ଝାରସୁଗୁଡାରେ ବିକାଶ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 27th, 11:45 am
ଏଠାକାର କିଛି ଯୁବ ବନ୍ଧୁ ଅନେକ କଳାକୃତି ସାଥିରେ ନେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ କଳା ପ୍ରତି ଥିବା ଅନୁରାଗ ବିଶ୍ୱ ପ୍ରସିଦ୍ଧ। ମୁଁ ଆପଣ ସମସ୍ତଙ୍କଠାରୁ ଏହି ଉପହାର ଗ୍ରହଣ କରୁଛି ଏବଂ ମୋର ଏସ୍ପିଜି ସହକର୍ମୀମାନଙ୍କୁ ଅନୁରୋଧ କରୁଛି ଯେ, ସେମାନେ ସେଗୁଡ଼ିକୁ ଆପଣଙ୍କଠାରୁ ସଂଗ୍ରହ କରିନିଅନ୍ତୁ। ଯଦି ଆପଣମାନେ ପଛରେ ଆପଣଙ୍କର ନାମ ଏବଂ ଠିକଣା ଲେଖିଥିବେ, ତେବେ ଆପଣ ନିଶ୍ଚିତ ଭାବରେ ମୋଠାରୁ ଏକ ଚିଠି ପାଇବେ। ସେଠାରେ, ପଛରେ ମଧ୍ୟ ଏକ ପିଲା କିଛି ଧରି ଠିଆ ହୋଇଛି; ତାଙ୍କ ହାତ ଯନ୍ତ୍ରଣା କରୁଥିବ। ସେ ବହୁ ସମୟ ହେଲା ଏହାକୁ ଧରି ଠିଆ ହୋଇଛି। ଦୟାକରି ତାହା ମଧ୍ୟ ସଂଗ୍ରହ କରିନିଅନ୍ତୁ, ଭାଇ। ଦୟାକରି ତାଙ୍କୁ ସାହାଯ୍ୟ କରନ୍ତୁ। ଯଦି ଆପଣ ପଛରେ ଆପଣଙ୍କର ନାମ ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଚିଠି ଲେଖିବି। ଆପଣ ଆତ୍ମୀୟତାର ସହିତ ଏହି କଳାକୃତି ସୃଷ୍ଟି କରିଥିବାରୁ ମୁଁ ସମସ୍ତ ଯୁବକ, ମହିଳା ଏବଂ ଛୋଟ ପିଲାମାନଙ୍କୁ ମୋର ଆନ୍ତରିକ କୃତଜ୍ଞତା ଜଣାଉଛି।ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 27th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରି ସେଠାରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ବର୍ତ୍ତମାନ ନବରାତ୍ରି ପର୍ବ ପାଳନ କରାଯାଉଛି । ଏହି ପବିତ୍ର ଦିନରେ ମା’ ସମଲେଇ ଏବଂ ମା’ ରାମଚଣ୍ଡୀଙ୍କ ପବିତ୍ର ଭୂମିକୁ ଆସିବା ଏବଂ ଆଜିର କାର୍ଯ୍ୟକ୍ରମରେ ସମବେତ ଲୋକମାନଙ୍କୁ ଭେଟିବାର ସୌଭାଗ୍ୟ ତାଙ୍କୁ ମିଳିଛି। ସେ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମା’ ଏବଂ ଭଉଣୀଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରି କହିଥିଲେ, ସେମାନଙ୍କର ଆଶୀର୍ବାଦ ହିଁ ଶକ୍ତିର ପ୍ରକୃତ ଉତ୍ସ। ଏହି ଅବସରରେ ସବୁ ଲୋକମାନଙ୍କୁ ସେ ପ୍ରଣାମ ଜଣାଇଥିଲେ।When a woman progresses, the entire society moves forward: PM at Mukhyamantri Mahila Rojgar Yojana launch in Bihar
September 26th, 11:30 am
