ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକଟ କରିଛନ୍ତି । କୃଷକଙ୍କ କଲ୍ୟାଣ ପ୍ରତି ଉତ୍ସର୍ଗୀକୃତ ଭାବନା ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଗୁଡ଼ିକୁ ପରିଚାଳନା କରିବାରେ ତାଙ୍କର ଦକ୍ଷ କାର୍ଯ୍ୟଶୈଳୀକୁ ପ୍ରଧାନମନ୍ତ୍ରୀ ମନେ ପକାଇଛନ୍ତି । ଶ୍ରୀ ମୋଦୀ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି ।
पूर्व केंद्रीय मंत्री चौधरी अजित सिंह जी के निधन से अत्यंत दुख हुआ है। वे हमेशा किसानों के हित में समर्पित रहे। उन्होंने केंद्र में कई विभागों की जिम्मेदारियों का कुशलतापूर्वक निर्वहन किया। शोक की इस घड़ी में मेरी संवेदनाएं उनके परिजनों और प्रशंसकों के साथ हैं। ओम शांति!
— Narendra Modi (@narendramodi) May 6, 2021


