“Maitri Parv” celebrates the friendship between India and Oman: PM Modi during community programme in Muscat

December 18th, 12:32 pm

While addressing a large gathering of members of the Indian community in Muscat, PM Modi remarked that co-existence and cooperation have been hallmarks of the Indian diaspora. He noted that over the last 11 years, India has witnessed transformational changes across perse fields. He reaffirmed India’s deep commitment to the welfare of the diaspora and invited students to participate in ISRO’s YUVIKA programme.

Prime Modi addresses the Indian community in Oman

December 18th, 12:31 pm

While addressing a large gathering of members of the Indian community in Muscat, PM Modi remarked that co-existence and cooperation have been hallmarks of the Indian diaspora. He noted that over the last 11 years, India has witnessed transformational changes across perse fields. He reaffirmed India’s deep commitment to the welfare of the diaspora and invited students to participate in ISRO’s YUVIKA programme.

ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 23rd, 09:41 pm

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ମାର୍କ କାର୍ନିଙ୍କୁ ଭେଟି ଭାରତ-କାନାଡା ଭାଗିଦାରୀ ଅଗ୍ରଗତିର ସମୀକ୍ଷା କରିଛନ୍ତି।

ଜି୨୦ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

November 23rd, 04:05 pm

ଯେତେବେଳେ ଆଜିର ଦୁନିଆରେ ପ୍ରଯୁକ୍ତି ଦିନକୁ ଦିନ ଆଗକୁ ଅଗ୍ରଗତି କରିଚାଲିଛି, ଉଭୟ ସୁଯୋଗ ଏବଂ ସମ୍ପଦ କିଛି ମାତ୍ର ଲୋକଙ୍କ ହାତରେ ଅଧିକ ମାତ୍ରାରେ ଠୁଳ ହେବାରେ ଲାଗିଛି। ସମଗ୍ର ବିଶ୍ୱରେ, ଜଟିଳ ପ୍ରଯୁକ୍ତି ନିମନ୍ତେ ପ୍ରତିଯୋଗିତା ତୀବ୍ରତର ହେବାରେ ଲାଗିଛି। ଏହା ମାନବ ସମାଜ ପାଇଁ ଚିନ୍ତାର ବିଷୟ ପାଲଟିଛି, ଏବଂ ଏହା ମଧ୍ୟ ନବାଚାର କ୍ଷେତ୍ରରେ ପ୍ରତିବନ୍ଧକ ଭାବରେ ଉଭା ହୋଇଛି। ଏହି ସମସ୍ୟାର ମୁକାବିଲା ନିମନ୍ତେ, ଆମକୁ ଆମର ଆଭିମୁଖ୍ୟ ଓ କାର୍ଯ୍ୟପନ୍ଥାରେ ମୌଳିକ ପରିବର୍ତ୍ତନ ଆଣିବା ଜରୁରୀ ହୋଇପଡ଼ିଛି।

"ସମସ୍ତଙ୍କ ପାଇଁ ଏକ ନିରପେକ୍ଷ ଏବଂ ନ୍ୟାୟପୂର୍ଣ୍ଣ ଭବିଷ୍ୟତ" ବିଷୟ ଉପରେ ଜି-୨୦ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 23rd, 04:02 pm

