ଜାନୁଆରୀ ୧୭-୧୮ରେ ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
January 16th, 01:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭-୧୮ ଜାନୁଆରୀ, ୨୦୨୬ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ଜାନୁଆରୀ ୧୭ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ମାଲଦା ଗସ୍ତ କରିବେ ଏବଂ ହାଓଡ଼ା ଓ ଗୌହାଟୀ (କାମାକ୍ଷା) ମଧ୍ୟରେ ମାଲଦା ଟାଉନ ରେଳ ଷ୍ଟେସନରେ ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହାପରେ ଅପରାହ୍ଣ ପ୍ରାୟ ୧ଟା ୪୫ ମିନିଟରେ, ପ୍ରଧାନମନ୍ତ୍ରୀ ମାଲଦାରେ ଏକ ସାର୍ବଜନୀକ କାର୍ଯ୍ୟକ୍ରମରେ ୩,୨୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଓ ସଡ଼କ ଭିତ୍ତିଭୂମି ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଓ ଶିଳାନ୍ୟାସ କରିବେ ।ପ୍ରଧାନମନ୍ତ୍ରୀ ଡିସେମ୍ବର ୧୩ରେ ଉତ୍ତରପ୍ରଦେଶ ଗସ୍ତରେ ଯିବେ
December 12th, 02:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୩ରେ ଉତ୍ତର ପ୍ରଦେଶ ଗସ୍ତରେ ଯିବେ। ସେ ଅପରାହ୍ନ ପ୍ରାୟ ୧୨ଟା ୧୫ରେ ପ୍ରୟାଗରାଜ ଯାଇ ସଙ୍ଗମ ସ୍ଥଳରେ ପୂଜାର୍ଚ୍ଚନା ଓ ଦର୍ଶନ କରିବେ। ଏହାପରେ ମଧ୍ୟାହ୍ନ ପ୍ରାୟ ୧୨ଟା ୪୦ରେ ପ୍ରଧାନମନ୍ତ୍ରୀ ଅକ୍ଷୟ ବଟବୃକ୍ଷ ସ୍ଥଳରେ ପୂଜାର୍ଚ୍ଚନା କରିବେ ଓ ତା’ ପରେ ହନୁମାନ ମନ୍ଦିର ଓ ସରସ୍ୱତୀ କୂପ ଯାଇ ପୂଜାର୍ଚ୍ଚନା କରିବେ। ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ସେ ମହାକୁମ୍ଭ ପ୍ରଦର୍ଶନୀ ସ୍ଥଳ ପରିଦର୍ଶନ କରିବେ। ଏହାପରେ ଅପରାହ୍ନ ପ୍ରାୟ ୨ଟାରେ ସେ ପ୍ରୟାଗରାଜରେ ୫୫୦୦ କୋଟି ରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶୁଭାରମ୍ଭ କରିବେ ।