Harivansh Ji plays a key role in instilling confidence that the country can make a significant leap forward: PM Modi in the Rajya Sabha

April 17th, 11:10 am

Addressing the Rajya Sabha, PM Modi extended heartfelt congratulations to Shri Harivansh on his election as Dy Chairman of the House. Lauding Harivansh Ji’s remarkable contributions to journalism, the PM said that new Members of Parliament from both Houses could learn immensely from his insights. The PM also highlighted the significant work done by Harivansh Ji across various sectors.

ରାଜ୍ୟସଭାରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

April 17th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଲଗାତାର ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀ ହରିବଂଶଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହି ଐତିହାସିକ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହା ଶ୍ରୀ ହରିବଂଶଙ୍କ ପ୍ରତି ସଦନର ଗଭୀର ବିଶ୍ୱାସ ଏବଂ ଏହି ଅନୁଷ୍ଠାନକୁ ସେ ଆଣିଥିବା ମୂଲ୍ୟବାନ ଅଭିଜ୍ଞତାକୁ ପ୍ରତିଫଳିତ କରିଥାଏ । କ୍ରମାଗତ ତୃତୀୟ ଥର ପାଇଁ ନିର୍ବାଚିତ ହେବା ତାଙ୍କର ଅଭିଜ୍ଞତା, ସମାବେଶୀ ଆଭିମୁଖ୍ୟ ଏବଂ ମର୍ଯ୍ୟାଦାପୂର୍ଣ୍ଣ କାର୍ଯ୍ୟଶୈଳୀ ଉପରେ ସଦନର ଅନୁମୋଦନ ବୋଲି ଶ୍ରୀ ମୋଦୀ କହିଥିଲେ ।

From Panchayat to Parliament, PM Modi outlines roadmap for women’s leadership at Nari Shakti Vandan Sammelan

April 13th, 11:15 am

In his address at the Nari Shakti Vandan Sammelan, PM Modi said the Nari Shakti Vandan Act must be implemented on time. Highlighting the critical role of women in the Viksit Bharat journey, the Prime Minister expressed satisfaction that his government has created schemes for every stage of women's life cycle. He also urged women to take the discussions from the programme to every village in the country.

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 13th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଉଦବୋଧନ ଦେଇଛନ୍ତି। ବୈଶାଖୀର ପବିତ୍ର ଅବସର ଏବଂ ଦେଶର ବିଭିନ୍ନ ସ୍ଥାନରେ ନବବର୍ଷ ପାଳନର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ହତ୍ୟାକାଣ୍ଡର ସହିଦମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ ଦୃଢ଼ତାର ସହ କହିଛନ୍ତି, ‘‘ଭାରତ ଏକବିଂଶ ଶତାବ୍ଦୀର ସବୁଠାରୁ ବଡ଼ ନିଷ୍ପତ୍ତି ମଧ୍ୟରୁ ଗୋଟିଏ ନେବାକୁ ଯାଉଛି, ଏହା ନାରୀ ଶକ୍ତି ପାଇଁ ଉତ୍ସର୍ଗୀକୃତ ।’’

Prime Minister extends his best wishes to Shri Harivansh upon his nomination to the Rajya Sabha

April 10th, 02:20 pm

PM Modi extended his heartiest best wishes to Shri Harivansh for his upcoming parliamentary tenure following his nomination to the Rajya Sabha. He remarked that Shri Harivansh has made an invaluable contribution to both journalism and public life, establishing himself as a respected intellectual and thinker. He also pointed out that his profound thoughts and insights have significantly enriched the proceedings of the House over the past few years.

Prime Minister extends his best wishes to Shri Nitish Kumar upon his taking oath as Rajya Sabha MP

April 10th, 02:07 pm

PM Modi extended his heartiest congratulations and best wishes to Shri Nitish Kumar on the occasion of him taking oath as a Member of the Rajya Sabha. The PM remarked that Shri Nitish Kumar is one of the nation's most experienced leaders whose commitment to good governance and indelible contribution to Bihar's development are widely recognized. He noted that it is a pleasure to see him return to Parliament.

ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ବିଷୟରେ ରାଜ୍ୟସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷ

March 24th, 02:05 pm

ଆମେ ସମସ୍ତେ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଏବଂ ଏହାର ପରିଣାମସ୍ୱରୂପ ପରିସ୍ଥିତି ବିଷୟରେ ଅବଗତ। ଏହି କଠିନ ପରିସ୍ଥିତି ଉପରେ ସରକାରଙ୍କ ମତାମତ ରଖିବା ପାଇଁ ମୁଁ ଆଜି ସଂସଦର ଉଚ୍ଚ ସଦନ ସମ୍ମୁଖରେ ତଥା ଦେଶବାସୀଙ୍କ ସମ୍ମୁଖରେ ଉପସ୍ଥିତ ହୋଇଛି। ପଶ୍ଚିମ ଏସିଆରେ ଏହି ଯୁଦ୍ଧ ତିନି ସପ୍ତାହରୁ ଅଧିକ ସମୟ ଧରି ଚାଲିଛି। ଏହି ଯୁଦ୍ଧ ସାରା ବିଶ୍ୱରେ ଏକ ଗୁରୁତର ଶକ୍ତି ସଙ୍କଟ ସୃଷ୍ଟି କରିଛି। ଭାରତ ପାଇଁ ମଧ୍ୟ ଏହି ପରିସ୍ଥିତି ଚିନ୍ତାଜନକ। ଏହି ଯୁଦ୍ଧ ଆମର ବ୍ୟବସାୟିକ ପଥକୁ ପ୍ରଭାବିତ କରୁଛି। ଏହାର ପ୍ରଭାବରେ ପେଟ୍ରୋଲ, ଡିଜେଲ, ଗ୍ୟାସ ଏବଂ ସର ଭଳି ଆବଶ୍ୟକ ସାମଗ୍ରୀର ନିୟମିତ ଯୋଗାଣ ବାଧାପ୍ରାପ୍ତ ହେଉଛି। ପ୍ରାୟ ୧ କୋଟି ଭାରତୀୟ ଉପସାଗରୀୟ ଦେଶଗୁଡ଼ିକରେ ବସବାସ କରନ୍ତି ଏବଂ କାମ କରନ୍ତି। ସେମାନଙ୍କ ଜୀବନ ଓ ଜୀବିକାର ସୁରକ୍ଷା ମଧ୍ୟ ଭାରତ ପାଇଁ ଏକ ପ୍ରମୁଖ ଚିନ୍ତାର ବିଷୟ। ବିଶ୍ୱର ବିଭିନ୍ନ ସ୍ଥାନରୁ ଅସଂଖ୍ୟ ଜାହାଜ ହରମୁଜ୍ ପ୍ରଣାଳୀରେ ଅଟକି ରହିଛି, ଯେଉଁଥିରେ ବହୁ ସଂଖ୍ୟକ ଭାରତୀୟ କ୍ରୁ ସଦସ୍ୟ ଅଛନ୍ତି। ଏହା ଭାରତ ପାଇଁ ମଧ୍ୟ ଏକ ବଡ଼ ଚିନ୍ତାର ବିଷୟ। ଏପରି ଏକ କଠିନ ପରିସ୍ଥିତିରେ, ଭାରତୀୟ ସଂସଦର ଏହି ଉଚ୍ଚ ସଦନରୁ ସମଗ୍ର ବିଶ୍ୱକୁ ଶାନ୍ତି ଏବଂ ଆଲୋଚନା ପାଇଁ ଏକ ମିଳିତ ସ୍ୱର ଶୁଣାଯିବା ଅତ୍ୟନ୍ତ ଜରୁରୀ।

ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 24th, 02:00 pm

୨୪ ମାର୍ଚ୍ଚ ୨୦୨୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ସରକାରଙ୍କ ମତ ଉପସ୍ଥାପନ କରିଥିଲେ। ସେ କହିଥିଲେ ଯେ ତିନି ସପ୍ତାହରୁ ଅଧିକ ସମୟ ଧରି ଚାଲୁଥିବା ଏହି ସଂଘର୍ଷ ଗଭୀର ବିଶ୍ୱ ଶକ୍ତି ସଙ୍କଟ ସୃଷ୍ଟି କରିଛି, ଯାହା ଭାରତ ପାଇଁ ଚିନ୍ତାଜନକ ପ୍ରଭାବ ଫେଳାଇଛି। ସେ ଉଲ୍ଲେଖ କରିଥିଲେ ଯେ ଏହା ଭାରତର ବାଣିଜ୍ୟ ମାର୍ଗକୁ ବାଧାପ୍ରାପ୍ତ କରୁଛି ଏବଂ ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ସାର ପରି ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣକୁ ପ୍ରଭାବିତ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପ୍ରାୟ ୧୦ ମିଲିୟନ୍ ଭାରତୀୟ ଉପସାଗରୀୟ ଦେଶଗୁଡ଼ିକରେ ବାସ ଓ କାର୍ଯ୍ୟରତ ଅଛନ୍ତି, ତେଣୁ ସେମାନଙ୍କ ସୁରକ୍ଷା ଓ ଜୀବିକା ଗୁରୁତ୍ୱପୂର୍ଣ୍ଣ ଚିନ୍ତାର ବିଷୟ। ସେ ହର୍ମୁଜ୍ ପ୍ରଣାଳୀରେ ଜାହାଜରେ ଫସିଥିବା ଭାରତୀୟ କ୍ରୁ ସଦସ୍ୟଙ୍କ ଉପରେ ମଧ୍ୟ ଚିନ୍ତା ବ୍ୟକ୍ତ କରିଥିଲେ। “ଏପରି ପରିସ୍ଥିତିରେ, ଭାରତୀୟ ସଂସଦର ଏହି ଉଚ୍ଚ ସଦନ ସମଗ୍ର ବିଶ୍ୱରେ ଶାନ୍ତି ଓ ଆଲୋଚନା ପାଇଁ ଏକତ୍ରିତ ସ୍ୱର ଉଠାଇବା ଅତ୍ୟନ୍ତ ଆବଶ୍ୟକ,” ବୋଲି ସେ କହିଥିଲେ।

ରାଜ୍ୟସଭାରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 18th, 11:30 am

ଗୃହ ଭିତରେ ଅନେକ ବିଷୟ ଉପରେ ଆଲୋଚନା ହୋଇଥାଏ, ସମସ୍ତଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ଥାଏ ଏବଂ କିଛି ଖଟା-ମିଠା ଅଭିଜ୍ଞତା ମଧ୍ୟ ଥାଏ । କିନ୍ତୁ ଆଜି, ଯେତେବେଳେ ଏପରି ଏକ ସୁଯୋଗ ଆସେ, ଆମ ସମସ୍ତଙ୍କ ଭିତରେ ସ୍ୱାଭାବିକ ଭାବରେ ଦଳୀୟ ଭାବନା ସୀମା ଅତିକ୍ରମ କରି ଏକ ସାଧାରଣ ଭାବନା ଉଭା ହୁଏ, କ’ଣ ଆମର ଏହି ସହକର୍ମୀମାନେ ଏବେ ଅନ୍ୟ କୌଣସି ବିଶେଷ କାମ ପାଇଁ ଆଗକୁ ବଢ଼ୁଛନ୍ତି ? ଯେଉଁମାନେ ଆଜି ଏଠାରୁ ଯାଉଛନ୍ତି, ସେମାନଙ୍କ ମଧ୍ୟରୁ କେତେକ ଫେରିବା ଉଦ୍ଦେଶ୍ୟରେ ଯାଉଛନ୍ତି ଏବଂ ଅନ୍ୟମାନେ ଏଠାରେ ଅର୍ଜିତ ଅଭିଜ୍ଞତା ସହ ସାମାଜିକ ଜୀବନରେ ବିଶେଷ ଅବଦାନ ଦେବାକୁ ଯାଉଛନ୍ତି । ଯେଉଁମାନେ ଯାଉଛନ୍ତି କିନ୍ତୁ ଫେରିବେ ନାହିଁ, ମୁଁ ସେମାନଙ୍କୁ ଏହା ମଧ୍ୟ କହିବାକୁ ଚାହେଁ ଯେ ରାଜନୀତିରେ କେବେ ପୂର୍ଣ୍ଣଛେଦ ନଥାଏ; ଭବିଷ୍ୟତ ଆପଣଙ୍କ ଅପେକ୍ଷାରେ ଅଛି ଏବଂ ଆପଣଙ୍କ ଅଭିଜ୍ଞତା ତଥା ଆପଣଙ୍କ ଅବଦାନ ଜାତୀୟ ଜୀବନର ଏକ ଅଂଶ ହୋଇ ଚିରକାଳ ରହିବ ।

