ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 10:45 am
କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 10:30 am
ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।ମଧ୍ୟପ୍ରଦେଶର ଗ୍ୱାଲିୟରଠାରେ ସ୍କିଣ୍ଡିଆ ସ୍କୁଲର ୧୨୫ତମ ସ୍ଥାପନା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 21st, 11:04 pm
ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ, ସିନ୍ଧିୟା ସ୍କୁଲର ନିର୍ଦ୍ଦେଶକ ମଣ୍ଡଳର ଅଧ୍ୟକ୍ଷ ଏବଂ କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଶ୍ରୀ ନରେନ୍ଦ୍ର ସିଂହ ତୋମର, ଡକ୍ଟର ଜିତେନ୍ଦ୍ର ସିଂହ, ସ୍କୁଲ ମ୍ୟାଜେନମେଣ୍ଟର ସାଥି ଏବଂ ସମସ୍ତ କର୍ମଚାରୀ, ଅଧ୍ୟାପକ ଏବଂ ଅଭିଭାବକଗଣ ଏବଂ ମୋର ପ୍ରିୟ ଯୁବ ସାଥିମାନେ !ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ଥିବା ସିନ୍ଧିଆ ସ୍କୁଲର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
October 21st, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ 'ଦି ସିନ୍ଧିଆ ସ୍କୁଲ୍' ର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିଦ୍ୟାଳୟରେ 'ବହୁମୁଖୀ କ୍ରୀଡ଼ା କପ୍ଳେକ୍ସ' ର ଶିଳାନ୍ୟାସ କରିବା ସହ ବିଶିଷ୍ଟ ପୂର୍ବତନ ଛାତ୍ରଛାତ୍ରୀ ଏବଂ ଶ୍ରେଷ୍ଠ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟର ବାର୍ଷିକ ପୁରସ୍କାର ପ୍ରଦାନ କରିଥିଲେ । ସିନ୍ଧିଆ ସ୍କୁଲ ୧୮୯୭ ମସିହାରେ ସ୍ଥାପିତ ହୋଇଥିଲା ଏବଂ ଏହା ଐତିହାସିକ ଗ୍ୱାଲିୟର ଦୁର୍ଗ ଉପରେ ରହିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକୀ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ ।ସାରା ଦେଶରେ ମୋ ପରିବାରଜନଙ୍କ ସହ ଯୋଡ଼ିହେବା ପାଇଁ ହ୍ୱାଟ୍ସଆପ୍ ମୋ ପାଇଁ ଏକ ଶକ୍ତିଶାଳୀ ମାଧ୍ୟମ ପାଲଟିଛି: ପ୍ରଧାନମନ୍ତ୍ରୀ
October 09th, 06:31 pm
ସାରା ଦେଶରେ ମୋ ପରିବାରଜନଙ୍କ ସହ ଯୋଡ଼ିହେବା ପାଇଁ ହ୍ୱାଟ୍ସଆପ୍ ମୋ ପାଇଁ ଏକ ଶକ୍ତିଶାଳୀ ମାଧ୍ୟମ ପାଲଟିଛି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।