30 ମେ, 2019ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ଶ୍ରୀଲଙ୍କା ରାଷ୍ଟ୍ରପତି ମହାମହିମ ମୈତ୍ରୀପାଲା ସିରିସେନା ଯୋଗ ଦେଇଥିଲେ ।

ନିକଟରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ତାଙ୍କ ଦଳର ବିପୁଳ ବିଜୟ ସହିତ ପୁନର୍ବାର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ରାଷ୍ଟ୍ରପତି ସିରିସେନା ଶ୍ରୀ ମୋଦୀଙ୍କୁ ଅଭିନନ୍ଦନ ଜଣାଇଥିଲେ । ଏଥିସହିତ ଆମ କ୍ଷେତ୍ରରେ ଶାନ୍ତି, ସମୃଦ୍ଧି ଏବଂ ନିରାପତ୍ତା ପାଇଁ ଆଜିର ଅନୁଷ୍ଠିତ ଦ୍ୱିପାକ୍ଷିକ ବୈଠକରେ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଲାଗି ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ନିଜର ଇଚ୍ଛା ବ୍ୟକ୍ତ କରିଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ ଉଦାରତା ପୂର୍ବକ ରାଷ୍ଟ୍ରପତି ସିରିସେନାଙ୍କୁ ଶପଥ ଗ୍ରହଣ ସମାରୋହରେ ତାଙ୍କର ଉପସ୍ଥିତି ଏବଂ ଶୁଭକାମନା ନିମନ୍ତେ ଧନ୍ୟବାଦ ଅର୍ପଣ କରିଥିଲେ । ଶ୍ରୀଲଙ୍କା ସହିତ ବନ୍ଧୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଅଧିକ ସୁଦୃଢ଼ କରିବା ଲାଗି ସେ ତାଙ୍କ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଥିଲେ ।

ଦୁଇ ନେତା ହୃଦବୋଧ କରିଥିଲେ ଯେ ଆତଙ୍କବାଦ ଏବଂ ଉଗ୍ରବାଦ ମାନବ ସମାଜ ପ୍ରତି ଲଗାତାର ବିପଦ ସୃଷ୍ଟି କରିଆସିଛି । ଏହି ପରିପ୍ରେକ୍ଷୀରେ ଦକ୍ଷିଣ ଏସିଆ ଏବଂ ଭାରତ ମହାସାଗର କ୍ଷେତ୍ରରେ ଶାନ୍ତି ଏବଂ ନିରାପତ୍ତା ପାଇଁ ନିବିଡ଼ ଦ୍ୱିପାକ୍ଷିକ ସହଯୋଗ ପାଇଁ ସେମାନଙ୍କ ପ୍ରତିବଦ୍ଧତାକୁ ଦୋହରାଇଥିଲେ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
How AI & next-gen tech driving India’s MedTech growth

Media Coverage

How AI & next-gen tech driving India’s MedTech growth
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 29, 2026
August 29, 2026

New India, New Speed, New Stage: Missiles, Medals, Multilateralism under PM Modi