Our shared democratic values and common aspirations will take India-Indonesia relations to new heights: PM Modi at Indonesia Parliament

July 07th, 03:15 pm

Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.

Prime Minister addresses the Parliament of Indonesia

July 07th, 03:00 pm

Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.

ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି

May 31st, 11:30 am

‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।

Harivansh Ji plays a key role in instilling confidence that the country can make a significant leap forward: PM Modi in the Rajya Sabha

April 17th, 11:10 am

Addressing the Rajya Sabha, PM Modi extended heartfelt congratulations to Shri Harivansh on his election as Dy Chairman of the House. Lauding Harivansh Ji’s remarkable contributions to journalism, the PM said that new Members of Parliament from both Houses could learn immensely from his insights. The PM also highlighted the significant work done by Harivansh Ji across various sectors.

ରାଜ୍ୟସଭାରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

April 17th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଲଗାତାର ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀ ହରିବଂଶଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହି ଐତିହାସିକ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହା ଶ୍ରୀ ହରିବଂଶଙ୍କ ପ୍ରତି ସଦନର ଗଭୀର ବିଶ୍ୱାସ ଏବଂ ଏହି ଅନୁଷ୍ଠାନକୁ ସେ ଆଣିଥିବା ମୂଲ୍ୟବାନ ଅଭିଜ୍ଞତାକୁ ପ୍ରତିଫଳିତ କରିଥାଏ । କ୍ରମାଗତ ତୃତୀୟ ଥର ପାଇଁ ନିର୍ବାଚିତ ହେବା ତାଙ୍କର ଅଭିଜ୍ଞତା, ସମାବେଶୀ ଆଭିମୁଖ୍ୟ ଏବଂ ମର୍ଯ୍ୟାଦାପୂର୍ଣ୍ଣ କାର୍ଯ୍ୟଶୈଳୀ ଉପରେ ସଦନର ଅନୁମୋଦନ ବୋଲି ଶ୍ରୀ ମୋଦୀ କହିଥିଲେ ।

ବାରାଣସୀରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 04th, 01:00 pm

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ, ୟୁପି ସରକାରଙ୍କ ମନ୍ତ୍ରୀ- ଭାଇ ରବିନ୍ଦ୍ର ଜୟସୱାଲ, ଦୟାଶଙ୍କର, ଗିରିଶ ଯାଦବ, ବାରାଣସୀର ମେୟର ଅଶୋକ ତିୱାରୀ, ଅନ୍ୟାନ୍ୟ ଜନପ୍ରତିନିଧି, ଭଲିବଲ୍ ଆସୋସିଏସନର ସମସ୍ତ ପଦାଧିକାରୀ, ସାରା ଦେଶର ସମସ୍ତ ଖେଳାଳି ଏବଂ ମୋର କାଶୀ ପରିବାର ସଦସ୍ୟଙ୍କୁ ନମସ୍କାର।

ବାରାଣାସୀରେ ଆୟୋଜିତ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 04th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ବାରାଣାସୀର ସାଂସଦ ଭାବରେ ସେ ସମସ୍ତ ଖେଳାଳିଙ୍କୁ ସ୍ୱାଗତ ଏବଂ ଅଭିନନ୍ଦନ ଜଣାଇ ଖୁସି ଅନୁଭବ କରୁଛନ୍ତି। ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ଆଜି ବାରାଣସୀରେ ଆରମ୍ଭ ହେଉଛି। ଖେଳାଳିମାନେ ଅକ୍ଲାନ୍ତ ପରିଶ୍ରମ ପରେ ଏହି ଜାତୀୟ ଟୁର୍ଣ୍ଣାମେଣ୍ଟରେ ପହଞ୍ଚିଛନ୍ତି ଏବଂ ଆଗାମୀ ଦିନରେ ବାରାଣାସୀର ଭୂମିରେ ସେମାନଙ୍କର କଠିନ ପରିଶ୍ରମର ପରୀକ୍ଷଣ କରାଯିବ। ସେ କହିଛନ୍ତି ଯେ ଦେଶର ୨୮ଟି ରାଜ୍ୟର ଦଳ ଏକାଠି ହୋଇଛନ୍ତି, ଯାହାକି ଏକ ଭାରତ, ଶ୍ରେଷ୍ଠ ଭାରତର ଏକ ସୁନ୍ଦର ଚିତ୍ର ଉପସ୍ଥାପନ କରୁଛି। ପ୍ରଧାନମନ୍ତ୍ରୀ ଏହି ଚାମ୍ପିଅନସିପରେ ଅଂଶଗ୍ରହଣ କରୁଥିବା ସମସ୍ତ ଦଳଙ୍କୁ ତାଙ୍କର ଶୁଭକାମନା ଜଣାଇଥିଲେ।