ପ୍ରଧାନମନ୍ତ୍ରୀ ଆଜି ସମସ୍ତଙ୍କ ପାଇଁ ଏକ ନିରପେକ୍ଷ ଏବଂ ନ୍ୟାୟପୂର୍ଣ୍ଣ ଭବିଷ୍ୟତ-ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ; ଉତ୍ତମ କାର୍ଯ୍ୟ; କୃତ୍ରିମ ବୁଦ୍ଧିମତା ଉପରେ ଜି-୨୦ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତିବିଦ୍ୟାକୁ ପ୍ରୋତ୍ସାହିତ କରିବାର ଉପାୟରେ ଏକ ମୌଳିକ ପରିବର୍ତ୍ତନ ପାଇଁ ପ୍ରଧାନମନ୍ତ୍ରୀ ଆହ୍ୱାନ ଦେଇଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଭଳି ବୈଷୟିକ ପ୍ରୟୋଗଗୁଡ଼ିକ 'ଅର୍ଥ-କୈନ୍ଦ୍ରିକ’ ପରିବର୍ତ୍ତେ 'ମାନବ-କୈନ୍ଦ୍ରିକ’, 'ଜାତୀୟ’ ପରିବର୍ତ୍ତେ 'ବିଶ୍ୱସ୍ତରୀୟ’ ଏବଂ 'ଏକ୍ସକ୍ଲୁସିଭ୍ ମଡେଲ୍’ ପରିବର୍ତ୍ତେ ‘ମୁକ୍ତ ଉତ୍ସ’ ଉପରେ ଆଧାରିତ ହେବା ଆବଶ୍ୟକ। ସେ ବିସ୍ତୃତ ଭାବେ କହିଥିଲେ ଯେ ଏହି ପରିକଳ୍ପନାକୁ ଭାରତର ପ୍ରଯୁକ୍ତିବିଦ୍ୟା ଇକୋସିଷ୍ଟମରେ ଏକୀକୃତ କରାଯାଇଛି ଏବଂ ଏହାର ଫଳସ୍ୱରୂପ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିଛି, ତାହା ମହାକାଶ ପ୍ରୟୋଗ ହେଉ, କୃତ୍ରିମ ବୁଦ୍ଧିମତା ହେଉ, କିମ୍ବା ଡିଜିଟାଲ୍ ପେମେଣ୍ଟ ହେଉ, ଯେଉଁଠି ଏହା ବିଶ୍ୱରେ ଅଗ୍ରଣୀ ରହିଛି।

ନଭେମ୍ବର ୩ରେ ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ ୨୦୨୫ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

November 02nd, 09:29 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩ ନଭେମ୍ବର ସକାଳ ପ୍ରାୟ ୯:୩୦ ସମୟରେ ନୂଆଦିଲ୍ଲୀର ଭାରତ ମଣ୍ଡପରେ ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ (ଇଏସ୍‌ଟିଆଇସି) ୨୦୨୫ର ଉଦ୍‌ଘାଟନ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

ଭାରତ-ବ୍ରିଟେନ ସି.ଇ.ଓ. ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 09th, 04:41 pm

ବର୍ଷ ବର୍ଷ ଧରି ଆପଣ ସମସ୍ତ ବ୍ୟବସାୟୀ ନେତୃବର୍ଗଙ୍କ ନିରନ୍ତର ପ୍ରୟାସ ଦ୍ୱାରା, ଏହି ମଞ୍ଚ ଭାରତ-ବ୍ରିଟେନ ରଣନୈତିକ ଭାଗିଦାରୀର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଭାବେ ଠିଆ ହୋଇଛି। ବର୍ତ୍ତମାନ ଆପଣଙ୍କ ମତାମତ ଶୁଣିବା ଦ୍ୱାରା ମୋର ବିଶ୍ୱାସ ଗଭୀର ହୋଇଛି ଯେ, ଆମେ ସ୍ୱାଭାବିକ ଅଂଶୀଦାର ଭାବରେ ଆହୁରି ଦ୍ରୁତ ଗତିରେ ଆଗକୁ ବଢିବୁ। ଆଉ ଏଥିପାଇଁ ମୁଁ ଆପଣ ସମସ୍ତଙ୍କୁ ଅଭିବାଦନ ଜଣାଉଛି।

ଶୁଭାଂଶୁ ଶୁକ୍ଳାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

August 19th, 09:43 am

ପ୍ରଧାନମନ୍ତ୍ରୀ-ଆପଣ ନିଶ୍ଚୟ କିଛି ଭିନ୍ନ ଅନୁଭବ କରୁଛନ୍ତି। ମୁଁ କହିବାକୁ ଚାହୁଁଛି, ଆପଣ କ 'ଣ ଅନୁଭବ କରୁଛନ୍ତି?

