ହେଲେନିକ୍ (ଗ୍ରୀସ୍) ର ପ୍ରଧାନମନ୍ତ୍ରୀ କିରିୟାକୋସ୍ ମିତ୍ସୋତାକିସ୍ଙ୍କ ସହ ପ୍ରଧାମନ୍ତ୍ରୀଙ୍କ ବୈଠକ

February 19th, 07:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୯ ଫେବୃଆରୀ ୨୦୨୬ରେ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ହେଲେନିକ୍ (ଗ୍ରୀସ୍‌) ର ପ୍ରଧାନମନ୍ତ୍ରୀ ଶ୍ରୀ କିରିୟାକୋସ୍ ମିତ୍‌ସୋତାକିସ୍‌ଙ୍କୁ ଭେଟିଥିଲେ। ନୂଆଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଗ୍ରୀସ୍‌ର ପ୍ରଧାନମନ୍ତ୍ରୀ ୧୮ ରୁ ୧୯ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି । ପ୍ରଧାନମନ୍ତ୍ରୀ ମିତ୍‌ସୋତାକିସ୍‌ଙ୍କ ସହ ଡିଜିଟାଲ ଗଭର୍ଣ୍ଣାନ୍ସ ମନ୍ତ୍ରୀ ଶ୍ରୀ ଦିମିତ୍‌ରିଓସ୍ ପାପାଷ୍ଟର୍ଜିଓ ଏବଂ ବରିଷ୍ଠ ଅଧିକାରୀଙ୍କ ଏକ ପ୍ରତିନିଧିମଣ୍ଡଳ ମଧ୍ୟ ଉପସ୍ଥିତ ଥିଲେ ।

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 18th, 05:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୮ ଫେବୃଆରୀ ୨୦୨୬ରେ ନୂଆଦିଲ୍ଲୀରେ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ ପେଟେରୀ ଓରପୋଙ୍କୁ ସାକ୍ଷାତ କରିଛନ୍ତି ।

ଭାରତ-ଫ୍ରାନ୍ସ ମିଳିତ ବିବୃତି

February 18th, 08:10 am

ଭାରତର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫ୍ରାନ୍ସର ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ ମାକ୍ରନ ୧୭ ରୁ ୧୯ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତ କରିଥିଲେ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରଭାବ ସମ୍ମିଳନୀ ୨୦୨୬ରେ ଅଂଶଗ୍ରହଣ କରିଥିଲେ। ଏହି ଗସ୍ତ ସମୟରେ ଦୁଇ ନେତା ଦ୍ୱିପାକ୍ଷିକ ଆଲୋଚନା କରିଥିଲେ ଏବଂ ୧୭ ଫେବୃଆରୀରେ ମୁମ୍ବାଇରେ ମିଳିତ ଭାବରେ ୨୦୨୬ ଭାରତ-ଫ୍ରାନ୍ସ ନବସୃଜନ ବର୍ଷର ଉଦଘାଟନ କରିଥିଲେ। ଏହା ହେଉଛି ରାଷ୍ଟ୍ରପତି ମାକ୍ରନଙ୍କର ଚତୁର୍ଥ ଭାରତ ଗସ୍ତ। ଫେବୃଆରୀ ୨୦୨୫ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫ୍ରାନ୍ସ ଗସ୍ତ ପରେ ପରେ ମାକ୍ରନ ଭାରତ ଗସ୍ତରେ ଆସିଥିଲେ। ଏହି ଅବସରରେ ଉଭୟ ନେତା ଆଗାମୀ ଦଶନ୍ଧିରେ ଦ୍ୱିପାକ୍ଷିକ ସହଯୋଗକୁ ମାର୍ଗଦର୍ଶନ କରିବା ପାଇଁ ସମ୍ପର୍କକୁ ସ୍ୱତନ୍ତ୍ର ବୈଶ୍ୱିକ ରଣନୀତିକ ସହଭାଗିତା ରେ ପରିଣତ କରିବାକୁ ସହମତ ହୋଇଥିଲେ। ଭାରତ-ଫ୍ରାନ୍ସ ସମ୍ପର୍କର ଏହି ଉନ୍ନତି ମିଳିତ ଭାବେ ବୃଦ୍ଧି ପାଉଥିବା ଉଭୟ ନେତାଙ୍କ ଉଚ୍ଚଭିଳାଷ ଓ ଲକ୍ଷ୍ୟକୁ ପ୍ରତିଫଳିତ କରୁଛି। ବିଶ୍ୱର ମଙ୍ଗଳ ପାଇଁ ଏହା ଏକ ଶକ୍ତି ଭାବରେ କାର୍ଯ୍ୟ କରିବ । ଏହା କେବଳ ସେମାନଙ୍କ ଅର୍ଥନୀତିରେ ସମୃଦ୍ଧି ଓ ସ୍ଥିରତା ନିର୍ମାଣ କରିବାରେ ଓ ସେମାନଙ୍କ ଦେଶର ସୁରକ୍ଷାକୁ ଆହୁରି ମଜଭୁତ କରିବାରେ ସାହାଯ୍ୟ କରିବ, ତାହା ନୁହେଁ ବରଂ ଦିନକୁ ଦିନ ବଢୁଥିବା ଅନିଶ୍ଚିତ ବୈଶ୍ୱିକ ପରିସ୍ଥିତିରେ ଚ୍ୟାଲେଞ୍ଜର ସମାଧାନ ପାଇଁ ସାମୂହିକ ଭାବରେ କାର୍ଯ୍ୟ କରିବ। ଏହା ସହିତ ଏକ ସ୍ଥିର ନିୟମ-ଆଧାରିତ ଅନ୍ତର୍ଜାତୀୟ ପରିବେଶ ଗଠନ କରିବାରେ ସାହାଯ୍ୟ କରିବ। ଉଭୟ ଦେଶ ୨୦୨୩ ମସିହାରେ ରଣନୀତିକ ସହଭାଗୀତାର ପଞ୍ଚବିଂଶ ବାର୍ଷିକୀ ପାଳନ କରିଥିଲେ। ଏହି ଅବସରରେ ସେମାନେ ୨୦୪୭ ପର୍ଯ୍ୟନ୍ତ ଦ୍ୱିପାକ୍ଷିକ ସମ୍ପର୍କର ମାର୍ଗ ନିର୍ଦ୍ଧାରଣ କରିବା ପାଇଁ ହରାଇଜନ ୨୦୪୭ ରୋଡମ୍ୟାପ୍ ଗ୍ରହଣ କରିଥିଲେ। ଏହି ୨୦୪୭ ହେଉଛି ଭାରତର ସ୍ୱାଧୀନତାର ଶତବାର୍ଷିକୀ ବର୍ଷ, ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କର ଶତବାର୍ଷିକୀ ଓ ଦୁଇ ଦେଶ ମଧ୍ୟରେ ରଣନୀତିକ ସହଭାଗୀତାର ୫୦ତମ ବର୍ଷ। ଉଭୟ ନେତା ଦ୍ୱିପାକ୍ଷିକ ସହଯୋଗର ଅଗ୍ରଗତି ଓ ଉନ୍ନତ ସହଭାଗୀତାର କାର୍ଯ୍ୟାନ୍ୱୟନ ଏବଂ ହରାଇଜନ୍ ୨୦୪୭ ବିଶେଷ କରି ଆର୍ଥିକ ସୁରକ୍ଷା, ବିଶ୍ୱ ସମସ୍ୟା ଏବଂ ଦୁଇ ଦେଶର ଲୋକଙ୍କ ମଧ୍ୟରେ ପରସ୍ପର ମଧ୍ୟରେ ଆଦାନପ୍ରଦାନ କ୍ଷେତ୍ରରେ ନିୟମିତ ସମୀକ୍ଷା କରିବା ପାଇଁ ଏକ ବୈଦେଶିକ ମନ୍ତ୍ରୀସ୍ତରୀୟ ବ୍ୟାପକ ଆଲୋଚନା କରିଥିଲେ।

୧୭ ଫେବୃଆରୀରେ ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ‌ଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 16th, 09:02 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଫେବୃଆରୀ ୨୦୨୬ରେ ମୁମ୍ବାଇ ଗସ୍ତ କରିବେ, ଯେଉଁଠାରେ ସେ ଫ୍ରାନ୍ସର ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ୍ ମାକ୍ରନଙ୍କୁ‌ ଭେଟିବେ ।