ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 9 ଏପ୍ରିଲ, 2021 ମଧ୍ୟାହ୍ନ 12ଟାରେ ନୂଆଦିଲ୍ଲୀର ଜନପଥସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରିବେ। ଏହି ପୁସ୍ତକ ଏବେ ଓଡ଼ିଆ ଓ ଇଂରାଜୀ ଭାଷାରେ ଉପଲବ୍ଧ। ଏହାର ହିନ୍ଦୀ ସଂସ୍କରଣକୁ ଶ୍ରୀ ଶଙ୍କରଲାଲ ପୁରୋହିତ ଅନୁବାଦ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କଟକ ଲୋକସଭା ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ଏହି ଅବସରରେ ଉପସ୍ଥିତ ରହିବେ। ହରେକୃଷ୍ଣ ମହତାବ ଫାଉଣ୍ଡେସନ ପକ୍ଷରୁ ଏହି ହିନ୍ଦୀ ସଂସ୍କରଣ ଉନ୍ମୋଚନ କାର୍ଯ୍ୟକ୍ରମ ଆୟୋଜନ କରାଯିବ।

ଲେଖକଙ୍କ ସମ୍ପର୍କରେ

ଡ. ହରେକୃଷ୍ଣ ମହତାବ ଭାରତୀୟ ସ୍ବାଧୀନତା ସଂଗ୍ରାମରେ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ସେ 1946ରୁ 1950 ଏବଂ 1956ରୁ 1961 ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ। 1942ରୁ 1945 ପର୍ଯ୍ୟନ୍ତ ଦୁଇ ବର୍ଷରୁ ଅଧିକ ସମୟ ଧରି ଅହମ୍ମଦନଗର ଦୁର୍ଗ ଜେଲରେ ଥିବା ସମୟରେ ‘ଓଡ଼ିଶା ଇତିହାସ’ ପୁସ୍ତକ ରଚନା କରିଥିଲେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
How India brought the lion back from the brink: In Union minister Bhupender Yadav's words

Media Coverage

How India brought the lion back from the brink: In Union minister Bhupender Yadav's words
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 09, 2026
August 09, 2026

Vikas Bhi, Virasat Bhi: PM Modi’s Blueprint for a Rooted Yet Future-Ready Bharat