ବନ୍ଦେ ମାତରମର ଦେଢ ଶହ ବର୍ଷ ପୂର୍ତି ଉପଲକ୍ଷେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 08th, 12:30 pm

ମୁଁ ଆପଣଙ୍କୁ ଓ ଗୃହର ସବୁ ମାନନୀୟ ସଦସ୍ୟଙ୍କୁ ଏହି ଅବସରରେ ଏକ ସାମୂହିକ ଚର୍ଚ୍ଚାର ମାହୋଲ ସୃଷ୍ଟି କରିଥିବାରୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଯେଉଁ ମନ୍ତ୍ର ଓ ଯେଉଁ ଜୟଘୋଷ ଦେଶର ସ୍ୱାଧୀନତା ଆନ୍ଦୋଳନକୁ ଊର୍ଜ୍ଜା ଓ ପ୍ରେରଣା ଦେଇଥିଲା, ତ୍ୟାଗ ଓ ତପସ୍ୟାର ମାର୍ଗ ଦେଖାଇଥିଲା, ସେହି ବନ୍ଦେ ମାତରମର ପୁଣ୍ୟ ସ୍ମରଣ କରିବା, ଏହି ପବିତ୍ର ଗୃହରେ ଆମ ସମସ୍ତଙ୍କ ଲାଗି ବହୁତ ବଡ ସୌଭାଗ୍ୟ । ଆଉ ଆମ ସମସ୍ତଙ୍କ ଲାଗି ଗର୍ବର କଥା ଯେ, ବନ୍ଦେ ମାତରମର ଦେଢ ଶହ ବର୍ଷ ନିମିତ ଏହି ଐତିହାସିକ ଅବସରରେ ଆମେ ସାକ୍ଷୀ ପ୍ରସ୍ତୁତ କରୁଛୁ । ଏହା ଏପରି ଏକ କାଳଖଣ୍ଡ ଯାହା ଆମ ଇତିହାସର ଅଗଣିତ ଘଟଣାବଳୀକୁ ଆଗକୁ ନେଇ ଆସୁଛି । ଏହି ଚର୍ଚ୍ଚା ସଂସଦର ପ୍ରତିବଦ୍ଧତାକୁ ପ୍ରକଟ କରୁଛି । ଯଦି ଆମେ ମିଳିମିଶି ଏହାର ସଦୁପଯୋଗ କରନ୍ତି ତେବେ ଆସୁଥିବା ପିଢି ଲାଗି, ପ୍ରତି ପିଢି ଲାଗି ଏହା ଶିକ୍ଷାର କାରଣ ହୋଇପାରିବ ।

"ବନ୍ଦେ ମାତରମ୍"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସଭାର ସ୍ୱତନ୍ତ୍ର ଆଲୋଚନାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

December 08th, 12:00 pm

ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଏପରି ଏକ ସମୟ ଯେତେବେଳେ ଇତିହାସର ଅନେକ ପ୍ରେରଣାଦାୟକ ଅଧ୍ୟାୟ ପୁନର୍ବାର ଜୀବିତ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ଦେଶ ସମ୍ପ୍ରତି ସମ୍ବିଧାନର ୭୫ ବର୍ଷକୁ ଗର୍ବର ସହିତ ପାଳନ କରିଛି। ସେ ଉଲ୍ଲେଖ କରିଛନ୍ତି ଯେ, ଦେଶ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ମଧ୍ୟ ପାଳନ କରୁଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମ୍ପ୍ରତି ଦେଶ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ତମ ସହିଦ ଦିବସ ପାଳନ କରିଛି।

