ପ୍ରାୟ ୫୭୪ କିମି ଲମ୍ବ ରେଳ ଲାଇନ୍‌ ଦୋହରୀକରଣ ପ୍ରକଳ୍ପ ଦ୍ୱାରା ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ, ବିହାର, ଓଡ଼ିଶା ଏବଂ ଝାଡ଼ଖଣ୍ଡର ୧୩ଟି ଜିଲ୍ଲା ହେବେ ଲାଭାନ୍ୱିତ
ପ୍ରକଳ୍ପଗୁଡ଼ିକର ମୋଟ ଆନୁମାନିକ ମୂଲ୍ୟ ୧୧,୧୬୯ କୋଟି ଟଙ୍କା (ପ୍ରାୟ) ଏବଂ ଏହା ୨୦୨୮-୨୯ ସୁଦ୍ଧା ସମାପ୍ତ ହେବ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ରେଳ ମନ୍ତ୍ରଣାଳୟର ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି। ଏସବୁ ପ୍ରକଳ୍ପ ପାଇଁ ୧୧,୧୬୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ରେଳ ପ୍ରକଳ୍ପ ଗୁଡ଼ିକ ହେଲା: ଇଟାର୍ସି-ନାଗପୁର ଚତୁର୍ଥ ଲାଇନ, ଛତ୍ରପତି ଶମ୍ଭାଜିନଗର (ଔରଙ୍ଗାବାଦ)-ପରଭଣୀ ଲାଇନ ଦୋହରୀକରଣ, ଆଲୁଆବାରି ରୋଡ୍‌-ନ୍ୟୁ ଜଲପାଇଗୁଡ଼ି ତୃତୀୟ ଓ ଚତୁର୍ଥ ଲାଇନ, ଡାଙ୍ଗପୋଷୀ-ଜରୋଲି ତୃତୀୟ ଓ ଚତୁର୍ଥ ଲାଇନ । ଏହାଦ୍ବାରା ଓଡ଼ିଶା ସମେତ ୬ଟି ରାଜ୍ୟର ୧୩ଟି ଜିଲ୍ଲା ଉପକୃତ ହେବେ ।

ବର୍ଦ୍ଧିତ ଲାଇନ କ୍ଷମତା ଟ୍ରେନର ଗତିଶୀଳତାକୁ ଯଥେଷ୍ଟ ବୃଦ୍ଧି କରିବ, ଯାହା ଫଳରେ ଭାରତୀୟ ରେଳବାଇ ପାଇଁ କାର୍ଯ୍ୟକ୍ଷମ ଦକ୍ଷତା ଏବଂ ସେବା ନିର୍ଭରଯୋଗ୍ୟତା ଉନ୍ନତ ହେବ। ଏହି ଲାଇନ ଦୋହରୀକରଣ ପ୍ରକଳ୍ପଗୁଡ଼ିକ ଟ୍ରେନ ଚଳାଚଳକୁ ସୁବ୍ୟବସ୍ଥିତ କରିବା ଏବଂ ଭିଡ଼ ହ୍ରାସ କରିବା ପାଇଁ ପରିକଳ୍ପନା କରାଯାଇଛି । ପ୍ରକଳ୍ପଗୁଡ଼ିକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନୂତନ ଭାରତର ଦୃଷ୍ଟିକୋଣ ଅନୁରୂପ । ଏହା ସ୍ଥାନୀୟ ଲୋକମାନଙ୍କ ପାଇଁ ବ୍ୟାପକ ନିଯୁକ୍ତି / ସ୍ୱନିଯୁକ୍ତି ସୁଯୋଗ ବୃଦ୍ଧି କରିବ। ଫଳରେ ସେମାନେ ଆତ୍ମନିର୍ଭରଶୀଳ ହୋଇପାରିବେ।

ଏହି ପ୍ରକଳ୍ପଗୁଡ଼ିକ ପ୍ରଧାନମନ୍ତ୍ରୀ-ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଆଧାରରେ ଯୋଜନା କରାଯାଇଛି । ପିଏମ ଗତିଶକ୍ତି ଯୋଜନାରେ ସମନ୍ୱିତ ଯୋଜନା ଏବଂ ଅଂଶୀଦାରମାନଙ୍କ ପରାମର୍ଶ ମାଧ୍ୟମରେ ବହୁମୁଖୀ ଯୋଗାଯୋଗ ଏବଂ ଲଜିଷ୍ଟିକ୍ ଦକ୍ଷତା ବୃଦ୍ଧି ଉପରେ ଧ୍ୟାନ ଦିଆଯାଇଛି। ଏହି ପ୍ରକଳ୍ପଗୁଡ଼ିକ ଯାତ୍ରୀ, ସାମଗ୍ରୀ ଏବଂ ସେବାର ପରିବହନ ପାଇଁ ସୁଗମ ଯୋଗାଯୋଗ ପ୍ରଦାନ କରିବ।

ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ, ବିହାର, ଓଡ଼ିଶା ଏବଂ ଝାଡ଼ଖଣ୍ଡର ୧୩ଟି ଜିଲ୍ଲାକୁ ସାମିଲ କରିଥିବା ୪ ପ୍ରକଳ୍ପ ଭାରତୀୟ ରେଳବାଇର ବର୍ତ୍ତମାନର ନେଟୱାର୍କରେ ପ୍ରାୟ ୫୭୪ କିଲୋମିଟର ନୂଆ ଲାଇନ୍‌ ଯୋଡ଼ିବ ।

ପ୍ରସ୍ତାବିତ ରେଳ ଲାଇନ୍‌ ଦୋହରୀକରଣ ପ୍ରକଳ୍ପ ପ୍ରାୟ ୪୩.୬୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ପ୍ରାୟ ୨,୩୦୯ ଗ୍ରାମକୁ ଯୋଗାଯୋଗରେ ଉନ୍ନତି ଆଣିବ ।

କୋଇଲା, ସିମେଣ୍ଟ, କ୍ଲିଙ୍କର୍, ଜିପ୍ସମ୍, ଫ୍ଲାଏ ଆସ୍, କଣ୍ଟେନର୍, କୃଷି ସାମଗ୍ରୀ ଏବଂ ପେଟ୍ରୋଲିୟମ୍ ଉତ୍ପାଦ ଇତ୍ୟାଦି ସାମଗ୍ରୀ ପରିବହନ ପାଇଁ ଏଗୁଡ଼ିକ ଅତ୍ୟନ୍ତ ଜରୁରୀ ମାର୍ଗ। କ୍ଷମତା ବୃଦ୍ଧି ଦ୍ୱାରା ବାର୍ଷିକ ୯୫.୯୧ ନିୟୁତ ଟନ୍ ଅତିରିକ୍ତ ମାଲ ପରିବହନ ସମ୍ଭବ ହେବ। ପରିବେଶ ଅନୁକୂଳ ଏବଂ ପରିବହନର ଶକ୍ତି ଦକ୍ଷ ମାଧ୍ୟମ ହୋଇଥିବାରୁ ରେଳବାଇ ଜଳବାୟୁ ଲକ୍ଷ୍ୟ ହାସଲ କରିବାରେ ଏବଂ ଦେଶର ଲଜିଷ୍ଟିକ୍ସ ଖର୍ଚ୍ଚକୁ ହ୍ରାସ କରିବାରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେବ। ଏଥିସହିତ ତୈଳ ଆମଦାନୀ (୧୬ କୋଟି ଲିଟର) ହ୍ରାସ କରିବା ଏବଂ ଅଙ୍ଗାରକାମ୍ଳ ନିର୍ଗମନ (୫୧୫ କୋଟି କିଲୋଗ୍ରାମ) ହ୍ରାସ କରିବାରେ ସାହାଯ୍ୟ କରିବ ଯାହା ୨୦ କୋଟି ଗଛ ଲଗାଇବା ସହିତ ସମାନ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India develops first indigenous expendable turbo jet engine in 350 kg thrust class

Media Coverage

India develops first indigenous expendable turbo jet engine in 350 kg thrust class
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 27, 2026
July 27, 2026

Viksit Bharat in Motion: Indigenous Warships, Deepwater Energy, Transparent Exams & Cultural Revival