During the launch of Bihar’s Mukhyamantri Mahila Rojgar Yojana, PM Modi rejoiced in transferring ₹10,000 to the bank accounts of 75 lakh women. He noted that initiatives like Mudra Yojana, Drone Didi, Bima Sakhi, and Bank Didi are creating new employment opportunities for women. He urged everyone to ensure the state never returns to its past darkness, highlighting that women have been the key beneficiaries of this transformation.‘ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ନବରାତ୍ରିର ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ବିହାରର ମହିଳାମାନଙ୍କ ସହିତ ଏକ ଉତ୍ସବରେ ଯୋଗଦେଦେଇ ଖୁସି ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା ଆଜି ଆରମ୍ଭ ହେଉଛି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ୭୫ ଲକ୍ଷ ମହିଳା ଏହି ପ୍ରୟାସରେ ଯୋଗ ଦେଇସାରିଛନ୍ତି। ସେ ଘୋଷଣା କରିଥିଲେ, ଏହି ୭୫ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏକକାଳୀନ ୧୦,୦୦୦ ଟଙ୍କା ପ୍ରେରଣ କରାଯାଇଛି।ମଧ୍ୟପ୍ରଦେଶର ଧାରଠାରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 17th, 11:20 am
ମଧ୍ୟ ପ୍ରଦେଶର ରାଜ୍ୟପାଳ ମଙ୍ଗୁଭାଇ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ମୋହନ ଯାଦବ ଜୀ, କେନ୍ଦ୍ରରେ ମୋର ସହଯୋଗୀ ଭଉଣୀ ସାବିତ୍ରୀ ଠାକୁର ଜୀ, ଦେଶର କୋଣ ଅନୁକୋଣରୁ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆସିଥିବା ସମସ୍ତ କେନ୍ଦ୍ର ମନ୍ତ୍ରୀଗଣ, ରାଜ୍ୟମାନଙ୍କର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଗଣ, ମଞ୍ଚ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ ଏବଂ ଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ!ମଧ୍ୟପ୍ରଦେଶର ଧାରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 17th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଧାରରେ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଜ୍ଞାନର ଦେବୀ - ଧାର ଭୋଜଶାଳାର ପୂଜ୍ୟ ମାତା - ବାଗ୍ଦେବୀଙ୍କ ପାଦ ତଳେ ପ୍ରଣାମ କରିଥିଲେ। ଆଜି ଦିବ୍ୟ ସ୍ଥପତି , କୌଶଳ ଏବଂ ସୃଷ୍ଟିର ଦେବତା ଭଗବାନ ବିଶ୍ୱକର୍ମାଙ୍କ ଜନ୍ମବାର୍ଷିକୀ। ଏହା ସହିତ ପ୍ରଧାନମନ୍ତ୍ରୀ ଭଗବାନ ବିଶ୍ୱକର୍ମାଙ୍କ ପ୍ରତି ପ୍ରଣାମ ଜଣାଇ, କୋଟି କୋଟି ଭାଇଭଉଣୀଙ୍କୁ ମଧ୍ୟ ସମ୍ମାନ ଜଣାଇଥିଲେ । ଯେଉଁମାନେ ନିଜର କାରିଗରୀ ଏବଂ ସମର୍ପଣ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ନିୟୋଜିତ ଅଛନ୍ତି।ବିଶ୍ୱକର୍ମା ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା
September 17th, 10:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱକର୍ମା ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ସୃଷ୍ଟିର ଶିଳ୍ପକାରଙ୍କ ଏହି ବିଶେଷ ଆରାଧନାର ପବିତ୍ର ଅବସରରେ, ନବସୃଜନରେ ସଂଲଗ୍ନ ସମସ୍ତ କର୍ମଯୋଗୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଉଛି ।”'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ
August 31st, 11:30 am
ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।Prime Minister greets people on Vishwakarma Jayanti
September 17th, 09:07 am
The Prime Minister, Shri Narendra Modi has greeted the people on the occasion of Vishwakarma Jayanti. He also saluted skilled and hardworking craftsmen and creators associated with construction and creation. Shri Modi expressed confidence that their contribution will be unparalleled in the accomplishment of the resolution of a developed and self-reliant India.ବିଶ୍ୱକର୍ମା ଜୟନ୍ତୀ ଅବସରରେ ଭଗବାନ ବିଶ୍ୱକର୍ମାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
September 17th, 08:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱକର୍ମା ଜୟନ୍ତୀ ଅବସରରେ ଭଗବାନ ବିଶ୍ୱକର୍ମାଙ୍କୁ ପ୍ରାର୍ଥନା କରିଛନ୍ତି ।ଜାତି ଉଦ୍ଦେଶ୍ୟରେ ଯଶୋଭୂମିର ଲୋକାର୍ପଣ ଏବଂ ପିଏମ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 17th, 06:08 pm
ଆଜି ଭଗବାନ ବିଶ୍ୱକର୍ମାଙ୍କ ଜୟନ୍ତୀ ପାଳନ । ଏହି ଦିନ ଆମର ପାରମ୍ପରିକ କାରିଗର ଏବଂ ଶିଳ୍ପକାରମାନଙ୍କୁ ସମର୍ପିତ । ବିଶ୍ୱକର୍ମା ଜୟନ୍ତୀ ଅବସରରେ ମୁଁ ଦେଶର ସମସ୍ତ ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ମୁଁ ଆନନ୍ଦିତ ଯେ ଆଜିର ଦିନରେ ମୋତେ ସାରା ଦେଶର ଲକ୍ଷ ଲକ୍ଷ ବିଶ୍ୱକର୍ମା ବନ୍ଧୁଙ୍କ ସହ ଯୋଡ଼ି ହେବାର ସୁଯୋଗ ମିଳିଛି । କିଛି ଦିନ ତଳେ ମୁଁ ମୋର ଅନେକ ବିଶ୍ୱକର୍ମା ଭାଇ ଭଉଣୀଙ୍କ ସହ କଥା ବାର୍ତ୍ତା ମଧ୍ୟ କରିଥିଲି । ଏଠାରେ ପହଞ୍ଚିବାରେ ମୋର ବିଳମ୍ବର କାରଣ ହେଉଛି ମୁଁ ସେମାନଙ୍କ ସହିତ କଥାବାର୍ତ୍ତା କରିବାରେ ମଗ୍ନ ହୋଇଯାଇଥିଲି, ଏବଂ ତଳେ ପ୍ରଦର୍ଶନୀ ହୋଇଛି ତାହା ମଧ୍ୟ ଏତେ ଚମତ୍କାର ଯେ, ସେଠାରୁ ବାହାରିବାକୁ ଇଚ୍ଛା କରୁନଥିଲି ଏବଂ ଆପଣ ସମସ୍ତଙ୍କୁ ମୋର ଅନୁରୋଧ ଯେ ଆପଣମାନେ ନିଶ୍ଚିତ ଭାବେ ଏହାକୁ ପରିଦର୍ଶନ କରନ୍ତୁ । ମୋତେ କୁହାଯାଇଛି ଯେ ଏହା ଆହୁରି ୨-୩ ଦିନ ପର୍ଯ୍ୟନ୍ତ ଚାଲିବ, ତେଣୁ ମୁଁ ବିଶେଷ ଭାବରେ ଦିଲ୍ଲୀବାସୀଙ୍କୁ ଅନୁରୋଧ କରୁଛି ଯେ ସେମାନେ ଏହାକୁ ନିଶ୍ଚିତ ଭାବେ ପରିଦର୍ଶନ କରନ୍ତୁ।ଭାରତ ଅନ୍ତର୍ଜାତୀୟ ସମ୍ମିଳନୀ ଓ ପ୍ରଦର୍ଶନୀ କେନ୍ଦ୍ର-‘ଯଶୋଭୂମି’ର ପ୍ରଥମ ପର୍ଯ୍ୟାୟକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କଲେ ପ୍ରଧାନମନ୍ତ୍ରୀ
September 17th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଦ୍ୱାରକାଠାରେ ଭାରତ ଅନ୍ତର୍ଜାତୀୟ ସମ୍ମିଳନୀ ଓ ପ୍ରଦର୍ଶନୀ କେନ୍ଦ୍ରର ପ୍ରଥମ ପର୍ଯ୍ୟାୟ 'ଯଶୋଭୂମି'କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । 'ଯଶୋଭୂମି'ରେ ଏକ ଭବ୍ୟ ସମ୍ମିଳନୀ କେନ୍ଦ୍ର, ଏକାଧିକ ପ୍ରଦର୍ଶନୀ ହଲ୍ ଏବଂ ଅନ୍ୟାନ୍ୟ ସୁବିଧା ରହିଛି। ବିଶ୍ୱକର୍ମା ଜୟନ୍ତୀ ଅବସରରେ ପାରମ୍ପରିକ କାରିଗରମାନଙ୍କ ପାଇଁ 'ପିଏମ୍ ବିଶ୍ୱକର୍ମା ଯୋଜନା'ର ଶୁଭାରମ୍ଭ ମଧ୍ୟ ପ୍ରଧାନମନ୍ତ୍ରୀ କରିଛନ୍ତି । ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଲୋଗୋ, ଟ୍ୟାଗ୍ ଲାଇନ୍ ଏବଂ ପୋର୍ଟାଲକୁ ଉନ୍ମୋଚନ କରିଥିଲେ । ଏହି ଅବସରରେ ସେ ଏକ ସ୍ୱତନ୍ତ୍ର ଡାକ ଟିକେଟ, ଟୁଲ୍ କିଟ୍ ଇ-ପୁସ୍ତିକା ଏବଂ ଭିଡିଓ ଉନ୍ମୋଚନ କରିଥିଲେ। ପ୍ରଧାନମନ୍ତ୍ରୀ ୧୮ ଜଣ ହିତାଧିକାରୀଙ୍କୁ ବିଶ୍ୱକର୍ମା ପ୍ରମାଣପତ୍ର ବଣ୍ଟନ କରିଥିଲେ।ବିଶ୍ୱକର୍ମା ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
September 17th, 09:27 am
ବିଶ୍ୱକର୍ମା ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଉତ୍ସର୍ଗୀକୃତ, ପ୍ରତିଭାବାନ୍ ଏବଂ କଠିନ ପରିଶ୍ରମରେ ସମାଜରେ ନବସୃଜନକୁ ଆଗେଇ ନେଉଥିବା ସମସ୍ତ କାରିଗର ଏବଂ ଶିଳ୍ପକାରଙ୍କୁ ସାଲ୍ୟୁଟ କରିଛନ୍ତି ।ବିଶ୍ୱକର୍ମା ଜୟନ୍ତୀ ଅବସରରେ ୧୭ ସେପ୍ଟେମ୍ବର, ୨୦୨୩ ରେ ପାରମ୍ପରିକ କାରିଗର ଏବଂ ଶିଳ୍ପୀ ମାନଙ୍କ ପାଇଁ 'ପିଏମ୍ ବିଶ୍ୱକର୍ମା' ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
September 15th, 12:36 pm
ବିଶ୍ୱକର୍ମା ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭, ୨୦୨୩ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଦ୍ୱାରକାସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନ୍ସନ୍ ଆଣ୍ଡ ଏକ୍ସପୋ ସେଣ୍ଟରରେ ପିଏମ୍ ବିଶ୍ୱକର୍ମା ନାମକ ଏକ ନୂତନ ଯୋଜନାର ଶୁଭାରମ୍ଭ କରିବେ ।77ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲା ପ୍ରାଚୀରରୁ ନିଜ ସମ୍ବୋଧନରେ କହିଛନ୍ତି ଆଗମୀ ବିଶ୍ୱକର୍ମା ଜୟନ୍ତୀରେ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କରାଯିବ
August 15th, 05:01 pm
77ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲା ପ୍ରାଚୀରରୁ ନିଜ ସମ୍ବୋଧନରେ କହିଛନ୍ତି ଯେ, ଆସନ୍ତା ମାସରେ ବିଶ୍ୱକର୍ମା ଜୟନ୍ତୀରେ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କରାଯିବ । ସେ କହିଛନ୍ତି ଯେ, ଏହି ଯୋଜନା ପରମ୍ପରାଗତ କୁଶଳୀ ଶ୍ରମିକ ଅର୍ଥାତ ଯେଉଁ ଲୋକମାନେ ହାତ ହତିଆରରେ ଏବଂ ନିଜ ହାତରେ କାର୍ଯ୍ୟକରୁଥିବା ବର୍ଗ ଅର୍ଥାତ ଯେଉଁମାନେ କି ଅଧିକାଂଶ ହେଉଛନ୍ତି ଓବିସି ସମୁଦାୟର । ଯେପରିକି କାର୍ପେଂଟର ହୁଅନ୍ତୁ, ସ୍ୱର୍ଣ୍ଣକାର ହୁଅନ୍ତୁ, ରାଜମିସ୍ତ୍ରୀ ହୁଅନ୍ତୁ, ଲୁଗା ଧୋଇବା କାର୍ଯ୍ୟ କରୁଥିବା ଲୋକ ହୁଅନ୍ତୁ, ଚୁଟି କାଟୁଥିବା ଭାଇ- ଭଉଣୀଙ୍କ ପରିବାର, ଏଭଳି ଲୋକମାନଙ୍କୁ ଏକ ନୂତନ ଶକ୍ତି ପ୍ରଦାନ କରିବାର କାର୍ଯ୍ୟ କରିବ । ଏହି ଯୋଜନାର ଆରମ୍ଭ ପାଖାପାଖି 13-15 ହଜାର କୋଟି ଟଙ୍କାର ବଜେଟରେ କରାଯିବ ।ଶାରୀରିକ ଏବଂ ମାନସିକ ସୁସ୍ଥତା ପାଇଁ ଯୋଗ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ବିଶ୍ୱ ସ୍ୱୀକାର କରିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
September 25th, 11:00 am
ବିଗତ ଦିନରେ ଯେଉଁ କଥା ଆମ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ତାହା ହେଲା ଚିତା । ଚିତା ଉପରେ କଥା ହେବା ପାଇଁ ବହୁତ ଗୁଡ଼ିଏ ଆସିଛି । ଉତ୍ତରପ୍ରଦେଶର ଅରୁଣ କୁମାର ଗୁପ୍ତା ହୁଅନ୍ତୁ କି ତେଲଙ୍ଗାନାର ଏନ୍.ରାମଚନ୍ଦ୍ରନ ରଘୁରାମ୍ ଜୀ, ଗୁଜରାଟର ରାଜନ୍ ଜୀ ହୋଇଥାଆନ୍ତୁ କିମ୍ବା ଦିଲ୍ଲୀର ସୁବ୍ରତ୍ ଜୀ । ଦେଶର କୋଣ ଅନୁକୋଣରୁ ଲୋକେ ଚିତା ଭାରତକୁ ଫେରିବା ନେଇ ଆନନ୍ଦ ପ୍ରକାଶ କରିଛନ୍ତି । ୧୩୦ କୋଟି ଭାରତବାସୀ ଆନନ୍ଦିତ, ଗର୍ବିତ । ଏହାହିଁ ହେଉଛି ଭାରତର ପ୍ରକୃତି ପ୍ରେମ । ଏ ବିଷୟରେ ଲୋକଙ୍କର ଗୋଟିଏ ହିଁ ପ୍ରଶ୍ନ, ମୋଦିଜୀ ଆମକୁ ଚିତା ଦେଖିବାର ସୁଯୋଗ କେବେ ମିଳିବ ?ବିଶ୍ୱକର୍ମା ଜୟନ୍ତୀ ଅବସରରେ ଆଇଟିଆଇର କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳପାଠ
September 17th, 04:54 pm
ଏକବିଂଶ ଶତାଦ୍ଦୀରେ ଆଗକୁ ବଢୁଥିବା ଆମ ଦେଶରେ ଆଜି ଏକ ନୂତନ ଇତିହାସ ସୃଷ୍ଟି ହୋଇଛି । ପ୍ରଥମ ଥର ପାଇଁ ଆଇଟିଆଇର ୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀଙ୍କ କୌଶଳ ଦୀକ୍ଷାନ୍ତ ସମାରୋହ ଆୟୋଜିତ ହୋଇଛି । ୪୦ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଭର୍ଚୁଆଲ ମାଧ୍ୟମରେ ଆମ ସହ ଯୋଡି ହୋଇଛନ୍ତି । ମୁଁ ଆପଣ ସମସ୍ତଙ୍କୁ କୌଶଳ ଦୀକ୍ଷାନ୍ତ ସମାରୋହ ଅବସରରେ ଅନେକ ଅନେକ ଶୁଭକାମନା ଜଣାଉଛି ଏବଂ ଆଜି ଏକ ଖୁବ ଭଲ ସମୟ । ଆଜି ଭଗବାନ ବିଶ୍ୱକର୍ମାଙ୍କର ମଧ୍ୟ ଜୟନ୍ତୀ ଅଟେ । ଏହି