ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।Prime Minister expresses grief over the passing of renowned sculptor Shri Ram Sutar Ji
December 18th, 12:10 pm
PM Modi has expressed deep grief over the passing of Shri Ram Sutar Ji, a renowned sculptor whose mastery gave India some of its most iconic landmarks. Highlighting his contribution to the Statue of Unity in Kevadia, the PM said that his works will always be admired as powerful expressions of India’s history, culture and collective spirit.ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ୭୫ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
December 15th, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ତାଙ୍କ ୭୫ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଥିଲେ ଯେ ସର୍ଦ୍ଦାର ପଟେଲ ତାଙ୍କ ସମଗ୍ର ଜୀବନ ଦେଶକୁ ଏକଜୁଟ କରିବା ଏବଂ ଭାରତକୁ ଏକତାର ଗୋଟିଏ ସୂତ୍ରରେ ବାନ୍ଧି ରଖବାପାଇଁ ପାଇଁ ଉତ୍ସର୍ଗ କରିଥିଲେ।ନୂଆଦିଲ୍ଲୀରେ ଆୟୋଜିତ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମେଳନ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 31st, 07:00 pm
ସର୍ବପ୍ରଥମେ, ମୁଁ ବିଳମ୍ବରେ ପହଞ୍ଚିଥିବା ପାଇଁ କ୍ଷମା ପ୍ରାର୍ଥନା କରୁଛି । ଆଜି ସର୍ଦ୍ଦାର ସାହେବଙ୍କ ଜନ୍ମବାର୍ଷିକୀ ଥିଲା, ତାଙ୍କର ୧୫୦ତମ ଜନ୍ମବାର୍ଷିକୀ। ଏକତା ନଗରର ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ତାଙ୍କର ଏକ କାର୍ଯ୍ୟକ୍ରମ ଥିଲା ଏବଂ ସେଥିପାଇଁ, ମୁଁ ଠିକ୍ ସମୟରେ ପହଞ୍ଚି ପାରିଲି ନାହିଁ। ଏଥିପାଇଁ ମୁଁ ପୁନର୍ବାର କ୍ଷମା ପ୍ରାର୍ଥନା କରୁଛି। ଆରମ୍ଭରେ ଆମେ ସମସ୍ତେ ଯେଉଁ ମନ୍ତ୍ରଗୁଡ଼ିକ ଶୁଣିଥିଲୁ, ସେହି ମନ୍ତ୍ରଗୁଡିକର ଶକ୍ତି ଏବେ ମଧ୍ୟ ଆମେ ଅନୁଭବ କରୁଛେ । ଯେତେବେଳେ ମୋତେ ଆପଣମାନଙ୍କ ପାଖକୁ ଆସିବାର ସୁଯୋଗ ମିଳେ ଏବଂ ଯେବେ ଯେବେ ମୁଁ ଏଠାକୁ ଆସିଛି ଦିବ୍ୟ ଅଭିଜ୍ଞତା ଏବଂ ଆଶ୍ଚର୍ଯ୍ୟଜନକ ଅନୁଭୂତି ପାଇଛି । ସ୍ୱାମୀ ଦୟାନନ୍ଦଙ୍କ ଆଶୀର୍ବାଦ, ତାଙ୍କ ଆଦର୍ଶ ପ୍ରତି ଆମର ଶ୍ରଦ୍ଧା ଏବଂ ଆପଣମାନଙ୍କ ସହିତ ଦଶନ୍ଧି ଧରି ରହିଥିବା ସମ୍ପର୍କ ମୋତେ ବାରମ୍ବାର ଆପଣଙ୍କ ମଧ୍ୟରେ ରହିବାର ସୁଯୋଗ ଦେଉଛି। ଆଉ ଯେତେବେଳେ ମୁଁ ଆପଣମାନଙ୍କୁ ଭେଟିଥାଏ ଏବଂ ଆପଣମାନଙ୍କୁ ସହିତ କଥାବାର୍ତ୍ତା କରେ, ମୁଁ ଏକ ଅନନ୍ୟ ଶକ୍ତି ଏବଂ ପ୍ରେରଣାରେ ପରିପୂର୍ଣ୍ଣ ହୋଇଯାଏ। ମୋତେ ଏହା ମଧ୍ୟ ସୂଚନା ଦିଆଯାଇଛି ଯେ ଏହିପରି ନଅଟି ସଭାଗୃହ ନିର୍ମାଣ କରାଯାଇଛି, ଯେଉଁଠାରେ ଆମର ସମସ୍ତ ଆର୍ଯ୍ୟ ସମାଜର ସଦସ୍ୟ ଭିଡିଓ ଲିଙ୍କ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଦେଖୁଛନ୍ତି। ଯଦିଓ ମୁଁ ସେମାନଙ୍କୁ ଦେଖିପାରୁ ନାହିଁ, ମୁଁ ଏଠାରୁ ମଧ୍ୟ ସେମାନଙ୍କୁ ମୋର ପ୍ରଣାମ ଜଣାଉଛି।ଷ୍ଟାଚ୍ୟୁ ଅଫ୍ ୟୁନିଟି ଜନ ଏକତାର ପ୍ରତୀକ: ପ୍ରଧାନମନ୍ତ୍ରୀ
October 31st, 12:43 pm
‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ ସର୍ଦ୍ଦାର ପଟେଲଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଏବଂ ଉଲ୍ଲେଖନୀୟ କଥା ହେଉଛି ଏହାର ନିର୍ମାଣ ଏକ ଜନ ଆନ୍ଦୋଳନର ଫଳସ୍ୱରୂପ ହୋଇଥିଲା, ଯେଉଁଠାରେ ଭାରତର ବିଭିନ୍ନ ସ୍ଥାନର ଲୋକମାନେ ବିଶେଷକରି ଭାରତର ଗ୍ରାମଗୁଡିକ, ଏହି ପ୍ରତୀକାତ୍ମକ ପ୍ରତିମା ସହିତ ଜଡିତ ହେବା ଅନୁଭବ କରିଥିଲେ ।Prime Minister pays tributes to Sardar Vallabhbhai Patel at the Statue of Unity in Kevadia
October 31st, 12:41 pm
The Prime Minister, Shri Narendra Modi has paid tributes to Sardar Vallabhbhai Patel at the ‘Statue of Unity’ in Kevadia.କେଭାଡ଼ିଆରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 09:00 am
ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀର ଐତିହାସିକ ଅବସରରେ, ଏକତାନଗରର ଏହି ଦିବ୍ୟ ପ୍ରଭାତ, ଏହି ମନୋରମ ଦୃଶ୍ୟ, ସର୍ଦ୍ଦାର ସାହେବଙ୍କ ପାଦତଳେ ଆମର ଉପସ୍ଥିତି, ଆଜି ଆମେ ସମସ୍ତେ ଏକ ମହାନ ମୁହୂର୍ତ୍ତର ସାକ୍ଷୀ ହେଉଛୁ। ସମଗ୍ର ଦେଶରେ ଚାଲିଥିବା ଏକତା ଦୌଡ଼, ରନ ଫର ୟୁନିଟି, କୋଟି କୋଟି ଭାରତୀୟଙ୍କ ଉତ୍ସାହ, ଆମେ ଏକ ନୂତନ ଭାରତର ସଂକଳ୍ପ ଶକ୍ତିକୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରୁଛୁ। ବର୍ତ୍ତମାନ ଏଠାରେ ଯେଉଁସବୁ କାର୍ଯ୍ୟକ୍ରମ ହୋଇଛି, ଗତକାଲି ସନ୍ଧ୍ୟାରେ ଯେଉଁସବୁ ଚମତ୍କାର ପ୍ରସ୍ତୁତି ହୋଇଛି, ସେଥିରେ ମଧ୍ୟ, ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ବୀରତ୍ଵ ଏବଂ ଭବିଷ୍ୟତର ସଫଳତାର ଝଲକ ମଧ୍ୟ ରହିଛି। ସର୍ଦ୍ଦାର ସାହେବଙ୍କ ଏକ ଶହ ପଚାଶତମ ଜୟନ୍ତୀ ଉପଲକ୍ଷେ ସ୍ମାରକୀ ମୁଦ୍ରା ଏବଂ ସ୍ୱତନ୍ତ୍ର ଡାକ ଟିକଟ ମଧ୍ୟ ଜାରି କରାଯାଇଛି। ସର୍ଦ୍ଦାର ସାହେବଙ୍କ ଜୟନ୍ତୀ, ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ୧୪୦ କୋଟି ଦେଶବାସୀଙ୍କୁ ବହୁତ-ବହୁତ ଶୁଭେଚ୍ଛା, ଅନେକ ଅନେକ ଶୁଭକାମନା ଜଣାଉଛି।ରାଷ୍ଟ୍ରୀୟ ଏକତା ଦିବସରେ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ : ଭାରତର ସୁରକ୍ଷା କିମ୍ବା ଲୌହ ମାନବଙ୍କ ଆତ୍ମସମ୍ମାନ ସହିତ ଦେଶ ସାଲିସ କରିବ ନାହିଁ
October 31st, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆ ଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ହେଉଛି ଏକ ଐତିହାସିକ ଅବସର। ଏକତା ନଗରର ସକାଳର ଦିବ୍ୟ ଏବଂ ମନୋରମ ଦୃଶ୍ୟକୁ ଆଶ୍ଚର୍ଯ୍ୟଜନକ ବୋଲି ବର୍ଣ୍ଣନା କରି ଶ୍ରୀ ମୋଦୀ ସର୍ଦ୍ଦାର ପଟେଲଙ୍କ ପାଦତଳେ ସାମୂହିକ ଉପସ୍ଥିତି ସମ୍ପର୍କରେ ଉଲ୍ଲେଖ କରିଥିଲେ ଏବଂ କହିଥିଲେ ଯେ, ଦେଶ ଏକ ମହାନ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଦେଶବ୍ୟାପୀ ଏକତା ଦୌଡ଼ ଏବଂ ଏଥିରେ କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣ ଉପରେ ଆଲୋକପାତ କରିଥିଲେ ଏବଂ ଗୁରୁତ୍ୱାରୋପ କରିଥିଲେ ଯେ ଏକ ନୂତନ ଭାରତ ପାଇଁ ସଂକଳ୍ପ ସ୍ପଷ୍ଟ ଭାବରେ ଅନୁଭୂତ ହେଉଛି। ପୂର୍ବରୁ ଅନୁଷ୍ଠିତ କାର୍ଯ୍ୟକ୍ରମ ଏବଂ ପୂର୍ବ ସନ୍ଧ୍ୟାର ଉଲ୍ଲେଖନୀୟ ଉପସ୍ଥାପନାକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ , ଏହା ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ପରାକ୍ରମ ଏବଂ ଭବିଷ୍ୟତର ସଫଳତାର ଏକ ଝଲକକୁ ପ୍ରତିଫଳିତ କରେ। ସେ ସୂଚନା ଦେଇଥିଲେ ଯେ , ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ସ୍ମାରକୀ ମୁଦ୍ରା ଏବଂ ଏକ ସ୍ୱତନ୍ତ୍ର ଡାକ ଟିକେଟ ଜାରି କରାଯାଇଛି।'ବନ୍ଦେ ମାତରମ୍'ର ଭାବନା ଭାରତର ଅମର ଚେତନା ସହିତ ଜଡିତ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
October 26th, 11:30 am
ଅକ୍ଟୋବର 31 ତାରିଖରେ ସର୍ଦ୍ଦାର ପଟେଲଙ୍କ 150ତମ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଛଠ ପୂଜା ଉତ୍ସବ, ପରିବେଶ ସୁରକ୍ଷା, ଭାରତୀୟ କୁକୁର ପ୍ରଜାତି, ଭାରତୀୟ କଫି, ଆଦିବାସୀ ସମ୍ପ୍ରଦାୟର ନେତା ଏବଂ ସଂସ୍କୃତ ଭାଷାର ଗୁରୁତ୍ୱ ଭଳି ଆକର୍ଷଣୀୟ ବିଷୟ ଉପରେ ମଧ୍ୟ ସେ ମତ ରଖିଛନ୍ତି । ପ୍ରଧାନମନ୍ତ୍ରୀ 'ବନ୍ଦେ ମାତରମ୍' ଗୀତର 150ତମ ବର୍ଷ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।India's coastlines will become gateways to the nation's prosperity: PM Modi in Bhavnagar
September 20th, 11:00 am
