୧୩ ରୁ ୧୫ ସେପ୍ଟେମ୍ବର: ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଓ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ
September 12th, 02:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ।ବିହାରର ଗୟାଜୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣI
August 22nd, 12:00 pm
ବିହାରର ମାନ୍ୟବର ରାଜ୍ୟପାଳ ଆରିଫ ମହମ୍ମଦ ଖାନ ଜୀ; ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜୀ, କେନ୍ଦ୍ର କ୍ୟାବିନେଟରେ ଥିବା ମୋର ସହକର୍ମୀ, ଜିତନ୍ ରାମ ମାନଝି ଜୀ, ରାଜୀବ ରଂଜନ ସିଂ, ଚିରାଗ ପାସୱାନ୍ ଜୀ, ରାମ ନାଥ ଠାକୁର ଜୀ, ନିତ୍ୟାନନ୍ଦ ରାୟ ଜୀ, ସତୀଶ ଚନ୍ଦ୍ର ଦୁବେ ଜୀ, ରାଜ ଭୂଷଣ ଚୌଧୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଜୀ ଏବଂ ବିଜୟ କୁମାର ସିହ୍ନା ଜୀ, ବିହାର ସରକାରଙ୍କ ମନ୍ତ୍ରୀମାନେ, ସଂସଦରେ ମୋର ସହକର୍ମୀ ଉପେନ୍ଦ୍ର କୁଶୱା ଜୀ, ଅନ୍ୟ ସାଂସଦ ଏବଂ ବିହାରର ମୋର ପ୍ରିୟ ଭାଇ ଓ ଭଉଣୀମାନେ!ବିହାରର ଗୟାରେ ୧୨୦୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 22nd, 11:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଗୟାରେ ୧୨୦୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ଜ୍ଞାନ ଏବଂ ମୁକ୍ତିର ପବିତ୍ର ନଗରୀ ଗୟାକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ବିଷ୍ଣୁପଦ ମନ୍ଦିରର ଭବ୍ୟ ପରିସରରୁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଗୟା ଆଧ୍ୟାତ୍ମିକତା ଏବଂ ଶାନ୍ତିର ଭୂମି। ସେ ଗୁରୁତ୍ୱାରୋପ କରିଛନ୍ତି ଯେ ଭଗବାନ ବୁଦ୍ଧ ଏହି ପବିତ୍ର ଭୂମିରେ ଜ୍ଞାନପ୍ରାପ୍ତ ହୋଇଥିଲେ। ଶ୍ରୀ ମୋଦୀ କହିଛନ୍ତି, ଗୟାର ଏକ ପ୍ରାଚୀନ ଏବଂ ଅତ୍ୟନ୍ତ ସମୃଦ୍ଧ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟ ଅଛି। ଏହି ଅଞ୍ଚଳର ଲୋକମାନେ ଚାହାଁନ୍ତି ଯେ ଏହି ସହରକୁ କେବଳ ଗୟା ନୁହେଁ ବରଂ ସମ୍ମାନର ସହିତ ଗୟାଜୀ କୁହାଯାଉ, ପ୍ରଧାନମନ୍ତ୍ରୀ ଏହି ଭାବନାକୁ ସମ୍ମାନ ଦେବା ପାଇଁ ବିହାର ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କେନ୍ଦ୍ର ଏବଂ ବିହାରରେ ତାଙ୍କ ସରକାର ଗୟାର ଦ୍ରୁତ ବିକାଶ ପାଇଁ ନିରନ୍ତର ପ୍ରୟାସ କରୁଛନ୍ତି ବୋଲି ସେ ଖୁସି ପ୍ରକାଶ କରିଛନ୍ତି।ପ୍ରଧାନମନ୍ତ୍ରୀ ଜୁଲାଇ ୧୮ରେ ବିହାର ଓ ପଶ୍ଚିମବଙ୍ଗ ଗସ୍ତରେ ଯିବେ