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 19th, 09:42 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ ଆଲୋଚନା କରିଥିଲେ। ମହାକାଶ ଯାତ୍ରାର ପରିବର୍ତ୍ତନକାରୀ ଅଭିଜ୍ଞତା କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ଯାତ୍ରା କରିବା ପରେ ଜଣେ ନିଶ୍ଚିତଭାବେ କିଛିଟା ପରିବର୍ତ୍ତନ ଅନୁଭବ କରୁଥିବ ଏବଂ ମହାକାଶଚାରୀମାନେ ଏହି ପରିବର୍ତ୍ତନକୁ କିପରି ଦେଖନ୍ତି ଏବଂ ଅନୁଭବ କରନ୍ତି ତାହା ସେ ବୁଝିବାକୁ ଚେଷ୍ଟା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଉତ୍ତରରେ ଶୁଭାଂଶୁ ଶୁକ୍ଳା କହିଥିଲେ ଯେ ମହାକାଶର ପରିବେଶ ସମ୍ପୂର୍ଣ୍ଣ ଭିନ୍ନ, ଏହାର ଏକ ପ୍ରମୁଖ କାରଣ ହେଉଛି ମାଧ୍ୟାକର୍ଷଣର ଅଭାବ ।

ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 05th, 11:06 am

ସର୍ବପ୍ରଥମେ, ମୁଁ ରାଷ୍ଟ୍ରପତି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତକୁ ହାର୍ଦ୍ଦିକ ସ୍ୱାଗତ କରୁଛି। ଏହି ବର୍ଷ ଭାରତ ଏବଂ ଫିଲିପାଇନ୍ସ ସେମାନଙ୍କର କୂଟନୈତିକ ସମ୍ପର୍କର ୭୫ତମ ବାର୍ଷିକୀ ପାଳନ କରୁଛନ୍ତି। ଏବଂ ଏହି ପରିପ୍ରେକ୍ଷୀରେ, ତାଙ୍କର ଗସ୍ତର ବିଶେଷ ଗୁରୁତ୍ୱ ରହିଛି। ଆମର କୂଟନୈତିକ ସମ୍ପର୍କ ନୂତନ ହୋଇପାରେ, କିନ୍ତୁ ଆମର ସଭ୍ୟତାଗତ ସମ୍ପର୍କ ପ୍ରାଚୀନ ସମୟରୁ ରହିଆସିଛି। ଫିଲିପାଇନ୍ସର ରାମାୟଣ - ମହାରାଦିଆ ଲୱାନା - ଆମର ଶତାବ୍ଦୀ ପୁରୁଣା ସାଂସ୍କୃତିକ ସମ୍ପର୍କର ଏକ ଜୀବନ୍ତ ସାକ୍ଷ୍ୟ। ଉଭୟ ଦେଶର ଜାତୀୟ ଫୁଲକୁ ନେଇ ସଦ୍ୟ ଉନ୍ମୋଚିତ ଡାକଟିକଟ, ଆମ ବନ୍ଧୁତାର ସୁଗନ୍ଧକୁ ଦର୍ଶାଏ।

2047 ରେ ବିକଶିତ ଭାରତର ମାର୍ଗ ଆତ୍ମନିର୍ଭରଶୀଳତା ମାଧ୍ୟମରେ ଯାଇଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

July 27th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆଉ ଥରେ ଦେଶର ସଫଳତା ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ କଥା ହେବା । ଗତ କିଛି ସପ୍ତାହରେ କ୍ରୀଡ଼ା ହେଉ, ବିଜ୍ଞାନ ହେଉ କିମ୍ବା ସଂସ୍କୃତି ହେଉ, ବହୁତ କିଛି ଏମିତି ହୋଇଛି, ଯାହା ଉପରେ ପ୍ରତ୍ୟେକ ଭାରତବାସୀ ଗର୍ବିତ । ଏବେ ନିକଟରେ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶରୁ ଫେରିବାକୁ ନେଇ ଦେଶରେ ବହୁତ ଚର୍ଚ୍ଚା ହେଲା । ଶୁଭାଂଶୁ ଯେମିତି ପୃଥିବୀପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇଲେ, ଲୋକେ ଉତ୍ସାହିତ ହୋଇଉଠିଲେ । ପ୍ରତ୍ୟେକ ହୃଦୟରେ ଖୁସିର ଲହରି ଖେଳିଗଲା । ସମଗ୍ର ଦେଶ ଗର୍ବରେ ପରିପୂର୍ଣ୍ଣ ହୋଇଗଲା । ମୋର ମନେଅଛି, ଯେତେବେଳେ ଅଗଷ୍ଟ ୨୦୨୩ରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ହୋଇଥିଲା, ସେତେବେଳେ ଦେଶରେ ଗୋଟିଏ ନୂଆ ବାତାବରଣ ସୃଷ୍ଟି ହୋଇଥିଲା । ବିଜ୍ଞାନକୁ ନେଇ, ମହାକାଶକୁ ନେଇ ପିଲାମାନଙ୍କ ମନରେ ଏକ ନୂଆ ଜିଜ୍ଞାସା ମଧ୍ୟ ଜାଗ୍ରତ ହୋଇଥିଲା । ଏବେ ଛୋଟ ଛୋଟ ପିଲାମାନେ କହୁଛନ୍ତି, ଆମେ ବି ମହାକାଶକୁ ଯିବୁ । ଆମେ ବି ଚନ୍ଦ୍ରପୃଷ୍ଠରେ ଓହ୍ଲାଇବୁ – ମହାକାଶ ବିଜ୍ଞାନୀ ହେବୁ ।

Monsoon Session is a symbol of India’s rising stature, and democratic strength: PM Modi

July 21st, 10:30 am

PM Modi has addressed the media during the commencement of the Monsoon Session of Parliament. In his remarks, he touched upon the horrific Pahalgam massacre and lauded the unified voice of India’s political leadership in exposing Pakistan’s role. The PM also noted the global recognition of Digital India, particularly UPI. He affirmed that Naxalism and Maoism are on the decline and also hailed the success of Operation Sindoor.

ମୌସୁମୀ ଅଧିବେଶନ ୨୦୨୫ର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି

July 21st, 09:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୌସୁମୀ ଅଧିବେଶନ ୨୦୨୫ ଆରମ୍ଭ ହେବା ପୂର୍ବରୁ ସଂସଦ ପରିସରରେ ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ। ମୌସୁମୀ ଅଧିବେଶନକୁ ସମସ୍ତଙ୍କୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ମୌସୁମୀ ନବସୃଜନ ଏବଂ ନବୀକରଣର ପ୍ରତୀକ। ସେ ଏହା ମଧ୍ୟ କହିଥିଲେ ଯେ ସାରା ଦେଶରେ ବର୍ତ୍ତମାନର ପାଣିପାଗ ପରିସ୍ଥିତି ଅନୁକୂଳ ହେଉଛି ଯାହା କୃଷି ପାଇଁ ସମାନ ଭାବରେ ଲାଭଦାୟକ। ସେ କହିଥିଲେ ଯେ ବୃଷ୍ଟିପାତ କେବଳ ଗ୍ରାମୀଣ ଅର୍ଥନୀତି ଏବଂ ଦେଶର ସାମଗ୍ରିକ ଅର୍ଥନୈତିକ ଗଠନରେ ନୁହେଁ ବରଂ ପ୍ରତ୍ୟେକ ପରିବାରର ଆର୍ଥିକ କଲ୍ୟାଣରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଶ୍ରୀ ମୋଦୀ କହିଛନ୍ତି ଯେ ବର୍ତ୍ତମାନର ସୂଚନା ଆଧାରରେ, ଗତ ଦଶ ବର୍ଷ ତୁଳନାରେ ଚଳିତ ବର୍ଷ ଜଳଭଣ୍ଡାରର ସ୍ତର ତିନି ଗୁଣ ବୃଦ୍ଧି ପାଇଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ ଏହି ବୃଦ୍ଧି ଆଗାମୀ ଦିନରେ ଭାରତର ଅର୍ଥନୀତିକୁ ଯଥେଷ୍ଟ ଲାଭ ଦେବ।

