ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ ଚାଷ ସମ୍ମେଳନ ୨୦୨୫ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣ
November 19th, 07:01 pm
ତାମିଲନାଡୁ ରାଜ୍ୟପାଳ ଆର. ଏନ ରବିଜୀ, କେନ୍ଦ୍ର କ୍ୟାବିନେଟ ସହଯୋଗୀ ଏଲ. ମୁଗୁଗାନଜୀ, ତାମିଲନାଡୁ କୃଷି ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. କେ.ରାମସ୍ୱାମୀଜୀ, ବିଭିନ୍ନ କୃଷି ଅନୁଷ୍ଠାନର ମାନ୍ୟ ଗଣ୍ୟ ପଦାଧିକାରୀ, ଜନପ୍ରତିନିଧି ଗଣ, କୃଷକ ଭାଇ ଓ ଉଭଣୀ ଏବଂ ଡିଜିଟାଲ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଯୋଡି ହୋଇଥିବା ସାରା ଦେଶର ଲକ୍ଷ ଲକ୍ଷ କୃଷକମାନେ । ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଅଭିବାଦନ ଜଣାଉଛି । ବନାକ୍କମ ଓ ନମସ୍କାର ସହ ଆପଣମାନଙ୍କୁ ମୁଁ ସ୍ୱାଗତ କରୁଛି । ପ୍ରଥମତଃ ମୁଁ ଆପଣ ସମସ୍ତଙ୍କଠାରୁ ଓ ସାରା ଦେଶର ଚାଷୀଙ୍କଠାରୁ କ୍ଷମା ପ୍ରାର୍ଥନା ମାଗୁଛି । ପୁଟ୍ଟପର୍ତୀରେ ଭଗବାନ ସତ୍ୟସାଇ ବାବାଙ୍କ କାର୍ଯ୍ୟକ୍ରମ ପାଇଁ ମୋର ଏଠାକୁ ଆସିବାକୁ ପ୍ରାୟ ଘଂଟାଏ ବିଳମ୍ବ ହୋଇଗଲା । ମୁଁ ଦେଖୁଛି ଏଇଠି ବହୁ ଲୋକ ମୋତେ ଅପେକ୍ଷା କରିଛନ୍ତି । ତେଣୁ ବିଳମ୍ବରେ ଆସିଥିବାରୁ ଆପଣମାନଙ୍କଠାରୁ ମୁଁ କ୍ଷମା ପ୍ରାର୍ଥନା କରୁଛି ।ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 19th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ଜୈବିକ କୃଷି ସମ୍ମିଳନୀ ୨୦୨୫ର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କୋଏମ୍ବାଟୁରର ପବିତ୍ର ଭୂମିରେ ମାରୁଧାମାଲାଇର ଭଗବାନ ମୁରୁଗାନଙ୍କୁ ପ୍ରଣାମ କରି ତାଙ୍କର ବକ୍ତବ୍ୟ ଆରମ୍ଭ କରିଥିଲେ। ସେ କୋଏମ୍ବାଟୁରକୁ ସଂସ୍କୃତି, କରୁଣା ଏବଂ ସୃଜନଶୀଳତାର ଭୂମି ଭାବରେ ବର୍ଣ୍ଣନା କରିଛନ୍ତି। ଏହାକୁ ଦକ୍ଷିଣ ଭାରତର ଉଦ୍ୟୋଗୀ ଶକ୍ତିର ଏକ ଶକ୍ତି କେନ୍ଦ୍ର ଭାବରେ ସ୍ୱୀକୃତି ଦେଇଛନ୍ତି। ସେ ଆଲୋକପାତ କରିଛନ୍ତି ଯେ, ସହରର ବୟନ ଶିଳ୍ପ ଜାତୀୟ ଅର୍ଥନୀତିରେ ଏକ ପ୍ରମୁଖ ଯୋଗଦାନ ଦେଇଥାଏ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, କୋଏମ୍ବାଟୁର ଏବେ ଆହୁରି ସ୍ୱତନ୍ତ୍ରତା ହାସଲ କରିଛି, କାରଣ ଏହାର ପୂର୍ବତନ ସାଂସଦ ଶ୍ରୀ ସି.ପି. ରାଧାକୃଷ୍ଣନ ଏବେ ଉପରାଷ୍ଟ୍ରପତି ଭାବରେ ଦେଶକୁ ନେତୃତ୍ୱ ଦେଉଛନ୍ତି।ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀଠାରେ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 19th, 11:00 am
ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରରେ ମୋର ସହକର୍ମୀ ରାମମୋହନ ନାଇଡୁ, ଜି. କିଶନ ରେଡ୍ଡୀ, ଭୂପତି ରାଜୁ ଶ୍ରୀନିବାସ ବର୍ମା, ସଚିନ ତେନ୍ଦୁଲକର ଜୀ, ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ ଜୀ, ରାଜ୍ୟ ସରକାରରେ ଥିବା ମନ୍ତ୍ରୀ ନାରା ଲୋକେଶ ଜୀ, ଶ୍ରୀ ସତ୍ୟ ସାଇ ସେଣ୍ଟ୍ରାଲ ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ଆର୍. ଜେ. ରତ୍ନାକର ଜୀ, କୁଳପତି କେ. ଚକ୍ରବର୍ତ୍ତୀ ଜୀ, ଐଶ୍ୱର୍ଯ୍ୟା ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ସଜ୍ଜନଗଣ, ସାଇ ରାମ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବକୁ ସମ୍ବୋଧିତ କରିଛନ୍ତି
