Subsidy on DAP fertiliser hiked by 140%
Farmers to get subsidy of Rs 1200 per bag of DAP instead of Rs 500
Farmers to get a bag of DAP for Rs 1200 instead of Rs 2400
Government to spend additional Rs 14,775 crore towards this subsidy
Farmer should get fertilisers at old rates despite international price rise: PM
Welfare of Farmers at the core of Government’s efforts: PM

ସାର ଦର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସାର ଦର ଉପରେ ଏକ ବିସ୍ତୃତ ଉପସ୍ଥାପନା ତାଙ୍କ ସମ୍ମୁଖରେ ଉପସ୍ଥାପନ କରାଯାଇଥିଲା।

ଅନ୍ତର୍ଜାତୀୟ ସ୍ତରରେ ଫସଫୋରିକ ଏସିଡ, ଆମୋନିଆ ଆଦିର ମୂଲ୍ୟ ବୃଦ୍ଧି ପାଉଥିବା କାରଣରୁ ଦେଶରେ ସାର ମୂଲ୍ୟ ବୃଦ୍ଧି ପାଉଥିବା ସମ୍ପର୍କରେ ଆଲୋଚନା କରାଯାଇଥିଲା। ତେବେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟ ବୃଦ୍ଧି ସତ୍ତ୍ବେ ଚାଷୀ ପୁରୁଣା ଦରରେ ସାର ପାଇବା ଉଚିତ୍ ବୋଲି ପ୍ରଧାନମନ୍ତ୍ରୀ ଗୁରୁତ୍ବାରୋପ କରି କହିଥିଲେ।

ଏହି ଅବସରରେ ଡିଏପି ସାର ବସ୍ତା ପିଛା ସବସିଡି ପରିମାଣକୁ 500 ଟଙ୍କା ପରିବର୍ତ୍ତେ 1200 ଟଙ୍କାକୁ ବୃଦ୍ଧି କରିବା ଲାଗି ଐତିହାସିକ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା, ଯାହାକି 140% ବୃଦ୍ଧି। ତେଣୁ ଅନ୍ତର୍ଜାତୀୟ ବଜାରରେ ଡିଏପି ମୂଲ୍ୟ ବୃଦ୍ଧି ସତ୍ତ୍ବେ ଏହାକୁ ପୁରୁଣା ଦରରେ ବସ୍ତା ପିଛା 1200 ଟଙ୍କାରେ ବିକ୍ରି କରାଯିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏହି ଦର ବୃଦ୍ଧିର ସମସ୍ତ ବ୍ୟୟ ଭାର କେନ୍ଦ୍ର ସରକାର ବହନ କରିବେ। ଏକକାଳୀନ ବସ୍ତା ପିଛା ଏତେ ପରିମାଣର ସବସିଡି ପୂର୍ବରୁ କେବେ ବୃଦ୍ଧି କରାଯାଇନଥିଲା।

ଗତବର୍ଷ ଡିଏପିର ବାସ୍ତବ ଦର ଗୋଟିଏ ବସ୍ତା ପିଛା 1700 ଟଙ୍କା ଥିଲା। ଏଥିରେ କେନ୍ଦ୍ର ସରକାର ଗୋଟିଏ ବସ୍ତା ପ୍ରତି 500 ଟଙ୍କାର ସବସିଡି ଦେଉଥିଲେ। ତେଣୁ କମ୍ପାନୀଗୁଡ଼ିକ ଚାଷୀଙ୍କୁ ପ୍ରତି ବସ୍ତା 1200 ଟଙ୍କାରେ ସାର ବିକ୍ରି କରୁଥିଲେ।

ନିକଟରେ, ଡିଏପିରେ ବ୍ୟବହୃତ ହେଉଥିବା ଫୋସଫୋରିକ ଏସିଡ, ଆମୋନିଆ ଆଦିର ଅନ୍ତର୍ଜାତୀୟ ମୂଲ୍ୟ 60% ରୁ 70%କୁ ବୃଦ୍ଧି ପାଇଛି। ତେଣୁ ବର୍ତ୍ତମାନ ଡିଏପିର ବସ୍ତା ପିଛା ପ୍ରକୃତ ଦର 2400 ଟଙ୍କାକୁ ବୃଦ୍ଧି ପାଇଛି, ଯାହାକୁ ସାର କମ୍ପାନୀମାନେ 500 ଟଙ୍କା ସବସିଡିକୁ ବିଚାର କରି 1900 ଟଙ୍କାରେ ବିକ୍ରି କରିପାରିବେ। କିନ୍ତୁ ଆଜିର ନିଷ୍ପତ୍ତି ପରେ, ଚାଷୀମାନେ ଗୋଟିଏ ବସ୍ତା ଡିଏପି ସାର 1200 ଟଙ୍କାର ପୁରୁଣା ଦରରେ କିଣିପାରିବେ।

ପ୍ରଧାନମନ୍ତ୍ରୀ ଏହି ଅବସରରେ କହିଥିଲେ ଯେ ତାଙ୍କ ସରକାର ଚାଷୀଙ୍କ କଲ୍ୟାଣ ଲାଗି ପ୍ରତିଶ୍ରୁତିବଦ୍ଧ ଏବଂ ଦରବୃଦ୍ଧିର ବୋଝ ଚାଷୀଙ୍କ ଉପରେ ଯେପରି ନପଡ଼ିବ ତାହା ସୁନିଶ୍ଚିତ କରିବା ନିମନ୍ତେ ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି।

ପ୍ରତି ବର୍ଷ କେନ୍ଦ୍ର ସରକାର ରାସାୟନିକ ସାର ପାଇଁ ସବସିଡି ଦେବା ଉପରେ ପାଖାପାଖି 80,000 ହଜାର ଟଙ୍କା ଖର୍ଚ୍ଚ କରୁଛନ୍ତି। ଡିଏପି ଉପରେ ସବସିଡି ବୃଦ୍ଧି ପାଇବା ଫଳରେ ଭାରତ ସରକାର ଖରିଫ ଋତୁରେ ସାର ସବସିଡି ଆକାରରେ ଅତିରିକ୍ତ 14,775 କୋଟି ଟଙ୍କା ଖର୍ଚ୍ଚ କରିବେ।

ଅକ୍ଷୟ ତୃତୀୟା ଅବସରରେ ପିଏମ-କିଷାନ ଅନ୍ତର୍ଗତ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ 20,667 କୋଟି ଟଙ୍କା ହସ୍ତାନ୍ତର କରିବା ପରେ ଏହା ହେଉଛି ଚାଷୀଙ୍କ ହିତ ଲାଗି ଉଦ୍ଦିଷ୍ଟ ଦ୍ବିତୀୟ ବୃହତ ନିଷ୍ପତ୍ତି।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
EU Firms Generate 186 Billion Euros In India, Support 6 Million Jobs: Report

Media Coverage

EU Firms Generate 186 Billion Euros In India, Support 6 Million Jobs: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 8, 2026
May 08, 2026

Nari Shakti to National Security: One Vision, a Thousand Victories Under PM Modi