ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।ଗୁଜୁରାଟ ଡେଡିଆପଡାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଡେଡିଆପଡ଼ାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ, ସେ ୯,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମା’ ନର୍ମଦାର ପବିତ୍ର ଭୂମି ଆଜି ଆଉ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି ବୋଲି କହି ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ଯେ, ୩୧ ଅକ୍ଟୋବରରେ, ଭାରତର ଏକତା ଏବଂ ବିବିଧତାକୁ ପାଳନ କରିବା ପାଇଁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ସେହି ସ୍ଥାନରେ ପାଳନ କରାଯାଇଥିଲା, ଭାରତ ପର୍ବ ଆରମ୍ଭ ହୋଇଥିଲା। ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀର ମହାନ ଉତ୍ସବ ସହିତ, ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ, ଆମେ ଭାରତ ପର୍ବର ପରିଣାମ ଦେଖୁଛୁ। ଏହି ପବିତ୍ର ଅବସରରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି ଯେ, ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଆଦିବାସୀ ଅଞ୍ଚଳରେ ସ୍ୱାଧୀନତାର ଭାବନା ଜାଗ୍ରତ କରିଥିବା ଗୋବିନ୍ଦ ଗୁରୁଙ୍କ ଆଶୀର୍ବାଦ ମଧ୍ୟ ଏହି କାର୍ଯ୍ୟକ୍ରମ ସହିତ ଜଡିତ। ମଞ୍ଚ ଉପରୁ ସେ ଗୋବିନ୍ଦ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ କିଛି ସମୟ ପୂର୍ବରୁ ଦେବମୋଗ୍ରା ମାତାଙ୍କ ମନ୍ଦିରକୁ ଯିବାର ସୌଭାଗ୍ୟ ମିଳିଥିଲା ଏବଂ ପୁଣି ଥରେ ତାଙ୍କ ପାଦ ତଳେ ପ୍ରଣାମ କରିଥିଲେ।ନୂଆଦିଲ୍ଲୀରେ ଆୟୋଜିତ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମେଳନ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 31st, 07:00 pm
ସର୍ବପ୍ରଥମେ, ମୁଁ ବିଳମ୍ବରେ ପହଞ୍ଚିଥିବା ପାଇଁ କ୍ଷମା ପ୍ରାର୍ଥନା କରୁଛି । ଆଜି ସର୍ଦ୍ଦାର ସାହେବଙ୍କ ଜନ୍ମବାର୍ଷିକୀ ଥିଲା, ତାଙ୍କର ୧୫୦ତମ ଜନ୍ମବାର୍ଷିକୀ। ଏକତା ନଗରର ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ତାଙ୍କର ଏକ କାର୍ଯ୍ୟକ୍ରମ ଥିଲା ଏବଂ ସେଥିପାଇଁ, ମୁଁ ଠିକ୍ ସମୟରେ ପହଞ୍ଚି ପାରିଲି ନାହିଁ। ଏଥିପାଇଁ ମୁଁ ପୁନର୍ବାର କ୍ଷମା ପ୍ରାର୍ଥନା କରୁଛି। ଆରମ୍ଭରେ ଆମେ ସମସ୍ତେ ଯେଉଁ ମନ୍ତ୍ରଗୁଡ଼ିକ ଶୁଣିଥିଲୁ, ସେହି ମନ୍ତ୍ରଗୁଡିକର ଶକ୍ତି ଏବେ ମଧ୍ୟ ଆମେ ଅନୁଭବ କରୁଛେ । ଯେତେବେଳେ ମୋତେ ଆପଣମାନଙ୍କ ପାଖକୁ ଆସିବାର ସୁଯୋଗ ମିଳେ ଏବଂ ଯେବେ ଯେବେ ମୁଁ ଏଠାକୁ ଆସିଛି ଦିବ୍ୟ ଅଭିଜ୍ଞତା ଏବଂ ଆଶ୍ଚର୍ଯ୍ୟଜନକ ଅନୁଭୂତି ପାଇଛି । ସ୍ୱାମୀ ଦୟାନନ୍ଦଙ୍କ ଆଶୀର୍ବାଦ, ତାଙ୍କ ଆଦର୍ଶ ପ୍ରତି ଆମର ଶ୍ରଦ୍ଧା ଏବଂ ଆପଣମାନଙ୍କ ସହିତ ଦଶନ୍ଧି ଧରି ରହିଥିବା ସମ୍ପର୍କ ମୋତେ ବାରମ୍ବାର ଆପଣଙ୍କ ମଧ୍ୟରେ ରହିବାର ସୁଯୋଗ ଦେଉଛି। ଆଉ ଯେତେବେଳେ ମୁଁ ଆପଣମାନଙ୍କୁ ଭେଟିଥାଏ ଏବଂ ଆପଣମାନଙ୍କୁ ସହିତ କଥାବାର୍ତ୍ତା କରେ, ମୁଁ ଏକ ଅନନ୍ୟ ଶକ୍ତି ଏବଂ ପ୍ରେରଣାରେ ପରିପୂର୍ଣ୍ଣ ହୋଇଯାଏ। ମୋତେ ଏହା ମଧ୍ୟ ସୂଚନା ଦିଆଯାଇଛି ଯେ ଏହିପରି ନଅଟି ସଭାଗୃହ ନିର୍ମାଣ କରାଯାଇଛି, ଯେଉଁଠାରେ ଆମର ସମସ୍ତ ଆର୍ଯ୍ୟ ସମାଜର ସଦସ୍ୟ ଭିଡିଓ ଲିଙ୍କ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଦେଖୁଛନ୍ତି। ଯଦିଓ ମୁଁ ସେମାନଙ୍କୁ ଦେଖିପାରୁ ନାହିଁ, ମୁଁ ଏଠାରୁ ମଧ୍ୟ ସେମାନଙ୍କୁ ମୋର ପ୍ରଣାମ ଜଣାଉଛି।ଏକତା ଦିବସରେ ଏକତା ଶପଥ କରାଇଲେ କେନ୍ଦ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହ
October 31st, 02:06 pm
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଏକତାର ଶପଥ ନେଇ, ରାଷ୍ଟ୍ରର ଏକତା ତଥା ଅଖଣ୍ଡତା ପ୍ରତି ନିଜର ପ୍ରତିବଦ୍ଧତା ଦୋହରାଇଥିଲେ ।କେଭାଡ଼ିଆରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 09:00 am
ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀର ଐତିହାସିକ ଅବସରରେ, ଏକତାନଗରର ଏହି ଦିବ୍ୟ ପ୍ରଭାତ, ଏହି ମନୋରମ ଦୃଶ୍ୟ, ସର୍ଦ୍ଦାର ସାହେବଙ୍କ ପାଦତଳେ ଆମର ଉପସ୍ଥିତି, ଆଜି ଆମେ ସମସ୍ତେ ଏକ ମହାନ ମୁହୂର୍ତ୍ତର ସାକ୍ଷୀ ହେଉଛୁ। ସମଗ୍ର ଦେଶରେ ଚାଲିଥିବା ଏକତା ଦୌଡ଼, ରନ ଫର ୟୁନିଟି, କୋଟି କୋଟି ଭାରତୀୟଙ୍କ ଉତ୍ସାହ, ଆମେ ଏକ ନୂତନ ଭାରତର ସଂକଳ୍ପ ଶକ୍ତିକୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରୁଛୁ। ବର୍ତ୍ତମାନ ଏଠାରେ ଯେଉଁସବୁ କାର୍ଯ୍ୟକ୍ରମ ହୋଇଛି, ଗତକାଲି ସନ୍ଧ୍ୟାରେ ଯେଉଁସବୁ ଚମତ୍କାର ପ୍ରସ୍ତୁତି ହୋଇଛି, ସେଥିରେ ମଧ୍ୟ, ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ବୀରତ୍ଵ ଏବଂ ଭବିଷ୍ୟତର ସଫଳତାର ଝଲକ ମଧ୍ୟ ରହିଛି। ସର୍ଦ୍ଦାର ସାହେବଙ୍କ ଏକ ଶହ ପଚାଶତମ ଜୟନ୍ତୀ ଉପଲକ୍ଷେ ସ୍ମାରକୀ ମୁଦ୍ରା ଏବଂ ସ୍ୱତନ୍ତ୍ର ଡାକ ଟିକଟ ମଧ୍ୟ ଜାରି କରାଯାଇଛି। ସର୍ଦ୍ଦାର ସାହେବଙ୍କ ଜୟନ୍ତୀ, ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ୧୪୦ କୋଟି ଦେଶବାସୀଙ୍କୁ ବହୁତ-ବହୁତ ଶୁଭେଚ୍ଛା, ଅନେକ ଅନେକ ଶୁଭକାମନା ଜଣାଉଛି।ରାଷ୍ଟ୍ରୀୟ ଏକତା ଦିବସରେ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ : ଭାରତର ସୁରକ୍ଷା କିମ୍ବା ଲୌହ ମାନବଙ୍କ ଆତ୍ମସମ୍ମାନ ସହିତ ଦେଶ ସାଲିସ କରିବ ନାହିଁ
October 31st, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆ ଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ହେଉଛି ଏକ ଐତିହାସିକ ଅବସର। ଏକତା ନଗରର ସକାଳର ଦିବ୍ୟ ଏବଂ ମନୋରମ ଦୃଶ୍ୟକୁ ଆଶ୍ଚର୍ଯ୍ୟଜନକ ବୋଲି ବର୍ଣ୍ଣନା କରି ଶ୍ରୀ ମୋଦୀ ସର୍ଦ୍ଦାର ପଟେଲଙ୍କ ପାଦତଳେ ସାମୂହିକ ଉପସ୍ଥିତି ସମ୍ପର୍କରେ ଉଲ୍ଲେଖ କରିଥିଲେ ଏବଂ କହିଥିଲେ ଯେ, ଦେଶ ଏକ ମହାନ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଦେଶବ୍ୟାପୀ ଏକତା ଦୌଡ଼ ଏବଂ ଏଥିରେ କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣ ଉପରେ ଆଲୋକପାତ କରିଥିଲେ ଏବଂ ଗୁରୁତ୍ୱାରୋପ କରିଥିଲେ ଯେ ଏକ ନୂତନ ଭାରତ ପାଇଁ ସଂକଳ୍ପ ସ୍ପଷ୍ଟ ଭାବରେ ଅନୁଭୂତ ହେଉଛି। ପୂର୍ବରୁ ଅନୁଷ୍ଠିତ କାର୍ଯ୍ୟକ୍ରମ ଏବଂ ପୂର୍ବ ସନ୍ଧ୍ୟାର ଉଲ୍ଲେଖନୀୟ ଉପସ୍ଥାପନାକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ , ଏହା ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ପରାକ୍ରମ ଏବଂ ଭବିଷ୍ୟତର ସଫଳତାର ଏକ ଝଲକକୁ ପ୍ରତିଫଳିତ କରେ। ସେ ସୂଚନା ଦେଇଥିଲେ ଯେ , ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ସ୍ମାରକୀ ମୁଦ୍ରା ଏବଂ ଏକ ସ୍ୱତନ୍ତ୍ର ଡାକ ଟିକେଟ ଜାରି କରାଯାଇଛି।ଅକ୍ଟୋବର ୩୦ - ୩୧ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
October 29th, 10:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ ତାରିଖରେ ଗୁଜରାଟ ଗସ୍ତ କରିବେ। ଅକ୍ଟୋବର ୩୦ ତାରିଖରେ ପ୍ରଧାନମନ୍ତ୍ରୀ କେଭାଡିଆର ଏକତା ନଗର ଗସ୍ତ କରିବେ ଏବଂ ସନ୍ଧ୍ୟା ପ୍ରାୟ ୫ଟା ୧୫ ସମୟରେ ଇ-ବସର ଲୋକାର୍ପଣ କରିବେ। ସନ୍ଧ୍ୟା ପ୍ରାୟ ୬ଟା ୩୦ ମିନିଟରେ ସେ ଏକତା ନଗରରେ ୧,୧୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।୩୧ ଅକ୍ଟୋବରରେ ‘ରନ୍ ଫର୍ ୟୁନିଟି’ରେ ଯୋଗଦେବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ
October 27th, 09:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ଅକ୍ଟୋବର ୩୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା 'ଏକତା ପାଇଁ ଦୌଡ଼'ରେ ଅଂଶଗ୍ରହଣ କରିବାକୁ ଆହ୍ୱାନ କରିଛନ୍ତି। ଏହି କାର୍ଯ୍ୟକ୍ରମ ଜାତୀୟ ଏକତା ଦିବସ ପାଳନ କରିବା ପାଇଁ ଆୟୋଜିତ ହେଉଛି, ଯାହା ଦେଶ ପାଇଁ ସର୍ଦ୍ଦାର ପଟେଲଙ୍କ ଦ୍ୱାରା ପରିକଳ୍ପିତ ଏକତା ଏବଂ ଏକତ୍ର ସ୍ଥାୟୀ ଭାବନାର ପ୍ରତୀକ।Maharashtra will lead the vision of a ’Viksit Bharat’, and the BJP and Mahayuti are working with this commitment: PM in Panvel
November 14th, 02:50 pm
At rally in Panvel, PM Modi highlighted the region's rich marine resources and outlined government efforts to empower the coastal economy. He mentioned initiatives such as the introduction of modern boats and navigation systems, along with the PM Matsya Sampada Yojana, which provided thousands of crores in assistance to fishermen. The government also linked fish farmers to the Kisan Credit Card and launched schemes for the Mahadev Koli and Agari communities. He added that ₹450 crore was being invested to develop three new ports in Konkan, which would further boost fishermen's incomes and support the Blue Economy.PM Modi delivers impactful addresses in Chhatrapati Sambhajinagar, Panvel & Mumbai, Maharashtra
