ଖଦି ସହ ଦେଶବାସୀଙ୍କ ମିଳିତ ସହଯୋଗ ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ସହ ପ୍ରତିଦିନ ନୂଆ ରେକର୍ଡ କରୁଛି ।
ଏମଏସଏମଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ନାରାୟଣ ରାଣେ ଏକ ଟୁଇଟରେ ସୂଚନା ଦେଇଛନ୍ତି, ଯେ, ଖଦି ଗ୍ରାମୋଦ୍ୟୋଗ କାରିଗରଙ୍କ କୌଶଳ ବଢ଼ାଇବା ସହ ସେମାନଙ୍କ ଆୟ ବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଉଛି ।
ସେ ଆହୁରି କହିଛନ୍ତି, ୨୦୨୨ ଏପ୍ରିଲ ୧ରୁ ୨୦୨୩ ଜାନୁଆରୀ ୩୧ ପର୍ଯ୍ୟନ୍ତ କେଭିଆଇସି ମୋଟ ୭୭୮୮୭.୯୭ କୋଟିର ଉତ୍ପାଦନ କରିଛି, ୧୦୮୫୭୧.୮୪ କୋଟିର ବିକ୍ରି କରିଛି ଏବଂ ୧.୭୨ କୋଟିର ନିଯୁକ୍ତି ସୃଷ୍ଟି କରିଛି ।
ଏମଏସଏମଇ ମନ୍ତ୍ରୀଙ୍କ ଟୁଇଟର ଜବାବ ଦେଇ ପ୍ରଧାନମନ୍ତ୍ରୀ ଟୁଇଟ କରିଛନ୍ତି:
‘ଏହି ଉପଲବ୍ଧି ଉତ୍ସାହିତ କରିଥାଏ! ଖଦି ସହ ଦେଶବାସୀଙ୍କ ସହଯୋଗ ରୋଜଗାରକୁ ପ୍ରୋତ୍ସାହିତ କରିବା ସହ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି’ ।
ये उपलब्धियां उत्साहित करती हैं! खादी से देशवासियों का यह जुड़ाव रोजगार को बढ़ावा देने के साथ-साथ नित नए रिकॉर्ड बना रहा है। https://t.co/3kJDiRnSyi
— Narendra Modi (@narendramodi) May 9, 2023


