ପଶ୍ଚିମବଙ୍ଗ ଦୁର୍ଗାପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 18th, 02:35 pm
ଷ୍ଟିଲ ସିଟି ଭାବରେ ବିଶେଷ ଭାବେ ପରିଚିତ ପଶ୍ଚିମବଙ୍ଗର ଦୁର୍ଗାପୁର ସାରା ଦେଶର ଆକର୍ଷଣ । ତେଣୁ ସେହି ଧାରାରେ ଏହାର ଉନ୍ନତି ବି ଆମ ସରକାରଙ୍କ ଲକ୍ଷ୍ୟ । କିଛି ସମୟ ପୂର୍ବରୁ ଏହାର ବିକାଶ ପାଇଁ ମଞ୍ଜୁର କରାଯାଇଥିବା ୫୪ ଶହ କୋଟି ଟଙ୍କାର ଅର୍ଥ ବରାଦ କଥା ଚିନ୍ତା କରାଯାଇ ପାରେ । ବିଭିନ୍ନ ପ୍ରକଳ୍ପ ଦ୍ୱାରା ଯୋଗାଯୋଗ, ଗ୍ୟାସ ଆଧାରିତ ପରିବହନ ବ୍ୟବସ୍ଥାରେ ଉନ୍ନତି ଆସିବ । ମେକ ଇନ ଇଣ୍ଡିଆ ମେକ ଫର ବାର୍ଲଡ ଭାବଧାରାରେ ଏହି ସହର ଆଗାମୀ ଦିନରେ ସମୃଦ୍ଧି ପଥରେ ଯାତ୍ରା କରିବ । ଫଳରେ ଏହି ଜାଗାର ଯୁବବର୍ଗ ଚାକିରି ପାଇ ପାରିବେ ।ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ : ଭେଟି ଦେଲେ 5,400 କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପ
July 18th, 02:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ଦୁର୍ଗାପୁରରେ 5,400 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପ ଗୁଡ଼ିକର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି, ଇସ୍ପାତ ସହର ଭାବରେ ଜଣାଶୁଣା ଦୁର୍ଗାପୁର ଭାରତର ଶ୍ରମଶକ୍ତିର ଏକ ପ୍ରମୁଖ କେନ୍ଦ୍ର ବୋଲି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଥିଲେ। ସେ ଭାରତର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସ୍ୱୀକାର କରି କହିଥିଲେ ଯେ, ଆଜି ସେହି ଭୂମିକାକୁ ଆହୁରି ମଜବୁତ କରିବାର ସୁଯୋଗ ଆସିଛି। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ଯେ, ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପଗୁଡ଼ିକ ଏହି ଅଞ୍ଚଳରେ ସଂଯୋଗୀକରଣକୁ ବୃଦ୍ଧି କରିବ ଏବଂ ଗ୍ୟାସ- ଆଧାରିତ ପରିବହନ ଏବଂ ଗ୍ୟାସ - ଆଧାରିତ ଅର୍ଥନୀତିକୁ ପ୍ରୋତ୍ସାହିତ କରିବ ଏବଂ ଏକ ଇସ୍ପାତ ସହର ଭାବରେ ଦୁର୍ଗାପୁରର ପରିଚୟକୁ ସୁଦୃଢ଼ କରିବ । ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଆହୁରି ମଧ୍ୟ କହିଥିଲେ ଯେ, ଏହି ପ୍ରକଳ୍ପଗୁଡ଼ିକ ମେକ୍ ଇନ୍ ଇଣ୍ଡିଆ, ମେକ୍ ଫର୍ ଦି ୱାର୍ଲ୍ଡ ର ଦୃଷ୍ଟିକୋଣ ସହିତ ସମନ୍ୱିତ ଏବଂ ପଶ୍ଚିମବଙ୍ଗକୁ ଆଗକୁ ବଢାଇବାରେ ସାହାଯ୍ୟ କରିବ। ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଯେ, ଏହି ଅଞ୍ଚଳର ଯୁବକମାନଙ୍କ ପାଇଁ ଅନେକ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ବିକାଶ ପ୍ରକଳ୍ପଗୁଡ଼ିକ ପାଇଁ ସେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ।Peace, security, education and development will reach every village without any hindrance: PM Modi in Karakat, Bihar
May 30th, 11:29 am
PM Modi laid the foundation and dedicated projects worth ₹48,520 crore in Karakat, Bihar, calling it a step towards fast-tracking the state’s development. He paid tribute to Bihar’s cultural roots, honoured the strength of Indian women, and reaffirmed India’s resolve by highlighting swift justice after the Pahalgam attack.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି
