ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ଭାରତର ସବୁଠାରୁ ଦୀର୍ଘକାଳୀନ ପ୍ରଧାନମନ୍ତ୍ରୀ ହେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା

June 09th, 07:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବା ଦିନର ପୂର୍ବ ସନ୍ଧ୍ୟାରେ ବିଶ୍ୱ ନେତାମାନଙ୍କଠାରୁ ତାଙ୍କୁ ଅଭିନନ୍ଦନର ବାର୍ତ୍ତା ମିଳିଛି।

Prime Minister emphasises strong foundation built for a truly renewed partnership between the two nations with the visit of Prime Minister of Canada

March 03rd, 10:16 pm

Praising the visit of Canadian PM Mark Carney to India, PM Modi said that the visit has built a strong foundation for a truly renewed partnership between the two nations. He added that he looks forward to working together to build a bright future and shared prosperity for the people of both countries.

ସଂସଦର ବଜେଟ ଅଧିବେଶନର ପ୍ରାରମ୍ଭରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 29th, 10:15 am

ଗତକାଲି ମହାମାନ୍ୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ୧୪୦ କୋଟି ଦେଶବାସୀଙ୍କ ଆତ୍ମବିଶ୍ୱାସର ପ୍ରତିବିମ୍ବ ଥିଲା, ୧୪୦ କୋଟି ଭାରତୀୟଙ୍କ ସାମୂହିକ ପ୍ରୟାସର ଏକ ରେକର୍ଡ ଥିଲା ଏବଂ ୧୪୦ କୋଟି ନାଗରିକ-ବିଶେଷକରି ଯୁବବର୍ଗଙ୍କ ଆକାଂକ୍ଷାଗୁଡ଼ିକର ଅତ୍ୟନ୍ତ ସ୍ପଷ୍ଟ ଅଭିବ୍ୟକ୍ତି ଥିଲା। ଏହା ସହିତ ସମସ୍ତ ମହାନୁଭାବ ସଂସଦ ସଦସ୍ୟମାନଙ୍କ ପାଇଁ କିଛି ମାର୍ଗଦର୍ଶକ ଚିନ୍ତାଧାରା ମଧ୍ୟ ପ୍ରସ୍ତୁତ କରିଥିଲା। ମାନ୍ୟବର ରାଷ୍ଟ୍ରପତି ଗତକାଲି ଗୃହରେ ସମସ୍ତ ସାଂସଦଙ୍କ ପାଇଁ ଅନେକ ମାର୍ଗଦର୍ଶିକା ମଧ୍ୟ ଉପସ୍ଥାପନ କରିଥିଲେ।

୨୦୨୬ ବଜେଟ୍ ଅଧିବେଶନ ପ୍ରାରମ୍ଭରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

January 29th, 10:00 am

ବଜେଟ୍ ଅଧିବେଶନ ୨୦୨୬ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦ ପରିସରରେ ଗଣମାଧ୍ୟମକୁ ସମ୍ବୋଧନ କରିଥିଲେ। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଦେଶର ୧୪୦ କୋଟି ଜନତାଙ୍କ ଆତ୍ମବିଶ୍ବାସର ପରିପ୍ରକାଶ, ସେମାନଙ୍କ କଠିନ ପରିଶ୍ରମର ପ୍ରମାଣ ଓ ଯୁବପିଢିଙ୍କ ଆକାଂକ୍ଷାର ପ୍ରତିଫଳନ। ସେ ଉଲ୍ଲେଖ କରିଥିଲେ ଯେ ଏହି ଅଧିବେଶନ ଆରମ୍ଭରେ ଓ ବର୍ଷ ୨୦୨୬ ଲାଗି ରାଷ୍ଟ୍ରପତି ସମସ୍ତ ସଦସ୍ୟଙ୍କ ଆଗରେ ବିଭିନ୍ନ ମାର୍ଗଦର୍ଶିକା ବିନ୍ଦୁ ରଖିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ରାଷ୍ଟ୍ରମୁଖ୍ୟ ଭାବରେ, ରାଷ୍ଟ୍ରପତି ସରଳ ଭାଷାରେ ଯେଉଁ ଆଶା ରଖିଛନ୍ତି, ସେଗୁଡ଼ିକୁସମସ୍ତ ସାଂସଦଙ୍କ ଦ୍ୱାରା ଗୁରୁତ୍ବର ସହିତ ନିଆଯିବ, ଯାହା ଏହି ଅଧିବେଶନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କରିଥାଏ। ସେ କହିଥିଲେ ଯେ ଏହି ବଜେଟ୍ ଅଧିବେଶନ ଏକବିଂଶ ଶତାବ୍ଦୀର ପ୍ରଥମ ଚତୁର୍ଥାଂଶର ଶେଷ ଏବଂ ଦ୍ୱିତୀୟ ଚତୁର୍ଥାଂଶର ଆରମ୍ଭ। ୨୦୨୪୭ ସୁଦ୍ଧା ଏକ ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ପାଇଁ ଆଗାମୀ ୨୫ ବର୍ଷ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ଏହି ବଜେଟ୍ ହେଉଛି ଶତାବ୍ଦୀର ଦ୍ୱିତୀୟ ଚତୁର୍ଥାଂଶର ପ୍ରଥମ ବଜେଟ୍। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ଦେଶର ପ୍ରଥମ ମହିଳା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ନବମ ଥର ପାଇଁ ସଂସଦରେ ବଜେଟ୍ ଉପସ୍ଥାପନ କରିବେ, ଯାହା ଭାରତର ସଂସଦୀୟ ଇତିହାସରେ ଏକ ଗର୍ବର ମୁହୂର୍ତ୍ତ।

ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

December 23rd, 09:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଚୌଧୁରୀ ଚରଣ ସିଂହଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ସେ ସମାଜର ଅବହେଳିତ ବର୍ଗର କଲ୍ୟାଣ ସହ କୃଷିର ପ୍ରଗତି ଏବଂ କୃଷକମାନଙ୍କ ସମୃଦ୍ଧି ପାଇଁ ତାଙ୍କ ଜୀବନକୁ ଉତ୍ସର୍ଗ କରିଥିଲେ। ଏକ କୃତଜ୍ଞ ରାଷ୍ଟ୍ର ରାଷ୍ଟ୍ର ନିର୍ମାଣରେ ତାଙ୍କର ଅବଦାନକୁ କେବେ ଭୁଲିପାରିବ ନାହିଁ।”

ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନରେ ଆଲୋଚନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

December 10th, 07:56 pm

ଭାରତ-ଇସ୍ରାଏଲ ରଣନୀତିକ ସହଭାଗିତାରେ ହେଉଥିବା ଅଗ୍ରଗତିରେ ଉଭୟ ନେତା ସନ୍ତୋଷ ପ୍ରକାଶ କରିଥିଲେ ଏବଂ ପାରସ୍ପରିକ ଲାଭ ପାଇଁ ଏହି ସମ୍ପର୍କକୁ ଅଧିକ ସୁଦୃଢ଼ କରିବାକୁ ସେମାନେ ପ୍ରତିବଦ୍ଧତା ଦୋହରାଇଥିଲେ ।

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଆନ୍ଥୋନି ଆଲବାନିଜ ଓ ଜୋଡି ହେଡେନଙ୍କ ବିବାହ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

November 29th, 09:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କର ଘନିଷ୍ଠ ବନ୍ଧୁ ତଥା ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଆନ୍ଥୋନି ଆଲବାନିଜ ଓ ଜୋଡି ହେଡେନଙ୍କୁ ସେମାନଙ୍କ ବିବାହ ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।

ଜି-୨୦ ନେତାମାନଙ୍କ ଶିଖର ସମ୍ମିଳନୀ ଅବସରରେ ଜାପାନର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 23rd, 09:46 pm

