ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ରବି ଋତୁ ୨୦୨୩-୨୪ (୦୧.୧୦.୨୦୨୩ରୁ ୩୧.୦୩.୨୦୨୪) ପାଇଁ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାର ନିର୍ଦ୍ଧାରଣ କରିବା ପାଇଁ ସାର ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

ବର୍ଷ

କେଜି ପିଛା ଟଙ୍କା

ରବି, ୨୦୨୩-୨୪

(୦୧.୧୦.୨୦୨୩ରୁ ୩୧.୦୩.୨୦୨୪ ପର୍ଯ୍ୟନ୍ତ)

ଏନ

ପି

କେ

ଏସ

୪୭.୦୨

୨୦.୮୨

୨.୩୮

୧.୮୯

ଆଗାମୀ ୨୦୨୩-୨୪ ରବି ଋତୁରେ ଏନବିଏସ ଉପରେ ୨୨,୩୦୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆଶା କରାଯାଉଛି ।

ଚାଷୀଙ୍କୁ ସୁଲଭ ମୂଲ୍ୟରେ ଏହି ସାର ସହଜରେ ଉପଲବ୍ଧ କରାଇବା ପାଇଁ ରବି ଋତୁ ୨୦୨୩-୨୪ (୦୧.୧୦.୨୦୨୩ରୁ ୩୧.୦୩.୨୦୨୪ ପର୍ଯ୍ୟନ୍ତ ଲାଗୁ) ପାଇଁ ଅନୁମୋଦିତ ଦର ଆଧାରରେ ପିଆଣ୍ଡକେ ସାର ଉପରେ ସବସିଡି ପ୍ରଦାନ କରାଯିବ ।

ଲାଭ

  1. ଚାଷୀଙ୍କୁ ରିହାତି, ସୁଲଭ ଓ ଉଚିତ ମୂଲ୍ୟରେ ସାର ଉପଲବ୍ଧ କରାଇବା ସୁନିଶ୍ଚିତ ହେବ ।
  2. ସାର ଏବଂ କୃଷି ଉପକରଣର ଅନ୍ତର୍ଜାତୀୟ ମୂଲ୍ୟବୃଦ୍ଧିର ସାମ୍ପ୍ରତିକ ଧାରାକୁ ଦୃଷ୍ଟିରେ ରଖି ପିଆଣ୍ଡକେ ସାର ଉପରେ ସବସିଡିକୁ ଯୁକ୍ତିସଙ୍ଗତ କରାଯିବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Commendable performance of India’s marine exports amid uncertain times

Media Coverage

Commendable performance of India’s marine exports amid uncertain times
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 2, 2026
May 02, 2026

Viksit Bharat Unfolding: PM Modi Delivers Jobs, Clean Energy, Digital Justice & Economic Firepower