ଐତିହାସିକ ମହାକାଶ ମିଶନରୁ ପୃଥିବୀକୁ ପ୍ରତ୍ୟାବର୍ତ୍ତନ ପରେ ଗ୍ରୁପ୍ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳାଙ୍କୁ ସ୍ୱାଗତ ଜଣାଇଲେ ପ୍ରଧାନମନ୍ତ୍ରୀ

July 15th, 03:36 pm

ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରୁ ଐତିହାସିକ ମିଶନ ସମ୍ପୂର୍ଣ୍ଣ କରି ଆଜି ପୃଥିବୀ ପୃଷ୍ଠକୁ ଫେରିଥିବା ଗ୍ରୁପ୍‌ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତର ପ୍ରଥମ ମହାକାଶଚାରୀ ରୂପେ ଆଇଏସଏସକୁ ଯାତ୍ରା କରିଥିବା ଗ୍ରୁପ୍‌ କ୍ୟାପ୍ଟେନ୍‌ ଶୁକ୍ଳାଙ୍କ ସଫଳତା ଦେଶର ମହାକାଶ ଅନ୍ୱେଷଣ ଯାତ୍ରାରେ ଏକ ନିର୍ଣ୍ଣାୟକ ମୁହୂର୍ତ୍ତ।

ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

July 09th, 06:02 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାସିଲିଆର ଏକ ସରକାରୀ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ସେ ଆଜି ବ୍ରାଜିଲର ଅଲ୍‌ଭୋରାଡା ପ୍ୟାଲେସରେ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କ ସହ ସାକ୍ଷାତ କରିଛନ୍ତି । ପହଞ୍ଚିବା ପରେ, ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ରାଷ୍ଟ୍ରପତି ଲୁଲା ତାଙ୍କର ଭବ୍ୟ ସ୍ୱାଗତ କରିଥିଲେ ।

ବ୍ରାଜିଲ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

July 08th, 08:30 pm

ରିଓ ଏବଂ ବ୍ରାସିଲିଆରେ ଭବ୍ୟ ସ୍ୱାଗତ ପାଇଁ ମୁଁ ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଲୁଲାଙ୍କୁ ଆନ୍ତରିକତାର ସହ ଧନ୍ୟବାଦ ଜଣାଉଛି । ଆମାଜନର ସୌନ୍ଦର୍ଯ୍ୟ ଏବଂ ଆପଣଙ୍କ ସୌଜନ୍ୟତା ଦ୍ୱାରା ଆମେ ପ୍ରକୃତରେ ଅତ୍ୟନ୍ତ ପ୍ରଭାବିତ ।

ବିଶ୍ୱ ପ୍ରଶାସନ ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

July 06th, 09:41 pm

ସପ୍ତଦଶ ବ୍ରିକ୍ସ ଶିଖର ସମ୍ମିଳନୀକୁ ଏକ ଭବ୍ୟ ଢଙ୍ଗରେ ଆୟୋଜନ କରିଥିବାରୁ ମୁଁ ରାଷ୍ଟ୍ରପତି ଲୁଲାଙ୍କ ପ୍ରତି ହାର୍ଦ୍ଦିକ କୃତଜ୍ଞତା ପ୍ରକାଶ କରୁଛି। ବ୍ରାଜିଲ ଅଧ୍ୟକ୍ଷତାରେ, ବ୍ରିକ୍ସ ଅଧୀନରେ ଆମର ସହଯୋଗ ନୂତନ ଗତି ଏବଂ ଶକ୍ତି ହାସଲ କରିଛି। ଯେଉଁ ନୂତନ ଶକ୍ତି ମିଳିଛି ତାହା ଏକ ଏସପ୍ରେସୋ ନୁହେଁ, ବରଂ ଏକ ଡବଲ୍ ଏସପ୍ରେସୋ ସଟ୍! ଏଥିପାଇଁ, ମୁଁ ରାଷ୍ଟ୍ରପତି ଲୁଲାଙ୍କ ଦୂରଦୃଷ୍ଟି ଏବଂ ତାଙ୍କର ଅଟଳ ପ୍ରତିବଦ୍ଧତାକୁ ପ୍ରଶଂସା କରୁଛି। ଭାରତ ପକ୍ଷରୁ, ବ୍ରିକ୍ସ ପରିବାରରେ ଇଣ୍ଡୋନେସିଆର ଯୋଗଦାନ ପାଇଁ ମୁଁ ମୋର ବନ୍ଧୁ ରାଷ୍ଟ୍ରପତି ପ୍ରବୋବୋଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଉଛି।