May 30th, 10:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ଉଲ୍ଲେଖ କରିଥିଲେ ଯେ, ଏହି ପବିତ୍ର ଭୂମିରେ ବିହାରର ବିକାଶକୁ ତ୍ୱରାନ୍ୱିତ କରିବାର ସୌଭାଗ୍ୟ ତାଙ୍କୁ ମିଳିଛି ଏବଂ ସେ 48,000 କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଉପରେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କୁ ଆଶୀର୍ବାଦ ଦେବାକୁ ଆସିଥିବା ବିଶାଳ ସମାବେଶକୁ ସ୍ୱୀକାର କରିଥିଲେ ଏବଂ ବିହାର ପ୍ରତି ସେମାନଙ୍କର ସ୍ନେହ ଏବଂ ପ୍ରେମ ପାଇଁ ଗଭୀର କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସେ ସର୍ବଦା ସେମାନଙ୍କର ସମର୍ଥନକୁ ସର୍ବୋଚ୍ଚ ସମ୍ମାନରେ ରଖିବେ ବୋଲି ଗୁରୁତ୍ୱ ଦେଇଥିଲେ। ସେ ବିହାରର ମାଆ ଏବଂ ଭଉଣୀମାନଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ।Today, India's youth are demonstrating our immense potential to the world, through their dedication and innovation: PM Modi in Rozgar Mela
April 26th, 11:23 am
PM Modi addressed the Rozgar Mela and distributed more than 51,000 appointment letters to youth. He highlighted that the government is ensuring employment and self-employment opportunities for the country's youth. The PM spoke about the immense opportunity WAVES 2025 summit offers for the youth. He recalled the mantra of ‘Nagrik Devo Bhava,’ and encouraged youth to serve every citizen of India.ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଆଜିଠାରୁ ଏସବୁ ଯୁବକଯୁବତୀମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଦାୟିତ୍ୱ ମିଳୁଛି । ସେ କହିଛନ୍ତି ଯେ ତାଙ୍କର କର୍ତ୍ତବ୍ୟ ମଧ୍ୟରେ ଦେଶର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ଆଧୁନିକ ଭିତ୍ତିଭୂମି ନିର୍ମାଣରେ ଯୋଗଦାନ ଦେବା ଏବଂ ଶ୍ରମିକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେମାନେ ଯେଉଁ ଆନ୍ତରିକତାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରନ୍ତି, ତାହା ଭାରତର ଏକ ବିକଶିତ ରାଷ୍ଟ୍ର ହେବା ଯାତ୍ରାରେ ସକାରାତ୍ମକ ପ୍ରଭାବ ପକାଇବ। ଏହି ଯୁବକଯୁବତୀମାନେ ପୂର୍ଣ୍ଣ ନିଷ୍ଠାର ସହିତ ସେମାନଙ୍କର କର୍ତ୍ତବ୍ୟ ନିର୍ବାହ କରିବେ ବୋଲି ସେ ଆତ୍ମବିଶ୍ବାସ ପ୍ରକାଶ କରିଥିଲେ।In the past 10 years, India has moved beyond incremental change to witness impactful transformation: PM Modi on Civil Services Day
April 21st, 11:30 am
PM Modi addressed civil servants on Civil Services Day, celebrating 75 years of the Constitution and Sardar Patel’s 150th birth anniversary. Emphasizing holistic development and next-gen reforms, he urged officers to drive impactful change and build a Viksit Bharat. He also conferred the PM’s Awards for Excellence in Public Administration.୧୭ତମ ପ୍ରଶାସନିକ ସେବା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
April 21st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 17ତମ ପ୍ରଶାସନିକ ସେବା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରଶାସନିକ ସେବା ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଚଳିତ ବର୍ଷ ଏହି ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, କାରଣ ଏହା ସମ୍ବିଧାନର 75ତମ ବର୍ଷ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମବାର୍ଷିକୀ ବୋଲି ସେ ଉଲ୍ଲେଖ କରିଥିଲେ । ୨୧ ଏପ୍ରିଲ୍ ୧୯୪୭ରେ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ବକ୍ତବ୍ୟ, ଯେଉଁଥିରେ ସେ ସରକାରୀ କର୍ମଚାରୀମାନଙ୍କୁ 'ଭାରତର ଇସ୍ପାତ ସଂରଚନା' ବୋଲି କହିଥିଲେ, ତାହାକୁ ମନେ ପକାଇ, ଶ୍ରୀ ମୋଦୀ ପଟେଲଙ୍କର ଅମଲାତନ୍ତ୍ରକୁ ନେଇ ରହିଥିବା ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଶୃଙ୍ଖଳା, ସଚ୍ଚୋଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖି ଦେଶକୁ ଅତ୍ୟନ୍ତ ସମର୍ପଣର ସହିତ ସେବା କରିବା ପାଇଁ କହିଥାଏ । ସେ ଭାରତକୁ ଏକ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ପରିପ୍ରେକ୍ଷୀରେ ସର୍ଦ୍ଦାର ପଟେଲଙ୍କ ଆଦର୍ଶର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣ ଏବଂ ଐତିହ୍ୟକୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।AAP-da's sinking ship will drown in Yamuna Ji: PM Modi in Kartar Nagar, Delhi
January 29th, 01:16 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”PM Modi’s power-packed rally in Kartar Nagar ignites BJP’s campaign
January 29th, 01:15 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”"ତିନୋଟି ନୂତନ ଅପରାଧିକ ଆଇନ"ର ସଫଳ ରୂପାୟନକୁ ଦେଶକୁ ସମର୍ପଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 03rd, 12:15 pm
ଚଣ୍ଡିଗଡ଼ ଆସିବା ପରେ ମୋତେ ଲାଗୁଛି ମୁଁ ମୋ ପ୍ରିୟଜନଙ୍କ ମଧ୍ୟକୁ ଆସିଯାଇଛି । ଚଣ୍ଡିଗଡ଼ର ପରିଚୟ ଶକ୍ତି-ସ୍ୱରୂପା ମାଚଣ୍ଡିକାଙ୍କ ନାମ ସହିତ ଯୋଡି ହୋଇଛି । ମା’ଚଣ୍ଡି, ଅର୍ଥାତ୍ ଶକ୍ତିର ସେହି ସ୍ୱରୂପ ଯାହା ଦ୍ୱାରା ସତ୍ୟ ଓ ନ୍ୟାୟ ପ୍ରତିଷ୍ଠିତ ହୋଇଥାଏ । ଏହା ଭାବନା ଭାରତୀୟ ନ୍ୟାୟ ସଂହିତା, ନାଗରିକ ସୁରକ୍ଷା ସଂହିତାର ସମ୍ପୂର୍ଣ୍ଣ ପ୍ରାରୁପର ଆଧାର ମଧ୍ୟ ଅଟେ । ବିକଶିତ ଭାରତର ସଂକଳ୍ପ ନେଇ ଏମିତି ସମୟରେ ଦେଶ ଆଗକୁ ବଢ଼ୁଛି, ଯେତେବେଳେ ବେଳେ ସମ୍ବିଧାନର ୭୫ ବର୍ଷ ବିତିଗଲାଣି... ତା'ପରେ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା ପ୍ରଭାବ ଆରମ୍ଭ ହେବା, ତାହାର ପ୍ରଭାବରେ ଆସିବା ଏହା ଏକ ବହୁତ ବଡ ପ୍ରାରମ୍ଭ । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ରେ ପରିକଳ୍ପନା କରାଯାଇଥିବା ଆଦର୍ଶକୁ ପୂରଣ କରିବା ପାଇଁ ଏହା ଏକ ସମନ୍ୱିତ ପ୍ରୟାସ । ଏହି ଆଇନଗୁଡ଼ିକ କିପରି କାର୍ଯ୍ୟକାରୀ ହେବ ତାହାର ଲାଇଭ୍ ଡେମୋ ଦେଖୁଥିଲି। ଏବଂ ମୁଁ ଏଠାରେ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ସେମାନେ ସମୟ ବାହାର କରନ୍ତୁ ଏବଂ ଏହି ଲାଇଭ୍ ଡେମୋକୁ ନିଶ୍ଚିତ ଦେଖନ୍ତୁ । ଆଇନର ଛାତ୍ରଛାତ୍ରୀମାନେ, ବାରର ସାଥିମାନେ ଦେଖନ୍ତୁ, ନ୍ୟାୟପାଳିକାର ସାଥିମାନଙ୍କୁ ଯଦି ସୁବିଧା ହେବ, ସେମାନେ ମଧ୍ୟ ଦେଖନ୍ତୁ, ଏହି ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଭାରତୀୟ ନ୍ୟାୟ ସଂହିତା, ନାଗରିକ ସଂହିତାର ଲାଗୁ ହେବା ପାଇଁ ଶୁଭେଚ୍ଛା ଜଣାଉଛି। ଏବଂ ମୁଁ ଚଣ୍ଡିଗଡ଼ ପ୍ରଶାସନ ସହ ଜଡିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 03rd, 11:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚଣ୍ଡିଗଡ଼ଠାରେ ତିନୋଟି ରୂପାନ୍ତରିତ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମର ସଫଳ ରୂପାୟନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସମବେତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଚଣ୍ଡିଗଡ଼ର ପରିଚୟ ଦେବୀ ମା' ଚଣ୍ଡୀଙ୍କ ସହ ଜଡ଼ିତ, ଯିଏ ସତ୍ୟ ଓ ନ୍ୟାୟ ପ୍ରତିଷ୍ଠା କରୁଥିବା ଶକ୍ତିର ଏକ ରୂପ । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମାନ ଦର୍ଶନ ଭାରତୀୟ ନ୍ୟାୟ ସଂହିତା ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ସମଗ୍ର ଫର୍ମାଟର ଆଧାର ଥିଲା । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତୀୟ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରୀ ହେବା ଏକ ଚମତ୍କାର ମୁହୂର୍ତ୍ତ, କାରଣ ଦେଶ ବିକଶିତ ଭାରତର ସଂକଳ୍ପ ସହିତ ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଗକୁ ବଢ଼ିବାର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ରହିଛି । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ଯେଉଁ ଆଦର୍ଶର ପରିକଳ୍ପନା କରିଛି ତାହାକୁ ପୂରଣ କରିବା ଦିଗରେ ଏହା ଏକ ଠୋସ୍ ପ୍ରୟାସ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହାର ସିଧା ପ୍ରଦର୍ଶନ ଦ୍ୱାରା କିପରି ଆଇନ କାର୍ଯ୍ୟକାରୀ ହେବ ତାହାର ଝଲକ ସେ ନିକଟରେ ପାଇଛନ୍ତି। ଏହି ଆଇନର ସିଧା ପ୍ରଦର୍ଶନ ପରିଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନ ଅବସରରେ ସେ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଚଣ୍ଡିଗଡ଼ ପ୍ରଶାସନର ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।The BJP has entered the electoral field in Jharkhand with the promise of Suvidha, Suraksha, Sthirta, Samriddhi: PM Modi in Garhwa
November 04th, 12:21 pm
Prime Minister Narendra Modi today addressed a massive election rally in Garhwa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”PM Modi campaigns in Jharkhand’s Garhwa and Chaibasa
November 04th, 11:30 am
Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”ଗୁଜରାଟର କେଭାଡିଆଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 07:31 am
