ଡିସେମ୍ବର ୧୧ ରେ ସ୍ମାର୍ଟ ଇଣ୍ଡିଆ ହାକାଥନ ୨୦୨୪ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
December 09th, 07:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଡିସେମ୍ବର ୨୦୨୩ ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ ଯୁବ ଉଦ୍ଭାବକମାନଙ୍କ ସହ ଆଲୋଚନା କରିବେ । ଗ୍ରାଣ୍ଡ ଫାଇନାଲରେ ୧୩୦୦ରୁ ଅଧିକ ଛାତ୍ର ଦଳ ଅଂଶଗ୍ରହଣ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।