No matter how many challenges there are, we have 140 crore solutions: PM Modi in Rajya Sabha

February 05th, 05:35 pm

PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର

February 05th, 05:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।

ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ପ୍ରେରଣାଦାୟୀ ଅଭିଭାଷଣ ଆମ ସମ୍ବିଧାନର ସ୍ୱତନ୍ତ୍ରତାକୁ ଦର୍ଶାଉଛି ଏବଂ ନାଗରିକମାନଙ୍କୁ ଗଣତନ୍ତ୍ରକୁ ସୁଦୃଢ଼ କରିବା, ସାମ୍ବିଧାନିକ ଆଦର୍ଶକୁ ବଜାୟ ରଖିବା ଏବଂ ଏକ ବିକଶିତ ଭାରତ ଗଠନ ପାଇଁ ପ୍ରେରିତ କରୁଛି: ପ୍ରଧାନମନ୍ତ୍ରୀ

January 25th, 09:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରେରଣାଦାୟୀ ଅଭିଭାଷଣକୁ ପ୍ରଶଂସା କରିଛନ୍ତି।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

February 06th, 04:21 pm

ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 06th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।

ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

February 04th, 07:00 pm

ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।

ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

February 04th, 06:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।

ସଂସଦର ଉଭୟ ଗୃହକୁ ରାଷ୍ଟ୍ରପତି ଜୀଙ୍କର ସମ୍ବୋଧନ ଆମ ବିକଶିତ ଭାରତ ଯାତ୍ରାର ବ୍ୟାପକ ଦୃଷ୍ଟିକୋଣକୁ ଦର୍ଶାଉଛି : ପ୍ରଧାନମନ୍ତ୍ରୀ

January 31st, 02:43 pm

ସଂସଦର ଉଭୟ ଗୃହକୁ ମାନ୍ୟବର ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ଏବଂ ଏହାକୁ ବିକଶିତ ଭାରତ ନିର୍ମାଣ ଦିଗରେ ଭାରତର ଯାତ୍ରା ପାଇଁ ଏକ ବ୍ୟାପକ ଦୃଷ୍ଟିକୋଣ ବୋଲି କହିଛନ୍ତି।

ରାଷ୍ଟ୍ରପତି ଏକ ପ୍ରେରଣାଦାୟକ ଭାଷଣ ଦେଇଛନ୍ତି,ଯେଉଁଥିରେ ସେ ଅନେକ ପ୍ରସଙ୍ଗରେ ଆଲୋକପାତ କରିଛନ୍ତି ଏବଂ ଆମ ସମ୍ବିଧାନର ମହାନତା ତଥା ରାଷ୍ଟ୍ରୀୟ ପ୍ରଗତି ପାଇଁ କାମ କରିବାର ଆବଶ୍ୟକତା ଉପରେ ଜୋର ଦେଇଛନ୍ତି: ପ୍ରଧାନମନ୍ତ୍ରୀ

January 25th, 10:09 pm

ରାଷ୍ଟ୍ରପତି ଗଣତନ୍ତ୍ର ଦିବସ ପୂର୍ବ ସନ୍ଧ୍ୟାରେ ଦେଇଥିବା ଉଦବୋଧନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରେରଣାଦାୟକ ଭାବେ ବର୍ଣ୍ଣନା କରିବା ସହ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଇଛନ୍ତି । ସେ କହିଛନ୍ତି କି, ରାଷ୍ଟ୍ରପତି ଅନେକ ପ୍ରସଙ୍ଗରେ ଆଲୋକପାତ କରିଛନ୍ତି ଏବଂ ଆମ ସମ୍ବିଧାନର ମହାନତା ତଥା ରାଷ୍ଟ୍ରୀୟ ପ୍ରଗତି ପାଇଁ କାମ କରିବାର ଆବଶ୍ୟକତା ଉପରେ ଜୋର ଦେଇଛନ୍ତି ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

July 03rd, 12:45 pm

ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଧନ୍ୟବାଦ ଜଣାଇବା ପାଇଁ ମୁଁ ମଧ୍ୟ ଏହି ଆଲୋଚନାରେ ଯୋଗ ଦେଇଛି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଦେଶବାସୀଙ୍କ ପାଇଁ ପ୍ରେରଣା ଥିଲା, ପ୍ରୋତ୍ସାହନ ମଧ୍ୟ ମିଳିଥିଲା ଏବଂ ଏକ ପ୍ରକାରରେ ସତ୍ୟର ମାର୍ଗକୁ ପୁରସ୍କୃତ ମଧ୍ୟ କରାଯାଇଥିଲା ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର

July 03rd, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଜି ରାଜ୍ୟସଭାରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି ।

ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ

July 02nd, 09:58 pm

ଆମର ସମ୍ମାନୀୟ ରାଷ୍ଟ୍ରପତି ମଦୋଦୟ, ତାଙ୍କ ବକ୍ତବ୍ୟରେ ବିକଶିତ ଭାରତର ସଂକଳ୍ପକୁ ନିଜ ଭାଷଣରେ ବିସ୍ତାର କରିଛନ୍ତି । ମାନନୀୟ ରାଷ୍ଟ୍ରପତି ମଦୋଦୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଛନ୍ତି । ମାନ୍ୟବର ରାଷ୍ଟ୍ରପତି ଆମକୁ ଏବଂ ଆମ ଦେଶକୁ ମାର୍ଗଦର୍ଶନ କରିଛନ୍ତି, ଏଥିପାଇଁ ମୁଁ ରାଷ୍ଟ୍ରପତି ମଦୋଦୟଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି ।

ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

July 02nd, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି ।