‘‘ପରୀକ୍ଷା ପେ ଚର୍ଚ୍ଚା ୨୦୨୬” କାର୍ଯ୍ୟକ୍ରମର ଦ୍ୱିତୀୟ ଅଧ୍ୟାୟରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କଥୋପକଥନ

February 09th, 10:30 am

ମୋର ପ୍ରିୟ ବନ୍ଧୁମାନେ, ପରୀକ୍ଷା ପେ ଚର୍ଚ୍ଚାର ଏହି ଗୁରୁତ୍ୱପୂର୍ଣ୍ଣ ସଂସ୍କରଣକୁ ଆପଣମାନଙ୍କୁ ସ୍ୱାଗତ। ଏଥର ଏହା ଟିକେ ଅଲଗା, ଟିକେ ସ୍ୱତନ୍ତ୍ର। ଅନେକ ଛାତ୍ର ପରାମର୍ଶ ଦେଇଥିଲେ ଯେ ପରୀକ୍ଷା ପେ ଚର୍ଚ୍ଚା ଦେଶର ବିଭିନ୍ନ ପ୍ରାନ୍ତରେ ମଧ୍ୟ ଅନୁଷ୍ଠିତ ହେବା ଉଚିତ। ତେଣୁ ଏଥର ମୁଁ ଏହି ଆଲୋଚନା କରିବା ପାଇଁ ସମଗ୍ର ଭାରତର ଛାତ୍ରଛାତ୍ରୀଙ୍କ ସହ ବସିଛି। ଏହି ବିଶେଷ ଅଧ୍ୟାୟରେ ଆପଣ ଠିକ୍ ସେଇଆ ଦେଖିବେ। ଚାଲନ୍ତୁ ତାମିଲନାଡୁର କୋଏମ୍ବାଟୁରରୁ ଆରମ୍ଭ କରିବା। ତାମିଲନାଡୁର ଛାତ୍ରଛାତ୍ରୀଙ୍କ ଶକ୍ତି ଏବଂ କୌତୁହଳ ମୋତେ ବହୁତ ପ୍ରଭାବିତ କରିଛି। ଆସନ୍ତୁ ନଜର ପକାଇବା।

PM Modi interacts with students from multiple locations in the second episode of Pariksha Pe Charcha 2026

February 09th, 10:00 am

In continuation of the 9th edition of Pariksha Pe Charcha (PPC) 2026, PM Modi interacted with students from multiple locations, including Coimbatore, Raipur, Devmogra and Guwahati. The discussion covered perse topics such as startups, sports, Vocal for Local, Wed in India, discipline, AI and tribal communities, making it a memorable experience. He urged students to observe situations, accept challenges and rely on their inner strength.

ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ

January 03rd, 12:00 pm

କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।

ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 03rd, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।

ନୌବାଣିଜ୍ୟ ନେତାଙ୍କ ମୁମ୍ବାଇ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 29th, 04:09 pm

ମହାରାଷ୍ଟ୍ର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଜୀ, କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଶାନ୍ତନୁ ଠାକୁରଜୀ, କୀର୍ତିବର୍ଦ୍ଧନ ସିଂହ ଜୀ, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ସିପିଂ ଓ ଅନ୍ୟାନ୍ୟ ବିଭାଗ ସହ ଜଡିତ ନେତା, ଭଦ୍ରମଣ୍ଡଳୀ ।

ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍‌ 2025ରେ ମେରିଟାଇମ୍ ଲିଡର୍ସ କନକ୍ଲେଭକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

