ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନ୍ୟ ନେତାମାନଙ୍କ ସହିତ ସଂସଦ ଭବନ ପରିସରରେ ମଧ୍ୟାହ୍ନ ଭୋଜନ କରିଛନ୍ତି । ଭୋଜନରେ ସମସ୍ତଙ୍କୁ ମିଲେଟ୍ (ମୋଟା ଶସ୍ୟ)ରେ ପ୍ରସ୍ତୁତ ବ୍ୟଞ୍ଜନ ଦିଆଯାଇଥିଲା। ଭାରତ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବେ ପାଳନ କରିବାକୁ ଯାଉଥିବାରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଏକ ଟୁଇଟ୍ରେ ପ୍ରଧାନମନ୍ତ୍ରୀ କହିଛନ୍ତି;
‘‘ଆମେ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବେ ପାଳନ କରିବାକୁ ଯାଉଥିବାରୁ, ସଂସଦ ଭବନରେ ସୁସ୍ବାଦୁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରାଯାଇଥିଲା, ଏଥିରେ ମିଲେଟ୍ରେ ପ୍ରସ୍ତୁତ ବ୍ୟଞ୍ଜନ ଅର୍ପଣ କରାଯାଇଥିଲା। ଦଳମତ ନିର୍ବିଶେଷରେ ଏଥିରେ ସମସ୍ତେ ସାମିଲ ହେବା ଖୁସିର ବିଷୟ।’’
As we prepare to mark 2023 as the International Year of Millets, attended a sumptuous lunch in Parliament where millet dishes were served. Good to see participation from across party lines. pic.twitter.com/PjU1mQh0F3
— Narendra Modi (@narendramodi) December 20, 2022






