ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।Government, society and saints are all united in the fight against cancer: PM Modi in Madhya Pradesh
February 23rd, 06:11 pm
PM Modi laid the foundation stone of Bageshwar Dham Medical and Science Research Institute in Chhatarpur, Madhya Pradesh. He remarked that when the country entrusted him with the opportunity to serve, he made the mantra ‘Sabka Saath, Sabka Vikas’ as the Government's resolution. He highlighted that a major foundation of ‘Sabka Saath, Sabka Vikas’ was ‘Sabka Ilaaj, Sabko Aarogya’ meaning Healthcare for all and underscored the focus on disease prevention at various levels.ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 23rd, 04:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି । ଅଳ୍ପ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବୁନ୍ଦେଲଖଣ୍ଡକୁ ଫେରିବା ତାଙ୍କ ସୌଭାଗ୍ୟ ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ ଆଧ୍ୟାତ୍ମିକ କେନ୍ଦ୍ର ଥିବା ବାଗେଶ୍ୱର ଧାମ ଖୁବଶୀଘ୍ର ଏକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ ହେବ । ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ୧୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ବିଶିଷ୍ଟ ସୁବିଧା ପ୍ରସ୍ତୁତ କରାଯିବ । ସେ ଶ୍ରୀ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇବା ସହ ବୁନ୍ଦେଲଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।ତାମିଲ କବି ସୁବ୍ରମଣ୍ୟମ ଭାରତୀଙ୍କ ସମ୍ପୂର୍ଣ୍ଣ ରଚନା ଗୁଡିକର ସଂକଳନ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 11th, 02:00 pm
କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, ରାଓ ଇନ୍ଦ୍ରଜିତ୍ ସିଂ, ଏଲ୍ ମୁରୁଗାନ୍ ଜୀ ଏବଂ ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ସାହିତ୍ୟ ସେଭି, ସିନି ବିଶ୍ୱନାଥନ ଜୀ, ପ୍ରକାଶକ ଭି ଶ୍ରୀନିବାସନ ଜୀ ଏବଂ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଭଦ୍ର..... ମହିଳା ଏବଂ ଭଦ୍ର ମାନେ।PM Modi releases compendium of complete works of great Tamil poet Subramania Bharati
December 11th, 01:30 pm