October 29th, 04:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍‌ ବା ଭାରତ ସାମୁଦ୍ରିକ ସପ୍ତାହ 2025 କାର୍ଯ୍ୟକ୍ରମ ଅନ୍ତର୍ଗତ ମେରିଟାଇମ୍ ଲିଡର୍ସ କନକ୍ଲେଭ (ସାମୁଦ୍ରିକ ନେତୃବର୍ଗଙ୍କ ସମ୍ମିଳନୀ)କୁ ସମ୍ବୋଧିତ କରିଛନ୍ତି । ସେ ମଧ୍ୟ ବିଶ୍ୱ ସାମୁଦ୍ରିକ କ୍ଷେତ୍ରର ବରିଷ୍ଠ ପଦାଧିକାରୀଙ୍କୁ ନେଇ ଆୟୋଜିତ ମଞ୍ଚ ଗ୍ଲୋବାଲ୍ ମେରିଟାଇମ୍ ସିଇଓ ଫୋରମର ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଗ୍ଲୋବାଲ୍ ମେରିଟାଇମ୍ ଲିଡର୍ସ କନକ୍ଲେଭରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଥିଲେ। ସେ କହିଥିଲେ, ଏହି କାର୍ଯ୍ୟକ୍ରମ 2016ରେ ମୁମ୍ବାଇରେ ଆରମ୍ଭ ହୋଇଥିଲା। ଏହା ବର୍ତ୍ତମାନ ଏକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀରେ ପରିଣତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। 85ରୁ ଅଧିକ ଦେଶର ଅଂଶଗ୍ରହଣ ଏକ ଦୃଢ଼ ବାର୍ତ୍ତା ଦେଉଛି ବୋଲି ଶ୍ରୀ ମୋଦୀ ଆଲୋକପାତ କରି କହିଥିଲେ। ସେ କାର୍ଯ୍ୟକ୍ରମରେ ଏକତ୍ରିତ ହୋଇଥିବା ପ୍ରମୁଖ ଜାହାଜ କମ୍ପାନୀ, ଷ୍ଟାର୍ଟଅପ୍, ନୀତି ନିର୍ଦ୍ଧାରକ ଏବଂ ନବସୃଜନକାରୀଙ୍କ ସିଇଓଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ସେ କ୍ଷୁଦ୍ର ଦ୍ୱୀପ ରାଷ୍ଟ୍ରର ପ୍ରତିନିଧିମାନଙ୍କ ଉପସ୍ଥିତିକୁ ପ୍ରଶଂସା କରି କହିଥିଲେ, ସେମାନଙ୍କର ସାମୂହିକ ଦୃଷ୍ଟିକୋଣ ଶିଖର ସମ୍ମିଳନୀର ସମନ୍ୱୟ ଏବଂ ଶକ୍ତିକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିଛି।

ଭାରତ ସିଙ୍ଗାପୁର ମିଳିତ ବିବୃତ୍ତି

September 04th, 08:04 pm

ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଶ୍ରୀ ଲରେନ୍ସ ୱଙ୍ଗଙ୍କ ଭାରତକୁ ସରକାରୀ ଗସ୍ତ ଅବସରରେ, ଭାରତ ଓ ସିଙ୍ଗାପୁର ମଧ୍ୟରେ ବ୍ୟାପକ ରଣନୈତିକ ସହଭାଗୀତା ପାଇଁ ରୋଡମ୍ୟାପ ଉପରେ ମିଳିତ ବିବୃତ୍ତି

ଭାରତ ପ୍ରତି ଆସ୍ଥା ପ୍ରକାଶ କରିଥିବାରୁ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କୁ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ

September 04th, 01:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଶ୍ରୀ ଲରେନ୍ସ ୱଙ୍ଗଙ୍କୁ ଭାରତ ପ୍ରତି ଆସ୍ଥା ପ୍ରକଟ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଏକ ବିକଶିତ ଭାରତ ନିର୍ମାଣ ଦିଗରେ ଆମର ଯାତ୍ରାରେ ସିଙ୍ଗାପୁର ଏକ ମୂଲ୍ୟବାନ ସହଯୋଗୀ ।

ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

September 04th, 12:45 pm

ଦାୟିତ୍ୱ ଗ୍ରହଣ କରିବା ପରେ, ପ୍ରଧାନମନ୍ତ୍ରୀ ୱଙ୍ଗଙ୍କ ପ୍ରଥମ ଭାରତ ଗସ୍ତ ପାଇଁ, ମୁଁ ତାଙ୍କୁ ସହୃଦୟ ସ୍ୱାଗତ କରୁଛି। ଏହି ଗସ୍ତ ଆହୁରି ସ୍ୱତନ୍ତ୍ର, କାରଣ ଏହି ବର୍ଷ ଆମେ ଆମର ସମ୍ପର୍କର ୬୦ତମ ବାର୍ଷିକୀ ପାଳନ କରୁଛୁ ।

Prime Minister congratulates Mr. Lawrence Wong on Election Victory

May 04th, 09:51 am

Prime Minister Shri Narendra Modi extended his congratulations to Mr. Lawrence Wong on his victory in the elections. He emphasized the strong and multifaceted partnership, underpinned by close people-to-people ties between India and Singapore.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

March 30th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜିର ଏହି ପବିତ୍ର ଦିନରେ ମୋତେ ଆପଣମାନଙ୍କ ସହ ମନର କଥା ହେବାକୁ ସୁଯୋଗ ମିଳିଛି । ଆଜି ହେଉଛି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଚୈତ୍ର ନବରାତ୍ର ଆରମ୍ଭ ହେଉଛି । ଆଜିଠାରୁ ଭାରତୀୟ ନବବର୍ଷ ମଧ୍ୟ ଆରମ୍ଭ ହେଉଛି । ଏଥର ବିକ୍ରମ ସମ୍ବତ୍ସର ୨୦୮୨ ଆରମ୍ଭ ହେଉଛି । ବର୍ତ୍ତମାନ ମୋ ଆଗରେ ଆପଣମାନଙ୍କର ଅନେକ ଚିଠି ରହିଛି । କିଛି ବିହାରରୁ ଆସିଛି, କିଛି ପଶ୍ଚିମବଙ୍ଗରୁ, କିଛି ତାମିଲନାଡ଼ୁରୁ ଆସିଛି ତ ଆଉ କିଛି ଗୁଜରାଟରୁ । ଏସବୁରେ ଖୁବ ଆକର୍ଷକ ଢଙ୍ଗରେ ଲୋକେ ନିଜର ମନର କଥା ଲେଖି ପଠାଇଛନ୍ତି । ଅନେକ ଚିଠିରେ ଶୁଭେଚ୍ଛା ଓ ଅଭିନନ୍ଦନ ବାର୍ତ୍ତା ମଧ୍ୟ ରହିଛି । କିଛି ବାର୍ତ୍ତା ଆପଣମାନଙ୍କୁ ଶୁଣାଇବାକୁ ମୋର ଇଚ୍ଛା ହେଉଛି ।

'ଉତ୍କର୍ଷ ଓଡ଼ିଶା'ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ - ଭୁବନେଶ୍ୱରରେ ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ

January 28th, 11:30 am

ରାଜ୍ୟପାଳ ଶ୍ରୀ ହରି ବାବୁ, ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ମନ୍ତ୍ରୀଗଣ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ, ସାଂସଦ, ବିଧାୟକ, ଶିଳ୍ପ ଓ ବ୍ୟବସାୟ ଜଗତର ପ୍ରମୁଖ ଉଦ୍ୟୋଗୀ, ଦେଶ ଓ ବିଶ୍ୱର ନିବେଶକ ଏବଂ ଓଡ଼ିଶାର ମୋର ପ୍ରିୟ ଭାଇ ଭଉଣୀମାନେ !

