ପ୍ୟାରିସ୍ରେ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:41 pm
ଫ୍ରାନ୍ସରେ ରହୁଥିବା ଆପଣମାନେ ଭାରତୀୟ ସମ୍ପ୍ରଦାୟ – ୨୧ଶଦାବ୍ଦୀର ଭାରତ-ଫ୍ରାନ୍ସ ସମ୍ପର୍କରେ ଯେପରି ସଂଯୋଗ ସ୍ଥାପନ କରିଛନ୍ତି, ତାହା ଆମର ରଣନୈତିକ ସହଭାଗୀତା ପାଇଁ ଏକ ପ୍ରମୁଖ ଶକ୍ତିରେ ପରିଣତ ହୋଇଛିି । ମୁଁ ଆପଣମାନଙ୍କ ପାଇଁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଆଣିଛି । ଏହି ଭବ୍ୟ ଏବଂ ସ୍ନେହପୂର୍ଣ୍ଣ ସ୍ୱାଗତ ପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ପ୍ରତି ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି ।ପ୍ୟାରିସରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 09:30 pm
ପ୍ରଧାନମନ୍ତ୍ରୀ ୧୮ ଜୁନ୍ ୨୦୨୬ରେ ପ୍ୟାରିସରେ ଆୟୋଜିତ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ। କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚିବା ପରେ, ପ୍ରବାସୀ ଭାରତୀୟମାନେ ପ୍ରଧାନମନ୍ତ୍ରୀଙ୍କୁ ଏକ ଭବ୍ୟ ଏବଂ ଆକର୍ଷଣୀୟ ସ୍ୱାଗତ ଜଣାଇଥିଲେ, ଯାହା ମାତୃଭୂମି ପ୍ରତି ସେମମାନଙ୍କର ଗଭୀର ସ୍ନେହ ଓ ଆତ୍ମୀୟତାର ପ୍ରତିଫଳନ ଥିଲା।ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ଭାରତର ସବୁଠାରୁ ଦୀର୍ଘକାଳୀନ ପ୍ରଧାନମନ୍ତ୍ରୀ ହେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା
June 09th, 07:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବା ଦିନର ପୂର୍ବ ସନ୍ଧ୍ୟାରେ ବିଶ୍ୱ ନେତାମାନଙ୍କଠାରୁ ତାଙ୍କୁ ଅଭିନନ୍ଦନର ବାର୍ତ୍ତା ମିଳିଛି।ହିନ୍ଦୁସ୍ଥାନ ଟାଇମ୍ସ ନେତୃତ୍ୱ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
December 06th, 08:14 pm
ହିନ୍ଦୁସ୍ଥାନ ଟାଇମ୍ସର ଏହି ନେତୃତ୍ୱ ସମ୍ମିଳନୀରେ ଦେଶ ବିଦେଶରୁ ବହୁ ମାନ୍ୟ ଗଣ୍ୟ ଅତିଥି ଯୋଗ ଦେଇଛନ୍ତି । ଆୟୋଜକ ତଥା ନିଜ ମତ ରଖିଥିବା ସମସ୍ତ ମହାନୁଭବଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଏବେ ଶୋଭନାଜୀ ଦୁଇଟି କଥା କହିଲେ ଯାହା ମୁଁ ଅନୁଧ୍ୟାନ କରିଛି । ଗୋଟିଏ ହେଲା, ଗତଥର ମୋଦୀ ଆସିଥିଲେ ଓ ଏହି ପ୍ରସ୍ତାବ ଦେଇଥିଲେ । ଏହି ଦେଶରେ ମିଡିଆ ହାଉସକୁ କେହି କିଛି କାମ କହିବାକୁ ସାହାସ କରନ୍ତିନି । କିନ୍ତୁ ମୁଁ କରିଲି । ମୋ ପାଇଁ ଏହା ଏକ ଶୁଭ ଖବର ଯେ, ଶୋଭନାଜୀ ଓ ତାଙ୍କ ଟିମ ଅତି ଆଗ୍ରହର ସହ ଏହି କାମ ସମ୍ପନ୍ନ କରିଛନ୍ତି । ମୁଁ ପ୍ରଦର୍ଶନୀ ଦେଖି ଆସିବା ପରେ ସମସ୍ତେ ଏହା ଦେଖିବା ଲାଗି ମୁଁ ଅନୁରୋଧ କରିବି । ଫଟୋଗ୍ରାଫର ବନ୍ଧୁମାନେ ସ୍ମୃତି ସବୁକୁ ଏମିତି ଜାବୁଡି ଧରି ରଖିପାରିଛନ୍ତି ଯେ ସେହି ମୁହୂର୍ତ ସବୁ ଅମରତ୍ୱ ଲାଭ କରିପାରିଛି । ଦେଶ ମାତୃକାର ସେବା ଆଗକୁ ଏମିତି ଜାରି ରଖିବା ନେଇ ହିନ୍ଦୁସ୍ଥାନ ଟାଇମ୍ସ କହିବା ପରେ ମୁଁ ବିଶେଷ ଭାବରେ ଏନେଇ ଧନ୍ୟବାଦ ଜଣାଉଛି ।ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
December 06th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ଶୋଭନା ଜୀ ଦୁଇଟି ବିନ୍ଦୁ ଉଲ୍ଲେଖ କରିଥିଲେ ଯାହାକୁ ସେ ଭଲଭାବେ ହୃଦୟଙ୍ଗମ କରିଛନ୍ତି। ପ୍ରଥମଟି ଥିଲା ତାଙ୍କର ପୂର୍ବ ଗସ୍ତର ଉଲ୍ଲେଖ, ଯେତେବେଳେ ସେ ଏକ ପରାମର୍ଶ ଦେଇଥିଲେ, ଯାହା ଗଣମାଧ୍ୟମ ସଂସ୍ଥାଗୁଡ଼ିକ ସହିତ ବହୁତ କମ୍ କରାଯାଇଥାଏ, କିନ୍ତୁ ସେ ତାହା କରିଥିଲେ। ଶୋଭନା ଜୀ ଏବଂ ତାଙ୍କ ଦଳ ଏହାକୁ ଉତ୍ସାହର ସହିତ କାର୍ଯ୍ୟକାରୀ କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଦର୍ଶନୀ ପରିଦର୍ଶନ କରିବା ସମୟରେ ସେ ଦେଖିଥିଲେ ଯେ ଫଟୋଗ୍ରାଫରମାନେ ଏପରି ମୁହୂର୍ତ୍ତଗୁଡ଼ିକୁ କ୍ୟାମେରାରେ କଏଦ କରିଛନ୍ତି ଯାହା ଅମର ହୋଇଯାଇଛି । ସମସ୍ତଙ୍କୁ ଏହା ଦେଖିବାକୁ ସେ ଅନୁରୋଧ କରିଥିଲେ। ଶୋଭନା ଜୀଙ୍କ ଦ୍ୱିତୀୟ ବିନ୍ଦୁ ଉପରେ ପ୍ରଧାନମନ୍ତ୍ରୀ ମତ ରଖିଥିଲେ। ସେ କହିଥିଲେ, ଦେଶର ସେବା କରିବା କେବଳ ତାଙ୍କର ଇଚ୍ଛା ନୁହେଁ ବରଂ ହିନ୍ଦୁସ୍ତାନ ଟାଇମ୍ସ ମଧ୍ୟ ଚାହୁଁଛି ଯେ ସେ ଏହି ସେବା କରିବା ଜାରି ରଖିବା ଆବଶ୍ୟକ। ଏଥିପାଇଁ ପ୍ରଧାନମନ୍ତ୍ରୀ ବିଶେଷ ଭାବେ କୃତଜ୍ଞତା ପ୍ରକଟ କରିଥିଲେ।ଭାରତର ମଧ୍ୟବିତ୍ତ ବର୍ଗଙ୍କୁ ସହାୟତା କରିବା ପାଇଁ ସରକାରଙ୍କ ଗଭୀର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି ପ୍ରଧାନମନ୍ତ୍ରୀ
September 04th, 08:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ମଧ୍ୟବିତ୍ତ ବର୍ଗଙ୍କୁ ସମର୍ଥନ କରିବା ଲାଗି ସରକାରଙ୍କ ଗଭୀର ପ୍ରତିବଦ୍ଧତାକୁ ରେଖାଙ୍କିତ କରିଛନ୍ତି, ଯାହା ଦେଶର ଆର୍ଥିକ ପ୍ରଗତି ଏବଂ ସାମାଜିକ ପରିବର୍ତ୍ତନ ପଛରେ ଏକ ପ୍ରେରକ ଶକ୍ତି ହୋଇ ରହିଛି।