ଅବସରଗ୍ରହଣ କରିବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

March 18th, 11:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅବସର ନେବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ସମ୍ବୋଧନ କରିଥିଲେ। ଅବସର ନେବାକୁ ଯାଉଥିବା ସାଥୀମାନଙ୍କୁ ସମ୍ମାନିତ କରିବାର ସୁଯୋଗ ମିଳିଥିବାରୁ କୃତଜ୍ଞତା ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏପରି ଅବସର ଆମକୁ ଦଳମତ ନିର୍ବିଶେଷରେ ଉପରକୁ ଉଠି ଏକ ସାଧାରଣ ଭାବନା ପ୍ରକାଶ କରିବାର ସୁଯୋଗ ପ୍ରଦାନ କରେ। ଏହି ସଦସ୍ୟମାନେ ପୁଣି ପ୍ରତ୍ୟାବର୍ତ୍ତନ କରନ୍ତୁ ଅଥବା ନିଜକୁ ସମାଜ ସେବାରେ ନିୟୋଜିତ କରନ୍ତୁ, ସେମାନଙ୍କ ମିଳିତ ଅଭିଜ୍ଞତା ସବୁବେଳେ ଦେଶର ଏକ ସମ୍ପତ୍ତି ହୋଇ ରହିବ। ସେ କହିଥିଲେ ଯେ ରାଜନୀତି ପରି ଏକ ଗତିଶୀଳ କ୍ଷେତ୍ରରେ ଯାତ୍ରା କେବେବି ଶେଷ ହୋଇନଥାଏ, କାରଣ ଅଭିଜ୍ଞ ନେତାମାନଙ୍କ ପାଇଁ ଭବିଷ୍ୟତରେ ସବୁବେଳେ ସୁଯୋଗ ଥାଏ। “ରାଜନୀତିରେ କୌଣସି ପୂର୍ଣ୍ଣଛେଦ ନଥାଏ, ଆପଣମାନଙ୍କ ଅଭିଜ୍ଞତା ଓ ଅବଦାନ ସବୁବେଳେ ରାଷ୍ଟ୍ରୀୟ ଜୀବନର ଏକ ଅଂଶ ହୋଇରହିବ’’ ପ୍ରଧାନମନ୍ତ୍ରୀ କହିଥିଲେ।

No matter how many challenges there are, we have 140 crore solutions: PM Modi in Rajya Sabha

February 05th, 05:35 pm

PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର

February 05th, 05:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।

Monsoon Session is a symbol of India’s rising stature, and democratic strength: PM Modi

July 21st, 10:30 am

PM Modi has addressed the media during the commencement of the Monsoon Session of Parliament. In his remarks, he touched upon the horrific Pahalgam massacre and lauded the unified voice of India’s political leadership in exposing Pakistan’s role. The PM also noted the global recognition of Digital India, particularly UPI. He affirmed that Naxalism and Maoism are on the decline and also hailed the success of Operation Sindoor.

