Today, when one sees India, then they can be rest assured that Democracy can deliver: PM at ABP Network India@2047 Summit

May 06th, 08:04 pm

PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.

Prime Minister Shri Narendra Modi addresses ABP Network India@2047 Summit

May 06th, 08:00 pm

PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.

ମୁମ୍ୱାଇରେ ୱେଭସ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 01st, 03:35 pm

ୱେଭସ ଶିଖର ସମ୍ମିଳନୀରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଜୀ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଲ. ମୁରୁଗନ ଜୀ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ବିଶ୍ୱର କୋଣ ଅନୁକୋଣରୁ ଯୋଡି ହୋଇଥିବା ସୃଜନଶୀଳ ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ଦେଶରୁ ଆସି ଯୋଗଦେଇଥିବା ସୂଚନା, ଯୋଗାଯୋଗ, କଳା ଏବଂ ସଂସ୍କୃତି ବିଭାଗର ମନ୍ତ୍ରୀଗଣ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ବିଶ୍ୱର କୋଣ ଅନୁକୋଣରୁ ଆସି ଏଠାରେ ଯୋଗଦେଇଥିବା ସୃଜନଶୀଳ ବିଶ୍ୱର ବ୍ୟକ୍ତିବିଶେଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!

ୱେଭ୍ସ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 01st, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଭାରତର ପ୍ରଥମ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ-ୱେଭ୍ସ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ସେ ଆଜି ପାଳିତ ହେଉଥିବା ମହାରାଷ୍ଟ୍ର ଦିବସ ଏବଂ ଗୁଜରାଟ ରାଜ୍ୟ ପ୍ରତିଷ୍ଠା ଦିବସ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସମସ୍ତ ଅନ୍ତର୍ଜାତୀୟ ସ୍ତରର ବିଶିଷ୍ଟ ବ୍ୟକ୍ତି, ରାଷ୍ଟ୍ରଦୂତ ଏବଂ ସୃଜନଶୀଳ ଶିଳ୍ପପତିଙ୍କ ଉପସ୍ଥିତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏହି ସମାବେଶର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୧୦୦ ରୁ ଅଧିକ ଦେଶର କଳାକାର, ନବସୃଜନକାରୀ, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନେ ପ୍ରତିଭା ଏବଂ ସୃଜନଶୀଳତାର ଏକ ବିଶ୍ୱ ପରିବେଶ ପାଇଁ ମୂଳଦୁଆ ସ୍ଥାପନ କରିବା ଲାଗି ଏକାଠି ହୋଇଛନ୍ତି। ‘‘ୱେଭ୍ସ କେବଳ ଏକ ସଂକ୍ଷିପ୍ତ ଶବ୍ଦ ନୁହେଁ ବରଂ ସଂସ୍କୃତି, ସୃଜନଶୀଳତା ଏବଂ ସାର୍ବଜନୀନ ସଂଯୋଗକୁ ପ୍ରତିନିଧିତ୍ୱ କରୁଥିବା ଏକ ତରଙ୍ଗ’’ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହି ସମ୍ମିଳନୀ ଚଳଚ୍ଚିତ୍ର, ସଙ୍ଗୀତ, ଗେମିଂ, ଆନିମେସନ୍ ଏବଂ କାହାଣୀ କହିବାର ବ୍ୟାପକ ବିଶ୍ୱକୁ ପ୍ରଦର୍ଶନ କରେ, ଯାହା କଳାକାର ଏବଂ ସ୍ରଷ୍ଟାମାନଙ୍କୁ ସଂଯୋଗ ଏବଂ ସହଯୋଗ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ପ୍ରଦାନ କରେ। ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭାରତ ଏବଂ ବିଦେଶର ବିଶିଷ୍ଟ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ।

ଆସନ୍ତାକାଲି ଠାରୁ ଦୁଇ ଦିନିଆ ମହାରାଷ୍ଟ୍ର, କେରଳ ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

April 30th, 03:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଏବଂ ୨ ତାରିଖରେ ମହାରାଷ୍ଟ୍ର, କେରଳ ଏବଂ ଆନ୍ଧ୍ରପ୍ରଦେଶକୁ ଦୁଇ ଦିନିଆ ଗସ୍ତ କରିବେ। ସେ ଆସନ୍ତାକାଲି ମୁମ୍ବାଇ ଯାତ୍ରା କରିବେ ଏବଂ ସକାଳ ପ୍ରାୟ ସାଢ଼େ ୧୦ ଟାରେ, ସେ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ (ୱେଭ୍ସ)କୁ ଉଦଘାଟନ କରିବେ।