PM Modi released the compendium of complete works of great Tamil poet and freedom fighter Subramania Bharati at 7, Lok Kalyan Marg. The Prime Minister lauded the extraordinary, unprecedented and tireless work of six decades for the compilation of 'Kaala Varisaiyil Bharathiyar Padaippugal' in 21 volumes. He added that the hard work of Seeni Vishwanathan ji was such a penance, which will benefit many generations to come.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଭାରତୀୟ ସଂଖ୍ୟାଲଘୁ ଫାଉଣ୍ଡେସନର ପ୍ରତିନିଧି
February 05th, 07:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦରେ ଭାରତୀୟ ସଂଖ୍ୟାଲଘୁ ଫାଉଣ୍ଡେସନର ଧାର୍ମିକ ନେତାଙ୍କୁ ଭେଟିଛନ୍ତି ।ହରିୟାଣାର ଫରିଦାବାଦଠାରେ ଅମୃତା ହସ୍ପିଟାଲର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 24th, 11:01 am
ଅମୃତା ହସ୍ପିଟାଲ ରୂପରେ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରୁଥିବା ମାଆ ଅମୃତାନନ୍ଦମୟୀ ମହାଶୟାଙ୍କୁ ମୁଁ ପ୍ରଣାମ କରୁଛି । ସ୍ୱାମୀ ଅମୃତାସ୍ୱରୂପାନନ୍ଦ ପୁରୀ ମହୋଦୟ, ହରିୟାଣାର ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତାତ୍ରେୟ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ମହାଶୟ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ କୃଷ୍ଣପାଲ ମହାଶୟ, ହରିୟାଣାର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଦୁଷ୍ମନ୍ତ ଚୌତାଲା ମହାଶୟ, ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଫରିଦାବାଦରେ ଅତ୍ୟାଧୁନିକ ହସ୍ପିଟାଲ ଉଦ୍ଘାଟିତ
August 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୪.୦୮.୨୦୨୨) ଫରିଦାବାଦଠାରେ ଅତ୍ୟାଧୁନିକ ଅମ୍ରିତ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି । ହରିୟାଣା ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତ୍ତାତ୍ରେୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହାର ଲାଲ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦୁଷ୍ମନ୍ତ ଚୌଥାଲା, କେନ୍ଦ୍ରମନ୍ତ୍ରୀ ଶ୍ରୀ କ୍ରିଷନ ପାଲ ଗୁଜ୍ଜର, ଶ୍ରୀ ମାତା ଅମ୍ରିତାନନ୍ଦ ମୟୀ ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ।ପ୍ରଧାନମନ୍ତ୍ରୀ ଇଟାଲୀ ହିନ୍ଦୁ ସଂଘର ପ୍ରତିନିଧୀଙ୍କୁ ଭେଟିଛନ୍ତି
October 30th, 12:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଟାଲୀୟ ହିନ୍ଦୁ ସଂଘ-ସନାତନ ଧର୍ମ ସଂଘର ପ୍ରତିନିଧୀଙ୍କ ସମେତ ବିଭିନ୍ନ ସଂଗଠନର ସଦସ୍ୟଙ୍କ ସହ ଆଲୋଚନା କରିଥିଲେ ।11 ମାର୍ଚ୍ଚ 2021ରେ ସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତାର କିଣ୍ଡଲ୍ ସଂସ୍କରଣକୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ
March 10th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 11, 2021 (ଗୁରୁବାର) ପୂର୍ବାହ୍ନ 10.25ରେ ଭର୍ଚୁଆଲ ମାଧ୍ୟମରେ ସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତାର କିଣ୍ଡଲ୍ ସଂସ୍କରଣକୁ ଉନ୍ମୋଚନ କରିବେ ଏବଂ ଏହି ସମାରୋହକୁ ସମ୍ବୋଧିତ କରିବେ। ସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତା ପୁସ୍ତକର 5 ଲକ୍ଷତମ କପି ବିକ୍ରି ହେବା ଅବସରକୁ ପାଳନ କରିବା ସକାଶେ ଏହି ସମାରୋହର ଆୟୋଜନ କରାଯାଉଛି।PM Modi addresses public meeting in Kozhikode, Kerala
April 12th, 06:30 pm
Prime Minister Narendra Modi addressed his last public meeting for the day in the southern state of Kerala’s Kozhikode.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀଙ୍କ ସହ ଏସଜିପିସି ପ୍ରତିନିଧି ଦଳ
June 08th, 12:42 pm
କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀ ଶ୍ରୀମତୀ ହରସିମରତ କୌର ବାଦଲଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଏହି ପ୍ରତିନିଧି ଦଳରେ ମଧ୍ୟ ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧକ କମିଟିର ସଦସ୍ୟ ସାମିଲ ଥିଲେ ।ସାଙ୍ଗ୍ରି ଲା ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
June 01st, 07:00 pm
ଆପଣଙ୍କ ବନ୍ଧୁତା ପାଇଁ , ଭାରତ- ସିଙ୍ଗାପୁର ସହଭାଗୀତା ଏବଂ ଏହି କ୍ଷେତ୍ରର ଉତ୍ତମ ଭବିଷ୍ୟତ ସକାଶେ ଆପଣଙ୍କ ନେତୃତ୍ୱ ନିମନ୍ତେ ଆପଣଙ୍କୁ ଅଶେଷ ଧନ୍ୟବାଦ ।ଆସନ୍ତୁ ଆମେ “ସକାରାତ୍ମକ ଭାରତ”ରୁ “ପ୍ରଗତିଶୀଳ ଭାରତ” ଦିଗରେ ଦୃଢ଼ତାର ସହ ଅଗ୍ରସର ହେବା : ମନ କି ବାତରେ ପ୍ରଧାନମନ୍ତ୍ରୀ ମୋଦୀ
December 31st, 11:30 am
ପ୍ରଧାନମନ୍ତ୍ରୀ ମୋଦୀ 2017 ରେ 'ମନ କି ବାତ' ର ଶେଷ ସଂସ୍କରଣ ଅବସରରେ ଲୋକମାନଙ୍କୁ “ସକାରାତ୍ମକ ଭାରତ”ରୁ “ପ୍ରଗତିଶୀଳ ଭାରତ” ଦିଗରେ ଦୃଢ଼ତାର ସହ ଅଗ୍ରସର ହୋଇ ନବ-ବର୍ଷର ଶୁଭାରମ୍ଭ କରିବାକୁ ଆହ୍ୱାନ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ଏକବିଂଶ ଶତାବ୍ଦୀର ନୂଆ ମତଦାତାମାନଙ୍କ ବିଷୟରେ ବିସ୍ତାର ଭାବେ ବର୍ଣ୍ଣନା କରିଥିଲେ ଏବଂ କହିଥିଲେ ଯେ ଗଣତନ୍ତ୍ରରେ ଭୋଟର ଶକ୍ତି ହେଉଛି ବଡ଼ ଶକ୍ତି ,ଯାହା କୌଣସି ଲୋକଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିପାରିବ ।ମିଆଁମାର ରାଷ୍ଟ୍ର ପରାମର୍ଶଦାତାଙ୍କ ସହ ନା-ପି-ତ’ରେ ଗଣମାଧ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