November 19th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଭଗବାନ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ବକ୍ତବ୍ୟ ସାଇ ରାମ ସହିତ ଆରମ୍ଭ କରିଥିଲେ ଏବଂ ପ୍ରକାଶ କରିଥିଲେ ଯେ ପୁଟ୍ଟପର୍ଥୀର ପବିତ୍ର ଭୂମିରେ ସମସ୍ତଙ୍କ ମଧ୍ୟରେ ଉପସ୍ଥିତ ରହିବା ତାଙ୍କ ପାଇଁ ଏକ ଭାବପ୍ରବଣତାପୂର୍ଣ୍ଣ ଏବଂ ଆଧ୍ୟାତ୍ମିକ ଅନୁଭୂତି। ସେ କହିଥିଲେ ଯେ, କିଛି ସମୟ ପୂର୍ବରୁ ତାଙ୍କୁ ବାବାଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିବାର ସୁଯୋଗ ମିଳିଥିଲା। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ବାବାଙ୍କ ପାଦ ତଳେ ପ୍ରଣାମ କରିବା ଏବଂ ତାଙ୍କ ଆଶୀର୍ବାଦ ଗ୍ରହଣ କରିବା ସର୍ବଦା ହୃଦୟକୁ ଗଭୀର ଭାବପ୍ରବଣତାରେ ପରିପୂର୍ଣ୍ଣ କରିଥାଏ।ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।ଗୁଜୁରାଟ ଡେଡିଆପଡାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଡେଡିଆପଡ଼ାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ, ସେ ୯,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମା’ ନର୍ମଦାର ପବିତ୍ର ଭୂମି ଆଜି ଆଉ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି ବୋଲି କହି ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ଯେ, ୩୧ ଅକ୍ଟୋବରରେ, ଭାରତର ଏକତା ଏବଂ ବିବିଧତାକୁ ପାଳନ କରିବା ପାଇଁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ସେହି ସ୍ଥାନରେ ପାଳନ କରାଯାଇଥିଲା, ଭାରତ ପର୍ବ ଆରମ୍ଭ ହୋଇଥିଲା। ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀର ମହାନ ଉତ୍ସବ ସହିତ, ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ, ଆମେ ଭାରତ ପର୍ବର ପରିଣାମ ଦେଖୁଛୁ। ଏହି ପବିତ୍ର ଅବସରରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି ଯେ, ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଆଦିବାସୀ ଅଞ୍ଚଳରେ ସ୍ୱାଧୀନତାର ଭାବନା ଜାଗ୍ରତ କରିଥିବା ଗୋବିନ୍ଦ ଗୁରୁଙ୍କ ଆଶୀର୍ବାଦ ମଧ୍ୟ ଏହି କାର୍ଯ୍ୟକ୍ରମ ସହିତ ଜଡିତ। ମଞ୍ଚ ଉପରୁ ସେ ଗୋବିନ୍ଦ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ କିଛି ସମୟ ପୂର୍ବରୁ ଦେବମୋଗ୍ରା ମାତାଙ୍କ ମନ୍ଦିରକୁ ଯିବାର ସୌଭାଗ୍ୟ ମିଳିଥିଲା ଏବଂ ପୁଣି ଥରେ ତାଙ୍କ ପାଦ ତଳେ ପ୍ରଣାମ କରିଥିଲେ।Bihar has defeated lies and upheld the truth: PM Modi from BJP HQ post NDA’s major victory