Today, India's youth are demonstrating our immense potential to the world, through their dedication and innovation: PM Modi in Rozgar Mela

April 26th, 11:23 am

PM Modi addressed the Rozgar Mela and distributed more than 51,000 appointment letters to youth. He highlighted that the government is ensuring employment and self-employment opportunities for the country's youth. The PM spoke about the immense opportunity WAVES 2025 summit offers for the youth. He recalled the mantra of ‘Nagrik Devo Bhava,’ and encouraged youth to serve every citizen of India.

ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 26th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଆଜିଠାରୁ ଏସବୁ ଯୁବକଯୁବତୀମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଦାୟିତ୍ୱ ମିଳୁଛି । ସେ କହିଛନ୍ତି ଯେ ତାଙ୍କର କର୍ତ୍ତବ୍ୟ ମଧ୍ୟରେ ଦେଶର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ଆଧୁନିକ ଭିତ୍ତିଭୂମି ନିର୍ମାଣରେ ଯୋଗଦାନ ଦେବା ଏବଂ ଶ୍ରମିକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେମାନେ ଯେଉଁ ଆନ୍ତରିକତାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରନ୍ତି, ତାହା ଭାରତର ଏକ ବିକଶିତ ରାଷ୍ଟ୍ର ହେବା ଯାତ୍ରାରେ ସକାରାତ୍ମକ ପ୍ରଭାବ ପକାଇବ। ଏହି ଯୁବକଯୁବତୀମାନେ ପୂର୍ଣ୍ଣ ନିଷ୍ଠାର ସହିତ ସେମାନଙ୍କର କର୍ତ୍ତବ୍ୟ ନିର୍ବାହ କରିବେ ବୋଲି ସେ ଆତ୍ମବିଶ୍ବାସ ପ୍ରକାଶ କରିଥିଲେ।

When growth is driven by aspirations, it becomes inclusive and sustainable: PM Modi at Rising Bharat Summit

April 08th, 08:30 pm

PM Modi addressed the News18 Rising Bharat Summit. He remarked on the dreams, determination, and passion of the youth to develop India. The PM highlighted key initiatives, including zero tax on income up to ₹12 lakh, 10,000 new medical seats and 6,500 new IIT seats, 50,000 new Atal Tinkering Labs and over 52 crore Mudra Yojana loans. The PM congratulated the Parliament for enacting Waqf law.

ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ

April 08th, 08:15 pm

ମଙ୍ଗଳବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେଇଛନ୍ତି । ଭାରତ ତଥା ସାରା ବିଶ୍ୱର ଅନେକ ନେତାଙ୍କ ସହ ଭାବ ବିନିମୟ କରିବାର ସୁଯୋଗ ଦେଇଥିବାରୁ ନ୍ୟୁଜ ୧୮ ନେଟବାର୍କକୁ ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ । ଭାରତର ଯୁବବର୍ଗଙ୍କ ଆକାଂକ୍ଷାକୁ ଫୋକସ କରିଥିବାରୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଚଳିତ ବର୍ଷ ପ୍ରାରମ୍ଭରେ ଭାରତ ମଣ୍ଡପମରେ ବିବେକାନନ୍ଦ ଜୟନ୍ତୀ ପାଳନ ଅବସରରେ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ କଥା ମନେ ପକାଇ ଭାରତବର୍ଷକୁ ଏକ ବିକଶିତ ଦେଶରେ ପରିଣତ କରିବା ପାଇଁ ଯୁବକମାନଙ୍କର ରହିଥିବା ସ୍ୱପ୍ନ ଓ ଆକାଂକ୍ଷା ପ୍ରଧାନମନ୍ତ୍ରୀ କହିଥିଲେ । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟରେ ସବୁସ୍ତରରେ ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ସେ କହିଥିଲେ । ତେବେ ଅମୃତ କାଳ ସୃଷ୍ଟି କରିବା ପାଇଁ ଏହି ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ପ୍ରଧାନମନ୍ତ୍ରୀ ଦୋହରାଇ ଥିଲେ ।

