Prime Minister attends exhibition in Hazira, Gujarat
June 05th, 10:08 pm
PM Modi attended an exhibition in Hazira, Gujarat, showcasing India’s growing defence manufacturing capabilities under the Make in India initiative. He highlighted the exhibition as a reflection of the country’s efforts to promote indigenization and strengthen self-reliance in the defence sector, reinforcing the vision of Aatmanirbhar Bharat.ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ- ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱକୁ ଉଦ୍ୟୋଗ ମୁଖ୍ୟଙ୍କ ପ୍ରଶଂସା
October 15th, 02:23 pm
ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଆଜି ଅନୁଷ୍ଠିତ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ (ITU-WTSA) ୨୦୨୪ରେ ଇଣ୍ଡିଆ ମୋବାଇଲ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଛନ୍ତି । ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ ଡିଜିଟାଲ ଟେକ୍ନୋଲୋଜି କ୍ଷେତ୍ରରେ ଜାତିସଂଘର ଏକ ସଂସ୍ଥା ଏବଂ ଏହାର ମାନକୀକରଣ କାର୍ଯ୍ୟ ପାଇଁ ଡବ୍ଲୁଟିଏସଏ ପ୍ରଶାସନିକ ସଭା ଭାବେ କାର୍ଯ୍ୟ କରେ । ଏହା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ପ୍ରଥମ ଥର ପାଇଁ ଭାରତ ଏବଂ ଏସିଆ-ପ୍ରଶାନ୍ତ ମହାସାଗରରେ ITU-WTSA ଅନୁଷ୍ଠିତ ହେଉଛି । ଟେଲିକମ୍, ଡିଜିଟାଲ ଏବଂ ଆଇସିଟି କ୍ଷେତ୍ରକୁ ପ୍ରତିନିଧିତ୍ୱ କରୁଥିବା ୧୯୦ରୁ ଅଧିକ ଦେଶର ୩୦୦୦ ରୁ ଅଧିକ ଉଦ୍ୟୋଗ ମୁଖ୍ୟ, ନୀତି ନିର୍ମାତା ଏବଂ ବୈଷୟିକ ବିଶେଷଜ୍ଞଙ୍କୁ ଏକାଠି କରିବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମ ।ପ୍ରଧାନମନ୍ତ୍ରୀ ଡିସେମ୍ବର ୧୨ ରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଜିପିଏଆଇ) ଉପରେ ବାର୍ଷିକ ବିଶ୍ୱସ୍ତରୀୟ ଭାଗୀଦାରୀ ଶିଖର ସମ୍ମିଳନୀକୁ ଉଦ୍ଘାଟନ କରିବେ
December 11th, 04:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଡିସେମ୍ବର, ୨୦୨୩ ଅପରାହ୍ନ ପ୍ରାୟ ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଗ୍ଲୋବାଲ ପାର୍ଟନରସିପ୍ ଅନ୍ ଆର୍ଟିଫିସିଆଲ୍ଇଣ୍ଟେଲିଜେନ୍ସ (ଜିପିଏଆଇ) ସମିଟ୍ / (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେବିଶ୍ୱସ୍ତରୀୟ ଭାଗୀଦାରୀ ଶିଖର ସମ୍ମିଳନୀ) କୁ ଉଦ୍ଘାଟନ କରିବେ ।ଡିସେମ୍ବର ୩ ତାରିଖରେ ଇନଫିନିଟୀ ଫୋରମର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
November 30th, 11:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୩, ୨୦୨୧ ପୂର୍ବାହ୍ନ ୧୦ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ବିଚାର ନେତୃତ୍ୱ ମଞ୍ଚ ‘ଇନଫିନିଟୀ ଫୋରମ’କୁ ଉଦଘାଟନ କରିବେ।ଆନ୍ତର୍ଜାତିକ ତୈଳ ଓ ଗ୍ୟାସ ଉଦ୍ୟୋଗର ସିଇଓ ତଥା ବିଶେଷଜ୍ଞଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
October 09th, 02:26 pm
ତୈଳ ଓ ପ୍ରାକୃତିକ ବାଷ୍ପ କ୍ଷେତ୍ରରେ ଭାରତରେ ଗତ ତିନି ବର୍ଷ ମଧ୍ୟରେ ଘଟିଥିବା ପ୍ରଗତି ଓ ସଂସ୍କାରମୂଳକ କାର୍ଯ୍ୟକୁ ବିଶ୍ଵର ବିଭିନ୍ନ ତୈଳ ଓ ବାଷ୍ପ ଉଦ୍ୟୋଗର ସିଇଓ ତଥା ବିଶେଷଜ୍ଞମାନେ ବେଶ ପସନ୍ଦ କରିଛନ୍ତି । ବିଶେଷକରି ଶକ୍ତି କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯେଉଁ ଅଭିଯାନ ଆରମ୍ଭ କରିଛନ୍ତି ଏବଂ ଯେଉଁ ଗତିରେ ପଦକ୍ଷେପମାନ ନିଆଯାଉଛି ତାକୁ ସେମାନେ ପ୍ରଶଂସା କରିଛନ୍ତି ।