ରୁଷ ରାଷ୍ଟ୍ରପତିଙ୍କ ଭାରତ ଗସ୍ତର ପରିଣାମଗୁଡ଼ିକର ତାଲିକା

December 05th, 05:53 pm

ଭାରତ ଏବଂ ରୁଷ ସରକାରଙ୍କ ମଧ୍ୟରେ ଗୋଟିଏ ଦେଶର ନାଗରିକଙ୍କ ଅନ୍ୟ ଦେଶର ଅଞ୍ଚଳରେ ଅସ୍ଥାୟୀ ଶ୍ରମ କାର୍ଯ୍ୟକଳାପ ଉପରେ ରାଜିନାମା।

23ତମ ଭାରତ ରୁଷ ବାର୍ଷିକ ଶିଖର ସମ୍ମିଳନୀ ପରେ ମିଳିତ ବକ୍ତବ୍ୟ

December 05th, 05:43 pm

ଭାରତ ଏବଂ ରୁଷ ମଧ୍ୟରେ ସ୍ୱତନ୍ତ୍ର ଏବଂ ବିଶେଷାଧିକାରପ୍ରାପ୍ତ ରଣନୀତିକ ସହଭାଗିତାକୁ ଆହୁରି ମଜବୁତ କରିବା ପାଇଁ ଦୁଇ ଦେଶର ନେତାମାନେ ସେମାନଙ୍କର ସମର୍ଥନକୁ ଦୋହରାଇଛନ୍ତି। ଚଳିତ ବର୍ଷ ଭାରତ ଏବଂ ରୁଷ ମଧ୍ୟରେ ରଣନୀତିକ ଭାଗିଦାରୀ ଘୋଷଣାର 25ତମ ବାର୍ଷିକୀ ଯାହାକି ଅକ୍ଟୋବର 2000 ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ପ୍ରଥମ ଭାରତ ଗସ୍ତ ସମୟରେ ପ୍ରତିଷ୍ଠା କରାଯାଇଥିଲା।

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଭାରତ-ରୁଷ ବ୍ୟବସାୟ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 05th, 03:45 pm

ପୀୟୁଷ ଜୀ ଯେପରି ଉଲ୍ଲେଖ କରିଥିବା ବିଭିନ୍ନ ବିଷୟଗୁଡ଼ିକୁ ଏବଂ ରାଷ୍ଟ୍ରପତିଙ୍କ ଦ୍ୱାରା ବର୍ଣ୍ଣିତ ସମ୍ଭାବନାଗୁଡ଼ିକୁ ବିଚାର କରି, ଆମେ ବହୁତ କମ୍ ସମୟ ମଧ୍ୟରେ ବିଶାଳ ଲକ୍ଷ୍ୟ ମଧ୍ୟ ହାସଲ କରିପାରିବା। ବ୍ୟବସାୟ ହେଉ କିମ୍ବା କୂଟନୀତି, ଯେକୌଣସି ସହଭାଗୀର ମୂଳଦୁଆ ହେଉଛି ପାରସ୍ପରିକ ବିଶ୍ୱାସ। ଏହି ବିଶ୍ୱାସ ହେଉଛି ଭାରତ-ରୁଷ ସମ୍ପର୍କର ସବୁଠାରୁ ବଡ଼ ଶକ୍ତି। ଏହା ଆମର ମିଳିତ ପ୍ରୟାସକୁ ଦିଗଦର୍ଶନ ଏବଂ ଗତି ପ୍ରଦାନ କରେ। ଏହା ହେଉଛି ଲଞ୍ଚ ପ୍ୟାଡ୍ ଯାହା ଆମକୁ ନୂତନ ସ୍ୱପ୍ନ ଏବଂ ଆକାଂକ୍ଷାକୁ ଆଗକୁ ବଢାଇବା ପାଇଁ ପ୍ରେରଣା ଦିଏ। ଗତ ବର୍ଷ, ରାଷ୍ଟ୍ରପତି ପୁଟିନ ଏବଂ ମୁଁ ୨୦୩୦ ସୁଦ୍ଧା ଦ୍ୱିପାକ୍ଷିକ ବାଣିଜ୍ୟରେ ୧୦୦ ବିଲିୟନ ଡଲାର ଅତିକ୍ରମ କରିବାର ଲକ୍ଷ୍ୟ ରଖିଥିଲୁ। କିନ୍ତୁ ଗତକାଲିଠାରୁ ରାଷ୍ଟ୍ରପତି ପୁଟିନଙ୍କ ସହ ମୋର ଆଲୋଚନା ଏବଂ ଆମେ ଦେଖୁଥିବା ସମ୍ଭାବନାକୁ ଆଧାର କରି, ମୁଁ ଭାବୁନାହିଁ ଯେ, ଆମକୁ ଆଉ ୨୦୩୦ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ। ମୁଁ ତାହା ସ୍ପଷ୍ଟ ଭାବରେ ଦେଖିପାରୁଛି। ଆମେ ନିର୍ଦ୍ଧାରିତ ସମୟ ପୂର୍ବରୁ ସେହି ଲକ୍ଷ୍ୟ ହାସଲ କରିବା ପାଇଁ ଦୃଢ଼ ସଂକଳ୍ପ ସହିତ ଆଗକୁ ବଢ଼ୁଛୁ, ଏବଂ ମୋର ଆତ୍ମବିଶ୍ୱାସ ବୃଦ୍ଧି ପାଉଛି। ଶୁଳ୍କ ଏବଂ ଅଣ-ଶୁଳ୍କ ବାଧା ହ୍ରାସ କରାଯାଉଛି।

