ଉତ୍ତରାଖଣ୍ଡ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

September 11th, 06:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ସେପ୍ଟେମ୍ବର ୨୦୨୫ରେ ଡେରାଡୁନ ଗସ୍ତ କରି, ଉତ୍ତରାଖଣ୍ଡର ପ୍ରଭାବିତ ଅଞ୍ଚଳରେ ବନ୍ୟା, ବାଦଲଫଟା ବର୍ଷା ଏବଂ ଭୂସ୍ଖଳନରେ ସୃଷ୍ଟିତ କ୍ଷୟକ୍ଷତିର ସ୍ଥିତି ସମୀକ୍ଷା କରିଛନ୍ତି।

ପଞ୍ଜାବର ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶ ମାର୍ଗରେ ସର୍ଭେ କଲେ ପ୍ରଧାନମନ୍ତ୍ରୀ

September 09th, 05:34 pm

ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରେ ପଞ୍ଜାବର ବନ୍ୟା ପ୍ରଭାବିତ ଅଞ୍ଚଳର ସର୍ଭେ କରିଥିଲେ। ପରେ, ସେ ଗୁରୁଦାସପୁରରେ ଅଧିକାରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କ ସହିତ ଏକ ସରକାରୀ ସମୀକ୍ଷା ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ରିଲିଫ୍ ଏବଂ ପୁନର୍ବାସ ପଦକ୍ଷେପର ସମୀକ୍ଷା କରିଥିଲେ ଏବଂ ପଞ୍ଜାବରେ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ମଧ୍ୟ ମୂଲ୍ୟାଙ୍କନ କରିଥିଲେ।

ହିମାଚଳ ପ୍ରଦେଶର ବନ୍ୟାପୀଡ଼ିତ ଅଞ୍ଚଳର ଆକାଶମାର୍ଗରୁ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

September 09th, 03:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୯ ସେପ୍ଟେମ୍ବର ୨୦୨୫ରେ ହିମାଚଳ ପ୍ରଦେଶ ଗସ୍ତ କରି, ବନ୍ୟା ପ୍ରଭାବିତ ଅଞ୍ଚଳର ପରିସ୍ଥିତି ସହିତ ବାଦଲ ଫାଟିବା, ଭାରି ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ସୃଷ୍ଟ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି।