ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ୨୦୨୨-୨୩ ବିପଣନ ଋତୁ ପାଇଁ ସମସ୍ତ ଅଧିସୂଚିତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରି ମିଳିଛି ।

ସରକାର ଫସଲ ବିବିଧକରଣକୁ ପ୍ରୋତ୍ସାହିତ କରିବା ଏବଂ ଚାଷୀମାନଙ୍କୁ ସେମାନଙ୍କ ଫସଲ ପାଇଁ ଲାଭକାରୀ ମୂଲ୍ୟ ଯୋଗାଇ ଦେବା ନିମନ୍ତେ ୨୦୨୨-୨୩ ବିପଣନ ଋତୁ ପାଇଁ ଖରିଫ ଫସଲର ଏମଏସପି ବୃଦ୍ଧି କରିଛନ୍ତି, ଯାହାର ତାଲିକା ନିମ୍ନରେ ଦିଆଗଲା ।

 

୨୦୨୨-୨୩ ବିପଣନ ଋତୁ ପାଇଁ ସବୁ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (କୁଇଣ୍ଟାଲ ପ୍ରତି ଟଙ୍କା)

 

ଫସଲ

ଏମଏସପି 2014-15

ଏମଏସପି 2021-22

 

ଏମଏସପି 2022-23

ଉତ୍ପାଦନ ଖର୍ଚ୍ଚ* 2022-23

ଏମଏସପିରେ ବୃଦ୍ଧି

(ସମ୍ପୂର୍ଣ୍ଣ)

ଉତ୍ପାଦନ ଖର୍ଚ୍ଚ ଉପରେ ଲାଭ

(ପ୍ରତିଶତରେ)

ଧାନ (ସାଧାରଣ)

1360

1940

 

2040

1360

100

50

ଧାନ (ଗ୍ରେଡ୍‌ ଏ)^

1400

1960

 

2060

-

100

-

ଯଅ (ହାଇବ୍ରିଡ୍‌)

1530

2738

 

2970

1977

232

50

ଯଅ (ମାଲଦାଣ୍ଡି) ^

1550

2758

 

2990

-

232

-

ବାଜରା

1250

2250

 

2350

1268

100

85

ମାଣ୍ଡିଆ

1550

3377

 

3578

2385

201

50

ମକା

1310

1870

 

1962

1308

92

50

ହରଡ଼

4350

6300

 

6600

4131

300

60

ମୁଗ

4600

7275

 

7755

5167

480

50

ବିରି

4350

6300

 

6600

4155

300

59

ଚିନାବାଦାମ

4000

5550

 

5850

3873

300

51

ସୂର୍ଯ୍ୟମୁଖୀ ମଞ୍ଜି

3750

6015

 

6400

4113

385

56

ସୋୟାବିନ (ହଳଦିଆ)

2560

3950

 

4300

2805

350

53

ରାଶି

4600

7307

 

7830

5220

523

50

କଳାରାଶି

3600

6930

 

7287

4858

357

50

କପା (ମଧ୍ୟମ ଷ୍ଟେପଲ)

3750

5726

 

6080

4053

354

50

କପା (ସାଧାରଣ ଷ୍ଟେପଲ)^

4050

6025

 

6380

-

355

-

 

ଉତ୍ପାଦନ ଖର୍ଚ୍ଚରେ ସବୁ ପ୍ରକାରର ଖର୍ଚ୍ଚକୁ ସାମିଲ କରାଯାଇଛି ଯଥା ଶ୍ରମିକଙ୍କ ମଜୁରିବଳଦ ଖର୍ଚ୍ଚ/ମେସିନ ଖର୍ଚ୍ଚଭାଗ ଜମି ପାଇଁ ଦିଆଯାଇଥିବା ଭଡ଼ାବିହନସାରଖତଜଳସେଚନ ଖର୍ଚ୍ଚ ଭଳି ସବୁ ଭୌତିକ ଉପକରଣ ପାଇଁ ଖର୍ଚ୍ଚଉପକରଣ ଏବଂ ଫାର୍ମ ଭବନ ବାବଦ ଖର୍ଚ୍ଚଚଳନ୍ତି ପୁଞ୍ଜି ଉପରେ ଖର୍ଚ୍ଚଡିଜେଲ/ବିଦ୍ୟୁତବିବିଧ ବ୍ୟୟ ଏବଂ ପାରିବାରିକ ଶ୍ରମର ମୂଲ୍ୟ ଆଦି ।

ଧାନ (ଗ୍ରେଡ୍‌ ଏ), ଯଅ (ମାଲଦାଣ୍ଡିଏବଂ କପା (ଲମ୍ବା ରେଶାପାଇଁ ଖର୍ଚ୍ଚର ତଥ୍ୟ ପୃଥକ ଭାବେ ସଂକଳିତ କରାଯାଏ ନାହିଁ ।

 

ସର୍ବଭାରତୀୟ ସ୍ତରରେ ଲାଗୁ ହାରାହାରୀ ଉତ୍ପାଦନ ଖର୍ଚ୍ଚ (ସିଓପିଠାରୁ ଅତିକମରେ ୫୦ ପ୍ରତିଶତ ଲାଭ ହାରରେ ଏମଏସପି ଦର ନିର୍ଦ୍ଧାରଣ କରିବା ନିମନ୍ତେ ୨୦୧୮-୧୯ କେନ୍ଦ୍ର ବଜେଟରେ ଘୋଷଣା କରାଯାଇଥିଲା  ଏହି ଘୋଷଣା ଅନୁରୂପ ୨୦୨୨-୨୩ ବିପଣନ ଋତୁ ପାଇଁ ଖରିଫ ଫସଲର ଏମଏସପିରେ ବୃଦ୍ଧି କରାଯାଇଛି  ଚାଷୀଙ୍କ ପାଇଁ ଉପଯୋଗୀ ନିରପେକ୍ଷ ଦର ପ୍ରଦାନ କରିବା ଲକ୍ଷ୍ୟ ନେଇ ସରକାର ଏମଏସପି ବଢ଼ାଇଛନ୍ତି  ଉଲ୍ଲେଖଯୋଗ୍ୟ ଯେବାଜରାହରଡ଼ବିରିସୂର୍ଯ୍ୟମୁଖି ମଞ୍ଜିସୋୟାବିନ ଏବଂ ଚିନାବାଦାମର ଏମଏସପି ଉପରେ ଲାଭ ସର୍ବଭାରତୀୟ ସ୍ତରରେ ଲାଗୁ ହାରାହାରୀ ଉତ୍ପାଦନ ଖର୍ଚ୍ଚ ଠାରୁ ୫୦ ପ୍ରତିଶତ ଅଧିକ ନିର୍ଦ୍ଧାରଣ କରାଯାଇଛି ଯାହାକି ଯଥାକ୍ରମେ : ୮୫%, ୬୦%, ୫୯%, ୫୬%, ୫୩ଏବଂ ୫୧ରଖାଯାଇଛି 

ବିଗତ କିଛି ବର୍ଷ ମଧ୍ୟରେ ଏମଏସପିକୁ ତୈଳବୀଜଡାଲି ଏବଂ ମୋଟା ଶସ୍ୟ କ୍ଷେତ୍ରରେ ପୁନଃସଂଗଠିତ କରିବା ଲାଗି ଦୃଢ଼ ପ୍ରୟାସ କରାଯାଇଛି  ଏହି ଫସଲ ଅମଳ ପାଇଁ ଚାଷୀମାନଙ୍କୁ ବିସ୍ତୃତ କ୍ଷେତ୍ରକୁ ନେଇଯିବା ଏବଂ ଉତ୍କୃଷ୍ଟ ଜ୍ଞାନକୌଶଳ  କୃଷି ପଦ୍ଧତି ଆପଣାଇବା ନିମନ୍ତେ ପ୍ରୋତ୍ସାହିତ କରାଯାଇଛି  ଚାହିଦା-ଯୋଗାଣ ମଧ୍ୟରେ ରହିଥିବା ଅସନ୍ତୁଳନକୁ ଦୂର କରିବା ଲାଗି ଉଦ୍ୟମ କରାଯାଇଛି 

୨୦୨୧-୨୨ ଆର୍ଥିକ ବର୍ଷର ଅଗ୍ରୀମ ଆକଳନ ଅନୁସାରେଦେଶରେ ଖାଦ୍ୟଶସ୍ୟ ଉତ୍ପାଦନ ରେକର୍ଡ ୩୧୪.୫୧ ନିୟୁତ ଟନ୍‌ ହେବା ନେଇ ପୂର୍ବାନୁମାନ କରାଯାଇଛି ଯାହାକି ୨୦୨୦-୨୧ ଖାଦ୍ୟଶସ୍ୟ ଉତ୍ପାଦନ ତୁଳନାରେ .୭୭ ନିୟୁତ ଟନ୍‌ ଠାରୁ ଅଧିକ  ୨୦୨୧-୨୨ ଆର୍ଥିକ ବର୍ଷରେ ଉତ୍ପାଦନବିଗତ  ବର୍ଷ (୨୦୧୬-୧୭ ଠାରୁ ୨୦୨୦-୨୧) ହାରାହାରୀ ଖାଦ୍ୟଶସ୍ୟ ଉତ୍ପାଦନ ତୁଳନାରେ ୨୩.୮୦ ନିୟୁତ ଟନ୍‌ ଅଧିକ 

https://static.pib.gov.in/WriteReadData/userfiles/image/image001PXYH.png

 

https://static.pib.gov.in/WriteReadData/userfiles/image/image0022VI0.png

https://static.pib.gov.in/WriteReadData/userfiles/image/image0033MHN.png

https://static.pib.gov.in/WriteReadData/userfiles/image/image004RIYI.png

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
First multilingual Indian speech recognition model trained on 65 languages and dialects released

Media Coverage

First multilingual Indian speech recognition model trained on 65 languages and dialects released
NM on the go

Nm on the go

Always be the first to hear from the PM. Get the App Now!
...
Prime Minister greets everyone on the occasion of Independence Day
August 15, 2026
PM remembers the courage, sacrifice, and unwavering commitment of the countless freedom fighters

Prime Minister Shri Narendra Modi today extended his warm greetings to the nation on the occasion of Independence Day. He noted that this national festival serves as a poignant reminder of the incredible courage, tireless struggle, and unparalleled dedication of our brave freedom fighters to the motherland, which ensured the end of colonial rule.

​The Prime Minister observed that their dreams continue to inspire us, urging citizens to adopt their ideals as we collectively work to realize the resolution of a Viksit Bharat.

​Shri Modi highlighted that, powered by 140 crore Indians, our nation is scaling new heights of progress across different sectors. He expressed his hope that this developmental journey will keep progressing at an even greater pace in the times to come.

​In a post on X, the Prime Minister wrote:

​"Warm greetings on the occasion of Independence Day.

​We remember with gratitude the countless freedom fighters whose courage, sacrifice and unwavering commitment ensured the end of colonial rule. Their dreams continue to inspire us as we work together to build a Viksit Bharat.

​Powered by 140 crore Indians, our nation is scaling new heights of progress across different sectors. May this journey keep progressing at an even greater pace in the times to come.

​सभी देशवासियों को स्वतंत्रता दिवस की असीम शुभकामनाएं।

​यह राष्ट्रीय पर्व हमें देश के वीर सेनानियों के अद्भुत साहस, अथक संघर्ष और मातृभूमि के प्रति अतुलनीय समर्पण का स्मरण कराता है।

​आइए, उनके आदर्शों को अपनाकर विकसित भारत के संकल्प को साकार करें।"