କୌଶଳ ଦୀକ୍ଷାନ୍ତ ସମାରୋହ, ନିଜର କୌଶଳର ନବ ନିର୍ମାଣ ପଥରେ ଆପଣମାନଙ୍କର ପ୍ରଥମ ପଦକ୍ଷେପ, ଏବଂ ବିଶ୍ୱକର୍ମା ଜୟନ୍ତୀର ପୁଣ୍ୟ ଅବସର! କେତେ ଅଦ୍ଭୁତ ସଂଯୋଗ ଅଟେ । ମୁଁ ବିଶ୍ୱାସର ସହ କହିପାରିବି ଯେ ଆପଣମାନଙ୍କର ଏହି ପ୍ରାରମ୍ଭ ଯେତିକି ସୁଖଦ ଅଟେ, ଆପଣମାନଙ୍କର ଆଗାମୀ କାଲିର ଯାତ୍ରା ମଧ୍ୟ ସେତିକି ହିଁ ସୃଜନାତ୍ମକ ହେବ । ଆପଣମାନଙ୍କୁ ଏବଂ ସମସ୍ତ ଦେଶବାସୀଙ୍କୁ ଭଗବାନ ବିଶ୍ୱକର୍ମାଙ୍କ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ।ବିଶ୍ୱକର୍ମା ଜୟନ୍ତୀ ଅବସରରେ ଭିଡିଓ ବାର୍ତ୍ତା ଜରିଆରେ କୌଶଳ ଦୀକ୍ଷାନ୍ତ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
September 17th, 03:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଥମ ଥର ପାଇଁ କୌଶଳ ଦୀକ୍ଷାନ୍ତ ସମାରୋହରେ ଭିଡିଓ ବାର୍ତ୍ତା ଜରିଆରେ ଶିଳ୍ପ ତାଲିମ ପ୍ରତିଷ୍ଠାନର ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରାୟ ୪୦ ଲକ୍ଷ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।ମଧ୍ୟ ପ୍ରଦେଶର ଶେଓପୁରରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନର ମୂଳଲେଖା
September 17th, 01:03 pm
ମଧ୍ୟ ପ୍ରଦେଶର ରାଜ୍ୟପାଳ ଶ୍ରୀଯୁକ୍ତ ମଙ୍ଗୁଭାଇ ପଟେଲ, ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଶିବରାଜ ସିଂହ ଜୀ ଚୌହାନ, କେନ୍ଦ୍ରୀୟ ମନ୍ତ୍ରୀ ପରିଷଦର ମୋର ବନ୍ଧୁଗଣ, ମଧ୍ୟ ପ୍ରଦେଶ ସରକାରର ମନ୍ତ୍ରୀଗଣ, ସାଂସଦ ଓ ବିଧାୟକ ବନ୍ଧୁ, ବିଶାଳ ସଂଖ୍ୟାରେ ଉପସ୍ଥିତ ଥିବା ଅନ୍ୟ ସମସ୍ତ ମହାନୁଭବ ତଥା ଆଜି ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁରେ ଅଛନ୍ତି, ଯେଉଁମାନଙ୍କ ପାଇଁ ଏହି କାର୍ଯ୍ୟକ୍ରମ ହେଉଛି, ଏଭଳି ବହୁତ ବଡ଼ ସଂଖ୍ୟାରେ ଉପସ୍ଥିତ ସ୍ୱୟଂ ସହାୟକ ଗୋଷ୍ଠୀ ସହ ଜଡ଼ିତ ମାଆ ଓ ଭଉଣୀମାନଙ୍କୁ ପ୍ରଣାମ!PM addresses Women Self Help Groups Conference in Karahal, Madhya Pradesh
September 17th, 01:00 pm
PM Modi participated in Self Help Group Sammelan organised at Sheopur, Madhya Pradesh. The PM highlighted that in the last 8 years, the government has taken numerous steps to empower the Self Help Groups. “Today more than 8 crore sisters across the country are associated with this campaign. Our goal is that at least one sister from every rural family should join this campaign”, PM Modi remarked.