November 14th, 07:30 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.After NDA’s landslide Bihar victory, PM Modi takes the centre stage at BJP HQ
November 14th, 07:00 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.Chhattisgarh is rapidly advancing on the path of development:PM Modi at Chhattisgarh Rajat Mahotsav
November 01st, 03:30 pm
In his address at the Chhattisgarh Rajat Mahotsav, PM Modi said that participating in the Silver Jubilee celebrations was a matter of great fortune for him. Launching multiple developmental projects worth over ₹14,260 crore across key sectors such as roads, industry, healthcare and energy, the PM remarked that Chhattisgarh is now emerging as an industrial state. He noted that regions like Bastar are now witnessing an atmosphere of celebration, free from the shadow of Maoist terrorism.ଛତିଶଗଡ଼ ରଜତ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 01st, 03:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୟା ରାୟପୁରରେ ଛତିଶଗଡ଼ ରାଜ୍ୟ ଗଠନର ୨୫ ବର୍ଷ ପୂର୍ତ୍ତି ଅବସରରେ ଛତିଶଗଡ଼ ରଜତ ମହୋତ୍ସବରେ ଉଦବୋଧନ ଦେଇଛନ୍ତି। ସେ ରାସ୍ତା, ଶିଳ୍ପ, ସ୍ୱାସ୍ଥ୍ୟସେବା ଏବଂ ଶକ୍ତି ଭଳି ପ୍ରମୁଖ କ୍ଷେତ୍ରଗୁଡ଼ିକୁ ଅନ୍ତର୍ଭୁକ୍ତ କରି ୧୪,୨୬୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ଏବଂ ପରିବର୍ତ୍ତନକାରୀ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ଭାଷଣ ଦେଇ ପ୍ରଧାନମନ୍ତ୍ରୀ ଛତିଶଗଡ଼ର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ଆଜି ଛତିଶଗଡ଼ ରାଜ୍ୟ ଗଠନର ୨୫ ବର୍ଷ ପୂରଣ କରିଛି। ଏହି ଅବସରରେ, ସେ ଛତିଶଗଡ଼ର ସମସ୍ତ ଜନସାଧାରଣଙ୍କୁ ହୃଦୟର ସହିତ ଅଭିନନ୍ଦନ ଏବଂ ଶୁଭକାମନା ଜଣାଇଛନ୍ତି।ନାନାଜୀ ଦେଶମୁଖଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
October 11th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନାନାଜୀ ଦେଶମୁଖଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି କି, ନାନାଜୀ ଦେଶମୁଖ ଦୂରଦର୍ଶୀ ସମାଜ ସଂସ୍କାରକ, ରାଷ୍ଟ୍ର ନିର୍ମାତା ଏବଂ ଆତ୍ମନିର୍ଭରତା ଏବଂ ଗ୍ରାମୀଣ ସଶକ୍ତିକରଣର ଆଜୀବନ ସମର୍ଥକ ରହିଥିଲେ । ସେ କହିଛନ୍ତି, ନାନାଜୀ ଦେଶମୁଖଙ୍କ ଜୀବନ ସମର୍ପଣ, ଅନୁଶାସନ ଏବଂ ସମାଜ ସେବାର ପ୍ରତୀକ ଥିଲା ।ଅକ୍ଟୋବର ୧୧ରେ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନ ନୂଆଦିଲ୍ଲୀଠାରେ, ସ୍ୱତନ୍ତ୍ର କୃଷି କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