ରାଜ୍ୟସଭା ଅଧ୍ୟକ୍ଷ ଥିରୁ ସି.ପି. ରାଧାକୃଷ୍ଣନଙ୍କ ସମ୍ବର୍ଦ୍ଧନା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 01st, 11:15 am

ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି, ଏବଂ ଆଜି ଆମ ସମସ୍ତ ତଥା ଗୃହର ସମସ୍ତ ମାନନୀୟ ସଦସ୍ୟଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ। ଆପଣଙ୍କୁ ସ୍ୱାଗତ କରିବା ଏବଂ ଆପଣଙ୍କ ମାର୍ଗଦର୍ଶନରେ, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଏବଂ ଗୃହ ମାଧ୍ୟମରେ ଦେଶକୁ ପ୍ରଗତି ପଥରେ ଆଗେଇ ନେବା ପାଇଁ ଆପଣଙ୍କ ଅମୂଲ୍ୟ ମାର୍ଗଦର୍ଶନ ଗ୍ରହଣ କରିବା। ଏହା ଆମ ସମସ୍ତଙ୍କ ପାଇଁ ଏକ ମହାନ ସୁଯୋଗ। ଗୃହ ପକ୍ଷରୁ, ମୋ ପକ୍ଷରୁ, ମୁଁ ଆପଣଙ୍କୁ ହୃଦୟର ସହିତ ଅଭିନନ୍ଦନ ଏବଂ ଶୁଭକାମନା ଜଣାଉଛି। ମୁଁ ଆପଣଙ୍କୁ ଏହା ମଧ୍ୟ ଆଶ୍ୱସ୍ତି ଦେଉଛି ଯେ, ଏହି ଗୃହରେ ବସିଥିବା ସମସ୍ତ ମାନନୀୟ ସଦସ୍ୟ, ଉଚ୍ଚ ଗୃହର ମର୍ଯ୍ୟାଦା ବଜାୟ ରଖି, ସର୍ବଦା ଆପଣଙ୍କ ମର୍ଯ୍ୟାଦା ପ୍ରତି ସଚେତନ ରହିବେ ଏବଂ ସୌଜନ୍ୟ ବଜାୟ ରଖିବେ। ମୁଁ ଆପଣଙ୍କୁ ଏହା ଆଶ୍ୱସ୍ତି ଦେଉଛି।

ରାଜ୍ୟସଭା ଅଧ୍ୟକ୍ଷ ଶ୍ରୀ ସି.ପି. ରାଧାକୃଷ୍ଣନଙ୍କ ସମ୍ବର୍ଦ୍ଧନା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ

December 01st, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାର ପ୍ରଥମ ଅଧ୍ୟକ୍ଷତା ପାଇଁ ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନଙ୍କୁ ସ୍ୱାଗତ କରିଥିଲେ । ପ୍ରଧାନମନ୍ତ୍ରୀ ଏହି ଦିନକୁ ରାଜ୍ୟସଭାର ସମସ୍ତ ମାନ୍ୟବର ସଦସ୍ୟଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ଭାବରେ ବର୍ଣ୍ଣନା କରିଥିଲେ। ନୂଆ ଅଧ୍ୟକ୍ଷଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ, ଏହି ଗୃହ ଏବଂ ମୋ ପକ୍ଷରୁ, ମୁଁ ଆପଣଙ୍କୁ ମୋର ହୃଦୟରୁ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଉଛି। ମୁଁ ଆପଣଙ୍କୁ ଏହା ମଧ୍ୟ ପ୍ରତିଶ୍ରୁତି ଦେଉଛି ଯେ, ଏହି ଉଚ୍ଚ ସଦନର ସମସ୍ତ ମାନ୍ୟବର ସଦସ୍ୟ ସର୍ବଦା ଏହି ମହାନ ଅନୁଷ୍ଠାନର ମର୍ଯ୍ୟାଦାକୁ ବଜାୟ ରଖିବେ ଏବଂ ନିଜର ମର୍ଯ୍ୟାଦାକୁ ବଜାୟ ରଖିବାରେ ସର୍ବଦା ସତର୍କ ରହିବେ। ଏହା ଆପଣଙ୍କ ପ୍ରତି ମୋର ଦୃଢ଼ ପ୍ରତିଶୃତି।