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗଠାରେ ଜି-୨୦ ନେତାମାନଙ୍କ ଶିଖର ସମ୍ମିଳନୀ ଅବସରରେ ଜାପାନର ପ୍ରଧାନମନ୍ତ୍ରୀ ମାନ୍ୟବର ସାନାଏ ତାକାଇଚିଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ୨୯ ଅକ୍ଟୋବର ୨୦୨୫ରେ ସେମାନଙ୍କ ଟେଲିଫୋନ୍ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ତାକାଇଚିଙ୍କ ସହ ଏହା ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ବୈଠକ ଥିଲା ।

ଜି-୨୦ ଶିଖର ସମ୍ମିଳନୀ ୨୦୨୫ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 23rd, 09:44 pm

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଛନ୍ତି। ଚଳିତ ବର୍ଷ ଜୁନ୍ ମାସରେ କାନାଡାର କାନାନାସ୍କିସରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଉଭୟ ନେତା ସଂକ୍ଷିପ୍ତ ଭାବେ ମତ ବିନିମୟ କରିଥିଲେ।

ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 23rd, 09:41 pm

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ମାର୍କ କାର୍ନିଙ୍କୁ ଭେଟି ଭାରତ-କାନାଡା ଭାଗିଦାରୀ ଅଗ୍ରଗତିର ସମୀକ୍ଷା କରିଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

November 19th, 07:53 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ; ଭାରତ-ଜାପାନ ବିଶ୍ୱସ୍ତରୀୟ ସହଭାଗିତା ଆଗକୁ ବଢ଼ାଇବାକୁ ଆଲୋଚନା

October 29th, 01:14 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କ ସହ କଥା ହୋଇଛନ୍ତି ।

ଜାପାନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ସାନେ ତାକାଇଚିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 21st, 11:24 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜାପାନର ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀମତୀ ସାନେ ତାକାଇଚିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ଏକ୍ସରେ ତାଙ୍କ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ମୋଦୀ ଭାରତ-ଜାପାନ ସ୍ୱତନ୍ତ୍ର ରଣନୈତିକ ଏବଂ ବିଶ୍ୱ ସହଭାଗିତାକୁ ଆହୁରି ମଜବୁତ କରିବା ପାଇଁ ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି ।

ନୂଆଦିଲ୍ଲୀ ଏନଡିଟିଭି ୱାର୍ଲଡ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 17th, 11:09 pm

ମହାମହିମ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହାରିନି ଅମରସୂର୍ଯ୍ୟାଜୀ, ମହାମହିମ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମୋ ବନ୍ଧୁ ଟୋନି ଆବଟ୍ଟଜୀ, ମହାମହିମ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକଜୀ, ଅନ୍ୟାନ୍ୟ ବନ୍ଧୁଗଣ, ନମସ୍କାର ।

ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୫ରେ ପ୍ରଧାମନ୍ତ୍ରୀଙ୍କ ଉଦବୋଧନ

October 17th, 08:00 pm

ନୂଆଦିଲ୍ଲୀ,୧୭.୧୦.୨୦୧୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ‘ଏନଡିଟିଭି ବିଶ୍ବ ସମ୍ମିଳନୀ ୨୦୨୫’ରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ସମ୍ବୋଧନ କରି ସେ ଉପସ୍ଥିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଲୋକମାନଙ୍କୁ ଦୀପାବଳୀର ଅଭିନନ୍ଦନ ଜଣାଇ ସେ କହିଥିଲେ ଯେ, ଏନଡିଟିଭି ବିଶ୍ବ ସମ୍ମିଳନୀ ପାର୍ବଣର ଉତ୍ସବମୁଖର ସମୟରେ ଆୟୋଜିତ ହୋଇଛି । ସେ ଅଧିବେଶନର ବିଷୟବସ୍ତୁ ଅଜେୟ ଭାରତକୁ ପ୍ରଶଂସା କରିଥିଲେ ଏବଂ କହିଥିଲେ ଯେ, ଏହା ଯଥେଷ୍ଟ ଉପଯୁକ୍ତ, କାରଣ ଆଜିର ଭାରତ ବନ୍ଦ ହେବାର ମନୋଭାବରେ ନାହିଁ। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ ବନ୍ଦ ହେବ ନାହିଁ, ଏହା ବନ୍ଦ ହେବ ନାହିଁ, ୧୪୦ କୋଟି ଭାରତୀୟ ଏକତ୍ର ଦ୍ରୁତ ଗତିରେ ଆଗକୁ ବଢ଼ୁଛନ୍ତି।”

