ନମାମି ଗଙ୍ଗେର ସହାୟତା ପାଇଁ ଉପହାଗୁଡିକ ନିଲାମ କରାଯିବ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ନ୍ୟାସନାଲ ଗ୍ୟାଲେରୀ ଅଫ୍ ମଡର୍ଣ୍ଣ ଆର୍ଟରେ ତାଙ୍କୁ ଦିଆଯାଇଥିବା ବିଭିନ୍ନ ଉପହାର ଏବଂ ମେମେଣ୍ଟୋ ପ୍ରଦର୍ଶିତ ହେଉଥିବା ବିଷୟରେ ପୋଷ୍ଟ କରିଛନ୍ତି ।

ସମଗ୍ର ଭାରତରେ ବିଭିନ୍ନ କାର୍ଯ୍ୟକ୍ରମ ଓ ଉତ୍ସବରେ ତାଙ୍କୁ ଏହି ଉପହାର ଓ ମେମେଣ୍ଟୋ ପ୍ରଦାନ କରାଯାଇଛି ଏବଂ ଏହା ଭାରତର ସମୃଦ୍ଧ ସଂସ୍କୃତି, ପରମ୍ପରା ଏବଂ କଳାତ୍ମକ ଐତିହ୍ୟର ପ୍ରମାଣ ବୋଲି ଶ୍ରୀ ମୋଦୀ କହିଛନ୍ତି।

ସବୁଥର ଭଳି ଏହି ଜିନିଷଗୁଡ଼ିକୁ ନିଲାମ କରାଯିବ ଏବଂ ଏଥିରୁ ମିଳିଥିବା ଅର୍ଥ ନମାମି ଗଙ୍ଗେ ଅଭିଯାନକୁ ସମର୍ଥନ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଯେଉଁମାନେ ବ୍ୟକ୍ତିଗତ ଭାବେ ଏନଜିଏମଏ ପରିଦର୍ଶନ କରିପାରିବେ ନାହିଁ ସେମାନଙ୍କ ପାଇଁ ଶ୍ରୀ ମୋଦୀ ୱେବସାଇଟ୍ ଲିଙ୍କ୍ ମଧ୍ୟ ସେୟାର କରିଛନ୍ତି।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

‘‘ଆଜିଠାରୁ ଦିଲ୍ଲୀ ସ୍ଥିତ ଏନଜିଏମଏ ପ୍ରଦର୍ଶନୀରେ ମୋତେ ନିକଟ ଅତୀତରେ ଦିଆଯାଇଥିବା ବିଭିନ୍ନ ଉପହାର ଓ ମୋମେଣ୍ଟୋଗୁଡିକ ପ୍ରଦର୍ଶିତ ହେବ।

ସମଗ୍ର ଭାରତରେ ବିଭିନ୍ନ କାର୍ଯ୍ୟକ୍ରମ ଏବଂ ଉତ୍ସବ ରେ ମୋତେ ଏହା ପ୍ରଦାନ କରାଯାଇଛି, ସେଗୁଡିକ ଭାରତର ସମୃଦ୍ଧ ସଂସ୍କୃତି, ପରମ୍ପରା ଏବଂ କଳାତ୍ମକ ଐତିହ୍ୟର ପ୍ରମାଣ ।

ସବୁଥର ଭଳି ଏହି ଜିନିଷଗୁଡ଼ିକୁ ନିଲାମ କରାଯିବ ଏବଂ ଏଥିରୁ ମିଳିଥିବା ଅର୍ଥ ନମାମି ଗଙ୍ଗେ ଅଭିଯାନକୁ ସମର୍ଥନ କରିବ।

ଏଗୁଡ଼ିକର ମାଲିକ ହେବାର ସୁଯୋଗ ଆପଣଙ୍କ ପାଇଁ ଏଠାରେ ଅଛି!

ଅଧିକ ଜାଣିବା ପାଇଁ ଏନଜିଏମଏ ପରିଦର୍ଶନ କରନ୍ତୁ। ଯେଉଁମାନେ ବ୍ୟକ୍ତିଗତ ଭାବରେ ପରିଦର୍ଶନ କରିପାରିବେ ନାହିଁ ସେମାନଙ୍କ ପାଇଁ ୱେବସାଇଟ୍ ଲିଙ୍କ୍ ସେୟାର କରନ୍ତୁ।

pmmementos.gov.in

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India-UK FTA comes into effect today, unlocking duty-free access for Indian exports

Media Coverage

India-UK FTA comes into effect today, unlocking duty-free access for Indian exports
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 14, 2026
July 14, 2026

From Local Fields to Global Recognition: PM Modi’s ‘Vocal for Local’ is Now Delivering Real Global Respect