ଭାରତର କ୍ୟାଥଲିକ ବିଶପ ସମ୍ମିଳନୀ ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 23rd, 09:24 pm
ମାତ୍ର ୩-୪ ଦିନ ତଳେ ମୁଁ ଖ୍ରୀଷ୍ଟମାସ ପାଳନ ପାଇଁ ଭାରତ ସରକାରରେ ଥିବା ମୋର ସହକର୍ମୀ ଜର୍ଜ କୁରିୟନଜୀଙ୍କ ଘରକୁ ଯାଇଥିଲି। ବର୍ତ୍ତମାନ ଆପଣଙ୍କ ମଧ୍ୟରେ ଉପସ୍ଥିତ ରହିବା ମଧ୍ୟ ଏକ ଆନନ୍ଦର ବିଷୟ। କାଥୋଲିକ ବିଶପ୍ କନଫରେନ୍ସ ଅଫ୍ ଇଣ୍ଡିଆ (ସିବିସିଆଇ)ର ଏହି କାର୍ଯ୍ୟକ୍ରମ ଖ୍ରୀଷ୍ଟମାସରେ ଆପଣଙ୍କ ସହ ମିଶିବା ମୋ ପାଇଁ ଏକ ସ୍ମରଣୀୟ ଦିନ ହେବାକୁ ଯାଉଛି । ସିବିସିଆଇ ପ୍ରତିଷ୍ଠାର ୮୦ ବର୍ଷ ପୂର୍ତ୍ତି ପାଳନ ହେଉଥିବାରୁ ଏହି ଅବସର ମଧ୍ୟ ବିଶେଷ। ଏହି ଅବସରରେ ମୁଁ ସିବିସିଆଇ ଏବଂ ଏହା ସହିତ ଜଡ଼ିତ ସମସ୍ତଙ୍କୁ ବହୁତ -ବହୁତ ଅଭିନନ୍ଦନ ଜଣାଉଛି ।କ୍ୟାଥୋଲିକ ବିଶପ୍ସ କନ୍ଫରେନ୍ସ ଅଫ୍ ଇଣ୍ଡିଆ ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 23rd, 09:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ସିବିସିଆଇ କେନ୍ଦ୍ର ପରିସରରେ କାଥୋଲିକ୍ ବିଶପ୍ସ କନ୍ଫରେନ୍ସ ଅଫ୍ ଇଣ୍ଡିଆ (ସିବିସିଆଇ) ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଅଂଶଗ୍ରହଣ କରିଥିଲେ । ପ୍ରଥମ ଥର ପାଇଁ କୌଣସି ପ୍ରଧାନମନ୍ତ୍ରୀ ଭାରତର କ୍ୟାଥଲିକ ଚର୍ଚ୍ଚ ମୁଖ୍ୟାଳୟରେ ଏଭଳି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। କାର୍ଡିନାଲ, ବିଶପ ଏବଂ ଚର୍ଚ୍ଚର ପ୍ରମୁଖ ନେତାଙ୍କ ସମେତ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ପ୍ରମୁଖ ନେତାଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ ।Prime Minister Narendra Modi to attend Christmas Celebrations hosted by the Catholic Bishops' Conference of India
December 22nd, 02:39 pm
PM Modi will attend the Christmas Celebrations hosted by the Catholic Bishops' Conference of India (CBCI) in New Delhi. The PM will interact with key leaders from the Christian community, including Cardinals, Bishops and prominent lay leaders of the Church.ସମ୍ମାନନୀୟ ଜର୍ଜ ଜ୍ୟାକବ୍ କୁୱାକାଡ୍ଙ୍କୁ ପରମ ପୂଜ୍ୟ ପୋପ୍ ଫ୍ରାନ୍ସିସ୍ଙ୍କ ଦ୍ୱାରା ପବିତ୍ର ରୋମାନ୍ କ୍ୟାଥଲିକ୍ ଚର୍ଚର କାର୍ଡିନଲ୍ କରାଯାଇଥବାରୁ ଆନନ୍ଦିତ : ପ୍ରଧାନମନ୍ତ୍ରୀ
December 08th, 09:48 am
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପରମ ପୂଜ୍ୟ ପୋପ୍ ଫ୍ରାନ୍ସିସ୍ଙ୍କ ଦ୍ୱାରା ସମ୍ମାନନୀୟ ଜର୍ଜ ଜ୍ୟାକବ୍ କୁୱାକାଡ୍ଙ୍କୁ ପବିତ୍ର ରୋମାନ୍ କ୍ୟାଥଲିକ୍ ଚର୍ଚର କାର୍ଡିନଲ୍ କରାଯାଇଥବାରୁ ସେ ଅତ୍ୟନ୍ତ ଆନନ୍ଦିତ ।