପରେ ଆଲୋକର ବିଜୟ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ୧୦୦ ବର୍ଷ ପୂର୍ବେ ଏପରି ଏକ ପବିତ୍ର ଅବସରରେ ପ୍ରତିଷ୍ଠିତ ହୋଇଥିଲା ଏବଂ କହିଛନ୍ତି ଯେ ଏହା କୌଣସି ସଂଯୋଗ ନୁହେଁ। ସେ କହିଛନ୍ତି ଯେ ଏହା ହଜାର ହଜାର ବର୍ଷ ପୁରୁଣା ଏକ ପ୍ରାଚୀନ ପରମ୍ପରାର ପୁନରୁଦ୍ଧାର, ଯେଉଁଥିରେ ଜାତୀୟ ଚେତନା ପ୍ରତ୍ୟେକ ଯୁଗର ଚ୍ୟାଲେଞ୍ଜର ମୁକାବିଲା କରିବା ପାଇଁ ନୂତନ ରୂପରେ ନିଜକୁ ପ୍ରକାଶ କରେ। ସେ କହିଛନ୍ତି ଯେ ଏହି ଯୁଗରେ, ସଂଘ ସେହି ଅନନ୍ତ ଜାତୀୟ ଚେତନାର ଏକ ସଦ୍ଗୁଣ ପ୍ରତିମୂର୍ତ୍ତି।

ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ

March 16th, 11:47 pm

ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।

ଏକ ପଡ୍‌କାଷ୍ଟରେ ଲେକ୍ସ ଫ୍ରିଡ୍‌ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର

March 16th, 05:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍‌କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।

ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ସହ ଥିବା ମୋର ସଂଯୋଗକୁ ମୁଁ ସର୍ବଦା ମନେ ପକାଇବି: ପ୍ରଧାନମନ୍ତ୍ରୀ

December 11th, 09:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି, ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ସହ ଥିବା ତାଙ୍କର ସଂଯୋଗକୁ ସେ ସର୍ବଦା ମନେ ପକାଇବେ । ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ସହ ଥିବା ତାଙ୍କର ଅନେକ ଗୁଡ଼ିଏ ସ୍ମୃତିକୁ ମନେ ପକାଇଦେଇଥିବାରୁ ଶର୍ମିଷ୍ଠା ମୁଖାର୍ଜୀଙ୍କୁ ଶ୍ରୀ ମୋଦୀ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ ମୁଖାର୍ଜୀଙ୍କ ଅନ୍ତଃଦୃଷ୍ଟି ଏବଂ ଜ୍ଞାନ ଅଦ୍ୱିତୀୟ ବୋଲି କହି ଶ୍ରୀ ମୋଦୀ ପ୍ରଶଂସା କରିଛନ୍ତି ।

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

December 11th, 10:29 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ଜୟନ୍ତୀ ଅବସରରେ ତାଙ୍କୁ ସ୍ମରଣ କରିଛନ୍ତି ।

ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀଙ୍କୁ ତାଙ୍କ ଜନ୍ମଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

December 11th, 10:41 am

ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ବାଂଲାଦେଶର ଜାତୀୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 26th, 04:26 pm

PM Modi took part in the National Day celebrations of Bangladesh in Dhaka. He awarded Gandhi Peace Prize 2020 posthumously to Bangabandhu Sheikh Mujibur Rahman. PM Modi emphasized that both nations must progress together for prosperity of the region and and asserted that they must remain united to counter threats like terrorism.

ଜାତୀୟ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ

March 26th, 04:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୁଇ ଦିନିଆ ବାଂଲାଦେଶ ଗସ୍ତ ଅବସରରେ ବାଂଲାଦେଶ ସ୍ୱାଧୀନତାର ସୁବର୍ଣ୍ଣଜୟନ୍ତୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବାଂଲାଦେଶ ରାଷ୍ଟ୍ରପତି, ମହାମହିମ ମହମ୍ମଦ ଅବଦୁଲ ହମିଦ, ବାଂଲାଦେଶର ପ୍ରଧାନମନ୍ତ୍ରୀ, ମାନ୍ୟବର ଶେଖ ହସିନା; ଶେଖ୍ ମୁଜିବୁର ରହମାନଙ୍କ ସାନ ଝିଅ ଶେଖ ରେହାନା; ମୁଜିବ ବୋରଶୋ ଉତ୍ସବ ପାଇଁ ଜାତୀୟ କାର୍ଯ୍ୟକାରିତା କମିଟିର ମୁଖ୍ୟ ସଂଯୋଜକ ଡକ୍ଟର କମଲ ଅବଦୁଲ ନାସିର ଚୌଧୁରୀ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ତେଜଗାଓଁର ଜାତୀୟ ପ୍ୟାରେଡ ସ୍କୋୟାରରେ ହୋଇଥିଲା । ଏହା ସହ ବାଂଲାଦେଶର ଜାତୀୟ ପିତା ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀକୁ ସ୍ମରଣ କରିଥିଲା ।

ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

August 31st, 06:53 pm

ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।

ଭାରତ ରତ୍ନ ବିଜେତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

January 25th, 09:24 pm

ଭାରତ ରତ୍ନ ସମ୍ମାନରେ ବିଭୂଷିତ ମହାନ ବ୍ୟକ୍ତିତ୍ଵମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ଏନଡିଏ ସରକାର ଦେଶରେ କାର୍ଯ୍ୟ କରିବାର ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି : ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦୀ

February 07th, 01:41 pm

ଆଜି ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଲେ ,'' ଏନଡିଏ ସରକାର ଦେଶରେ କାର୍ଯ୍ୟ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି । ପ୍ରକଳ୍ପକୁ କେବଳ ଭଲ ଭାବେ ବିଚାର କରାଯାଉନାହିଁ ବରଂ ସମୟରେ ମଧ୍ୟ କାର୍ଯ୍ୟାନ୍ୱୟନ କରାଯାଉଛି ।

ରାଷ୍ଟ୍ରପତିଙ୍କ ଅଭିଭାଷଣ ସଂକ୍ରାନ୍ତ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଶେଷରେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର

February 07th, 01:40 pm

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭାରେ କହିଲେ ,'' ଏନଡିଏ ସରକାର ଦେଶରେ କାର୍ଯ୍ୟ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି । ପ୍ରକଳ୍ପକୁ କେବଳ ଭଲ ଭାବେ ବିଚାର କରାଯାଉନାହିଁ ବରଂ ସମୟରେ ମଧ୍ୟ କାର୍ଯ୍ୟାନ୍ୱୟନ କରାଯାଉଛି ।''

ରାଷ୍ଟ୍ରପତି ଭାବେ ଅନ୍ତିମ ଦିବସରେ ଶ୍ରୀ ନରେନ୍ଦ୍ର ମୋଦୀଙ୍କଠାରୁ ପାଇଥିବା ପତ୍ର ସାର୍ବଜନୀନ କଲେ ଶ୍ରୀ ପ୍ରଣବ ମୁଖାର୍ଜୀ

August 03rd, 12:46 pm

ପୂର୍ବତନ ରାଷ୍ଟ୍ରପତି ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀ ରାଷ୍ଟ୍ରପତି ଭାବେ ନିଜ କାର୍ଯ୍ୟକାଳର ଅନ୍ତିମ ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ପାଇଥିବା ଏକ ପତ୍ରକୁ ସାର୍ବଜନୀନ କରିଛନ୍ତି । ଶ୍ରୀ ପ୍ରଣବ ମୁଖାର୍ଜୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ଏହି ପତ୍ର ତାଙ୍କ ହୃଦୟକୁ ଛୁଇଁଛି ।

‘ରାଷ୍ଟ୍ରପତିଙ୍କ ମନୋନୀତ ଅଭିଭାଷଣ’ (ଚତୁର୍ଥ ସଂସ୍କରଣ)ପୁସ୍ତକ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

July 24th, 11:20 pm

ମିଶ୍ରିତ ଭାବନାରେ ଏହି କ୍ଷଣ ପରିପୂର୍ଣ୍ଣ ହୋଇଛି । ପ୍ରଣବ ଦା’ଙ୍କ କାର୍ଯ୍ୟକାଳ ଏହି ରାଷ୍ଟ୍ରପତି ଭବନରେ ଆଜି ହେଉଛି ଶେଷ ଦିନ । ଗୋଟିଏ ପ୍ରକାରରେ ଏହି ସମାରୋହରେ ଯେବେ ମୁଁ ଠିଆ ହେଉଛି ତ ବହୁତ ଗୁଡିଏ ସ୍ମୃତି ଜାଗ୍ରତ ହେବା ବହୁତ ସ୍ୱାଭାବିକ କଥା । ତାଙ୍କର ବ୍ୟକ୍ତିତ୍ୱ, ତାଙ୍କର କର୍ତ୍ତବ୍ୟ; ଏହା ସହିତ ଆମେ ଭଲଭାବେ ପରିଚିତ ଅଛୁ । କିନ୍ତୁ ମଣିଷର ଏକ ସ୍ୱଭାବିକ ସ୍ୱଭାବ ରହିଥାଏ, ଆଉ ସହଜ ମଧ୍ୟ ଯେ ସେ ନିଜ ଅତୀତ ସହିତ ବର୍ତ୍ତମାନକୁ ଆକଳନ କରିବାର ମୋହରୁ ବଞ୍ଚିତ ହୋଇ ପାରି ନ ଥାଏ । ପ୍ରତ୍ୟେକ ଘଟଣାକୁ, ପ୍ରତ୍ୟେକ ନିଷ୍ପତ୍ତିକୁ, ପ୍ରତ୍ୟେକ ପଦକ୍ଷେପକୁ, ନିଜ ଜୀବନର କାର୍ଯ୍ୟକାଳ ସହିତ ତୁଳନା କରିବା ବଡ଼ ସ୍ୱଭାବିକ ହୋଇଥାଏ ।