PM invites citizens to participate in online auction of gifts received during Official Engagements

September 24th, 01:09 pm

Prime Minister Shri Narendra Modi has announced the commencement of an online auction featuring a curated collection of gifts received during various official programmes and engagements. Shri Modi encouraged citizens to actively participate in the auction, noting that the proceeds will contribute to the Namami Gange initiative—India’s flagship programme for the conservation and rejuvenation of the River Ganga.

ଆସାମର ଗୌହାଟୀରେ ଭାରତ ରତ୍ନ ଡ. ଭୁପେନ୍ ହଜାରିକାଙ୍କ 100ତମ ଜୟନ୍ତୀ ଉପଲକ୍ଷେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 13th, 08:57 pm

ମୁଁ କହିବି, ଭୁପେନ୍ ଦା! ଆପଣମାନେ କହିବେ ଅମର ରହେ! ଅମର ରହେ! ଭୁପେନ୍ ଦା, ଅମର ରହେ! ଅମର ରହେ! ଭୁପେନ୍ ଦା, ଅମର ରହେ! ଅମର ରହେ! ଭୁପେନ୍ ଦା, ଅମର ରହେ! ଅମର ରହେ! ଆସାମର ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ଜୀ, ଆସାମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ସର୍ବାନନ୍ଦ ସୋନୋୱାଲ ଜୀ, ମଞ୍ଚ ଉପରେ ଉପସ୍ଥିତ ଭୁପେନ ହଜାରିକା ଜୀଙ୍କ ଭାଇ ଶ୍ରୀ ସମର ହଜାରିକା ଜୀ, ଭୂପେନ ହଜାରିକା ଜୀଙ୍କ ଭଉଣୀ ଶ୍ରୀମତୀ କବିତା ବରୁଆ ଜୀ, ଭୁପେନ୍ ଦାଙ୍କ ପୁଅ ଶ୍ରୀ ତେଜ ହଜାରିକା ଜୀ, ମୁଁ ତେଜଙ୍କୁ କହିବି, କେମିତି ଅଛନ୍ତି ! ଉପସ୍ଥିତ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଏବଂ ଆସାମର ମୋର ଭାଇ ଓ ଭଉଣୀମାନେ!

ଭୂପେନ ହାଜାରିକାଙ୍କ ୧୦୦ତମ ଜନ୍ମବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

September 13th, 05:15 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୌହାଟୀରେ ଭାରତ ରତ୍ନ ଡ. ଭୂପେନ ହଜାରିକାଙ୍କ ୧୦୦ତମ ଜନ୍ମବାର୍ଷିକୀ ଉପଲକ୍ଷେ ଆୟୋଜିତ ସମାରୋହକୁ ସମ୍ବୋଧିତ କରିଥିଲେ। ସମାବେଶରେ ସେ କହିଥିଲେ ଯେ, ଏହି ଦିନ ଏକ ଉଲ୍ଲେଖନୀୟ ମୁହୂର୍ତ୍ତ ଏବଂ ପ୍ରଦର୍ଶନରେ ଦେଖାଯାଇଥିବା ଉତ୍ସାହ ଏବଂ ସମନ୍ୱୟ ପ୍ରକୃତରେ ହୃଦୟସ୍ପର୍ଶୀ। ସେ ଭୂପେନ ଦାଙ୍କ ସଙ୍ଗୀତର ତାଳ ଉପରେ ଆଲୋକପାତ କରିଥିଲେ, ଯାହା ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମରେ ପ୍ରତିଧ୍ୱନିତ ହୋଇଥିଲା । ଭୂପେନ ହଜାରିକାଙ୍କ କଥା ଉଦ୍ଧୃତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ତାଙ୍କ ଗୀତର କିଛି ଶବ୍ଦ ତାଙ୍କ ମନରେ ପ୍ରତିଧ୍ୱନିତ ହେଉଛି । ଭୂପେନଙ୍କ ସଙ୍ଗୀତର ତରଙ୍ଗ ସର୍ବତ୍ର ଅନନ୍ତକାଳ ପର୍ଯ୍ୟନ୍ତ ପ୍ରବାହିତ ହେଉ ସେ ହୃଦୟରୁ କାମନା କରିଥିଲେ । ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା କଳାକାରମାନଙ୍କୁ ହୃଦୟପୂର୍ଣ୍ଣ ପ୍ରଶଂସା ଏବଂ ଅଭିନନ୍ଦନ ଜଣାଇଥିଲେ। ସେ କହିଥିଲେ ଯେ, ଆସାମର ଭାବାନା ଏପରି ଯେ ଏଠାରେ ପ୍ରତ୍ୟେକ କାର୍ଯ୍ୟକ୍ରମ ଏକ ନୂତନ ରେକର୍ଡ ସ୍ଥାପନ କରେ, ଆଜିର ପ୍ରଦର୍ଶନ ଅସାଧାରଣ ପ୍ରସ୍ତୁତିକୁ ପ୍ରତିଫଳିତ କରୁଛି । ସେ ସମସ୍ତ କଳାକାରମାନଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରଶଂସା କରିଥିଲେ ।

ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

September 11th, 12:30 pm

ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।

ଭିଡିଓ କନଫରେନ୍ସିଂ ଜରିଆରେ ବିହାର ରାଜ୍ୟ ଜୀବିକା ନିଧି ସାଖ ସହକାରୀ ସଂଘ ଲିମିଟେଡର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 02nd, 01:00 pm

ବିହାରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ଜୀ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଜୀ, ବିଜୟ କୁମାର ସିହ୍ନା ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବିହାରର ମୋର ଲକ୍ଷ ଲକ୍ଷ ଭଉଣୀମାନେ, ଆପଣ ସମସ୍ତଙ୍କୁ ନମସ୍କାର।

ବିହାର ରାଜ୍ୟ ଜୀବିକା ନିଧି ସାଖ୍ ସହକାରୀ ସଂଘ ଲିମିଟେଡର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 02nd, 12:40 pm

ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାର ରାଜ୍ୟ ଜୀବିକା ନିଧି ସାଖ ସହକାରୀ ସଂଘ ଲିମିଟେଡର ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ପବିତ୍ର ମଙ୍ଗଳବାର ଦିନ ଏକ ଅତ୍ୟନ୍ତ ସମ୍ଭାବନାମୟ ପଦକ୍ଷେପ ଆରମ୍ଭ ହେଉଛି। ସେ ଘୋଷଣା କରିଛନ୍ତି ଯେ, ଜୀବିକା ନିଧି ସାଖ ସହକାରୀ ସଂଘ ମାଧ୍ୟମରେ ବିହାରର ମା' ଏବଂ ଭଉଣୀମାନଙ୍କୁ ଏକ ନୂତନ ସୁବିଧା ପ୍ରଦାନ କରାଯାଉଛି। ଏହି ପଦକ୍ଷେପ ଗ୍ରାମାଞ୍ଚଳରେ ଜୀବିକା ନିର୍ବାହ କାର୍ଯ୍ୟରେ ନିୟୋଜିତ ମହିଳାମାନଙ୍କୁ ସହଜରେ ଆର୍ଥିକ ସହାୟତା ପାଇବାକୁ ସକ୍ଷମ କରିବ, ଯାହା ଦ୍ୱାରା ସେମାନଙ୍କୁ ସେମାନଙ୍କର କାମ ଏବଂ ବ୍ୟବସାୟ କରିବାରେ ସାହାଯ୍ୟ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେ ଖୁସି ବ୍ୟକ୍ତ କରିଛନ୍ତି ଯେ, ଜୀବିକା ନିଧି ବ୍ୟବସ୍ଥା ସମ୍ପୂର୍ଣ୍ଣ ଡିଜିଟାଲ୍, ଯାହା ବ୍ୟକ୍ତିଗତଭାବେ ପରିଦର୍ଶନର ଆବଶ୍ୟକତାକୁ ଦୂର କରିଛି - ବର୍ତ୍ତମାନ ସବୁକିଛି ମୋବାଇଲ୍ ଫୋନ୍ ମାଧ୍ୟମରେ କରାଯାଇପାରିବ। ସେ ଜୀବିକା ନିଧି ସାଖ ସହକାରୀ ସଂଘର ଶୁଭାରମ୍ଭ ପାଇଁ ବିହାରର ମା' ଏବଂ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଏହି ଉଲ୍ଲେଖନୀୟ ପଦକ୍ଷେପ ପାଇଁ ଶ୍ରୀ ନୀତିଶ କୁମାର ଏବଂ ବିହାର ସରକାରଙ୍କୁ ପ୍ରଶଂସା କରିଥିଲେ।