October 10th, 06:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଅକ୍ଟୋବର, ୨୦୨୫ ସକାଳ ୧୦:୩୦ ସମୟରେ ନୂଆଦିଲ୍ଲୀର ଭାରତୀୟ କୃଷି ଗବେଷଣା ସଂସ୍ଥାନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଧାନମନ୍ତ୍ରୀ କୃଷକମାନଙ୍କ ସହିତ ମତବିନିମୟ କରି, ପରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ, ଯେଉଁଠାରେ ସେ ସମାବେଶକୁ ସମ୍ବୋଧିତ କରିବେ।ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 10:45 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ
October 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।ଝାରସୁଗୁଡାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
September 26th, 09:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 27 ସେପ୍ଟେମ୍ବରରେ ଓଡ଼ିଶା ଗସ୍ତରେ ଆସିବେ। ପୂର୍ବାହ୍ନ ପ୍ରାୟ 11:30 ସମୟରେ, ସେ ଝାରସୁଗୁଡାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ଏକ ସାଧାରଣ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଏହି ପ୍ରକଳ୍ପଗୁଡ଼ିକ ଦୂରସଞ୍ଚାର, ରେଳବାଇ, ଉଚ୍ଚଶିକ୍ଷା, ସ୍ୱାସ୍ଥ୍ୟସେବା, ଦକ୍ଷତା ବିକାଶ, ଗ୍ରାମୀଣ ଗୃହ ନିର୍ମାଣ କ୍ଷେତ୍ର ସମେତ ଅନ୍ୟାନ୍ୟ କ୍ଷେତ୍ର ସହ ଜଡ଼ିତ।The development schemes of the Central and State governments empower women: PM Modi
September 26th, 03:00 pm
While interacting with beneficiaries of Bihar’s Mukhyamantri Mahila Rojgar Yojana, PM Modi said that every initiative of the Central and State governments is aimed at women’s welfare and empowerment. Beneficiaries shared their success stories, showcasing the schemes’ impact. The PM urged women to continue sharing such inspirational accounts of how government programs are bringing positive change in society.ବିହାରର ‘ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’ର ହିତାଧିକାରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
September 26th, 02:49 pm
ବିହାରର ପଶ୍ଚିମ ଚମ୍ପାରଣ ଜିଲ୍ଲାର ଆଦିବାସୀ ମହିଳା ହିତାଧିକାରୀ ଶ୍ରୀମତୀ ରଞ୍ଜିତା କାଜି ତାଙ୍କ ଅଞ୍ଚଳରେ ଆସିଥିବା ଦୃଷ୍ଟାନ୍ତମୂଳକ ପରିବର୍ତ୍ତନ ପାଇଁ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାରଙ୍କ ପ୍ରତି ସହୃଦୟତାର ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ, ଜୀବିକା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଜଡିତ ହୋଇ, ତାଙ୍କର ଜଙ୍ଗଲିଆ ଅଞ୍ଚଳ - ପୂର୍ବରୁ ମୌଳିକ ଭିତ୍ତିଭୂମିରୁ ବଞ୍ଚିତ ଥିଲା – ଏବେ ସେଠାରେ ସଡ଼କ, ବିଦ୍ୟୁତ୍, ପାଣି, ପରିମଳ ଏବଂ ଶିକ୍ଷାର ସୁବିଧା ଉପଲବ୍ଧ ହୋଇଛି। ମହିଳାମାନଙ୍କ ଉପରେ କେନ୍ଦ୍ରିତ ପଦକ୍ଷେପଗୁଡ଼ିକ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଯେଉଁଥିରେ ସରକାରୀ ଚାକିରି ଏବଂ ପଞ୍ଚାୟତିରାଜ ପ୍ରତିଷ୍ଠାନରେ ମହିଳା ପ୍ରତିନିଧିତ୍ୱ ବୃଦ୍ଧି କରିଥିବା ସଂରକ୍ଷଣ ବ୍ୟବସ୍ଥା ଅନ୍ତର୍ଭୁକ୍ତ। ସେ ସାଇକେଲ ଏବଂ ୟୁନିଫର୍ମ ଯୋଜନାର ପ୍ରଶଂସା କରିଛନ୍ତି। ଯେତେବେଳେ ସ୍କୁଲ ୟୁନିଫର୍ମ ପିନ୍ଧି ଝିଅମାନେ ସାଇକେଲ ଚାଳନା କରନ୍ତି, ସେତେବେଳେ ସେମାନେ ଅନୁଭବ କରୁଥିବା ଗର୍ବ ବିଷୟରେ ସେ ଉଲ୍ଲେଖ କରିଛନ୍ତି।ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 25th, 10:22 am
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ଉତ୍ତର ପ୍ରଦେଶ ବିଜେପି ସଭାପତି ଭୂପେନ୍ଦ୍ର ଚୌଧୁରୀ , ଶିଳ୍ପ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ।ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ -୨୦୨୫’କୁ ଉଦଘାଟନ ଏବଂ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀରେ ଯୋଗ ଦେଇଥିବା ସମସ୍ତ ବ୍ୟବସାୟୀ, ନିବେଶକ, ଉଦ୍ୟୋଗୀ ଏବଂ ଯୁବ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୨,୨୦୦ ରୁ ଅଧିକ ପ୍ରଦର୍ଶକ ସେମାନଙ୍କର ଉତ୍ପାଦ ଏବଂ ସେବା ପ୍ରଦର୍ଶନ କରୁଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଏହି ବାଣିଜ୍ୟ ପ୍ରଦର୍ଶନୀର ସଂସ୍କରଣ ପାଇଁ ଋଷ ଦେଶ ଅଂଶୀଦାର ବୋଲି ଆଲୋକପାତ କରିଛନ୍ତି, ଯାହା ଏକ ପରୀକ୍ଷିତ ସହଭାଗୀ ସୁଦୃଢ଼ତାର ଗୁରୁତ୍ୱ ବହନ କରୁଛି। ସେ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସରକାରୀ ସହକର୍ମୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏହି ଅବସରଟି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମଜୟନ୍ତୀ ସହିତ ସମ୍ପୃକ୍ତ ଅଟେ, ଯିଏ ସମାଜର ସବୁଠୁ ପଛରେ ପଡ଼ିଥିବା ବ୍ୟକ୍ତିଙ୍କ ଉନ୍ନତି ପାଇଁ - ଅନ୍ତ୍ୟୋଦୟ ପଥ ଉପରେ ଦେଶକୁ ନେତୃତ୍ୱ ଦେଇଥିଲେ। ସେ ଜୋର ଦେଇ କହିଛନ୍ତି ଯେ, ଅନ୍ତ୍ୟୋଦୟ ଅର୍ଥ ହେଉଛି ବିକାଶକୁ ତ୍ରୁଣମୂଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା, ସମସ୍ତ ପ୍ରକାରର ଭେଦଭାବକୁ ଦୂର କରିବା। ସେ ଆହୁରି ମଧ୍ୟ ମନ୍ତବ୍ୟ ଦେଇଛନ୍ତି ଯେ, ଭାରତ ବର୍ତ୍ତମାନ ଏହି ସମାବେଶୀମୂଳକ ଉନ୍ନତିର ମଡେଲ୍କୁ ବିଶ୍ୱ ସାମ୍ନାରେ ଏକ ଉଦାହରଣ ଭାବରେ ପ୍ରଦର୍ଶନ କରୁଛି।ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ରେ ମଧ୍ୟପ୍ରଦେଶ ଗସ୍ତରେ ଯିବେ
September 16th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭ ତାରିଖରେ ମଧ୍ୟପ୍ରଦେଶ ଗସ୍ତରେ ଯିବେ । ମଧ୍ୟାହ୍ନ ୧୨ଟା ସମୟରେ ଧାରରେ ସେ ‘ସ୍ୱସ୍ଥ ନାରୀ ସଶକ୍ତ ପରିବାର’ ଏବଂ ‘ଅଷ୍ଟମ ରାଷ୍ଟ୍ରୀୟ ପୋଷଣ ମାହ’ ଅଭିଯାନର ଶୁଭାରମ୍ଭ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିବା ସହିତ, ଉପସ୍ଥିତ ବିଶାଳ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।