ଭୁବନେଶ୍ୱରରେ 'ଉତ୍କର୍ଷ ଓଡ଼ିଶା' - ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 28th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫ ଏବଂ ମେକ୍ ଇନ୍ ଓଡ଼ିଶା ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜାନୁଆରୀ ୨୦୨୫ରେ ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ । ପ୍ରବାସୀ ଭାରତୀୟ ଦିବସ ୨୦୨୫ର ଉଦଘାଟନ ପାଇଁ ତାଙ୍କର ଗସ୍ତକୁ ମନେପକାଇ ସେ ଏପରି କହିଥିଲେ । ଏହା ଓଡ଼ିଶାରେ ଏପର୍ଯ୍ୟନ୍ତ ଅନୁଷ୍ଠିତ ସର୍ବବୃହତ୍ ବ୍ୟବସାୟ ସମ୍ମିଳନୀ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ମେକ୍ ଇନ୍ ଓଡ଼ିଶା ୨୦୨୫ରେ ୫ରୁ ୬ ଗୁଣ ଅଧିକ ନିବେଶକ ଅଂଶଗ୍ରହଣ କରିଛନ୍ତି। ଏହି ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଓଡ଼ିଶାବାସୀ ଓ ସରକାରଙ୍କୁ ଅଭିନନ୍ଦନ ଜଣାଇଥିଲେ।

ସିଙ୍ଗାପୁରର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

January 16th, 11:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିଙ୍ଗାପୁରର ରାଷ୍ଟ୍ରପତି ଶ୍ରୀ ଥର୍ମନ୍ ଶନ୍ମୁଗରତ୍ନମ୍‌ଙ୍କୁ ଭେଟିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆମେ ଭାରତ-ସିଙ୍ଗାପୁର ବ୍ୟାପକ ରଣନୀତିକ ଭାଗିଦାରୀର ସମ୍ପୂର୍ଣ୍ଣ ପରିସର ବିଷୟରେ ଆଲୋଚନା କରିଛୁ।” ଏହାଛଡା ଭବିଷ୍ୟତର ବିଭିନ୍ନ ବିଷୟ ଯଥା ସେମିକଣ୍ଡକ୍ଟର୍‌, ଡିଜିଟାଲାଇଜେସନ୍‌, ସ୍କିଲିଂ, କନେକ୍ଟିଭିଟି ଏବଂ ଅନ୍ୟାନ୍ୟ ସେକ୍ଟର୍ ଉପରେ ମଧ୍ୟ ଆମେ ଆଲୋଚନା କରିଛୁ ବୋଲି ଶ୍ରୀ ମୋଦୀ କହିଛନ୍ତି ।

ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 12th, 02:15 pm

ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।

ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 12th, 02:00 pm

ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।

ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

January 09th, 10:15 am

ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…

ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 09th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।

ସିଙ୍ଗାପୁରର ବ୍ୟବସାୟୀ ମୁଖ୍ୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

September 05th, 04:57 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଞ୍ଜି ନିବେଶ, ଭିତ୍ତିଭୂମି, ଉତ୍ପାଦନ, ଶକ୍ତି, ସ୍ଥାୟୀତା ଏବଂ ଲଜିଷ୍ଟିକ୍ସ ସମେତ ସିଙ୍ଗାପୁରର ବିଭିନ୍ନ କ୍ଷେତ୍ରର ଅଗ୍ରଣୀ ସିଇଓମାନଙ୍କର ଏକ ଦଳ ସହିତ ଆଲୋଚନା କରିଛନ୍ତି । ଉପପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଗାନ୍ କିମ୍ ୟୋଙ୍ଗ ଏବଂ ସିଙ୍ଗାପୁରର ଗୃହ ଓ ଆଇନ ମନ୍ତ୍ରୀ ମହାମହିମ ଶ୍ରୀ କେ ଶାନମୁଗମ୍ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ` ।

ସିଙ୍ଗାପୁରର ବରିଷ୍ଠ ମନ୍ତ୍ରୀ ଗୋହ ଚୁକ୍ ତୁଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭେଟ

September 05th, 03:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିଙ୍ଗାପୁରର ବରିଷ୍ଠ ମନ୍ତ୍ରୀ ଗୋହ ଚୁକ୍ ତୁଙ୍ଗଙ୍କୁ ଭେଟିଛନ୍ତି ।