ପ୍ରଧାନମନ୍ତ୍ରୀ ଅଗଷ୍ଟ ୨୨ରେ ବିହାର ଓ ପଶ୍ଚିମ ବଙ୍ଗ ଗସ୍ତରେ ଯିବେ

August 20th, 03:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୨ ତାରିଖରେ ବିହାର ଓ ପଶ୍ଚିମବଙ୍ଗ ଗସ୍ତରେ ଯିବେ । ସେ ବିହାରର ଗୟାଠାରେ ପୂର୍ବାହ୍ନ ପ୍ରାୟ ୧୧ଟାରେ ୧୩ ହଜାର କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ସେ ମଧ୍ୟ ଦୁଇଟି ଟ୍ରେନର ଶୁଭାରମ୍ଭ କରିବେ ଏବଂ ସାଧାରଣ ସଭାକୁ ସମ୍ବୋଧିତ କରିବେ । ଏହାପରେ ସେ ଗଙ୍ଗା ନଦୀରେ ଅଉଣ୍ଟା-ସିମାରିଆ ପୋଲ ପ୍ରକଳ୍ପର ଉଦଘାଟନ କରିବାକୁ ସେଠାକୁ ଗସ୍ତ କରିବେ ।

Our government is working with full strength to transform the lives of farmers: PM Modi in Varanasi

August 02nd, 11:30 am

In his address while launching multiple development works in Varanasi, PM Modi said that this was his first visit to the holy city following Operation Sindoor. He asserted that during Operation Sindoor, the world witnessed the Rudra form of India. The PM announced that ₹21,000 crore had been transferred to the bank accounts of 10 crore farmers across the country under the PM-Kisan Samman Nidhi scheme.

ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 02nd, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଶ୍ରାବଣ ମାସରେ ବାରାଣସୀର ପରିବାର ସହ ସାକ୍ଷାତ କରି ତାଙ୍କର ହୃଦୟସ୍ପର୍ଶୀ ଭାବନା ପ୍ରକାଶ କରିଛନ୍ତି । ବାରାଣସୀର ଲୋକଙ୍କ ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କକୁ ଉଲ୍ଲେଖ କରି ଶ୍ରୀ ମୋଦୀ ସହରର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ତାଙ୍କର ସୌହାର୍ଦ୍ଦ୍ୟପୂର୍ଣ୍ଣ ଶୁଭେଚ୍ଛା ଜଣାଇଛନ୍ତି । ପବିତ୍ର ଶ୍ରାବଣ ମାସରେ ଭିଡିଓ କନଫରେନ୍ସ ମାଧ୍ୟମରେ ଦେଶବ୍ୟାପୀ କୃଷକମାନଙ୍କ ସହିତ ସଂଯୋଗ ସ୍ଥାପନ କରି ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଛନ୍ତି ।