ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ଏସୀୟ କ୍ରୀଡାରେ ପୁରୁଷ ଡେକାଥଲନ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ତେଜସ୍ୱିନ୍ ଶଙ୍କରଙ୍କୁ ଅଭିନନ୍ଦନ ଜଣାଇଛନ୍ତି
October 03rd, 11:34 pm
ଏସୀୟ କ୍ରୀଡାରେ ପୁରୁଷ ଡେକାଥଲନ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଜସ୍ୱିନ୍ ଶଙ୍କରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଭାରତ ପାଇଁ ପ୍ରଥମ ହାଇଜମ୍ପ ପଦକ ବିଜେତା ତେଜସ୍ୱୀନ ଶଙ୍କରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
August 04th, 09:55 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତ ପାଇଁ ପ୍ରଥମ ହାଇଜମ୍ପ ପଦକ ବିଜେତା ତେଜସ୍ୱୀନ ଶଙ୍କରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଟ୍ରାକ ଆଣ୍ଡ ଫିଲ୍ଡରେ ତେଜସ୍ୱୀନ ଶଙ୍କରଙ୍କ କାଂସ୍ୟ ପଦକ ଭାରତର ପ୍ରଥମ ପଦକ ।