ଉତ୍ତରାଖଣ୍ଡରେ ମର୍ମନ୍ତୁଦ ବସ ଦୁର୍ଘଟଣା ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ବ୍ୟକ୍ତ କରିଛନ୍ତି । ଏହା ସହିତ ବସ୍ ଦୁର୍ଘଟଣାରେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ଉତ୍ତରାଖଣ୍ଡରେ ହୋଇଥିବା ବସ୍ ଦୁର୍ଘଟଣା ଖୁବ ଦୁଃଖଦାୟକ । ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ସମସ୍ତ ପ୍ରକାର ସହାୟତା ପ୍ରଦାନ କରୁଛନ୍ତି । PM @narendramodi”
“ଉତ୍ତରାଖଣ୍ଡ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ।”
उत्तराखंड में हुआ बस हादसा अत्यंत पीड़ादायक है। इसमें जिन लोगों ने अपने प्रियजनों को खो दिया है, उनके प्रति मैं अपनी शोक-संवेदना व्यक्त करता हूं। राज्य सरकार की देखरेख में स्थानीय प्रशासन मौके पर हरसंभव सहायता में जुटा है: PM @narendramodi
— PMO India (@PMOIndia) June 5, 2022
The Prime Minister has announced an ex-gratia of Rs. 2 lakh each from PMNRF for the next of kin of those who lost their lives in the accident in Uttarakhand. The injured would be given Rs. 50,000 each.
— PMO India (@PMOIndia) June 5, 2022