ପ୍ରଧାନମନ୍ତ୍ରୀ ଜୁଲାଇ ୪ରେ ରାଜସ୍ଥାନ ଏବଂ ଗୁଜରାଟ ଗସ୍ତ କରିବେ
July 03rd, 11:25 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪ ଜୁଲାଇ ୨୦୨୬ରେ ରାଜସ୍ଥାନ ଓ ଗୁଜରାଟ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ପ୍ରଧାନମନ୍ତ୍ରୀ ଯୋଧପୁର ବିମାନବନ୍ଦରର ଟର୍ମିନାଲ ବିଲଡିଂ ଉଦଘାଟନ କରି ଯୋଧପୁରରେ ସଂଶୋଧିତ ଉଡାନ ଯୋଜନାର ଶୁଭାରମ୍ଭ କରିବେ । ଏହାପରେ, ମଧ୍ୟାହ୍ନ ପ୍ରାୟ ୧୨:୧୫ ମିନିଟ୍ରେ ସେ ବାଲୋତ୍ରା ଗସ୍ତ କରି ପ୍ରାୟ ୧.୦୬ ଲକ୍ଷ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ। ଏହି ଅବସରରେ ସେ ଏକ ଜନସଭାକୁ ମଧ୍ୟ ସମ୍ବୋଧିତ କରିବେ।ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀ ଅନୁଷ୍ଠିତ
December 15th, 10:15 pm
ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ଏହି ତିନି ଦିନିଆ ସମ୍ମିଳନୀ ୨୦୨୪ ଡିସେମ୍ବର ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।