ଭାରତ - ରୁଷିଆ ବ୍ୟବସାୟିକ ଫୋରମରେ ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 05th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଭାରତ – ରୁଷ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ତାଙ୍କର ବକ୍ତବ୍ୟ ଉପସ୍ଥାପନ କରି ପ୍ରଧାନମନ୍ତ୍ରୀ ମହାମହିମ ରାଷ୍ଟ୍ରପତି ପୁଟିନ, ଭାରତ ଏବଂ ବିଦେଶରୁ ଆସିଥିବା ନେତୃବୃନ୍ଦ ତଥା ସମସ୍ତ ମାନ୍ୟବର ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଭାରତ ରୁଷ ବ୍ୟବସାୟିକ ଫୋରମ ରାଷ୍ଟ୍ରପତି ପୁଟିନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ପ୍ରତିଫଳିତ କରୁଛି, ଯିଏ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଏକ ବୃହତ୍‌ ପ୍ରତିନିଧିମଣ୍ଡଳୀକୁ ସାଙ୍ଗରେ ଆଣିଛନ୍ତି। ପ୍ରଧାନମନ୍ତ୍ରୀ ସମସ୍ତ ଉପସ୍ଥିତ ଲୋକଙ୍କୁ ତାଙ୍କର ହୃଦୟସ୍ପର୍ଶୀ ସ୍ୱାଗତକୁ ଆଲୋକପାତ କରି ପ୍ରକାଶ କରିଥିଲେ ଯେ, ସେମାନଙ୍କ ଗହଣରେ ରହିବା ଏକ ଅତ୍ୟନ୍ତ ଆନନ୍ଦର ମୁହୂର୍ତ୍ତ। ଶ୍ରୀ ମୋଦୀ ଫୋରମରେ ଯୋଗଦାନ କରି ତାଙ୍କର ଅମୂଲ୍ୟ ଚିନ୍ତାଧାରା ବାଣ୍ଟି ଥିବାରୁ ତାଙ୍କ ବନ୍ଧୁ ରାଷ୍ଟ୍ରପତି ପୁଟିନଙ୍କୁ ଗଭୀର କୃତଜ୍ଞତା ଜଣାଇଥିଲେ। ସେ ଜୋର ଦେଇଥିଲେ ଯେ, ବ୍ୟବସାୟ ପାଇଁ ସରଳୀକୃତ ଏବଂ ପୂର୍ବାନୁମାନଯୋଗ୍ୟ ବ୍ୟବସ୍ଥା ସୃଷ୍ଟି କରାଯାଉଛି ଏବଂ ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ, ଭାରତ ଏବଂ ୟୁରେସିଆନ ଅର୍ଥନୈତିକ ସଂଘ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଉପରେ ଆଲୋଚନା ଆରମ୍ଭ ହୋଇଛି।

ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ

December 05th, 02:00 pm

ଆଜି ଭାରତ - ରୁଷ ୨୩ତମ ଶିଖର ସମ୍ମିଳନୀରେ ରାଷ୍ଟ୍ରପତି ପୁଟିନଙ୍କୁ ସ୍ୱାଗତ କରି ମୁଁ ବହୁତ ଖୁସି ଅନୁଭବ କରୁଛି। ଆମର ଦ୍ୱିପାକ୍ଷିକ ସମ୍ପର୍କ ଅନେକ ଐତିହାସିକ ମାଇଲଖୁଣ୍ଟ ଦେଇ ଗତି କରୁଥିବା ସମୟରେ ସେ ଭାରତ ଗସ୍ତରେ ଆସିଛନ୍ତି। ଠିକ୍ ୨୫ ବର୍ଷ ପୂର୍ବେ, ରାଷ୍ଟ୍ରପତି ପୁଟିନ ଆମର ରଣନୈତିକ ସହଭାଗୀତାର ମୂଳଦୁଆ ସ୍ଥାପନ କରିଥିଲେ। ୧୫ ବର୍ଷ ପୂର୍ବେ, ୨୦୧୦ ମସିହାରେ, ଆମର ସହଭାଗୀତାକୁ ସ୍ୱତନ୍ତ୍ର ଏବଂ ବିଶେଷାଧିକାର ପ୍ରାପ୍ତ ରଣନୀତିକ ଭାଗିଦାରୀର ମାନ୍ୟତା ମିଳିଥିଲା।

PM Modi’s remarks during the joint press meet with Russian President Vladimir Putin

December 05th, 01:50 pm

PM Modi addressed the joint press meet with President Putin, highlighting the strong and time-tested India-Russia partnership. He said the relationship has remained steady like the Pole Star through global challenges. PM Modi announced new steps to boost economic cooperation, connectivity, energy security, cultural ties and people-to-people linkages. He reaffirmed India’s commitment to peace in Ukraine and emphasised the need for global unity in the fight against terrorism.

ଋଷ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ

December 05th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭାରତକୁ ସ୍ୱାଗତ କରିଛନ୍ତି।

ରାଷ୍ଟ୍ରପତି ପୁତିନଙ୍କୁ ୭୩ତମ ଜନ୍ମଦିନରେ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

October 07th, 06:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁତିନଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି।

୮ ଅକ୍ଟୋବରରେ :ଇଣ୍ଡିଆ ମୋବାଇଲ କଂଗ୍ରେସ’ର ୯ମ ସଂସ୍କରଣକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

October 07th, 10:27 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ୮ ଅକ୍ଟୋବର ୨୦୨୫ ସକାଳ ପ୍ରାୟ ୯ଟା ୪୫ ମିନିଟ୍ ସମୟରେ ନୂଆଦିଲ୍ଲୀ ଯଶୋଭୂମିଠାରେ ଏସିଆର ସର୍ବବୃହତ ଟେଲିକମ୍, ମିଡିଆ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ‘ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ୨୦୨୫’ର ୯ମ ସଂସ୍କରଣକୁ ଉଦଘାଟନ କରିବେ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରୁଷର ଉପପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ

September 25th, 08:56 pm

ରୁଷର ଉପ ପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

President Putin conveys warm wishes on Prime Minister’s birthday

September 17th, 07:14 pm

Prime Minister Shri Narendra Modi received a telephone call today from the President of the Russian Federation, H.E. Mr. Vladimir Putin.

ରୁଷ୍-ୟୁକ୍ରେନ୍ ବିବାଦର ଅନ୍ତ ଘଟାଇବା ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ବୟାନ