କେନିଆର ପୂର୍ବତନ ପ୍ରଧାନମନ୍ତ୍ରୀ ରାଇଲା ଓଡିଙ୍ଗା ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

October 15th, 02:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଇଲା ଓଡିଙ୍ଗାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ମୋର ପ୍ରିୟ ବନ୍ଧୁ ଏବଂ କେନିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଇଲା ଓଡିଙ୍ଗାଙ୍କ ବିୟୋଗରେ ମୁଁ ଗଭୀର ମର୍ମାହତ । ସେ ଜଣେ ଉଚ୍ଚମାନର ରାଜନେତା ଏବଂ ଭାରତର ପ୍ରିୟ ବନ୍ଧୁ ଥିଲେ । ଗୁଜରରାଟର ମୁଖ୍ୟମନ୍ତ୍ରୀ ଥିବା ସମୟରେ ମୋତେ ତାଙ୍କୁ ନିକଟରୁ ଜାଣିବାର ସୌଭାଗ୍ୟ ମିଳିଥିଲା ଏବଂ ଆମର ସମ୍ପର୍କ ବର୍ଷ ବର୍ଷ ଧରି ରହିଥିଲା । ଶ୍ରୀ ରାଇଲା ଓଡିଙ୍ଗାଙ୍କର ଭାରତର ସଂସ୍କୃତି, ମୂଲ୍ୟବୋଧ ଏବଂ ପ୍ରାଚୀନ ଜ୍ଞାନ ପ୍ରତି ବିଶେଷ ଆଗ୍ରହ ଥିଲା, ଯାହା ଭାରତ-କେନିଆ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ତାଙ୍କ ପ୍ରୟାସରେ ପରିଲକ୍ଷିତ ହୋଇଥିଲା ।

ଗାଜା ଶାନ୍ତି ଯୋଜନାରେ ଅଗ୍ରଗତି ପାଇଁ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

October 09th, 10:17 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ କଥା ହେବା ସହ ରାଷ୍ଟ୍ରପତି ଟ୍ରମ୍ପଙ୍କ ଗାଜା ଶାନ୍ତି ଯୋଜନାରେ ଅଗ୍ରଗତି ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

September 26th, 08:51 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ନେପାଳର ନୂତନ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କୁ ଜଣାଇଲେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

September 13th, 08:57 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ନେପାଳର ଅନ୍ତରୀଣ ସରକାରଙ୍କ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ଶ୍ରୀମତୀ ସୁଶୀଳା କାର୍କିଙ୍କୁ ଶୁଭକାମନା ଜଣାଇଛନ୍ତି । ସେ କହିଛନ୍ତି ଯେ, ଭାରତ ନେପାଳର ଲୋକଙ୍କ ଶାନ୍ତି, ପ୍ରଗତି ଏବଂ ସମୃଦ୍ଧି ପାଇଁ ଦୃଢ଼ ପ୍ରତିବଦ୍ଧ ।

ପୁନଃନିର୍ବାଚିତ ନରୱେ ପ୍ରଧାନମନ୍ତ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 10th, 06:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ନରୱେ ପ୍ରଧାନମନ୍ତ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ପୁନଃନିର୍ବାଚିତ ହୋଇଥିବାରୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ ବିଭିନ୍ନ କ୍ଷେତ୍ରରେ ନରୱେ ସହିତ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ଗଭୀର କରିବା ପାଇଁ ଭାରତର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି ।