ଫେବ୍ରୁଆରି ୧୯ରେ ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 18th, 03:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବ୍ରୁଆରି ୧୯ରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ ପରିଦର୍ଶନ ଓ ଉଦଘାଟନ କରିବେ। ଏହା ପୂର୍ବରୁ ୧୮ ଫେବ୍ରୁଆରି ସଂଧ୍ୟା ୭ଟା ବେଳେ ପ୍ରଧାନମନ୍ତ୍ରୀ ଭାରତ ମଣ୍ଡପମ୍‌ଠାରେ ଏହି ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ଦେଶର ନେତାମାନଙ୍କୁ ସ୍ବାଗତ କରିବେ। ଏହା ସହିତ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଉଥିବା ବିଭିନ୍ନ ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିବେ।

Prime Minister thanks World Leaders for their greetings on India’s 77th Republic Day

January 26th, 11:12 pm

The Prime Minister, Shri Narendra Modi, today thanked the World Leaders for their greetings and wishes on the 77th Republic Day of India.

ଏପ୍ରିଲ 3-6, 2025 ପ୍ରଧାନମନ୍ତ୍ରୀଙ୍କ ଥାଇଲାଣ୍ଡ ଓ ଶ୍ରୀଲଙ୍କା ଗସ୍ତ

April 02nd, 02:00 pm

ବ୍ୟାଙ୍କକରେ ଆୟୋଜିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (ଏପ୍ରିଲ 3-4, 2025) ରେ ଥାଇଲାଣ୍ଡ ଗସ୍ତରେ ଯିବେ। ଏହାପରେ ସେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକଙ୍କ ନିମନ୍ତ୍ରଣକ୍ରମେ (ଏପ୍ରିଲ 4-6, 2025)ରେ ଶ୍ରୀଲଙ୍କା ଗସ୍ତରେ ଯିବେ।

୭୬ତମ ଜନରାଜ୍ୟ ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

January 26th, 05:56 pm

ଭାରତର ୭୬ତମ ଜନରାଜ୍ୟ ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ବିଶ୍ୱ ନେତାମାନଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଜଣାଇଛନ୍ତି ।

ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

January 09th, 10:15 am

ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…

ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 09th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।

PM Modi expresses gratitude to world leaders for birthday wishes

September 17th, 10:53 pm

The Prime Minister Shri Narendra Modi expressed his gratitude to the world leaders for birthday wishes today.

୭୮ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଥିବାରୁ ବିଶ୍ୱ ନେତୃତ୍ୱଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 15th, 09:20 pm

୭୮ତମ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ଓଅଭିନନ୍ଦନ ଜଣାଇଥିବାରୁ ବିଶ୍ୱ ନେତୃତ୍ୱଙ୍କୁଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ।

ପ୍ରଧାନମନ୍ତ୍ରୀଙ୍କ ‘ଏକ୍ସ’ ଆକାଉଣ୍ଟରେ ଅନୁଗାମୀ ସଂଖ୍ୟା ୧୦ କୋଟି ଟପିଲା

July 14th, 10:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଅନୁଗାମୀଙ୍କ ସଂଖ୍ୟା ୧୦ କୋଟି ଅତିକ୍ରମ କରିଛି । ଏଥିସହ ଏହି ପ୍ଲାଟଫର୍ମରେ ପ୍ରଧାନମନ୍ତ୍ରୀ ସବୁଠାରୁ ଅଧିକ ଅନୁଗାମୀ ଥିବା ବିଶ୍ୱସ୍ତରୀୟ ନେତା ଭାବରେ ଅଗ୍ରଣୀ ରହିଛନ୍ତି ।

୧୮ତମ ଲୋକସଭା ନିର୍ବାଚନରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ବିଶ୍ୱ ନେତାଙ୍କ ଠାରୁ ମିଳିଲା ଅଭିନନ୍ଦନ ବାର୍ତ୍ତା

June 05th, 04:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶରେ ଅନୁଷ୍ଠିତ ୧୮ତମ ଲୋକସଭା ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ବାର୍ତ୍ତା ଦେଇଥିବାରୁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ବିଶ୍ୱ ନେତାଙ୍କ ବାର୍ତ୍ତାର ଉତ୍ତର ଦେଇଛନ୍ତି ଶ୍ରୀ ମୋଦୀ।