July 17th, 11:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୧୮ ତାରିଖରେ ବିହାର ଓ ପଶ୍ଚିମବଙ୍ଗ ଗସ୍ତରେ ଯିବେ । ବିହାରର ମୋତିହାରିରେ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟା ବେଳେ ସେ ୭,୨୦୦ କୋଟିରୁ ଅଧିକ ଟଙ୍କାର ଅନେକ ଗୁଡ଼ିଏ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିବେ । ଏକ ସାଧାରଣ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
June 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ। ଆପଣମାନେ ଏବେ ଯୋଗର ଶକ୍ତି ଏବଂ ‘ଆନ୍ତର୍ଜାତିକ ଯୋଗଦିବସ’ର ସ୍ମୃତିରେ ପରିପୂର୍ଣ୍ଣ ଥିବ । ଏଥର ମଧ୍ୟ ଜୁନ୍ ୨୧ ତାରିଖ ଦିନ ଦେଶ-ଦୁନିଆର କୋଟି କୋଟି ଲୋକେ ‘ଆନ୍ତର୍ଜାତିକ ଯୋଗ ଦିବସ’ରେ ଅଂଶଗ୍ରହଣ କଲେ । ଆପଣମାନଙ୍କର ମନେଥିବ, ୧୦ ବର୍ଷ ପୂର୍ବେ ଏହାର ଶୁଭାରମ୍ଭ ହୋଇଥିଲା । ଏବେ ୧୦ ବର୍ଷରେ ଏହି ପରମ୍ପରା ପୂର୍ବବର୍ଷ ଅପେକ୍ଷା ଅଧିକରୁ ଅଧିକ ଭବ୍ୟ ହୋଇଚାଲିଛି । ଏହା ଏ ଦିଗକୁ ମଧ୍ୟ ସଂକେତ କରୁଛି କି ଅଧିକରୁ ଅଧିକ ଲୋକ ନିଜ ଦୈନନ୍ଦିନ ଜୀବନରେ ଯୋଗକୁ ଆପଣାଉଛନ୍ତି । ଆମେମାନେ ଏଥର ମଧ୍ୟ ଯୋଗ ଦିବସର ଅନେକ ଚିତ୍ତାକର୍ଷକ ଛବି ଦେଖିଛୁ । ବିଶାଖାପାଟନମର ସମୁଦ୍ରକୂଳରେ ୩ ଲକ୍ଷ ଲୋକ ଏକାଠି ଯୋଗାଭ୍ୟାସ କଲେ । ବିଶାଖାପାଟନମଠାରୁ ହିଁ ଆଉ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଲା । ଦୁଇ ହଜାରରୁ ଅଧିକ ଆଦିବାସୀ ଛାତ୍ରମାନେ ୧୦୮ ମିନିଟ୍ ପର୍ଯ୍ୟନ୍ତ ୧୦୮ ଥର ସୂର୍ଯ୍ୟ ନମସ୍କାର କଲେ । ଚିନ୍ତା କରନ୍ତୁ ତ, କେତେ ଶୃଙ୍ଖଳା, କେତେ ସମର୍ପଣ ଭାବ ରହିଥିବ ତାଙ୍କର । ଆମର ନୌବାହିନୀର ଜାହାଜ ଉପରେ ମଧ୍ୟ ଯୋଗର ଭବ୍ୟ ଦୃଶ୍ୟମାନ ଦେଖିବାକୁ ମିଳିଲା । ତେଲଙ୍ଗାନାରେ ୩ ହଜାର ଦିବ୍ୟାଙ୍ଗ ସାଥୀମାନେ ଏକସଙ୍ଗେ ଯୋଗ ଶିବିରରେ ଅଂଶଗ୍ରହଣ କଲେ । ସେମାନେ ଦେଖାଇଦେଲେ ଯେ ଯୋଗ କେଉଁଭଳି ଭାବରେ ସଶକ୍ତିକରଣର ମଧ୍ୟ ଗୋଟିଏ ମାଧ୍ୟମ । ଦିଲ୍ଲୀର ଜନସାଧାରଣ ଯୋଗକୁ ସ୍ୱଚ୍ଛ ଯମୁନା ସଂକଳ୍ପ ସହ ସଂଯୁକ୍ତ କଲେ ଏବଂ ଯମୁନା କୂଳରେ ଯାଇ ଯୋଗାଭ୍ୟାସ କଲେ । ଜମ୍ମୁ କାଶ୍ମୀରରେ ଚେନ୍ନାବ ପୋଲ ଯାହା ବିଶ୍ୱର ସବୁଠାରୁ ଉଚ୍ଚତା ବିଶିଷ୍ଟ ରେଳପୋଲ, ସେଠାରେ ମଧ୍ୟ ଲୋକେ ଯୋଗାଭ୍ୟାସ କଲେ । ହିମାଳୟର ବରଫାବୃତ ଶିଖର ଏବଂ ITBPର ଯବାନ, ସେଠାରେ ମଧ୍ୟ ଯୋଗାଭ୍ୟାସ ଦେଖିବାକୁ ମିଳିଲା, ସାହାସ ଏବଂ ସାଧନା ଏକାଠି ଦେଖିବାକୁ ମିଳିଲା । ଗୁଜୁରାଟର ଜନସାଧାରଣ ମଧ୍ୟ ଏକ ନୂତନ ଇତିହାସ ସୃଷ୍ଟି କଲେ । ୱଡନଗରରେ ୨୧୨୧ (ଦୁଇହଜାର ଶହେ ଏକୋଇଶ) ଜଣ ଏକସଙ୍ଗେ ଭୁଜଙ୍ଗାସନ କଲେ ଏବଂ ନୂତନ ରେକର୍ଡ ସୃଷ୍ଟି କଲେ । ନ୍ୟୁୟର୍କ, ଲଣ୍ଡନ, ଟୋକିଓ, ପ୍ୟାରିସ୍, ବିଶ୍ୱର ପ୍ରତ୍ୟେକ ବଡ଼ ସହରରୁ ଯୋଗର ଛବି ଆସିଲା ଏବଂ ପ୍ରତ୍ୟେକ ଛବିରେ ଗୋଟିଏ ବିଶେଷ କଥା ଦେଖିବାକୁ ମିଳିଲା ତାହା ହେଉଛି ଶାନ୍ତି, ସ୍ଥିରତା ଏବଂ ସନ୍ତୁଳନ । ଏଥରର ଥିମ୍ ମଧ୍ୟ ବହୁତ ସ୍ୱତନ୍ତ୍ର ଥିଲା, ‘Yoga for One Earth, One Health’, ଅର୍ଥାତ୍, ‘ଏକ ପୃଥିବୀ – ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’ । ଏହା କେବଳ ଏକ ସ୍ଲୋଗାନ ନୁହେଁ, ଏହା ଏକ ଦିଗ ଯାହା ଆମକୁ ‘ବସୁଧୈବ କୁଟୁମ୍ବକମ୍’ର ଅନୁଭୂତି ପ୍ରଦାନ କରୁଛି । ଏଥରର ଯୋଗ ଦିବସର ଭବ୍ୟତା ଅଧିକରୁ ଅଧିକ ଲୋକଙ୍କ ଦ୍ୱାରା ଯୋଗକୁ ଆପଣାଇବାକୁ ନିଶ୍ଚୟ ପ୍ରେରଣା ଯୋଗାଇବ ବୋଲି ମୋର ବିଶ୍ୱାସ ।ପ୍ରଧାନମନ୍ତ୍ରୀ ମେ ୨୬ ଓ ୨୭ରେ ଗୁଜରାଟ ଗସ୍ତରେ ଯିବେ
May 25th, 09:14 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେ ୨୬ ଓ ୨୭ ତାରିଖରେ ଗୁଜରାଟ ଗସ୍ତରେ ଯିବେ । ସେ ଦାହୋଡ ଗସ୍ତରେ ଯିବେ ଏବଂ ପୂର୍ବାହ୍ନ ପ୍ରାୟ ୧୧ଟା ୪୫ ମିନିଟରେ ଲୋକୋମୋଟିଭ ବିନିର୍ମାଣ ପ୍ଲାଣ୍ଟକୁ ଦେଶ ଉଦେ୍ଦଶ୍ୟରେ ଲୋକାର୍ପଣ କରିବେ ଏବଂ ଏକ ଇଲେକ୍ଟି୍ରକ ଲୋକୋଭୋଟିଭ (ଇଞ୍ଜିନ)କୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହାପରେ ସେ ଦାହୋଡ଼ଠାରେ ୨୪ ହଜାର କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ଏଠାରେ ଏକ ଜନସମାରୋହକୁ ମଧ୍ୟ ସେ ସମ୍ବୋଧିତ କରିବେ ।ବିଦ୍ୟୁତଶକ୍ତି କ୍ଷେତ୍ରକୁ କୋଇଲା ଆବଣ୍ଟନ ପାଇଁ ସଂଶୋଧିତ ଶକ୍ତି (ଭାରତରେ କୋଇଲାର ସ୍ୱଚ୍ଛ ଉପଯୋଗ ଏବଂ ଆବଣ୍ଟନ ଯୋଜନା) ନୀତିକୁ କ୍ୟାବିନେଟ ମଞ୍ଜୁରି
May 07th, 12:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି କେନ୍ଦ୍ରୀୟ କ୍ଷେତ୍ର/ରାଜ୍ୟ କ୍ଷେତ୍ର/ସ୍ୱାଧୀନ ବିଦ୍ୟୁତଶକ୍ତି ଉତ୍ପାଦକ (ଆଇ.ପି.ପି.)ର ତାପଜ ବିଦ୍ୟୁତ କେନ୍ଦ୍ରଗୁଡ଼ିକୁ ନୂତନ କୋଇଲା ଲିଙ୍କେଜ୍ ବା ସଂଯୋଗୀକରଣ ପ୍ରଦାନ କରିବା ପ୍ରସ୍ତାବକୁ ମଞ୍ଜୁରି ଦେଇଛନ୍ତି। ସଂଶୋଧିତ ଶକ୍ତି ନୀତି ଅଧୀନରେ ନିମ୍ନଲିଖିତ ଦୁଇଟି ବିକଳ୍ପ ପ୍ରସ୍ତାବ ଦିଆଯାଇଛି।