At the inauguration of ₹34,200 crore development works in Bhavnagar, PM Modi recalled India’s historic strength as a maritime power and shipbuilding hub. Blaming Congress for the collapse of shipbuilding ecosystem, he said that with the vision of self-reliance, the maritime sector is now advancing towards next-gen reforms. He noted that India accounts for 10% of global maritime trade and set a goal to triple this share by 2047.ଗୁଜରାଟର ଭାବନଗରରେ 'ସମୁଦ୍ର ସେ ସମୃଦ୍ଧି' କାର୍ଯ୍ୟକ୍ରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭାବନଗରରେ ୩୪,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମୁଦ୍ର ସେ ସମୃଦ୍ଧି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସମସ୍ତ ବିଶିଷ୍ଟ ବ୍ୟକ୍ତି ଏବଂ ଜନସାଧାରଣଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ ତାରିଖରେ ତାଙ୍କୁ ପଠାଯାଇଥିବା ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ଲୋକଙ୍କଠାରୁ ତାଙ୍କୁ ମିଳିଥିବା ସ୍ନେହକୁ ଶକ୍ତିର ଏକ ମହାନ ଉତ୍ସ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ ଦେଶ ବିଶ୍ୱକର୍ମା ଜୟନ୍ତୀରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ, ଅର୍ଥାତ୍ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସେବା ପଖୱାଡା (ସେବା ପକ୍ଷ) ପାଳନ କରୁଛି। ସେ ଉଲ୍ଲେଖ କରିଥିଲେ ଯେ ଗତ ଦୁଇରୁ ତିନି ଦିନ ମଧ୍ୟରେ ଗୁଜରାଟରେ ଅନେକ ସେବାମୂଳକ କାର୍ଯ୍ୟକଳାପ ହୋଇଛି। ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ ଯେ ଶହ ଶହ ସ୍ଥାନରେ ରକ୍ତଦାନ ଶିବିର ଆୟୋଜନ କରାଯାଇଛି, ଯେଉଁଥିରେ ଏପର୍ଯ୍ୟନ୍ତ ଏକ ଲକ୍ଷ ଲୋକ ରକ୍ତଦାନ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଅନେକ ସହରରେ ସ୍ୱଚ୍ଛତା ଅଭିଯାନ ଆରମ୍ଭ ହୋଇଛି, ଯେଉଁଥିରେ ଲକ୍ଷ ଲକ୍ଷ ନାଗରିକ ସକ୍ରିୟ ଭାବରେ ଅଂଶଗ୍ରହଣ କରୁଛନ୍ତି। ଶ୍ରୀ ମୋଦୀ ସୂଚନା ଦେଇଛନ୍ତି ଯେ ରାଜ୍ୟବ୍ୟାପୀ ୩୦,୦୦୦ ରୁ ଅଧିକ ସ୍ୱାସ୍ଥ୍ୟ ଶିବିର ସ୍ଥାପନ କରାଯାଇଛି, ଯେଉଁଠାରେ ଜନସାଧାରଣ, ବିଶେଷକରି ମହିଳାମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ଚିକିତ୍ସା କରାଯାଉଛି। ସେ ଦେଶବ୍ୟାପୀ ସେବା କାର୍ଯ୍ୟରେ ଜଡିତ ସମସ୍ତଙ୍କ ପ୍ରତି ତାଙ୍କର କୃତଜ୍ଞତା ଏବଂ କୃତଜ୍ଞତା ପ୍ରକାଶ କରିଛନ୍ତି।ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 25th, 06:42 pm
