ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରେ ଜୁନ୍ ୨ ତାରିଖରେ ଆନ୍ତର୍ଜାତିକ ବାୟୁ ପରିବହନ ସଂଘର ୮୧ତମ ବାର୍ଷିକ ସାଧାରଣ ବୈଠକ (ଆଇଏଟିଏ ଏଜିଏମ୍)ରେ ଯୋଗ ଦେବେ

June 01st, 08:01 pm

ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ଏବଂ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବାର ପ୍ରତିବଦ୍ଧତା ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨ ତାରିଖ ଅପରାହ୍ଣ ପ୍ରାୟ ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଆନ୍ତର୍ଜାତିକ ବାୟୁ ପରିବହନ ସଂଘ (ଇଣ୍ଟରନ୍ୟାସନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏସନ-ଆଇଏଟିଏ)ର ବାର୍ଷିକ ସାଧାରଣ ବୈଠକ (ଏଜିଏମ୍)ରେ ଯୋଗ ଦେବେ । ଏହି ଅବସରରେ ସେ ଉପସ୍ଥିତ ସମାରୋହକୁ ମଧ୍ୟ ସମ୍ବୋଧିତ କରିବେ ।