ମନୋରଞ୍ଜନ, ସୃଜନଶୀଳତା ଏବଂ ସଂସ୍କୃତି ଜଗତକୁ ଏକତ୍ର କରିଥିବା ବିଶ୍ୱସ୍ତରୀୟ ସମ୍ମିଳନୀ ୱେବ୍ସର ପରାମର୍ଶଦାତା ବୋର୍ଡ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

February 07th, 11:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସ ଜରିଆରେ ୱେବ୍ସ (ଢବ୍ଲ୍ୟୁଏଭିଇଏସ୍) ର ପରାମର୍ଶଦାତା ବୋର୍ଡ ବୈଠକରେ ଅଧ୍ୟକ୍ଷତା କରିଥିଲେ । ୱେବ୍ସ ହେଉଛି ଏକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀ ଯାହା ମନୋରଞ୍ଜନ, ସୃଜନଶୀଳତା ଏବଂ ସଂସ୍କୃତି ଜଗତକୁ ଏକତ୍ର କରିଥାଏ ।

'ଉତ୍କର୍ଷ ଓଡ଼ିଶା'ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ - ଭୁବନେଶ୍ୱରରେ ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ

January 28th, 11:30 am

ରାଜ୍ୟପାଳ ଶ୍ରୀ ହରି ବାବୁ, ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ମନ୍ତ୍ରୀଗଣ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ, ସାଂସଦ, ବିଧାୟକ, ଶିଳ୍ପ ଓ ବ୍ୟବସାୟ ଜଗତର ପ୍ରମୁଖ ଉଦ୍ୟୋଗୀ, ଦେଶ ଓ ବିଶ୍ୱର ନିବେଶକ ଏବଂ ଓଡ଼ିଶାର ମୋର ପ୍ରିୟ ଭାଇ ଭଉଣୀମାନେ !

ଭୁବନେଶ୍ୱରରେ 'ଉତ୍କର୍ଷ ଓଡ଼ିଶା' - ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 28th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫ ଏବଂ ମେକ୍ ଇନ୍ ଓଡ଼ିଶା ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜାନୁଆରୀ ୨୦୨୫ରେ ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ । ପ୍ରବାସୀ ଭାରତୀୟ ଦିବସ ୨୦୨୫ର ଉଦଘାଟନ ପାଇଁ ତାଙ୍କର ଗସ୍ତକୁ ମନେପକାଇ ସେ ଏପରି କହିଥିଲେ । ଏହା ଓଡ଼ିଶାରେ ଏପର୍ଯ୍ୟନ୍ତ ଅନୁଷ୍ଠିତ ସର୍ବବୃହତ୍ ବ୍ୟବସାୟ ସମ୍ମିଳନୀ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ମେକ୍ ଇନ୍ ଓଡ଼ିଶା ୨୦୨୫ରେ ୫ରୁ ୬ ଗୁଣ ଅଧିକ ନିବେଶକ ଅଂଶଗ୍ରହଣ କରିଛନ୍ତି। ଏହି ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଓଡ଼ିଶାବାସୀ ଓ ସରକାରଙ୍କୁ ଅଭିନନ୍ଦନ ଜଣାଇଥିଲେ।

ସମ୍ବିଧାନ ହେଉଛି ଆମର ମାର୍ଗଦର୍ଶକ :ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

December 29th, 11:30 am

ମନ୍ କୀ ବାତ୍ ର ଏହି ଏପିସୋଡ୍ ରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବିଧାନର 75ତମ ବାର୍ଷିକୀ ଏବଂ ପ୍ରୟାଗରାଜରେ ମହାକୁମ୍ଭ ପାଇଁ ପ୍ରସ୍ତୁତି ସମେତ ଭାରତର ସଫଳତା ବିଷୟରେ ପ୍ରତିଫଳନ କରିଥିଲେ। ବସ୍ତର ଅଲିମ୍ପିକ୍ସର ସଫଳତାକୁ ସେ ପ୍ରଶଂସା କରିବା ସହ ମ୍ୟାଲେରିଆ ନିରାକରଣ ଏବଂ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କର୍କଟ ଚିକିତ୍ସା କ୍ଷେତ୍ରରେ ଅଗ୍ରଗତି ଭଳି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଫଳତା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ ଓଡ଼ିଶାର କଳାହାଣ୍ଡିରେ ହୋଇଥିବା କୃଷି ପରିବର୍ତ୍ତନକୁ ସେ ପ୍ରଶଂସା କରିଥିଲେ।