ମୌସୁମୀ ଅଧିବେଶନ ୨୦୨୫ର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି

July 21st, 09:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୌସୁମୀ ଅଧିବେଶନ ୨୦୨୫ ଆରମ୍ଭ ହେବା ପୂର୍ବରୁ ସଂସଦ ପରିସରରେ ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ। ମୌସୁମୀ ଅଧିବେଶନକୁ ସମସ୍ତଙ୍କୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ମୌସୁମୀ ନବସୃଜନ ଏବଂ ନବୀକରଣର ପ୍ରତୀକ। ସେ ଏହା ମଧ୍ୟ କହିଥିଲେ ଯେ ସାରା ଦେଶରେ ବର୍ତ୍ତମାନର ପାଣିପାଗ ପରିସ୍ଥିତି ଅନୁକୂଳ ହେଉଛି ଯାହା କୃଷି ପାଇଁ ସମାନ ଭାବରେ ଲାଭଦାୟକ। ସେ କହିଥିଲେ ଯେ ବୃଷ୍ଟିପାତ କେବଳ ଗ୍ରାମୀଣ ଅର୍ଥନୀତି ଏବଂ ଦେଶର ସାମଗ୍ରିକ ଅର୍ଥନୈତିକ ଗଠନରେ ନୁହେଁ ବରଂ ପ୍ରତ୍ୟେକ ପରିବାରର ଆର୍ଥିକ କଲ୍ୟାଣରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଶ୍ରୀ ମୋଦୀ କହିଛନ୍ତି ଯେ ବର୍ତ୍ତମାନର ସୂଚନା ଆଧାରରେ, ଗତ ଦଶ ବର୍ଷ ତୁଳନାରେ ଚଳିତ ବର୍ଷ ଜଳଭଣ୍ଡାରର ସ୍ତର ତିନି ଗୁଣ ବୃଦ୍ଧି ପାଇଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ ଏହି ବୃଦ୍ଧି ଆଗାମୀ ଦିନରେ ଭାରତର ଅର୍ଥନୀତିକୁ ଯଥେଷ୍ଟ ଲାଭ ଦେବ।

ରାଷ୍ଟ୍ରପତିଙ୍କ ଦ୍ୱାରା ରାଜ୍ୟସଭାକୁ ମନୋନୀତ ବିଶିଷ୍ଟ ବ୍ୟକ୍ତିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

July 13th, 10:47 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ରାଷ୍ଟ୍ରପତିଙ୍କ ଦ୍ୱାରା ରାଜ୍ୟସଭାକୁ ମନୋନୀତ ହୋଇଥିବା ଚାରି ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଛନ୍ତି ।

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

June 13th, 02:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀଙ୍କ ଦେହାନ୍ତରେ ଆଜି ଶୋକବ୍ୟକ୍ତ କରିଛନ୍ତି । ଗତକାଲି ଅହମ୍ମଦାବାଦରେ ଏକ ବିମାନ ଦୁର୍ଘଟଣାରେ ଶ୍ରୀ ରୂପାଣୀଙ୍କର ପରଲୋକ ହୋଇଥିଲା। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଏହି ଅବସରରେ ଶ୍ରୀ ରୂପାଣୀଙ୍କର ପ୍ରତିଷ୍ଠିତ ରାଜନୈତିକ ଜୀବନୀ ଉପରେ ଆଲୋକପାତ କରିଛନ୍ତି। ରାଜକୋଟ ମହାନଗର ନିଗମରେ ତାଙ୍କର କାର୍ଯ୍ୟକାଳ, ରାଜ୍ୟସଭା ସାଂସଦ, ଗୁଜରାଟ ବିଜେପି ଅଧ୍ୟକ୍ଷ ଏବଂ ରାଜ୍ୟ ସରକାରରେ କ୍ୟାବିନେଟ ମନ୍ତ୍ରୀ ଭାବେ ତାଙ୍କର ଭିନ୍ନ ଭିନ୍ନ ଭୂମିକାକୁ ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟସଭା ସାଂସଦ ଥିରୁ ଇଲେୟାରାଜା

March 18th, 04:54 pm

ରାଜ୍ୟସଭା ସାଂସଦ ଥିରୁ ଇଲେୟାରାଜା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

February 06th, 04:21 pm

ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 06th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।

କୃଷକମାନଙ୍କର ଏକ ଦଳ ସହ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟସଭା ସାଂସଦ ଶରଦ ପାୱାର

December 18th, 02:13 pm

ରାଜ୍ୟସଭା ସାଂସଦ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଶରଦ ପାୱାର କୃଷକମାନଙ୍କର ଏକ ଦଳ ସହ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।