ସର୍ଦ୍ଦାର ସାହେବଙ୍କ ତେଜସ୍ଵୀ ଭାଷଣ... ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଏହି ଭବ୍ୟ କାର୍ଯ୍ୟକ୍ରମ... ଏକତା ନଗରର ଏହି ମନୋରମ ଦୃଶ୍ୟ, ଏବଂ ଏଠାରେ ଅନୁଷ୍ଠିତ ଚମତ୍କାର ପ୍ରଦର୍ଶନ ... ଏହା ହେଉଛି ମିନି ଇଣ୍ଡିଆର ଝଲକ... ସବୁକିଛି ବହୁତ ଚମତ୍କାର, କେତେ ପ୍ରେରଣାଦାୟକ । ଅଗଷ୍ଟ ୧୫ ଓ ଜାନୁଆରୀ ୨୬ ଭଳି... ଅକ୍ଟୋବର ୩୧ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ....ଏହା ସମଗ୍ର ଦେଶକୁ ନୂଆ ଶକ୍ତିରେ ଭରି ଦେଇଥାଏ। ଜାତୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 31st, 07:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଅକ୍ଟୋବର ୩୧ ତାରିଖରେ ପାଳନ କରାଯାଉଥିବା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶ୍ରୀ ମୋଦୀ ଏକତା ଦିବସ ଶପଥ ପାଠ କରାଇବା ସହ ଏକତା ଦିବସ ପରେଡ୍ ଦେଖିଥିଲେ।It is our commitment that the youth of the country should get maximum employment: PM Modi at Rozgar Mela
October 29th, 11:00 am
PM Modi addressed the Rozgar Mela and distributed more than 51,000 appointment letters to newly appointed youth in Government departments and organizations. Citing the Pradhan Mantri Internship Yojana, PM Modi said provisions are made for paid internships in the top 500 companies of India, where every intern would be given Rs 5,000 per month for one year. He added the Government’s target is to ensure one crore youth get internship opportunities in the next 5 years.ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 29th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ସରକାରୀ ବିଭାଗ ଏବଂ ସଂଗଠନ ମାନଙ୍କରେ ନବନିଯୁକ୍ତ ଯୁବକ ଯୁବତୀମାନଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।ଋଷ୍ରେ ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 09th, 11:35 am
ମୁଁ ତୁମର ସ୍ନେହ, ଭଲପାଇବା ଏବଂ ତୁମେ ଏଠାରେ ରହିବାକୁ ନେଇଥିବା ସମୟକୁ ଗଭୀର ପ୍ରଶଂସା କରୁଛି । ମୁଁ ଏକୁଟିଆ ଏଠାକୁ ଆସିନାହିଁ; ମୁଁ ମୋ ସହିତ ବହୁତ କିଛି ଆଣିଛି । ମୁଁ ଭାରତର ମାଟିର ବାସ୍ନା, ୧୪୦ କୋଟି ଦେଶବାସୀଙ୍କ ଭଲପାଇବା ଏବଂ ଆପଣଙ୍କ ପାଇଁ ସେମାନଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଆଣିଛି । ତୃତୀୟ ଥର ପାଇଁ ନିର୍ବାଚିତ ହେବା ପରେ ପ୍ରବାସୀ ଭାରତୀୟଙ୍କ ସହ ମୋର ପ୍ରଥମ କଥାବାର୍ତ୍ତା ମସ୍କୋରେ ହେଉଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ ।ରୁଷରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
July 09th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମସ୍କୋରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରୁଷରେ ରହୁଥିବା ଭାରତୀୟ ସମୁଦାୟ ସହ ମତ ବିନିମୟ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ପ୍ରବାସୀ ଭାରତୀୟମାନେ ସହୃଦୟତା ଓ ସ୍ନେହର ସହିତ ସ୍ୱାଗତ କରିଥିଲେ ।