November 14th, 02:30 pm
In powerful speeches at public meetings in Chhatrapati Sambhajinagar, Panvel & Mumbai, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.Our Jawans have proved their mettle on every challenging occasion: PM Modi in Kutch
October 31st, 07:05 pm
PM Modi celebrated Diwali with the personnel of the BSF, Army, Navy and Air Force near the Indo-Pak border, at Lakki Nala in Sir Creek area in Gujarat's Kutch. The Prime Minister conveyed his deep appreciation for the soldiers' service to the nation, acknowledging the sacrifices they make in challenging environments.PM Modi celebrates Diwali with security personnel in Kutch,Gujarat
October 31st, 07:00 pm
PM Modi celebrated Diwali with the personnel of the BSF, Army, Navy and Air Force near the Indo-Pak border, at Lakki Nala in Sir Creek area in Gujarat's Kutch. The Prime Minister conveyed his deep appreciation for the soldiers' service to the nation, acknowledging the sacrifices they make in challenging environments.ରାୟଗଡ଼ ଛତ୍ରପତି ଶିବାଜୀ ମହାରାଜଙ୍କ ମହାନତା ଇଓ ବୀରତାର ଉଦାହରଣ, ସାହସ ଏବଂ ନିର୍ଭୟତାର ପର୍ଯ୍ୟାୟ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 31st, 10:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାୟଗଡ଼ର ଉଦାହରଣ ଦେଇ ଏହାର ସ୍ୱତନ୍ତ୍ର ବୀରତ୍ୱ ଏବଂ ଏହା ପ୍ରତି ଛତ୍ରପତି ଶିବାଜୀ ମହାରାଜଙ୍କ ଅସାଧାରଣ ରଣନୀତିକ ପ୍ରତିଭା ତଥା ନେତୃତ୍ୱର ପ୍ରଶଂସା କରିଛନ୍ତି ।ଗୁଜରାଟର କେଭାଡିଆଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 07:31 am
ସର୍ଦ୍ଦାର ସାହେବଙ୍କ ତେଜସ୍ଵୀ ଭାଷଣ... ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଏହି ଭବ୍ୟ କାର୍ଯ୍ୟକ୍ରମ... ଏକତା ନଗରର ଏହି ମନୋରମ ଦୃଶ୍ୟ, ଏବଂ ଏଠାରେ ଅନୁଷ୍ଠିତ ଚମତ୍କାର ପ୍ରଦର୍ଶନ ... ଏହା ହେଉଛି ମିନି ଇଣ୍ଡିଆର ଝଲକ... ସବୁକିଛି ବହୁତ ଚମତ୍କାର, କେତେ ପ୍ରେରଣାଦାୟକ । ଅଗଷ୍ଟ ୧୫ ଓ ଜାନୁଆରୀ ୨୬ ଭଳି... ଅକ୍ଟୋବର ୩୧ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ....ଏହା ସମଗ୍ର ଦେଶକୁ ନୂଆ ଶକ୍ତିରେ ଭରି ଦେଇଥାଏ। ଜାତୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 31st, 07:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଅକ୍ଟୋବର ୩୧ ତାରିଖରେ ପାଳନ କରାଯାଉଥିବା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶ୍ରୀ ମୋଦୀ ଏକତା ଦିବସ ଶପଥ ପାଠ କରାଇବା ସହ ଏକତା ଦିବସ ପରେଡ୍ ଦେଖିଥିଲେ।ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଯୋଗଦେବେ
October 29th, 03:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ । ଅକ୍ଟୋବର ୩୦ ରେ ସେ ଏକତା ନଗର, କେଭାଡିଆ ଯିବେ ଏବଂ ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ଏକତା ନଗରରେ ୨୮୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଏହାପରେ ସନ୍ଧ୍ୟା ପ୍ରାୟ ୬ ଟାରେ ସେ ଆରମ୍ଭ ୬.୦ରେ ୯୯ତମ କମନ୍ ଫାଉଣ୍ଡେସନ୍ ପାଠ୍ୟକ୍ରମର ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କୁ ସମ୍ବୋଧିତ କରିବେ। ଅକ୍ଟୋବର ୩୧ ତାରିଖ ସକାଳ ପ୍ରାୟ ୭ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ପୁଷ୍ପମାଲ୍ୟ ଅର୍ପଣ କରିବେ ଏବଂ ଏହା ପରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯିବ ।ଆଜି ସାରା ବିଶ୍ୱବାସୀ ଭାରତ ବିଷୟରେ ଅଧିକ ଜାଣିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
October 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ । ଆପଣ ଯଦି ମୋତେ ପଚାରନ୍ତି ଯେ, ମୋ ଜୀବନର ସବୁଠାରୁ ସ୍ମରଣୀୟ ମୁହୂର୍ତ୍ତ କ’ଣ ଥିଲା, ତେବେ ମୋର ଅନେକ କଥା ମନେପଡ଼େ । କିନ୍ତୁ, ତନ୍ମଧ୍ୟରୁ ଗୋଟିଏ ମୁହୂର୍ତ୍ତ ହେଉଛି ସବୁଠାରୁ ବିଶିଷ୍ଟ, ସେହି କ୍ଷଣଟି ଥିଲା – ଯେତେବେଳେ ଗତବର୍ଷ ନଭେମ୍ବର ୧୫ ତାରିଖ ଦିନ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ତାଙ୍କ ଜନ୍ମସ୍ଥାନ ଝାଡ଼ଖଣ୍ଡର ଉଲିଆତୁ ଗାଁକୁ ଯାଇଥିଲି । ଏହି ଯାତ୍ରା ମୋତେ ବହୁମାତ୍ରାରେ ପ୍ରଭାବିତ କରିଥିଲା । ଏହି ପବିତ୍ର ଭୂମିର ମାଟିକୁ ମସ୍ତକରେ ଲଗାଇବାର ସୌଭାଗ୍ୟ ପ୍ରାପ୍ତ କରିବାରେ ମୁଁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ । ସେତେବେଳେ ମୁଁ କେବଳ ଯେ ସ୍ୱାଧୀନତା ସଂଗ୍ରାମର ଶକ୍ତିକୁ ଅନୁଭବ କଲି ତା’ ନୁହେଁ, ବରଂ ଏହି ଭୂମିର ଶକ୍ତି ସହ ଜଡ଼ିତ ହେବାର ସୁଯୋଗ ମଧ୍ୟ ମିଳିଲା । ମୁଁ ଏ କଥା ଅନୁଭବ କଲି ଯେ, କିଭଳି ଗୋଟିଏ ସଂକଳ୍ପକୁ ସମ୍ପୂର୍ଣ୍ଣ କରିବାର ସାହସ ଦେଶର କୋଟି କୋଟି ଲୋକଙ୍କ ଭାଗ୍ୟକୁ ବଦଳାଇ ଦେଇପାରେ ।The dreams of crores of women, poor and youth are Modi's resolve: PM Modi
February 18th, 01:00 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.