ଭାରତ ଏବଂ ଭିଏତନାମ ମଧ୍ୟରେ ଉନ୍ନତ ବ୍ୟାପକ ରଣନୈତିକ ସହଭାଗୀତା ଉପରେ ମିଳିତ ବିବୃତ୍ତି

May 06th, 05:24 pm

ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଭିଏତନାମ କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟିର ସାଧାରଣ ସମ୍ପାଦକ, ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ମେ’୦୫ ରୁ ୦୭ ପର୍ଯ୍ୟନ୍ତ ଭାରତ ଗସ୍ତ କରିଛନ୍ତି। ମହାମହିମ ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଅଛନ୍ତି। ଏକ ଦୃଢ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ମଧ୍ୟ ସମ୍ମାନିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ସାମିଲ ଅଛନ୍ତି।

ରାଜଘାଟ ଠାରେ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

January 30th, 01:54 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ରାଜଘାଟ ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ବାପୁଙ୍କ କାଳଜୟୀ ଆଦର୍ଶ ଆମ ଦେଶର ଯାତ୍ରାରେ ମାର୍ଗଦର୍ଶନ ଜାରି ରଖିଛି। ଆମେ ତାଙ୍କ ନୀତି ଏବଂ ନ୍ୟାୟ, ସୌହାର୍ଦ୍ଦ୍ୟ ଏବଂ ମାନବତାର ସେବା ଉପରେ ଆଧାରିତ ଭାରତ ଗଠନ ପ୍ରତି ଆମର ପ୍ରତିବଦ୍ଧତାକୁ ଦୋହରାଇଛୁ, ବୋଲି ଶ୍ରୀ ମୋଦୀ କହିଥିଲେ।

ଭାରତ ଏବଂ ଫିଲିପାଇନ୍ସ ମଧ୍ୟରେ ରଣନୀତିକ ଭାଗିଦାରୀ ପ୍ରତିଷ୍ଠା ଉପରେ ଘୋଷଣାନାମା

August 05th, 05:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫିଲିପାଇନ୍ସ ରାଷ୍ଟ୍ରପତି ମହାମହିମ ଶ୍ରୀ ଫର୍ଡିନାଣ୍ଡ ଆର. ମାର୍କୋସ୍ ଜୁନିଅର ୪-୮ ଅଗଷ୍ଟ ୨୦୨୫ରେ ଭାରତ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ମାର୍କୋସଙ୍କ ସହିତ ପ୍ରଥମ ମହିଳା, ମହାମହିମ ଲୁଇସ୍ ଆରାନେଟା ମାର୍କୋସ୍ ଏବଂ ଫିଲିପାଇନ୍ସର ଅନେକ କ୍ୟାବିନେଟ ମନ୍ତ୍ରୀ ଏବଂ ଏକ ଉଚ୍ଚସ୍ତରୀୟ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ସମେତ ଏକ ଉଚ୍ଚସ୍ତରୀୟ ସରକାରୀ ପ୍ରତିନିଧି ଦଳ ମଧ୍ୟ ଉପସ୍ଥିତ ଥିଲେ।

ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

October 02nd, 03:43 pm

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜଘାଟରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍‌”

September 24th, 11:30 am

ମୋର ପ୍ରିୟ ପରିବାରଜନ, ନମସ୍କାର । ‘ମନ୍ କି ବାତ୍‌’ର ଆଉ ଏକ ଅଧ୍ୟାୟରେ ଦେଶର ସଫଳତା, ଦେଶବାସୀଙ୍କ ସଫଳତା, ସେମାନଙ୍କ ପ୍ରେରଣାଦାୟୀ ଜୀବନଯାତ୍ରା ସମ୍ପର୍କରେ ଆପଣମାନଙ୍କ ସହ ଭାବବିନିମୟ କରିବାର ସୁଯୋଗ ମିଳିଛି । ବିଗତ ଦିନରେ ସବୁଠାରୁ ଅଧିକ ଚିଠି, ବାର୍ତ୍ତା ଆଦି ଯାହା ମୋତେ ମିଳିଛି, ସେଗୁଡ଼ିକ ମଧ୍ୟରୁ ଅଧିକାଂଶ ଦୁଇଟି ପ୍ରସଙ୍ଗ ଉପରେ କେନ୍ଦ୍ରିତ । ପ୍ରଥମ ପ୍ରସଙ୍ଗଟି ହେଲା ଚନ୍ଦ୍ରଯାନ-୩ ର ସଫଳ ଅବତରଣ ଏବଂ ଦ୍ୱିତୀୟ ପ୍ରସଙ୍ଗଟି ହେଲା ଦିଲ୍ଲୀରେ ଜି-୨୦ର ସଫଳ ଆୟୋଜନ । ଦେଶର ପ୍ରତ୍ୟେକ ଭାଗରୁ ସମାଜର ପ୍ରତ୍ୟେକ ବର୍ଗରୁ, ସବୁ ବୟସର ଲୋକଙ୍କର ଅସଂଖ୍ୟ ଚିଠି ମୋତେ ମିଳିଛି । ଯେତେବେଳେ ଚନ୍ଦ୍ରଯାନ-୩ ର ଲ୍ୟାଣ୍ଡର୍ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାକୁ ଥିଲା, ସେତେବେଳେ କୋଟି କୋଟି ଲୋକ ଭିନ୍ନ ଭିନ୍ନ ମାଧ୍ୟମରେ ଏହି ଘଟଣାର ପ୍ରତିଟି ମୁହୁର୍ତ୍ତର ସାକ୍ଷୀ ହେଉଥିଲେ । ଇସ୍ରୋର ୟୁ-ଟ୍ୟୁବ୍ ଲାଇଭ୍ ଚ୍ୟାନେଲ୍‌ରେ ୮୦ ଲକ୍ଷରୁ ଅଧିକ ଲୋକ ଏହି ଘଟଣାକୁ ଦେଖିଲେ, ଯାହା ଏକ ରେକର୍ଡ଼ । ଏଥିରୁ ଜଣାପଡ଼ୁଛି ଯେ, ଚନ୍ଦ୍ରଯାନ-୩ ସହ କୋଟି କୋଟି ଭାରତୀୟଙ୍କ କେତେ ଗଭୀର ଭାବାବେଗ ଜଡ଼ିତ ହୋଇରହିଛି । ଚନ୍ଦ୍ରଯାନର ଏହି ସଫଳତା ପରେ ଦେଶରେ ଏବେ ଗୋଟିଏ ସୁନ୍ଦର କୁଇଜ୍ ପ୍ରତିଯୋଗିତା ମଧ୍ୟ ଚାଲିଛି, ଯାହାକୁ ଚନ୍ଦ୍ରଯାନ-୩ ମହାକୁଇଜ୍ ନାମରେ ନାମିତ କରାଯାଇଛି । ମାଇ ଗଭ୍ ପୋର୍ଟାଲ୍‌ରେ ଚାଲିଥିବା ଏହି ପ୍ରତିଯୋଗିତାରେ ଏ ପର୍ଯ୍ୟନ୍ତ ୧୫ ଲକ୍ଷରୁ ଅଧିକ ଲୋକ ଅଂଶଗ୍ରହଣ କରିସାରିଲେଣି । ମାଇ ଗଭ୍ ଆରମ୍ଭ ହେବାପରେ କୌଣସି କୁଇଜ୍ ପ୍ରତିଯୋଗିତାରେ ଏହା ସର୍ବାଧିକ ଅଂଶଗ୍ରହଣ । ଯଦି ଆପଣ ଏ ଯାଏଁ ଏଥିରେ ଅଂଶଗ୍ରହଣ କରିନାହାନ୍ତି, ତାହେଲେ ବିଳମ୍ବ ନ କରି ଏଥିରେ ଅଂଶଗ୍ରହଣ କରିବାକୁ ମୁଁ ଆପଣଙ୍କୁ ଅନୁରୋଧ କରୁଛି । ଏଥିପାଇଁ ଆଉ ମାତ୍ର ଛଅ ଦିନ ସମୟ ଅଛି । ଏହି କୁଇଜ୍‌ରେ ନିଶ୍ଚୟ ଭାଗ ନିଅନ୍ତୁ ।

ଜି20 ଦେଶର ନେତାମାନେ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି

September 10th, 12:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜି20 ସଦସ୍ୟ ଦେଶର ନେତାମାନଙ୍କ ସହିତ ଆଜି ଐତିହାସିକ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି। ସେମାନେ ଏହି ତଥ୍ୟକୁ ଉପସ୍ଥାପନ କରିଛନ୍ତି ଯେ ଗାନ୍ଧୀଜୀଙ୍କ ଶାଶ୍ବତ ଆଦର୍ଶ ଏକ ସାମଞ୍ଜସ୍ୟପୂର୍ଣ୍ଣ, ସମାବେଶୀ ଏବଂ ସମୃଦ୍ଧ ବିଶ୍ବ ପାଇଁ ଆମ ସାମୁହିକ ଦୃଷ୍ଟିକୋଣର ମାଗଦର୍ଶନ କରିଥାଏ।