September 01st, 12:48 pm

ଚୀନର ତିଆନଜିନରେ ଏସସିଓ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଏକ ବୈଠକ କରିଥିଲେ, ଯେଉଁଠାରେ ୟୁକ୍ରେନ ବିବାଦ ଆଲୋଚନାର କେନ୍ଦ୍ରବିନ୍ଦୁ ଥିଲା । ଶାନ୍ତି ଦିଗରେ ସାମ୍ପ୍ରତିକ ପ୍ରୟାସକୁ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାଗତ କରିଥିଲେ ଏବଂ ଆଶା ବ୍ୟକ୍ତ କରିଥିଲେ ଯେ ସମସ୍ତ ପକ୍ଷ ଗଠନମୂଳକ ଭାବରେ ଆଗକୁ ବଢ଼ିବେ । ସଂଘର୍ଷକୁ ଯଥାଶୀଘ୍ର ଶେଷ କରିବା ର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିବା ସହ ସ୍ଥାୟୀ ଶାନ୍ତିର ବାଟ ଖୋଜିବା ଜରୁରୀ ବୋଲି ଗୁରୁତ୍ୱାରୋପ କରିଥିଲେ । ବୃହତ୍ତର ମାନବିକ ଦିଗ ଉପରେ ଗୁରୁତ୍ଵାରୋପ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଏହା କେବଳ ଏକ ଆଞ୍ଚଳିକ ଚିନ୍ତା ନୁହେଁ ବରଂ ମାନବିକତାର ଆହ୍ୱାନ ।

'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ

August 31st, 11:30 am

ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।

ରୁଷିଆର ରାଷ୍ଟ୍ରପତି ପୁଟିନଙ୍କ ସହ ଟେଲିଫୋନ୍ ଯୋଗେ କଥାହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

August 08th, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନରେ ବାର୍ତ୍ତାଳାପ କରିଛନ୍ତି ।

Prime Minister condoles the loss of lives in a plane crash in Russia

July 24th, 11:04 pm

Prime Minister Shri Narendra Modi today condoled the loss of lives in the tragic plane crash in Russia.We stand in solidarity with Russia and its people, Shri Modi stated.

ଜି-୭ ଶିଖର ସମ୍ମିଳନୀ ଅବସରରେ ଜର୍ମାନ ଚାନସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

June 18th, 12:32 pm

କାନାଡାର କାନନସକିସରେ ଚାଲିଥିବା ଜି-୭ ସମ୍ମିଳନୀ ପରିପ୍ରେକ୍ଷୀରେ ଜର୍ମାନୀ ଚାନସେଲର ଫ୍ରେଡେରିଚ ମର୍ଜଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । ମେ ୨୦୨୫ରେ ମର୍ଜ ଚାନସେଲର ହେବା ପରେ ଏହା ହେଉଛି ଦୁଇ ନେତାଙ୍କ ପ୍ରଥମ ବୈଠକ । ପଦ ଭାର ଗ୍ରହଣ କରିବା ପରେ ପ୍ରଥମ ସାକ୍ଷାତ କାଳରେ ପ୍ରଧାନମନ୍ତ୍ରୀ ମୋଦୀ ମର୍ଜଙ୍କୁ ତାଙ୍କ ବିପୁଳ ବିଜୟ ଲାଗି ପ୍ରଶଂସା କରିଥିଲେ । କିଛି ଦିନ ପୂର୍ବରୁ ଅହମଦାବାଦ ବିମାନ ଦୁର୍ଘଟଣା ଲାଗି ଜର୍ମାନ ସରକାର ସହାନୁଭୂତି ଓ ସମବେଦନା ପ୍ରତି ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ ।

ଚଳିତ ସପ୍ତାହରେ ଭାରତ ଉପରେ ବିଶ୍ଵ

April 22nd, 12:27 pm

କୂଟନୈତିକ ଫୋନ୍ କଲ୍ ଠାରୁ ଆରମ୍ଭ କରି ବୈଜ୍ଞାନିକ ଆବିଷ୍କାର ପର୍ଯ୍ୟନ୍ତ, ଚଳିତ ସପ୍ତାହରେ ବିଶ୍ୱ ସ୍ତରରେ ଭାରତର ଉପସ୍ଥିତି ସହଯୋଗ, ଉଦ୍ଭାବନ ଏବଂ ସାଂସ୍କୃତିକ ଗୌରବ ଦ୍ୱାରା ପରିଚିତ ଥିଲା ।

ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ

March 16th, 11:47 pm

ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।

ଏକ ପଡ୍‌କାଷ୍ଟରେ ଲେକ୍ସ ଫ୍ରିଡ୍‌ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର

March 16th, 05:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍‌କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।

The World This Week on India

December 24th, 11:59 am

India’s footprint on the global stage this week has been marked by a blend of diplomatic engagements, economic aspirations, cultural richness, and strategic initiatives.