ମହାରାଷ୍ଟ୍ରର ପୁଣେସ୍ଥିତ ଏକ କାରଖାନାରେ ଘଟିଥିବା ଅଗ୍ନିକାଣ୍ଡ ଜନିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏଥିସହିତ ପ୍ରଧାନମନ୍ତ୍ରୀ ଅନୁକମ୍ପା ରାଶି ମଧ୍ୟ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, “ମହାରାଷ୍ଟ୍ରର ପୁଣେସ୍ଥିତ ଏକ କାରଖାନାରେ ଘଟିଥିବା ଅଗ୍ନିକାଣ୍ଡ ଜନିତ ଦୁର୍ଘଟଣା କଷ୍ଟ ଦାୟକ । ଶୋକ ସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ।
ମହାରାଷ୍ଟ୍ରରେ ପୁଣେର ଏକ ଶିଳ୍ପ ୟୁନିଟରେ ଘଟିଥିବା ଅଗ୍ନିକାଣ୍ଡ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ସେହିଭଳି ଗୁରୁତର ଆହତ ପ୍ରତ୍ୟେକ ବ୍ୟକ୍ତିମାନଙ୍କୁ 50 ହଜାର ଟଙ୍କା ପ୍ରଦାନ କରାଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି” ।
Pained by the loss of lives due to a fire at a factory in Pune, Maharashtra. Condolences to the bereaved families.
— Narendra Modi (@narendramodi) June 7, 2021