September 06th, 10:37 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମିଆଁମାର ଷ୍ଟେଟ୍ କାଉନ୍ସିଲର୍ ଅଙ୍ଗ୍ ସାନ୍ ସୁ କିୟି ଆଜି ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିଛନ୍ତି । ମିଡିଆକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ,ଦୁଇ ଦେଶକୁ ସାମୁଦ୍ରିକ ସୁରକ୍ଷା ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିବାର ଆବଶ୍ୟକ । ସେ ମିଆଁମାର ସହ ସଂଯୋଗୀକରଣ ବଢାଇବା ଏବଂ ବିକାଶ ଭାଗିଦାରୀରେ ସହଯୋଗ ବଢାଇବ ଉପରେ ଗୁରୁତ୍ୱ ଦେଇଛନ୍ତି ।“ସମ୍ବାଦ”- ସଂଘର୍ଷ ଏଡ଼ାଇବା ଏବଂ ପରିବେଶ ସଚେତନତା ପାଇଁ ଏକ ଜାଗତିକ ଉପକ୍ରମର ଦ୍ୱିତୀୟ ସଂସ୍କରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଭିଡ଼ିଓ ବାର୍ତ୍ତା
August 05th, 10:52 am
ଆଜି ଏବଂ ଆସନ୍ତାକାଲି ୟାଙ୍ଗୁନ୍ ଠାରେ “ସମ୍ବାଦ”- ସଂଘର୍ଷ ଏଡ଼ାଇବା ଏବଂ ପରିବେଶ ସଚେତନତା ପାଇଁ ଏକ ଜାଗତିକ ଉପକ୍ରମର ଦ୍ୱିତୀୟ ସଂସ୍କରଣ ଆୟୋଜିତ ହେଉଛି । ନୂଆଦିଲ୍ଲୀ ଠାରେ ସେପ୍ଟେମ୍ବର 2015ରେ ବିବେକାନନ୍ଦ କେନ୍ଦ୍ର ଏହି ଅଭିନବ ସମ୍ମିଳନୀର ପ୍ରଥମ ସଂସ୍କରଣ ଆୟୋଜନ କରିଥିଲା । ଏଥିରେ ବିଭିନ୍ନ ଧର୍ମ ଏବଂ ପରମ୍ପରାର ପ୍ରତିନିଧି ଯୋଗଦେଇଥିଲେ ଯେଉଁଥିରେ ପ୍ରଧାନମନ୍ତ୍ରୀ ଉଦ୍ବୋଧନ ଦେଇଥିଲେ ।" ଅନ୍ତର୍ଜାତୀୟ ଭେସକ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଯୋଗଦାନ ଲାଗି ଶ୍ରୀଲଙ୍କାର ନେତାଗଣ ପ୍ରଶଂସା କଲେ "
May 12th, 12:25 pm
ଅନ୍ତର୍ଜାତୀୟ ଭେସକ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଯୋଗଦାନ ଲାଗି ଶ୍ରୀଲଙ୍କାର ନେତାଗଣ ପ୍ରଶଂସା କରିଛନ୍ତି । ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରୀପାଲା ସିରିସେନା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରି ସମାରୋହରେ ଯୋଗ ଦେବା ଲାଗି ତାଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ରାଷ୍ଟ୍ରପତି ଭଗବାନ ବୁଦ୍ଧଙ୍କ ଗଭୀର ଶିକ୍ଷା ବର୍ତମାନ କିପରି ଭାବେ ସମାଜରେ ପହଂଚିପାରିଛି ଏବଂ କିପରି ମଜବୁତ ଭାବେ ପ୍ରଭାବିତ ହୋଇଛି, ସେ ଉପରେ କହିଥିଲେ ।କଲୋମ୍ବୋ ଠାରେ ଅନ୍ତର୍ଜାତୀୟ ବୈଶାଖ ଦିବସ ସମାରୋହ (12 ମେ 2017) ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
May 12th, 10:20 am
ଏହି ଦିନ ସାରା ମାନବ ଜଗତ ପାଇଁ ଭଗବାନ ବୁଦ୍ଧଙ୍କ ଜନ୍ମ, ଜ୍ଞାନପ୍ରାପ୍ତି ଏବଂ ପରିନିର୍ବାଣକୁ ପାଳନ କରିବାର ଅବସର ଆଣିଛି । ଏହି ଦିବସ ପରମ ସତ୍ୟ, ଚିରସ୍ଥାୟୀ ଧମ୍ମ ଏବଂ ୪ଟି ମହାନ ସତ୍ୟକୁ ହୃଦୟଙ୍ଗମ କରିବାର ଦିନ । ଦଶଟି ସିଦ୍ଧାନ୍ତ ଦାନ, ଶୀଳ, ତ୍ୟାଗ, ବୁଦ୍ଧିମତା, ଶକ୍ତି, ସହିଷ୍ଣୁତା, ସତ୍ୟ, ଦୃଢ଼ସଂକଳ୍ପ, କରୁଣା, ସମଭାବ ସ୍ମରଣ କରିବାର ଦିନ ।ପ୍ରଧାନମନ୍ତ୍ରୀଙ୍କ ଆଗାମୀ ଶ୍ରୀଲଙ୍କା ଗସ୍ତ
May 11th, 11:06 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 11 ଓ 12 ମେ, 2017ରେ 2 ଦିନିଆ ଶ୍ରୀଲଙ୍କା ଗସ୍ତରେ ଯିବେ । ପ୍ରଧାନମନ୍ତ୍ରୀ ଏହି ଗସ୍ତ ସମ୍ପର୍କରେ ତାଙ୍କ ଫେସବୁକ୍ ପୋଷ୍ଟରେ ଉଲ୍ଲେଖ କରିଛନ୍ତି :“ମୁଁ ଆଜି, 11ମେ ଠାରୁ ଦୁଇଦିନିଆ ଶ୍ରୀଲଙ୍କା ଗସ୍ତରେ ଯିବି । ଆମର ସୁଦୃଢ଼ ସମ୍ପର୍କର ପ୍ରତୀକ ସ୍ୱରୂପ ଗତ ଦୁଇ ବର୍ଷ ମଧ୍ୟରେ ଏହା ମୋର ଦ୍ୱିତୀୟ ଦ୍ୱିପାକ୍ଷିକ ଗସ୍ତ”