India is continuously contributing to global food security: PM Modi at World Food India 2025
September 25th, 06:16 pm
In his address at World Food India 2025, PM Modi highlighted that global investors are looking towards India with great optimism. Reiterating his message from the Red Fort, the PM declared that this is the right time to invest in and expand in India. He emphasized that the government has established 10,000 FPOs since 2014, connecting lakhs of small farmers and bringing India’s agricultural persity to every household.ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ଅବସରରେ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଏହି କାର୍ଯ୍ୟକ୍ରମରେ କୃଷକ, ଉଦ୍ୟୋଗୀ, ନିବେଶକ, ଉଦ୍ଭାବକ ଏବଂ ଗ୍ରାହକ ସମସ୍ତେ ଏକତ୍ର ଉପସ୍ଥିତ ହୋଇଛନ୍ତି, ଯାହା ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ସମାରୋହକୁ ନୂତନ ସମ୍ପର୍କ, ନୂତନ ସଂଯୋଗ ଏବଂ ସୃଜନଶୀଳତାର ଏକ ମଞ୍ଚରେ ପରିଣତ କରିଛି। ପ୍ରଧାନମନ୍ତ୍ରୀ କହିଥିଲେ, ସେ କିଛି ସମୟ ପୂର୍ବରୁ ବିଭିନ୍ନ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ଏବଂ ପୁଷ୍ଟିସାର, ତୈଳ ବ୍ୟବହାର ହ୍ରାସ ଏବଂ ପ୍ୟାକେଜ୍ ହୋଇଥିବା ଉତ୍ପାଦଗୁଡ଼ିକର ସୁସ୍ଥତା ବୃଦ୍ଧି ଉପରେ ମୁଖ୍ୟତଃ ଧ୍ୟାନ ଦିଆଯିବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମର ସମସ୍ତ ଅଂଶଗ୍ରହଣକାରୀଙ୍କୁ ତାଙ୍କର ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଥିଲେ।‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
September 24th, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ୧୫ ମିନିଟରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ୱାର୍ଲ୍ଡ ଫୁଡ୍ ଇଣ୍ଡିଆ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତା
September 19th, 12:30 pm
ୱାର୍ଲ୍ଡ ଫୁଡ ଇଣ୍ଡିଆ-୨୦୨୪ର ଆୟୋଜନ ବିଷୟରେ ଜାଣି ଖୁସି ହେଲି । ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ପ୍ରତିନିଧିମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ।ଭାରତ ମଣ୍ଡପମରେ ବିଶ୍ୱ ଖାଦ୍ୟ ଭାରତ ୨୦୨୩ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 03rd, 11:00 am
କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଶ୍ରୀ ପୀୟୂଷ ଗୋୟଲ ଜୀ, ଗିରିରାଜ ସିଂ ଜୀ, ପଶୁପତି ପାରସ ଜୀ, ପୁରୁଷୋତ୍ତମ ରୁପାଲା ଜୀ, ପ୍ରହ୍ଲାଦ ସିଂ ପଟେଲଜୀ, ବିଶ୍ୱର ଭିନ୍ନ ଭିନ୍ନ ଦେଶରୁ ଆସିଥିବା ସମସ୍ତ ଅତିଥିଗଣ, ରାଜ୍ୟରୁ ଆସିଥିବା ମନ୍ତ୍ରୀଗଣ, ଶିଳ୍ପ ଏବଂ ଷ୍ଟାର୍ଟଅପ୍ ଜଗତର ସମସ୍ତ ସହକର୍ମୀ, ଆମର କୃଷକ ଭାଇ ଭଉଣୀ, ସମଗ୍ର ଦେଶ ସହ ଜଡିତ ଆମର କୃଷକ ଭାଇ ଏବଂ ଭଉଣୀମାନେ, ମହିଳା ଏବଂ ଭଦ୍ରବ୍ୟକ୍ତି, ବିଶ୍ବ ଖାଦ୍ୟ ଭାରତ ଗ୍ଲୋବାଲ କନଫରେନ୍ସକୁ ସ୍ବାଗତ, ଆପଣ ସମସ୍ତଙ୍କୁ ଅଭିନନ୍ଦନ।'ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୩' କୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
November 03rd, 10:14 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ 'ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୩' ର ଦ୍ୱିତୀୟ ସଂସ୍କରଣକୁ ଉଦ୍ଘାଟନ କରିଛନ୍ତି । ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡିକୁ ସୁଦୃଢ଼ କରିବା ପାଇଁ ସେ ଏକ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ମାନଙ୍କୁ ମୂଳ ପୁଞ୍ଜି ସହାୟତା ପ୍ରଦାନ କରିଥିଲେ । ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ମଧ୍ୟ ଶ୍ରୀ ମୋଦୀ ପରିଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଭାରତକୁ 'ବିଶ୍ୱର ଖାଦ୍ୟ ଝୁଡି’ ଭାବରେ ପ୍ରଦର୍ଶିତ କରିବା ଏବଂ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବରେ ପାଳନ କରିବା ।ପ୍ରଧାନମନ୍ତ୍ରୀ ନଭେମ୍ବର ୩ ତାରିଖରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୩ କାର୍ଯ୍ୟକ୍ରମର ଉଦ୍ଘାଟନ କରିବେ
November 02nd, 06:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩ ତାରିଖ ପୂର୍ବାହ୍ନ ୧୦ଟାରେ ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ବୃହତ୍ ଖାଦ୍ୟ କାର୍ଯ୍ୟକ୍ରମ 'ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୩' (ବିଶ୍ୱ ଖାଦ୍ୟ ଭାରତ ୨୦୨୩ ) ର ଦ୍ୱିତୀୟ ସଂସ୍କରଣକୁ ଉଦଘାଟନ କରିବେ ।