ଆଜି ଆପଣମାନେ ପରିବେଶକୁ ବନାଇ ରଖିଛନ୍ତି । ଅନେକ ଥର ମନରେ ଆସେ ଏହା କିପରି ଭାଗ୍ୟ ଯେ ଲକ୍ଷ ଲକ୍ଷ ଲୋକଙ୍କ ପ୍ରେମ ଏବଂ ସେମାନଙ୍କ ଆଶୀର୍ବାଦ, ମୁଁ ଆପଣମାନଙ୍କୁ ଯେତେ ଧନ୍ୟବାଦ କଲେ ବି ସେତେ କମ୍ ହେବ । ଦେଖନ୍ତୁ ସେଠାରେ କେହି ଛୋଟ ନରେନ୍ଦ୍ର ଛିଡ଼ା ହୋଇଗଲାଣି ।ଗୁଜରାଟର ଅହମଦାବାଦରେ ୫୪୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 25th, 06:15 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଅହମଦାବାଦରେ ୫୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ସମବେତ ଜନସଭାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ, ଗଣେଶ ପୂଜା ଲାଗି ସାରା ଦେଶ ଏବେ ଉତ୍ସବମୁଖର ରହିଛି । ଗଣପତିଙ୍କ ଆଶୀର୍ବାଦରେ ଚଳିତ ପୂଜାଠାରୁ ଗୁଜରାଟର ବିକାଶ ଲାଗି ବିଭିନ୍ନ ଉନ୍ନତିମୂଳକ କାମର ଶୁଭାରମ୍ଭ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।PM appreciates the visit of Shri Omar Abdullah to the iconic Statue of Unity at Kevadia, Gujarat
July 31st, 11:05 pm
The Prime Minister, Shri Narendra Modi, today welcomed and appreciated the visit of Shri Omar Abdullah to the Sabarmati Riverfront and the iconic Statue of Unity at Kevadia, Gujarat.ଗାନ୍ଧୀନଗରରେ ଗୁଜରାଟର ସହରାଞ୍ଚଳ ବିକାଶର ୨୦ ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 27th, 11:30 am
ମଞ୍ଚ ଉପରେ ଉପସ୍ଥିତ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ସ୍ଥାନୀୟ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କେନ୍ଦ୍ରରେ ମନ୍ତ୍ରୀମଣ୍ଡଳ ସହଯୋଗୀ ମନୋହର ଲାଲ ଜୀ, ସି. ଆର. ପାଟିଲ ଜୀ, ଗୁଜରାଟ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଏଠାକୁ ଆସି ଉପସ୍ଥିତ ଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ।ଗୁଜରାଟ ସହରାଞ୍ଚଳ ବିକାଶ କାହାଣୀର 20 ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
May 27th, 11:09 am
୧୯୪୭ ମସିହାରେ ଭାରତକୁ ତିନୋଟି ଭାଗରେ ବିଭାଜିତ କରାଯିବା ପରେ ଭାରତ ଉପରେ ହୋଇଥିବା ପ୍ରଥମ ଆତଙ୍କବାଦୀ ଆକ୍ରମଣକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ପାକିସ୍ତାନ ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଇ ଗୋଟିଏ ଅଂଶ ହଡ଼ପ କରିଥିଲା। ସେ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣକୁ ମନେ ପକାଇଥିଲେ ଏବଂ କହିଥିଲେ ଯେ ପାକିସ୍ତାନ ଅଧିକୃତ କାଶ୍ମୀର ( ପିଓକେ ) ପୁନରୁଦ୍ଧାର ନହେବା ପର୍ଯ୍ୟନ୍ତ ଭାରତୀୟ ସେନା ଅଟକିବା ଉଚିତ୍ ନୁହେଁ। ତଥାପି, ପଟେଲଙ୍କ ପରାମର୍ଶ ପାଳନ କରାଯାଇ ନଥିଲା ବୋଲି ସେ କହିଥିଲେ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ, ଆତଙ୍କବାଦର ଏହି ଐତିହ୍ୟ ଗତ 75 ବର୍ଷ ଧରି ଜାରି ରହିଛି ଏବଂ ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଏହାର ଆଉ ଏକ ଭୟଙ୍କର ରୂପ ଥିଲା। ସେ ଦୃଢ଼ତାର ସହିତ କହିଥିଲେ ଯେ କୂଟନୈତିକ ଖେଳ ଖେଳିବା ସତ୍ତ୍ୱେ, ପାକିସ୍ତାନ ବାରମ୍ବାର ଯୁଦ୍ଧରେ ଭାରତର ସାମରିକ ଶକ୍ତିର ସମ୍ମୁଖୀନ ହୋଇଛି। ସେ ଉଲ୍ଲେଖ କରିଥିଲେ ଯେ , ତିନି ଥର ଭାରତର ସଶସ୍ତ୍ର ବାହିନୀ ପାକିସ୍ତାନକୁ ନିର୍ଣ୍ଣାୟକ ଭାବରେ ପରାସ୍ତ କରିଥିଲା, ଯାହା ସ୍ପଷ୍ଟ କରେ ଯେ, ପାକିସ୍ତାନ ସିଧାସଳଖ ସାମରିକ ସଂଘର୍ଷରେ ବିଜୟୀ ହୋଇପାରିବ ନାହିଁ। ପାକିସ୍ତାନ ତାର ସୀମା ସମ୍ପର୍କରେ ଜାଣିଛି ବୋଲି ସ୍ୱୀକାର କରି ଶ୍ରୀ ମୋଦୀ କହିଥିଲେ ଯେ , ପଡ଼ୋଶୀ ଦେଶ ଛାୟା ଯୁଦ୍ଧ ଆରମ୍ଭ କରିଛି। ସେ ବ୍ୟାଖ୍ୟା କରିଥିଲେ ଯେ, ପ୍ରଶିକ୍ଷିତ ଆତଙ୍କବାଦୀମାନଙ୍କୁ ରୀତିମତ ସାମରିକ ତାଲିମ ମାଧ୍ୟମରେ ଭାରତରେ ଅନୁପ୍ରବେଶ କରାଯାଉଥିଲା , ଯାହାର ଲକ୍ଷ୍ୟ ଥିଲା ଶାନ୍ତିପୂର୍ଣ୍ଣ ତୀର୍ଥଯାତ୍ରା କରୁଥିବା ଲୋକଙ୍କ ସମେତ ନିରୀହ ଏବଂ ନିରସ୍ତ୍ର ସାଧାରଣ ଲୋକଙ୍କୁ ଟାର୍ଗେଟ କରିବା।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
March 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜିର ଏହି ପବିତ୍ର ଦିନରେ ମୋତେ ଆପଣମାନଙ୍କ ସହ ମନର କଥା ହେବାକୁ ସୁଯୋଗ ମିଳିଛି । ଆଜି ହେଉଛି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଚୈତ୍ର ନବରାତ୍ର ଆରମ୍ଭ ହେଉଛି । ଆଜିଠାରୁ ଭାରତୀୟ ନବବର୍ଷ ମଧ୍ୟ ଆରମ୍ଭ ହେଉଛି । ଏଥର ବିକ୍ରମ ସମ୍ବତ୍ସର ୨୦୮୨ ଆରମ୍ଭ ହେଉଛି । ବର୍ତ୍ତମାନ ମୋ ଆଗରେ ଆପଣମାନଙ୍କର ଅନେକ ଚିଠି ରହିଛି । କିଛି ବିହାରରୁ ଆସିଛି, କିଛି ପଶ୍ଚିମବଙ୍ଗରୁ, କିଛି ତାମିଲନାଡ଼ୁରୁ ଆସିଛି ତ ଆଉ କିଛି ଗୁଜରାଟରୁ । ଏସବୁରେ ଖୁବ ଆକର୍ଷକ ଢଙ୍ଗରେ ଲୋକେ ନିଜର ମନର କଥା ଲେଖି ପଠାଇଛନ୍ତି । ଅନେକ ଚିଠିରେ ଶୁଭେଚ୍ଛା ଓ ଅଭିନନ୍ଦନ ବାର୍ତ୍ତା ମଧ୍ୟ ରହିଛି । କିଛି ବାର୍ତ୍ତା ଆପଣମାନଙ୍କୁ ଶୁଣାଇବାକୁ ମୋର ଇଚ୍ଛା ହେଉଛି ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 04th, 07:00 pm
ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 04th, 06:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।