ବହୁପକ୍ଷୀୟତା, ଅର୍ଥନୈତିକ-ଆର୍ଥିକ ପ୍ରସଙ୍ଗ ଏବଂ କୃତ୍ରିମ ବୁଦ୍ଧିମତ୍ତାକୁ ସୁଦୃଢ଼ କରିବା ଉପରେ ବ୍ରିକ୍ସ୍ ଅଧିବେଶନରେ ପ୍ରଧାନମନ୍ତ୍ରୀ ଅଭିଭାଷଣ

July 06th, 09:40 pm

ବର୍ଦ୍ଧିତ ବ୍ରିକ୍ସ୍ ପରିବାରର ଏହି ବୈଠକରେ ଆପଣ ସମସ୍ତ ବନ୍ଧୁମାନଙ୍କ ସହିତ ଅଂଶଗ୍ରହଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ। ବ୍ରିକ୍ସ୍ ଆଉଟ୍ରିଚ୍ ଶିଖର ସମ୍ମିଳନୀରେ ଲାଟିନ୍ ଆମେରିକା, ଆଫ୍ରିକା ଏବଂ ଏସିଆର ବନ୍ଧୁତ୍ୱପୂର୍ଣ୍ଣ ଦେଶମାନଙ୍କ ସହ ମୋର ମତ ବିନିମୟ କରିବାର ସୁଯୋଗ ଦେଇଥିବାରୁ ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଉଛି।

ବ୍ରାଜିଲର ରିଓ ଡି ଜେନେରିଓରେ 17ତମ ବ୍ରିକ୍ସ ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ

July 06th, 09:39 pm

ପ୍ରଧାନମନ୍ତ୍ରୀ ବୈଶ୍ୱିକ ଶାସନ ସଂସ୍କାର ଏବଂ ଶାନ୍ତି ଓ ସୁରକ୍ଷା ଶୀର୍ଷକ ଉଦଘାଟନୀ ଅଧିବେଶନରେ ସମ୍ବୋଧିତ କରିଥିଲେ । ପରେ, ପ୍ରଧାନମନ୍ତ୍ରୀ ବହୁମୁଖୀ, ଅର୍ଥନୈତିକ ବ୍ୟାପାର ଏବଂ କୃତ୍ରିମ ବୁଦ୍ଧିମତ୍ତାକୁ ସୁଦୃଢ଼ ​​କରିବା ଶୀର୍ଷକ ଏକ ଅଧିବେଶନରେ ମଧ୍ୟ ସମ୍ବୋଧିତ କରିଥିଲେ । ଏହି ଅଧିବେଶନରେ ବ୍ରିକ୍ସ ଅଂଶୀଦାର ଏବଂ ନିମନ୍ତ୍ରିତ ଦେଶମାନେ ଅଂଶଗ୍ରହଣ କରିଥିଲେ ।

ତ୍ରିନିଦାଦ ଏବଂ ଟୋବାଗୋରେ ଭାରତୀୟ ସମୁଦାୟଙ୍କୁ ପ୍ରଦାନ କରାଯାଇଥିବା ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 04th, 05:56 am

ଆଜି ସନ୍ଧ୍ୟାରେ ଆପଣମାନଙ୍କ ସହିତ ରହିବା ମୋ ପାଇଁ ଅତ୍ୟନ୍ତ ଗର୍ବ ଏବଂ ଆନନ୍ଦର ବିଷୟ। ମୁଁ ପ୍ରଧାନମନ୍ତ୍ରୀ କମଲା ଜୀଙ୍କୁ ତାଙ୍କର ସୁନ୍ଦର ଆତିଥ୍ୟ ଏବଂ ସୌହାର୍ଦ୍ଧ୍ୟପୂର୍ଣ୍ଣ କଥା ପାଇଁ ଧନ୍ୟବାଦ ଜଣାଉଛି।